ଅଗଷ୍ଟ 09 ତାରିଖ ରୁ ଅଗଷ୍ଟ 15 ତାରିଖ ସାପ୍ତାହିକ ରାଶିଫଳ, କେମିତି କଟିବ ଏହି ସପ୍ତାହ ଜାଣିବା ପାଇଁ ଦେଖନ୍ତୁ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନୂଆ ଯୋଜନାରେ ସଫଳହେବେ । ଉଚିତ୍ ପରାମର୍ଶ ପାଇ ହରେଇ ଥିବା ଦ୍ରବ୍ୟ ଫେରି ପାଇବେ । କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ । ଆତ୍ମବିଶ୍ୱାସ ବୃଦ୍ଧି ପାଇବା ଫଳରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ । ବ୍ୟବସାୟରେ ସଫଳତା ଅର୍ଜନ କରିବା ସହ ଦୂରଯାତ୍ରାର ସୁଯୋଗ ପାଇବେ । ଶାରିରୀକ ଅସୁସ୍ଥତା ଦୂରହେବା ସହ ପରିବାରରେ ନୂତନ ସମ୍ବନ୍ଧ ସୃଷ୍ଟିହୋଇ ଖୁସିର ବାତାବରଣ ସ୍ଥାୟି ରହିବ । ରାଜନୀତି କ୍ଷେତ୍ରରେ ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ସୁଖ ସମୃଦ୍ଧି ବୃଦ୍ଧି ହେବାସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଛାତ୍ର ଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ ଓ ପାଠ ପଢ଼ାରେ ମନଯୋଗ ଦେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ମାନସିକ ସୁସ୍ଥତା ଅନୁଭବ କରିବେ । କର୍ମକ୍ଷେତ୍ରରେ କିଛି ନୂଆସୁଯୋଗ ଆସିବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବା ସହ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପରିବହନ ବ୍ୟବସାୟରେ ସମସ୍ୟା ସମାଧାନ ହେବ । ଯୁବକ ଯୁବତୀମାନେ ନୂତନ କର୍ମ ପାଇଁ ପ୍ରୟାସରତ ଥିଲେ ନିଯୁକ୍ତି ପାଇ ପାରନ୍ତି । ରାଜନୀତି କ୍ଷେତ୍ରରେ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପ୍ରେମକ୍ଷେତ୍ରରେ ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ । ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ । ଶତ୍ରୁମାନଙ୍କ ଉପରେ ନଜର ନରଖିଲେ କ୍ଷତିରେ ପଡିବେ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ପ୍ରତିକାର:- କଦଳୀଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ ।

ମିଥୁନ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସ୍ୱାସ୍ଥ୍ୟ ପ୍ରତି ଧ୍ୟାନଦେଇ କାର୍ଯ୍ୟ କରନ୍ତୁ । କର୍ମକ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବା ଫଳରେ ପଦୋନ୍ନତିର ସୁଯୋଗ ପାଇପାରିବେ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ । ନୂତନ କର୍ମନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ । ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରି ଖୁସିର ବାତାବରଣ ସ୍ଥାୟି ରହିବ । ପ୍ରେମିକ ପ୍ରେମିକାମାନଙ୍କର କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି କରି ପାରିବେ । ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ । ରାଜନୀତି ମାମଲାରେ ସଫଳତା ମିଳିବ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

କର୍କଟ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ । ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ । ଶତୃ, ରୋଗ, ଋଣରୁ ମୁକ୍ତି ହେବେ । ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ । କର୍ମକ୍ଷେତ୍ରରେ ଦାଇତ୍ଵ ବଢିବା ସହ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ଉପରିସ୍ଥ କର୍ମଚାରୀମାନଙ୍କ ପ୍ରିୟଭାଜନ ହେବେ । ସହଜ ସରଳରେ କର୍ମ ନିଯୁକ୍ତି ପାଇବେ । ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । ବନ୍ଧୁମିତ୍ରଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ । ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ଅସହଯୋଗ କରିବା ଫଳରେ ଲୋକପ୍ରିୟତା ହାସଲ କରିବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ସିଂହ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଉଚ୍ଚସ୍ତରୀୟ ଯାନବାହନ ଓ ଗୃହ, ଜାଗାଜମି କ୍ରୟ କରିବାର ସୁବିଧା ସୁଯୋଗ ପାଇବେ । ନଷ୍ଟ ହୋଇଥିବା ପ୍ରତିଷ୍ଠା ପ୍ରତିପତ୍ତି ପୂନର୍ବାର ଫେରିପାଇ ସମ୍ମାନିତ ହେବେ । ଭାଗ୍ୟର ପରିବର୍ତ୍ତନ ହେଲାଭଳି ଉନ୍ନତି ପଥରେ ଅଗ୍ରସର ହେବେ । ସନ୍ତାନ କ୍ଷେତ୍ରରେ ଉନ୍ନତି ହେବ । ବେପାର ବଣିଜରେ ପ୍ରଚୁର ଲାଭ ମିଳିବ । ନୂଆ ନୂଆ ଉପାୟ ଚିନ୍ତା କରିବେ । ଅଚାନକ ଆୟ ବୃଦ୍ଧି ହେତୁ ଆଚମ୍ବିତ ହୋଇଯିବେ । ଉଚ୍ଚଶିକ୍ଷା ନିମିତ୍ତ ବିଦେଶ ଯାତ୍ରା ଫଳରେ ଅତ୍ୟନ୍ତ ଲାଭବାନ ହେବେ । ଗୃହରେ ସୁଖଶାନ୍ତି ବିରାଜମାନ କରିବ । ଦୀର୍ଘଦିନ ଧରି ଅଧା ହୋଇ ପଡ଼ିଥିବା କାର୍ଯ୍ୟମାନ ଧିରେ ଧିରେ ପୂର୍ଣ୍ଣ ହୋଇଯିବ । ପ୍ରକୃତିର ବିଚିତ୍ର ସିଦ୍ଧାନ୍ତ ଫଳରେ ଦୀର୍ଘଦିନର କଷ୍ଟ ଦୂର ହୋଇ ସୁଖର ସ୍ୱପ୍ନ ଦେଖି ପାରିବେ । ରାଜନୀତିରେ ଉନ୍ନତି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ । ବ୍ୟବସାୟ କ୍ଷେତ୍ରରେ ବିରାଟ ଯୋଜନାର ସଂକଳ୍ପ ନେବେ । ନୂତନ ଆୟର ପନ୍ଥା ଖୋଲିଯିବା ସହ ଉତ୍ତମ ରୋଜଗାର ହେବ । ଶାରିରୀକ ସୁସ୍ଥତା ଦେଖା ଦେବ । ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ । କମ୍ପାନୀ, ବ୍ୟାଙ୍କ, କମ୍ପ୍ୟୁଟର ଇତ୍ୟାଦି ବିଭାଗରେ ନୂତନ କର୍ମପ୍ରାପ୍ତିର ସୁଯୋଗ ଆସି ପାରେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ । ପ୍ରଶାସନିକ ସ୍ତରରେ ପରିଚାଳନା ଦାୟିତ୍ୱ କ୍ରମେ ବୃଦ୍ଧି ପାଇବ । ଆୟର ଯଥେଷ୍ଟ ଅର୍ଥ ସାମାଜିକ ଏବଂ ଶୁଭକାର୍ଯ୍ୟରେ ଖର୍ଚ୍ଚ କରିବେ । ମିଛଆଶା ଉପରେ ନିର୍ଭର ନକରି ନିଜକୁ ନିୟନ୍ତ୍ରଣ କରିପାରିବେ । ଶିକ୍ଷା କ୍ଷେତ୍ରରେ ସଫଳ ହେବେ । ପ୍ରେମିକ ପ୍ରେମିକା ମାନଙ୍କର ମନାନ୍ତର ମତାନ୍ତର ଦୂରେଇ ଯିବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସେୟାର ବଜାରରେ ମୁନାଫା ମିଳିବ ଓ ପୁରୁଣା ନିବେଶ ଲାଭ ଦେବ । କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଭୌତିକ ଓ ଆଧ୍ୟାତ୍ମିକ ମାମଲାରେ ବ୍ୟସ୍ତ ରହିବେ । ଅବହେଳିତ ଲୋକଙ୍କସହ ମିଳାମିଶା କରି କୌଣସି ଜରୁରୀ କାର୍ଯ୍ୟକୁ ମନୋଯୋଗ ଦେଇ ପୂର୍ଣ୍ଣ କରିବେ । ଆର୍ଥୀକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ । ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରିବା ଫଳରେ ପରସ୍ପରକୁ ସାହାଯ୍ୟ ସହଯୋଗକରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବେ । ବିଦ୍ୟାର୍ଥୀଙ୍କ ପାଇଁ ସମୟ ଉପଯୁକ୍ତ ହୋଇ ଥିବାରୁ ଉଚ୍ଚ ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ । ମାନସିକ ବିଷାଦ ଦୂରହେବ, ଦାମ୍ପତ୍ୟ କଳହର ଅବସାନ ଘଟି ସୁଖ ସମୃଦ୍ଧି ବୃଦ୍ଧିହେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ବିଚ୍ଛା:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ । ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧି ହୋଇ ସୁସ୍ଥ ବାତାବରଣ ଜାରି ରହିବ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖିବେ । ଦୂରଯାତ୍ରାର ସୁଯୋଗ ପାଇବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଦ୍ୱନ୍ଦିତା, କ୍ରିଡା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ବ୍ୟବସାୟ କ୍ଷେତ୍ରରେ ବକେୟା ଅର୍ଥ କିଛି ମିଳିବା ସହ ଆଶାତୀତ ଲାଭମିଳିବ ଓ କରଜର ମାତ୍ରା ହ୍ରାସ ପାଇବ । ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବେ । ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ବୃତ୍ତିଗତ ଦୃଷ୍ଟିରୁ ଅତ୍ୟନ୍ତ ଶୁଭ ସମୟ ଭୋଗ ହେଉଥିବାରୁ ପଦୋନ୍ନତି ସହ ନୂତନ କର୍ମ ପ୍ରାପ୍ତିର ସୁଯୋଗ ପାଇ ପାରନ୍ତି । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବ୍ୟବସାୟ ବଢ଼ାଇବାରେ ସମର୍ଥ ହେବେ । ନୂତନ ବ୍ୟବସାୟ ଆରମ୍ଭ, ସମସ୍ତ ପ୍ରକାର ବ୍ୟବସାୟରେ କଠିନ ପରିଶ୍ରମ କରିଲେ ଆଶାନୁରୂପ ଲାଭ ପାଇବେ ଓ ଆକସ୍ମିକ ଧନ ଲାଭ ହେବ । ଜମି ଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇଯିବ । ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ । ବିଚାର ବିଭାଗ ରାୟ ସପକ୍ଷରେ ଯିବା ଫଳରେ ଉଚ୍ଚଆଶା ସଫଳ ହେବ । ଅଧୁରା କାର୍ଯ୍ୟ ପୂରଣ ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ । ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ସାହସ ଦ୍ଵାରା ସମ୍ପର୍ଣ୍ଣ କରି ପ୍ରଶଂସିତ ହେବେ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ପରିବାରର କିଛି ସମସ୍ୟା ସମାଧାନ ହୋଇ ସାମାଜିକ ସ୍ତରରେ ଖ୍ୟାତି ହେବ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରି ପ୍ରଶଂସା ପାଇବେ । ଜାଗା, ଜମି, ଗୃହ ବାହନ ଆଦି କ୍ରୟ କରିବା ପାଇଁ ଚୂକ୍ତି ପାତ୍ର ହୋଇ ପାରେ । ଶତୃ, ରୋଗ, ଋଣରୁ ମୁକ୍ତି ହେବା ସହ ସାହାଯ୍ୟ କରି ଥିବା ଲୋକଠାରୁ ସମସ୍ତ ଅର୍ଥପ୍ରାପ୍ତି ହୋଇଯିବ । କର୍ମନିଯୁକ୍ତି କ୍ଷେତ୍ରରେ ସଫଳତା ଦେଖାଦେବ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ଓ ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ । ମାନସିକ ଅଶାନ୍ତି ଦୂର ହେବ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ ଓ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣହେବେ । ନୂତନ ବ୍ୟବସାୟ ଆରମ୍ଭ, ବ୍ୟବସାୟ ବିସ୍ତାର କଲେ ଆଶାତିତ ଲାଭବାନ୍ ହେବେ । ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ । ଆୟ ଉପାର୍ଜ୍ଜନର ବୃଦ୍ଧି ହୋଇ ପରିବାରରେ ସୁସ୍ଥ ବାତାବରଣ ଜାରିରହିବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଭଲମନ୍ଦ ବିଚାର କରି ଯେ କୌଣସି କାର୍ଯ୍ୟକଲେ ଆୟ ବୃଦ୍ଧି ହେବ । କାର୍ଯ୍ୟକ୍ଷେତ୍ରରେ ନୂତନ ଯୋଜନା ପାଇଁ ସହଯୋଗ ମିଳିବ । ଶାରୀରିକ କଷ୍ଟ ଦୂରେଇ ଯିବ । ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ । ରାଜନୀତି କ୍ଷେତ୍ରରେ ସହଯୋଗୀ ବା ଭାଇଭଳି ଚଳୁଥିବା ବ୍ୟକ୍ତିମାନେ ପୂର୍ଣ୍ଣ ସହଯୋଗ କରିବେ । ଶତ୍ରୁମାନେ ପରାଜିତ ହେବା ଫଳରେ ପାରିବାରିକ ଜୀବନ କ୍ଷେତ୍ରରେ ଆନନ୍ଦମୟ ପରିସ୍ଥିତି ସୃଷ୍ଟିହେବ । ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ । ବ୍ୟବସାୟରେ ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବା ଫଳରେ ଉନ୍ନତି ହେବା ସହ ଲାଭବାନ ହେବେ । ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । କର୍ମପ୍ରତି ଉତ୍ସାହ ଏବଂ ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନୂତନ ଯୋଜନାକୁ କ୍ରିୟାନ୍ୱିତ କରି ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ପାଇବେ । ଧନସମ୍ପଦ, ବସ୍ତ୍ରଆଭୂଷଣ ଓ ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି । ମାନସିକ ଦୁଶ୍ଚିନ୍ତା, ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମା ଥିଲେ ସହଜରେ ସମାଧାନ କରିପାରିବେ । ଯେକୌଣସି ନୂତନକାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଅତ୍ୟନ୍ତ ଶୁଭହେବ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବା ସହ ସୁଖ ଶାନ୍ତିରେ ଦିନ କାଟିବେ । ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରି ପାରନ୍ତି । ପାରିବାରିକ ସ୍ତରରେ ଉଚ୍ଚଆଶା ସଫଳ ହୋଇ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରେମିକ ପ୍ରେମିକାମାନେ ଆମୋଦ ପ୍ରମୋଦରେ ମଜ୍ଜି ରହିବେ । ବ୍ୟବସାୟ କ୍ଷେତ୍ରରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!