ଦୈନିକ ରାଶିଫଳ: 13 ଅଗଷ୍ଟ 2021, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଅଗଷ୍ଟ ମାସ ୧୩ ତାରିଖ, ଶୁକ୍ରବାର, କର୍କଟ ମାସ ୨୯ ଦିନ, ଶ୍ରାବଣ ମାସ, ଶୁକ୍ଳପକ୍ଷ, ପଞ୍ଚମୀ ତିଥି, ହସ୍ତା ନକ୍ଷତ୍ର, ସକାଳ ୭ଟା ୫୯ମିନିଟ୍ ଗତେ ଚିତ୍ରା ନକ୍ଷତ୍ର, କନ୍ୟା ରାଶିରେ ଚନ୍ଦ୍ର । ସାଧ୍ୟ ଯୋଗ ଦିବା ୧ଟା ୪୫ମିନିଟ୍ ଗତେ ଶୁଭ ଯୋଗ, ବାଳବ କରଣ ଦିବା ୧ଟା ୪୩ମିନିଟ୍ ଗତେ କୌଳବ କରଣ । ବିଛା, ଧନୁ, ମୀନ ରାଶିର ଘାତବାର । ବୃଷ ରାଶିର ଘାତଚନ୍ଦ୍ର । ବେଲ, ପଣସ ନ ଖାଇଲେ ଭଲ, ଦିବା ୧ଟା ୪୩ମିନିଟ୍ ଗତେ ନିମ୍ବ ବା ପିତା ଦ୍ରବ୍ୟ ନ ଖାଇଲେ ଭଲ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଯୋଗିନୀ- ଦକ୍ଷିଣେ ଦିବା ୧ଟା ୪୩ମିନିଟ୍ ପରେ ପଶ୍ଚିମେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ପଞ୍ଚମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଏବଂ ଷଷ୍ଠୀର ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୧୦ଟା ୧୬ମିନିଟ୍ ରୁ ଦିବା ୧୧ଟା ୫୧ମିନିଟ୍ । ସକାଳ ୮ଟା ୪୦ମିନିଟ୍ ରୁ ଦିବା ୧୦ଟା ୧୬ମିନିଟ୍ । ରାତ୍ରି ୯ଟା ୨ମିନିଟ୍ ରୁ ରାତ୍ରି ୧୦ଟା ୨୬ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୩୦ମିନିଟ୍ ରୁ ୬ଟା ୧୯ମିନିଟ୍, ସକାଳ ୭ଟା ୧୨ମିନିଟ୍ ରୁ ୮ଟା ୩୯ମିନିଟ୍, ଦିବା ୧୨ଟା ୧୭ମିନିଟ୍ ରୁ ୨ଟା ୪୮ମିନିଟ୍, ଦିବା ୪ଟା ୩୨ମିନିଟ୍ ରୁ ସନ୍ଧ୍ୟା ୬ଟା ୧୨ମିନିଟ୍, ରାତ୍ର ୭ଟା ୪୪ମିନିଟ୍ ରୁ ରାତ୍ର ୯ଟା ୧ମିନିଟ୍, ରାତ୍ର ୧ଟା ୪୫ମିନିଟ୍ ରୁ ରାତ୍ର ୩ଟା ୫୮ମିନିଟ୍ ।

ମେଷ:-ବ୍ୟବସାୟରେ ବୁଦ୍ଧି ପ୍ରୟୋଗ କରି ବଡ ଧରଣର ସଫଳତା ପାଇପାରିବେ । କର୍ମସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ । ଉଚ୍ଚାଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ । ଅଧୁରା କାର୍ଯ୍ୟ ପୂରଣ ପାଇଁ ଚେଷ୍ଟା କରିବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ପ୍ରତିକାର- ନାଲିବସ୍ତ୍ର ପରିଧାନ କରନ୍ତୁ । ନତୁବା ନାଲି ରୁମାଲ ଟିଏ ପାଖରେ ରଖନ୍ତୁ ।

ବୃଷ:-ଗୃହରେ ଥିବା କଳହ, ପତିପତ୍ନୀ ମଧ୍ୟରେ ମତଭେଦ, ବିରୋଧଭାବ ଏବଂ ତିକ୍ତତା ଭାବର ସମାଧାନ ହେବ । ଚାକିରୀ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ବିରୋଧି ଭାବର ଅବସାନ ଘଟି କାର୍ଯ୍ୟ କ୍ଷେତ୍ରର ପରିବର୍ତ୍ତନ ହେବ । ପରିବାରରେ ସୁଖଶାନ୍ତି ଦେଖା ଦେବ । ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍ । ରାଜନୀତି କ୍ଷେତ୍ରରେ ବିରୋଧି ମାନେ ନିନ୍ଦା କରିବେ । ଛାତ୍ରଛାତ୍ରୀମାନେ ବିଦ୍ୟାରେ ମନଯୋଗ ଦେବେ । ପ୍ରତିକାର:- ଆମ୍ବଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ ।

