୨୦୨୧ ମସିହା, ଅଗଷ୍ଟ ମାସ ୧୧ ତାରିଖ, ବୁଧବାର, କର୍କଟ ମାସ ୨୭ ଦିନ, ଶ୍ରାବଣ ମାସ, ଶୁକ୍ଳପକ୍ଷ, ତୃତୀୟା ତିଥି, ପୂର୍ବାଫାଲଗୁନୀ ନକ୍ଷତ୍ର, ଦିବା ୯ଟା ୩୧ମିନିଟ୍ ଗତେ ଉତ୍ତରାଫାଲଗୁନୀ ନକ୍ଷତ୍ର, ସିଂହ ରାଶିରେ ଚନ୍ଦ୍ର, ଦିବା ୩ଟା ୨୩ମିନିଟ୍ ଗତେ କନ୍ୟା ରାଶିରେ ଚନ୍ଦ୍ର । ଶିବ ଯୋଗ, ତୈତିଳ କରଣ ପ୍ରାତଃ ୫ଟା ୩୨ମିନିଟ୍ ଗତେ ଗର କରଣ । କର୍କଟ ରାଶିର ଘାତବାର । କର୍କଟ, ମକର ରାଶିର ଘାତଚନ୍ଦ୍ର ।
ପୋଟଳ ନ ଖାଇଲେ ଭଲ, ଦିବା ୪ଟା ୫୪ମିନିଟ୍ ଗତେ ମୂଳା ନ ଖାଇଲେ ଭଲ । ଯୋଗିନୀ- ଆଗ୍ନେୟ କୋଣେ ଦିବା ୪ଟା ୫୪ମିନିଟ୍ ପରେ ନୈରୁତେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ତୃତୀୟାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୮ଟା ୪୦ମିନିଟ୍ ରୁ ଦିବା ୧୦ଟା ୧୬ମିନିଟ୍ । ଦିବା ୧୧ଟା ୫୧ମିନିଟ୍ ରୁ ଦିବା ୧ଟା ୨୭ମିନିଟ୍ । ରାତ୍ରି ୨ଟା ୪୦ମିନିଟ୍ ରୁ ରାତ୍ରି ୪ଟା ୫ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୩୦ମିନିଟ୍ ରୁ ୭ଟା ୧୦ମିନିଟ୍, ଦିବା ୧୦ଟା ୧୭ମିନିଟ୍ ରୁ ୧୧ଟା ୨୫ମିନିଟ୍, ଦିବା ୨ଟା ରୁ ୫ଟା ୨୨ମିନିଟ୍, ସନ୍ଧ୍ୟା ୭ଟା ରୁ ରାତ୍ର ୧୦ଟା ୪୩ମିନିଟ୍, ରାତ୍ର ୧ଟା ୪୫ମିନିଟ୍ ରୁ ରାତ୍ର ୨ଟା ୩୯ମିନିଟ୍ ।
ମେଷ:-ସନ୍ତାନଙ୍କ ପାଇଁ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ପାରିବାରିକ ଜୀବନ ସୁଖ ଓ ଶାନ୍ତିରେ କଟିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । କୋର୍ଟ-କଚେରୀ ମାମଲା ଓ ବାଦବିବାଦ ଆପଣଙ୍କ ସପକ୍ଷରେ ରହିବ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ବୃଷ:-ନିଜର ଚତୁରତା ଓ ବିବେକ ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିବେ । ଅସହାୟ ଓ ନୀଚ ଲୋକଙ୍କୁ ସାହାର୍ଯ୍ୟ କରିବାକୁ ମନ ବଳାଇବେ । ପରିବାରରେ କୌଣସି ଶୁଭକାର୍ଯ୍ୟ ହେବ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ । କ୍ରୋଧିତ ହେଲେ ତିଆରି କରିଥିବା କାର୍ଯ୍ୟରେ ସଫଳ ହେବେ ନାହିଁ । ବ୍ୟବସାୟ ପାଇଁ ଆଖପାଖକୁ ଯାତ୍ରା କରିବାର ସମ୍ଭାବନା ଅଛି । ମିତ୍ର ସହଯୋଗୀ ମାନେ ସାହାଯ୍ୟ ସହଯୋଗ କରିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ମିଥୁନ:-ଶାରିରୀକ ସୁସ୍ଥତା ଦେଖା ଦେବା ସହ ମାନସିକ ଶାନ୍ତି ମିଳିବ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ଦିନ ଧାର୍ଯ୍ୟ ହୋଇ ଯିବ । ଛାତ୍ର-ଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ । ସରକାରୀ କର୍ମଚାରୀ ମାନଙ୍କର କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ । ସ୍ଥାନାନ୍ତର ହେବାକୁ ଚାହୁଁଥିଲେ ସଫଳତା ଲାଭ କରିବେ । ବ୍ୟବସାୟରେ ଉନ୍ନତି ଲାଭ କରିବେ । ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
