ଦୈନିକ ରାଶିଫଳ: 10 ଅଗଷ୍ଟ 2021, ମା’ ମଙ୍ଗଳାଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଅଗଷ୍ଟ ମାସ ୧୦ ତାରିଖ, ମଙ୍ଗଳବାର, କର୍କଟ ମାସ ୨୬ ଦିନ, ଶ୍ରାବଣ ମାସ, ଶୁକ୍ଳପକ୍ଷ, ଦ୍ଵିତୀୟା ତିଥି, ମଘା ନକ୍ଷତ୍ର, ଦିବା ୯ଟା ୫୧ମିନିଟ୍ ଗତେ ପୂର୍ବାଫାଲଗୁନୀ ନକ୍ଷତ୍ର, ସିଂହ ରାଶିରେ ଚନ୍ଦ୍ର । ପରିଘ ଯୋଗ, ବାଳବ କରଣ ସକାଳ ୬ଟା ୩୪ମିନିଟ୍ ଗତେ କୌଳବ କରଣ । ମକର ରାଶିର ଘାତବାର । କର୍କଟ, ମକର ରାଶିର ଘାତଚନ୍ଦ୍ର । ବୋଇତିକଖାରୁ ନ ଖାଇଲେ ଭଲ, ସନ୍ଧ୍ୟା ୬ଟା ୬ମିନିଟ୍ ଗତେ ପୋଟଳ ନ ଖାଇଲେ ଭଲ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଯୋଗିନୀ- ଉତ୍ତର ସନ୍ଧ୍ୟା ୬ଟା ୬ ମିନିଟ୍ ପରେ ଆଗ୍ନେୟ । ଶ୍ରାଦ୍ଧ ତର୍ପଣ- ଦ୍ଵିତୀୟାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । କାଳବେଳା- ଦିବା ୧ଟା ୨୭ମିନିଟ୍ ରୁ ଦିବା ୩ଟା ୩ମିନିଟ୍ । ବାରବେଳା- ସକାଳ ୭ଟା ୪ମିନିଟ୍ ରୁ ୮ଟା ୪୦ମିନିଟ୍ । କାଳରାତ୍ରି- ରାତ୍ରି ୭ଟା ୩୯ମିନିଟ୍ ରୁ ରାତ୍ରି ୯ଟା ୩ମିନିଟ୍ । ଶୁଭସମୟ- ସକାଳ ୮ଟା ୪୧ମିନିଟ୍ ରୁ ୧୦ଟା ୩୪ମିନିଟ୍, ଦିବା ୧ଟା ୯ମିନିଟ୍ ରୁ ୧ଟା ୨୬ମିନିଟ୍, ଦିବା ୪ଟା ୪୦ମିନିଟ୍ ରୁ ୫ଟା ୨୨ମିନିଟ୍, ସନ୍ଧ୍ୟା ୬ଟା ୧୫ମିନିଟ୍ ରୁ ୬ଟା ୫୮ମିନିଟ୍, ରାତ୍ର ୯ଟା ୧୫ମିନିଟ୍ ରୁ ୧୧ଟା ୨୮ମିନିଟ୍, ରାତ୍ର ୧ଟା ୪୫ମିନିଟ୍ ରୁ ରାତ୍ର ୩ଟା ୧୩ମିନିଟ୍ ।

ମେଷ:-ଛାତ୍ର ଛାତ୍ରୀମାନେ ଆତ୍ମନିର୍ଭର ଶୀଳତା ଶିଖିବେ । ପ୍ରଚାର ପ୍ରସାର ମାଧ୍ୟମରେ ଲୋକମାନଙ୍କ ସମ୍ନାକୁ ଆସିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ବ୍ୟବସାୟରେ ଆଶାତୀତ ଲାଭବାନ୍ ହେବେ । ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ । ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ବୃଷ:-ଶୁଭ ସମାଚାର ଶୁଣି ଧୈର୍ଯ୍ୟ ଓ ସାହସ ବୃଦ୍ଧି ପାଇବ । ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବେ । ବିଦେଶ ଯାତ୍ରା ଫଳରେ ଅଟକିଥିବା ଅର୍ଥ ପ୍ରାପ୍ତି ହେବ । ଅନେକ ସମସ୍ୟାର ସମାଧାନ ହୋଇ ଯଶ ଲାଭ ଓ ନୂତନ ବାହନଆଦି ପ୍ରାପ୍ତିହେବ । ବିଭିନ୍ନ କାର୍ଯ୍ୟରେ ବାଧା ସୃଷ୍ଟି ହେଲେ ମଧ୍ୟ ନିରାକରଣ ଓ ସମାଧାନ କରିପାରିବେ । ପୂର୍ବରୁ କରିଥିବା ତୃଟିର ପଶ୍ଚାତାପ କରି ନିରବ ରହିବା ଫଳରେ ଲୋକମାନେ ଦୁର୍ବଳତା ଭାବିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ସରକାରୀ କର୍ମଚାରୀମାନେ ସହକର୍ମୀମାନଙ୍କଠାରୁ ସାହାଯ୍ୟ, ସହଯୋଗ ପାଇ କର୍ମ କ୍ଷେତ୍ରରେ ସୁନାମ ଅର୍ଜନ କରିବେ । ଛାତ୍ର ଛାତ୍ରୀମାନେ ଉଚ୍ଚ ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ । ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ । ବ୍ୟବସାୟରେ କୌଣସି ଜଟିଳ ସମସ୍ୟାର ସମାଧାନ ହୋଇ ଉନ୍ନତି ଲାଭ ପ୍ରାପ୍ତି ହେବ । ପ୍ରିୟଜନ ମାନଙ୍କୁ ଆର୍ଥିକ ଓ ଭାବନାତ୍ମକ ସାହାଯ୍ୟ କରିବେ । ପ୍ରତିକାର- ମିଶ୍ରିଟିକେ ଖାଇ ଘରୁ ବାହାରନ୍ତୁ ।