ମିଥୁନ:-ବନ୍ଧୁଙ୍କ ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ କିନ୍ତୁ ଯାତ୍ରାରେ ସଫଳତା ଲାଭ ହେବ । ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟୀ ହେବେ । ବିଦେଶ ଯାତ୍ରାରେ ଲାଭବାନ ହେବେ ଓ କାର୍ଯ୍ୟ ପୁରଣରେ ବିଳମ୍ବ ହେବ । ବିଚାର ବିଭାଗ ରାୟ ସପକ୍ଷରେ ଯିବ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳୀୟାନ ହେବେ । ଶତୃ ବୃଦ୍ଧି ଓ ଆର୍ଥିକ ଅନାଟନ ଦେଖା ଦେଇପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । ବ୍ୟବସାୟୀମାନେ ଆବଶ୍ୟକତା ଠାରୁ ଅଧିକ ଆଦାନ ପ୍ରଦାନ କରି ଉଚିତ ଲାଭ ପାଇବେ । କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଅତ୍ୟନ୍ତ ଶୁଭ ଦାୟକ । ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ । କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ । ମାନସିକ ଅଶାନ୍ତି ଦୂର ହେବ । ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ସିଂହ:-ଅଧିକାରୀଙ୍କଠାରୁ ସହଯୋଗ ପାଇ କର୍ମକ୍ଷେତ୍ରରେ ଉନ୍ନତି କରିପାରିବେ । ଆର୍ଥିକ ସ୍ଥିତିରେ ଉନ୍ନତି ହେବାର ସମ୍ଭାବନା ଅଛି । ବନ୍ଧୁ ମିତ୍ରଙ୍କ ଆଗମନ ହେବ ଓ ବ୍ୟୟ ଅପେକ୍ଷା ଆୟ ଅଧିକ ହେବ । ମାଲିମୋକଦ୍ଦମାରେ ଶୁଭ ସୂଚନା ପାଇବେ । ଯାହା ଚିନ୍ତା କରିବେ ତାହା ପୂରଣ ହେବ । କର୍ତ୍ତବ୍ୟନିଷ୍ଠା ପରାୟଣ ଯୋଗେ ଉଚ୍ଚଆଶା ସଫଳ ହେବ । ଦୂରଯାତ୍ରାର ସୁଯୋଗ ପାଇବେ । ଗୃହବାହନ ସମ୍ବନ୍ଧୀୟ ସମସ୍ୟା ସମାଧାନ କରି ପ୍ରଶଂସା ପାଇବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କନ୍ୟା:-ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ । ନୂତନପନ୍ଥା ଅନୁସରଣ କରି ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟ କ୍ଷେତ୍ରରେ ନୂଆ ଯୋଜନା ଉପରେ କାର୍ଯ୍ୟ କରିଲେ ମନୋକାମନା ପୂରଣ ହେବ । ପରୀକ୍ଷା ଓ ସାକ୍ଷାତ କାରରେ ସଫଳତା ମିଳିବ । ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ତୁଳା:-ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ । ପାରିବାରିକ କ୍ଷେତ୍ରରେ ଆନନ୍ଦ ମିଳିବ । ସହଯୋଗୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ଆର୍ଥିକ ସମସ୍ୟା ଦୂର ହୋଇ ଯିବ । ପ୍ରେମପ୍ରସଙ୍ଗରେ ନିଶ୍ଚିତ ରୂପରେ ସଫଳତା ମିଳିବ । ବନ୍ଧୁ ମିତ୍ରଙ୍କର ସହଯୋଗ ଓ ଆର୍ଥିକ ସହାୟତାରେ ଲାଭର ମାର୍ଗ ପ୍ରଶସ୍ଥ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଭୌତିକ ସୁଖ-ସୁବିଧା ସାଧନର ବୃଦ୍ଧି ହେବ ଓ ପରିଶ୍ରମ କଷ୍ଟର ପୁରା ଲାଭ ମିଳିବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ବିଚ୍ଛା:-ସାମାଜିକ କାର୍ଯ୍ୟରେ ଆଜି ଅଧିକ ସମୟ ବିତେଇ ପ୍ରଶଂସା ପାଇବେ । ପୁରୁଣା ମିତ୍ରଙ୍କ ସହିତ ଭେଟ ହେବା ଫଳରେ ପରିବାରର ପୁରୁଣା ସମସ୍ୟା ସମାଧାନ ହୋଇଯିବ । ରାଜନୀତି କ୍ଷେତ୍ରରେ ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତା ଯୋଗେ ଲୋକ ପ୍ରିୟତା ବୃଦ୍ଧି ହେବ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବା ଫଳରେ ନୂତନପନ୍ଥା ଅନୁସରଣ କରିବେ । ପ୍ରେମୀ-ପ୍ରେମିକଙ୍କ ମଧୁର ମିଲନରେ କୌଣସି ବାଧାବନ୍ଧନ ନାହିଁ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ଧନୁ:-ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରିବେ । ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ । ମିତ୍ରମାନଙ୍କ ସହଯୋଗ ପାଇ ବ୍ୟାପାର ଓ କାରବାରରେ ସ୍ଥିତି ସୁଦୃଢ ହେବା ସହ ପରିସ୍ଥିତି ବଦଳିଯିବ । ପ୍ରେମ ପ୍ରସଙ୍ଗରେ ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ । ରାଜନୀତି କ୍ଷେତ୍ରରେ ସତର୍କତାର ସହ କାର୍ଯ୍ୟ କରିଲେ ସମସ୍ତ ପରିସ୍ଥିତି ସନ୍ଧ୍ୟାପରେ ଆପଣଙ୍କ ସପକ୍ଷରେ ଯିବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମକର:-ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ । ବିରୋଧିମାନେ ଦୂରେଇ ଯିବେ । କର୍ମଖେତ୍ରରେ କୌଣସି ଆଶ୍ଚର୍ଯ୍ୟ ଜନକ କଥା ଶୁଣି ଚକିତ ହେବେ । ଦୂରଯାତ୍ରାରେ ପ୍ରିୟଜନଙ୍କସହ ମିଳନ ହେବା ସହ ଅଟକିଥିବା କାର୍ଯ୍ୟ ପୂରଣ ହେବ । କୌଣସି ଠାରୁ ଶୁଭ ସମାଚାର ଶୁଣିବାକୁ ମିଳିବ । ଅଟକିଥିବା ଧନ ମିଳିବାରୁ ଖୁସି ହେବେ । ବ୍ୟବସାୟରେ ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ଲାଭ ପ୍ରାପ୍ତ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ:-ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ । ବ୍ୟବସାୟରେ ବାଧା ଉପୁଜିଲେ ମଧ୍ୟ ଲାଭବାନ୍ ହେବେ । ଧୀରସ୍ଥିର ଭାବରେ ସମସ୍ୟା ସୁଧାରୀ ନେବା ଉଚିତ୍ । ଆର୍ଥିକ ଦିଗରୁ ଉନ୍ନତି ହେଲେ ମଧ୍ୟ ବ୍ୟୟ ଭାର ବୃଦ୍ଧି ହେବ । ସାମାଜିକ କାର୍ଯ୍ୟରେ ରତ ହେବେ । ପ୍ରେମିକ ପ୍ରେମିକା ମାନେ ସାଧୁସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପାଇବେ । ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ଦାମ୍ପତ୍ୟ ଜୀବନରେ ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ । ସରକାରୀ କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ ଓ କଠିନ ପରିଶ୍ରମ ହେତୁ ଶାରୀରିକ ପୀଡା ଭୋଗି ପାରନ୍ତି । ପରିବାରଜନଙ୍କ ସହ ନିଜ ବାହନରେ କୌଣସି ଜାଗାକୁ ଯାତ୍ରା ନ କରିଲେ ଭଲ । ଗୁପ୍ତ ଶତୃଙ୍କ ଦ୍ୱାରା ହଇରାଣ ଏବଂ ଅପଦସ୍ତ ହୋଇ ପାରନ୍ତି । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!