କର୍କଟ:-ପରିବାରର ସଦସ୍ୟଙ୍କ ମନରେ ଆପଣଙ୍କ ପ୍ରତି ଭୁଲ୍ ବୁଝାମଣା ହୋଇପାରେ । ଗୁରୁଜନଙ୍କ ସହିତ କଥାବାର୍ତ୍ତା କରିବା ବେଳେ ଶିଷ୍ଟାଚାରର ପାଳନ କରନ୍ତୁ । ବିଦ୍ୟାର୍ଥୀମାନଙ୍କର ଅଧ୍ୟୟନ ପ୍ରତି ଆଗ୍ରହ କମିଯିବ । ସ୍ୱାସ୍ଥ୍ୟ ସାମାନ୍ୟ ଦୁର୍ବଳ ରହିବ । ଅସନ୍ତୋଷ, ଭ୍ରମଣକାଳରେ କ୍ଲେଶ, ସହକର୍ମୀଙ୍କ ସହ ବିବାଦ ଦେଖାଦେଇ ପାରେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ସିଂହ:-ଶୁଭ ସମାଚାର ଶୁଣି ମାନସିକ ଚିନ୍ତା ଦୂର ହେବ । ନୂତନ କାମ ଆରମ୍ଭ କରିପାରିବେ । ଶେୟର୍ସ, ନିବେଶ ଆଦିରେ ଲାଭ ହେବ । ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ । ଶାରିରୀକ ସୁସ୍ଥତା ଦେଖା ଦେବ । ଚାକିରି କ୍ଷେତ୍ରରେ କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟଭାର ହାତକୁ ନେବେ । ଗୁରୁଜନଙ୍କ ଠାରୁ ଆଶୀର୍ବାଦ ପାଇ ମାଲିମୋକଦ୍ଦମାରେ ଜିତିବେ । ଅଚାନକ ପରିସ୍ଥିତିରେ ଧନ ପ୍ରାପ୍ତି ହେବାର ସମ୍ଭାବନା ଅଛି । ପ୍ରତିକାର- ତିଳକଚନ୍ଦନ ଧାରଣ କରନ୍ତୁ ।
କନ୍ୟା:-ଆଧ୍ୟାତ୍ମିକ ଓ ବୌଦ୍ଧିକ କ୍ଷମତା ପ୍ରାପ୍ତ କରିବେ । ଦୁର୍ବଳ ବା ବୃଦ୍ଧ ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ହାତ ବଢେଇବେ । ଆତ୍ମବିଶ୍ଵାସ ଓ ମନବଳ ଦୃଢ ହେବ । ଗୁରୁଗୁରୁଜନ ଓ ମାଆବାପାଙ୍କ ଆଶୀର୍ବାଦ ସ୍ନେହ ପ୍ରାପ୍ତ ହେବ । ଧୈର୍ଯ୍ୟ, ସାହସ ଓ ବୁଦ୍ଧିମତା ଯୋଗେ ପ୍ରଶଂସା ପାଇବେ । ପ୍ରତିସ୍ପର୍ଦ୍ଧା ଓ ପ୍ରତିଯୋଗିତାରେ ବିଜୟଶ୍ରୀ ହେବ । ପଡୋଶୀଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ । ଗ୍ୟାଷ୍ଟିକ ସମସ୍ୟା ଦେଖାଦେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ତୁଳା:-ସ୍ୱାସ୍ଥ୍ୟସମସ୍ୟା ସୁଧୁରିବା ଫଳରେ ଆଶାକରିଥିବା କାର୍ଯ୍ୟ ପୁରଣ କରିପାରିବେ । ଗୁରୁଜନଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ ଓ ଆଶୀର୍ବାଦ ମିଳିବ । ଆତ୍ମବିଶ୍ଵାସରେ ବୃଦ୍ଧି ହେବ । କୌଣସି ମହତ୍ଵପୂର୍ଣ୍ଣ ସୂଚନା, ସନ୍ଦେଶ, ଅର୍ଡର ବା ପେମେଣ୍ଟ ଆଦି ପ୍ରାପ୍ତ ହେବ । କୌଣସି ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହିତ ଭେଟ ହୋଇ ଆଗକୁ ବଢିବାରେ ସହାୟତା ମିଳିବ । ବ୍ୟାପାର ଓ କାରବାରରେ ବହୁତ ଲାଭ ପାଇବାର ଯୋଗଅଛି । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
