ଦୈନିକ ରାଶିଫଳ: 09 ଅଗଷ୍ଟ 2021, ମହାଦେବଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ କିଛି ବଡ ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଅଗଷ୍ଟ ମାସ ୯ ତାରିଖ, ସୋମବାର, କର୍କଟ ମାସ ୨୫ ଦିନ, ଶ୍ରାବଣ ମାସ, ଶୁକ୍ଳପକ୍ଷ, ପ୍ରତିପଦା ତିଥି, ଅଶ୍ଳେଷା ନକ୍ଷତ୍ର, କର୍କଟ ରାଶିରେ ଚନ୍ଦ୍ର, ଦିବା ୯ଟା ୪୯ମିନିଟ୍ ଗତେ ମଘା ନକ୍ଷତ୍ର, ସିଂହ ରାଶିରେ ଚନ୍ଦ୍ର । ବରୀୟାନ ଯୋଗ, କିସ୍ଥୁଘ୍ନ କରଣ ସକାଳ ୭ଟା ୧୨ମିନିଟ୍ ଗତେ ବବ କରଣ । ମିଥୁନ ରାଶିର ଘାତବାର । ସକାଳ ୯ଟା ୪୯ମିନିଟ୍ ଗତେ କର୍କଟ, ମକର ରାଶିର ଘାତଚନ୍ଦ୍ର । ପାଣିକଖାରୁ ନ ଖାଇଲେ ଭଲ, ସନ୍ଧ୍ୟା ୬ଟା ୫୬ମିନିଟ୍ ଗତେ ବୋଇତିକଖାରୁ ନ ଖାଇଲେ ଭଲ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଯୋଗିନୀ- ପୂର୍ବେ ସନ୍ଧ୍ୟା ୬ଟା ୫୬ ମିନିଟ୍ ପରେ ଉତ୍ତରେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ପ୍ରତିପଦାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । କାଳବେଳା- ସକାଳ ୭ଟା ୪ମିନିଟ୍ ରୁ ଦିବା ୮ଟା ୪୦ମିନିଟ୍ । ବାରବେଳା- ଦିବା ୩ଟା ୩ମିନିଟ୍ ରୁ ଦିବା ୪ଟା ୩୯ମିନିଟ୍ । କାଳରାତ୍ରି- ରାତ୍ରି ୧୦ଟା ୨୮ମିନିଟ୍ ରୁ ରାତ୍ରି ୧୧ଟା ୫୨ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୨୯ମିନିଟ୍ ରୁ ୭ଟା ୩ମିନିଟ୍, ଦିବା ୧୦ଟା ୩୬ମିନିଟ୍ ରୁ ୧ଟା ୭ମିନିଟ୍, ଦିବା ୪ଟା ୪୦ମିନିଟ୍ ରୁ ୫ଟା ୨୩ମିନିଟ୍, ସନ୍ଧ୍ୟା ୭ଟା ୧ମିନିଟ୍ ରୁ ରାତ୍ର ୯ଟା ୧୪ମିନିଟ୍, ରାତ୍ର ୧୧ଟା ୫୩ମିନିଟ୍ ରୁ ୨ଟା ୨୮ମିନିଟ୍ । ପର୍ବଦିନ- ଦ୍ଵିତୀୟା ଚନ୍ଦ୍ର ଦର୍ଶନ, ପୂଜା ଅର୍ଘ୍ୟଦାନ, ଶ୍ରାବଣ ସୋମବାର ବ୍ରତ ।

ମେଷ:-ନିଜର ବୁଦ୍ଧିବଳ ଓ ଚତୁରତାର ସହ ଲକ୍ଷ୍ୟପ୍ରାପ୍ତିି ପାଇଁ ଅଗ୍ରସର ହେବେ । ଶତ୍ରୁ ଓ ବିରୋଧୀମାନେ ଭୟରେ ଆପଣଙ୍କ ପାଖରୁ ଦୂରେଇ ଯିବେ । ଦେଶଭକ୍ତି, ଜନସେବା, ସାମାଜିକ କ୍ଷେତ୍ରରେ ଉନ୍ନତିର ରାସ୍ତା ଖୋଲିଯିବ । ବ୍ୟବସାୟୀଙ୍କର ବକେୟା ପ୍ରାପ୍ୟ ହାତକୁ ଆଣିବାରେ ସଫଳ ହେବେ । କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ସ୍ତରଯାଏ ଆଦର୍ଶ ସ୍ଥାନ ଗ୍ରହଣ କରିବେ । ମାଲିମୋକଦ୍ଦମାରେ ଆଶାବାଦୀ ହେବେ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ବୃଷ:-ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ । ନିମ୍ନବର୍ଗ କର୍ମୀଙ୍କ ପ୍ରତି ସତର୍କ ରହି ଚଉଆଖିଆହୋଇ କର୍ତ୍ତବ୍ୟ ପାଳି ଚାଲିଲେ ଯଶ, ମାନ, ପ୍ରତିଷ୍ଠାର ଅଧିକାରୀ ହେବେ । କ୍ୟାରିୟର ମାମଲାରେ ଧୈର୍ଯ୍ୟ ଓ ସାହସର ସହ ବୁଝି ବିଚାରି ନିର୍ଣ୍ଣୟ ନେବା ଉଚିତ । ରାଜନୀତି ସ୍ତରରେ ମୁଣ୍ଡ ଉଚ୍ଚାକରି ଚାଲିବେ । ମାଲିମୋକଦ୍ଦମାରେ ଉତ୍ସାହିତ ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ବ୍ୟବସାୟୀଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ଉପରିସ୍ଥଙ୍କ ଶ୍ରଦ୍ଧା ଅତୁଟ ରଖି ପାରିବେ । ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ହେବା ସହ ନିଜର ମାନସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ପାଇବ । କଠିନ ପରିଶ୍ରମ କରିବା ଯୋଗୁ ଶାରରୀକ ଅସୁସ୍ଥତା ଦେଖା ଦେବ । ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ନ ରଖିଲେ ପ୍ରେମକ୍ଷେତ୍ରରେ ବିଫଳ ହେବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କର୍କଟ:-ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ । ଆକସ୍ମିକ ଧନପ୍ରାପ୍ତି, ଆୟ ବଢାଇବା ପାଇଁ ଆପ୍ରାଣ ଚେଷ୍ଟା କରିବେ, ଶତ୍ରୁ ଓ ବିରୋଧୀମାନେ କିଛି ଅହିତ ସାଧନ କରି ପାରିବେ ନାହିଁ । ବନ୍ଧୁ ବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପାଇ ଆପଣଙ୍କର ସବୁସ୍ୱପ୍ନ ସାକାର ହେବ । ବ୍ୟବସାୟୀମାନେ କାରବାର ଯେତିକି ହେଲେ ବି ତହିଁରେ ସଂସ୍ଥା ଚଳାଇ ଗୁଜୁରାଣ ମେଣ୍ଟାଇ ପାରିବେ । କୋର୍ଟ କଚେରି ପ୍ରତି ବିତୃଷ୍ଣା ଭାବ ଜାତ ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-ସକାରାତ୍ମକ ପରିଣାମରେ ଆତ୍ମବିଶ୍ୱାସ ବଢ଼ିବ ଓ ପରିଶ୍ରମର ଫଳ ପାଇବେ । ଶତ୍ରୁମାନେ ଈର୍ଷାତୁର ହେଲେବି କ୍ଷତିକରି ପାରିବେ ନାହିଁ । ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ ଅର୍ଥଲାଭ କରିବେ । ନୂତନ ବିଚାର, ଉପସ୍ଥିତ ଜ୍ଞାନ, ଅଧ୍ୟୟନ ଓ ଅଧ୍ୟାପନାରେ ରୁଚି ବଢିବ । ନିଜର ସ୍ୱଭାବ ଓ କ୍ଷମତା ପରଖିବା ପାଇଁ ଆତ୍ମମନ୍ଥନ କରିବେ । ରାଜନୀତି କ୍ଷେତ୍ରରେ ସ୍ୱାର୍ଥରକ୍ଷା କରିବାରେ ସମୟ ବିତିବ । ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କନ୍ୟା:-ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ । ପାରିବାରିକ ସମସ୍ୟା ଗୁଡ଼ିକ ସମାଧାନ ହେବ । ବ୍ୟବସାୟରେ ଆଶାତୀତ ଲାଭ ପାଇବେ । ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ଓ ଉପରିସ୍ଥ ଅଧୀକାରୀଙ୍କ ପ୍ରିୟଭାଜନ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ତୁଳା:-ସରକାରୀ କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ । ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ । ବ୍ୟବସାୟରେ ସଫଳତା, ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ । ନୂତନ କର୍ମ ସଂସ୍ଥାନରେ ନିଯୁକ୍ତି ପାଇବାର ଯୋଗ ରହିଛି । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ପାରିବାରିକ ଜୀବନରେ ଶାନ୍ତି, ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ । ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ବିଚ୍ଛା:-ଶିକ୍ଷା କ୍ଷେତ୍ରରେ ସଫଳ ହେବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି ଦେଖାଦେବ । ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ । କଠିନ ପରିଶ୍ରମ କରି କାର୍ଯ୍ୟ କଲେ ଉପରିସ୍ଥ ଅଧିକାରୀ ମାନଙ୍କ ପ୍ରିୟଭାଜନ ହେବେ । ପୈତୃକ ସମ୍ପତ୍ତିକୁ ନେଇ ପରିବାରରେ ଶାନ୍ତିର ବାତା ବରଣ ଦେଖା ଦେବ । ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ଇଚ୍ଛାକରି ସ୍ଥାନାନ୍ତରିତ ହେବା ପାଇଁ ଚେଷ୍ଟା ଜାରି ରଖିବେ । ପ୍ରତିକାର- ନାଲିବସ୍ତ୍ର ପରିଧାନ କରନ୍ତୁ । ନତୁବା ନାଲି ରୁମାଲ ଟିଏ ପାଖରେ ରଖନ୍ତୁ ।

ଧନୁ:-ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ । ବ୍ୟବସାୟୀମାନେ କଠିନ ପରିଶ୍ରମ ଫଳରେ ନୂଆଲକ୍ଷ ନିର୍ଦ୍ଧାରିତ କରି ତାହାର ସଫଳତା ପାଇଁ ପ୍ରଯତ୍ନଶୀଳ ରହିବେ । କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ । କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ । ପାରିବାରିକ ଅଶାନ୍ତି ଦୂରେଇ ଯିବ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-ପାରିବାରିକ ସମସ୍ୟା ଗୁଡ଼ିକ ସମାଧାନ ହେବ । ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ । କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କ ସହଯୋଗ ପାଇବେ । ଇଛାଶକ୍ତି ପ୍ରବଳ ମାତ୍ରାରେ ଜାଗ୍ରତ ହେବା ଫଳରେ ଅର୍ଥର ସମ୍ୟକ ବୃଦ୍ଧି ହେବ । ଶିକ୍ଷା କ୍ଷେତ୍ରରେ ଆଦୌ ମନଯୋଗ ଦେବେ ନାହିଁ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ବିଫଳ ହୋଇ ଧରାପଡ଼ି ବଦ୍ନାମ୍ ହୋଇ ପାରନ୍ତି । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ସହଜ ସରଳରେ କର୍ମ ନିଯୁକ୍ତି ପାଇବେ । ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ନୂତନ ଯୋଜନାରେ ସଫଳତା ମିଳିବ । ଗୃହସ୍ଥ ଜୀବନ ସୁଖମୟ ହେବ । ବ୍ୟବସାୟବୃଦ୍ଧି ହେବା ଫଳରେ ଆର୍ଥିକ କ୍ଷେତ୍ରରେ ସଫଳତା ମିଳିବ । ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ସୂଚନା ପାଇ ପାରନ୍ତି । ଦୂର ସ୍ଥାନକୁ ଯାତ୍ରା କରି ପରୋପକାର ବା ଲୋକକଲ୍ୟାଣ କାମରେ ବ୍ୟସ୍ତ ରହିବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ମୀନ:-ସୁଖ ଶାନ୍ତିରେ ଦିନଟି କଟାଇବେ । ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ଵାରା ବ୍ୟବସାୟରେ ସଫଳତା ମିଳିବ ଓ ବ୍ୟବସାୟ ବଢାଇବାରେ ସମର୍ଥ ହେବେ । ବୁଦ୍ଧିମାତା କାରଣରୁ ସମସ୍ତ କ୍ଷେତ୍ରରେ ସଫଳତା ମିଳିବ । ପାରିବାରିକ ଜୀବନରେ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ ସମ୍ବନ୍ଧକୁ ବିବାହରେ ପରିଣତ କରିବାକୁ ଚେଷ୍ଟା କରିବେ । ରାଜନୀତି କ୍ଷେତ୍ରରେ ଶତୃ ଓ ବିରୋଧୀମାନେ ପରାସ୍ତ ହେବେ । ଦୂରଯାତ୍ରା କରି ମନ ଖୁସି ରହିବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!