କର୍କଟ:-ବ୍ୟବସାୟରେ ସାମାନ୍ୟ ଲାଭବାନ ହେବେ । ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବ । ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ । ପଦସ୍ଥବ୍ୟକ୍ତି ଓ ବରିଷ୍ଠ ବ୍ୟକ୍ତିଙ୍କ ସାହାଯ୍ୟରେ ଅଟକିଥିବା କାର୍ଯ୍ୟ ପୂରଣ ହେବ । ଆକସ୍ମିକ ଦୁର୍ଘଟଣାରୁ ଅଳ୍ପକେ ରକ୍ଷା ପାଇବେ । ଅନେକ କ୍ଷେତ୍ରରେ ଦୋଦୁଲ୍ୟମାନ ପରିସ୍ଥିତି ସୃଷ୍ଟି ହେବ । ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣ ଯୋଗେ ବ୍ୟଥିତ ହେବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ସିଂହ:-ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ବନ୍ଧୁ ବାନ୍ଧବଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ପରିବାରରେ ଶାନ୍ତି ଦେଖା ଦେବ । ଛାତ୍ର ଛାତ୍ରୀମାନେ ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ । ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

କନ୍ୟା:-ଅଧିନସ୍ଥ କର୍ମଚାରୀ ଓ ସହକର୍ମୀଙ୍କ କାମ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ । ବ୍ୟବସାୟରେ କଠିନ ପରିଶ୍ରମ କରିବାକୁ ପଡିବ । ନୂତନ ବସ୍ତ୍ରଭୂଷଣ ଆଦି ଲାଭ ହେବ । ବନ୍ଧୁ ମିତ୍ରମାନଙ୍କର ସହଯୋଗ ପ୍ରାପ୍ତି ହେବ । ପୁରାତନ ସମସ୍ୟାର ସମାଧାନ ହେବ । ପୁରାତନ ରୋଗ ଦୂରେଇଯିବ । କୌଣସି ପ୍ରତିଷ୍ଠିତ ରାଜନେତାଙ୍କ ସହ ସାକ୍ଷାତ କରି ଅଟକୁଥିବା କାର୍ଯ୍ୟକୁ ପୂରଣ କରିବେ । ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ତୁଳା:-ଶାରିରୀକ ସୁସ୍ଥତା ଦେଖା ଦେବ । ଶତୃ, ରୋଗ, ଋଣରୁ ମୁକ୍ତି ହେବେ । କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ଓ ପଦୋନ୍ନତି ପାଇବାର ରାସ୍ତା ପରିଷ୍କାର ହୋଇ ଯିବ । ଅବିବାହିତ ଯୁବକ-ଯୁବତୀମାନଙ୍କର ବିିଭିନ୍ନ ସ୍ଥାନରୁ ପ୍ରସ୍ତାବ ମାନ ଆସିବ । ଛାତ୍ର-ଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ । ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ବିଚ୍ଛା:-ଶୁଭ ସମ୍ବାଦ ପାଇବେ ଓ ପରିବାରରେ ବ୍ୟକ୍ତିଗତ ସମସ୍ୟା ସାର୍ବଜନୀନ ସମ୍ପର୍କରେ ବିକଶିତ ହେବ । ଉଚ୍ଚପଦସ୍ଥ ବ୍ୟକ୍ତି ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସମ୍ପର୍କ ମଧୁର ହେବା ଫଳରେ ସୁଖ ଶାନ୍ତିରେ ଦିନଟି କାଟିବେ । ବନ୍ଧୁ ମିତ୍ର ଓ ସମ୍ପର୍କୀୟ ବ୍ୟକ୍ତିଙ୍କ ସହ ମାନମନାନ୍ତର ଦୂରେଇ ଯିବ । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ । ଆତ୍ମବିଶ୍ୱାସ ଫଳରେ ସମସ୍ତ କାର୍ଯ୍ୟ ସହଜ ସରଳରେ ସମାଧାନ ହୋଇଯିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ:-ସୁନା, ରୁପା, କଂସା, ପିତଳ, ତେଜରାତି, ଷ୍ଟେନସାରୀ, ଔଷଧ ବ୍ୟବସାୟୀମାନଙ୍କୁ ଉତ୍ତମ ଲାଭ ପ୍ରାପ୍ତି ହେବ । ବ୍ୟବସାୟରେ ଭାଗିଦାରୀ ମାନଙ୍କଠାରୁ ସାହାଯ୍ୟ ମିଳିବ । ଦୈବୀ କୃପା ଫଳରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ । ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଧନ ସମ୍ପତ୍ତି ପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ଯଶମାନ ବୃଦ୍ଧି ହେବ । ପରିବାରର ସମସ୍ତ ସଦସ୍ୟଙ୍କର ସହଯୋଗ ପାଇବେ । ପୁରୁଣା ବନ୍ଧୁଙ୍କ ସହାୟତାରେ ଆର୍ଥିକସ୍ଥିତି ବଦଳିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ମକର:-ସହଯୋଗୀଙ୍କର ପୂର୍ଣ୍ଣ ସହଯୋଗ ପାଇ ସରକାରୀ କର୍ମଚାରୀ ମାନଙ୍କର ଉନ୍ନତି ହେବ । ପତି-ପତ୍ନିଙ୍କ ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ବ୍ୟବସାୟରେ ଉତ୍ତମ ଲାଭହେବ । ନିଜ ଲୋକମାନେ ଶତୃତା ଆଚରଣ କରିବେ, ଅପଦସ୍ତ, ମାନହାନୀ, ଚୌରଭୟ ଦେଖାଦେବ । ଟେନ୍ସନ୍, ଡିପ୍ରେସନ୍ ଓ ବୈଚାରିକ ଅସ୍ଥିରତା ଭିତରେ ଗତି କରିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ଶତ୍ରୁମାନଙ୍କ ଉପରେ ନଜର ନରଖିଲେ କ୍ଷତିରେ ପଡିବେ । ନୂତନ କର୍ମ ପାଇଁ ପ୍ରୟାସରତ ଥିଲେ ନିଯୁକ୍ତି ପାଇବେ । ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ପାଠ ପଢ଼ାରେ ମନଯୋଗ ଦେବେ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ । ରାଜନୀତିରେ ଲୋକପ୍ରିୟତା ହାସଲ କରିବେ । ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ । ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇବେ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନଦେଇ କାର୍ଯ୍ୟ କରନ୍ତୁ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

ମୀନ:-ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ । ଗୃହସ୍ଥ ଜୀବନ ସୁଖ ଶାନ୍ତିରେ କଟିବ । ସାମାଜିକ କ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ବ୍ୟବସାୟରେ ଆର୍ଥିକସ୍ଥିତି ସୁଦୃଢ଼ ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ରାଜନୈତିକ କ୍ଷେତ୍ରରେ ସ୍ଥିତି ସୁଦୃଢ଼ ହେବା ସହ କାର୍ଯ୍ୟଭାର ବୃଦ୍ଧି ପାଇବ । ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!