ବିଚ୍ଛା:-ଭାଗୀଦାରୀଙ୍କ ସହିତ ଲାଗିରହିଥିବା ବିବାଦ ବା ମତଭେଦର ନିରାକରଣ ହୋଇଯିବ । କାର୍ଯ୍ୟକ୍ଷେତ୍ରରେ ନୂତନ ପଦକ୍ଷେପ ନେବା ଫଳରେ ଆଶାତୀତ ଲାଭ ପାଇବେ । କଠିନ ପରିଶ୍ରମ କରି ନିଜର ପତିଆରା ବଜାୟ ରଖିବେ । ନୂତନ କାର୍ଯ୍ୟ ଆରମ୍ଭ କରି ପାରିବେ । ନୂଆ କୌଶଳ ଶିଖିବାର ସୁଯୋଗ ପାଇବେ । ପରିବାରରେ ସମୃଦ୍ଧତା ଓ ସନ୍ତୁଷ୍ଟିର ପରିବେଶ ରହିବ । ସନ୍ତାନଙ୍କର ଉନ୍ନତିରେ ଉତ୍ସାହିତ ହେବେ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।
ଧନୁ:-ଚାକିରିରେ କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରିବା ଫଳରେ ଉଚ୍ଚାଧିକାରୀମାନେ ପ୍ରସନ୍ନ ରହିବେ । ଧର୍ମ କାର୍ଯ୍ୟ ଓ ଶୁଭ କାର୍ଯ୍ୟରେ ଯୋଗଦାନ କରି କିଛି ଅର୍ଥ ମଧ୍ୟ ବ୍ୟୟ କରିପାରନ୍ତି । ଗୃହପୋକରଣ ନୂତନ ଦ୍ରବ୍ୟ କ୍ରୟ କରିବେ । ବ୍ୟାପାରରେ ନୂଆ ଅର୍ଡର ବା ଏଗ୍ରୀମେଣ୍ଟ କରିପାରିବେ । ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ସଫଳତା ପାଇବେ । ଅଧ୍ୟୟନ, ଅନୁସନ୍ଧାନ, ଧ୍ୟାନ, ପ୍ରାର୍ଥନା ଆଦି ପାଇଁ ସମୟ ଉପଯୁକ୍ତ ଅଟେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।
ମକର:-ରାଜନୀତି କ୍ଷେତ୍ରରେ ଜଡିତ ଥିବା ଲୋକମାନଙ୍କ ପାଇଁ ସମୟ ବହୁତ ଭଲ ରହିବ । ପରିବାରର ସଦସ୍ୟଙ୍କ ସହିତ ହାସ ପରିହାସ ଓ ମନୋରଞ୍ଜନର ଆନନ୍ଦ ଉପଭୋଗ କରିବେ । ଆର୍ଥିକ ଚିନ୍ତା କରନ୍ତୁ ନାହିଁ, କିନ୍ତୁ ଅଯଥା ଖର୍ଚ୍ଚ ପ୍ରତି ସାବଧାନ ରୁହନ୍ତୁ । ଆପଣଙ୍କର ଅପ୍ରୀତିକର କଥାବାର୍ତ୍ତାରେ ଲୋକମାନେ ବିରକ୍ତ ହୋଇପାରନ୍ତି । ଅପରିଚିତ ଲୋକମାନଙ୍କୁ ଅଧିକ ବିଶ୍ଵାସ କରନ୍ତୁ ନାହିଁ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।
କୁମ୍ଭ:-ସନ୍ତାନ ସମ୍ବନ୍ଧୀୟ ଚିନ୍ତା ଦୂର ହୋଇଯିବ । କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ । ମାନସିକ ସୁସ୍ଥତା ଅନୁଭବ କରିବେ । ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ ଆପଣ ସଫଳତା ଅର୍ଜନ କରିବେ । ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ । ନୂଆ ଯୋଜନାରେ ସଫଳହେବେ । ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।
ମୀନ:-ଶତୃ, ରୋଗ, ଋଣରୁ ମୁକ୍ତି ହେବେ । କର୍ମକ୍ଷେତ୍ରରେ ଆପଣଙ୍କର ପ୍ରତିଭାକୁ ପ୍ରୋତ୍ସାହନ ମିଳିପାରେ । ନୂଆ ଲୋଳଙ୍କ ସହିତ ସମ୍ପର୍କ ମଜବୁତ ହେବ । ଲୋକମାନେ ସାହାଯ୍ୟ କରିବାକୁ ଚେଷ୍ଟା କରିବେ । ଯୁବକ ଯୁବତୀ ମାନଙ୍କର ଚାକିରି କ୍ଷେତ୍ରରେ ଉନ୍ନତି ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ଯଦି ବ୍ୟବସାୟ ବଢେଇବା ପାଇଁ କୌଣସି ଋଣ କରିବାକୁ ଇଛା କରୁଛନ୍ତି ତେବେ ସେଥିରେ କିଛି ବାଧା ବିଘ୍ନର ସମ୍ମୁଖୀନ ହେବାକୁ ପଡିବ ନାହିଁ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।
Jyotirbid Dr. Pramod Satapathy
Jantra Jyotisha, Cuttack
For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674