ଦୈନିକ ରାଶିଫଳ: 14 ଅଗଷ୍ଟ 2021, ଶନିଦେବଙ୍କ କୃପାରୁ ଆଜି ଏହି ରାଶିଙ୍କୁ ଅପର ସୁଖ ଓ ସମୃଦ୍ଧି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଅଗଷ୍ଟ ମାସ ୧୪ ତାରିଖ, ଶନିବାର, କର୍କଟ ମାସ ୩୦ ଦିନ, ଶ୍ରାବଣ ମାସ, ଶୁକ୍ଳପକ୍ଷ, ଷଷ୍ଠୀତିଥି, ଦିବା ୧୧ଟା ୫୧ମିନିଟ୍ ଗତେ ସପ୍ତମୀ ତିଥି, ଚିତ୍ରା ନକ୍ଷତ୍ର, ସକାଳ ୬ଟା ୫୫ମିନିଟ୍ ଗତେ ସ୍ଵାତୀ ନକ୍ଷତ୍ର, ତୁଳା ରାଶିରେ ଚନ୍ଦ୍ର । ଶୁଭଯୋଗ ଦିବା ୧୧ଟା ୧୧ମିନିଟ୍ ଗତେ ଶୁକ୍ଳ ଯୋଗ, ତୈତିଳ କରଣ ଦିବା ୧୧ଟା ୫୧ମିନିଟ୍ ଗତେ ଗର କରଣ । ବୃଷ, ସିଂହ, କନ୍ୟା ରାଶିର ଘାତବାର । ନିମ୍ବ ବା ପିତା ଦ୍ରବ୍ୟ ନ ଖାଇଲେ ଭଲ, ଦିବା ୧୧ଟା ୫୧ମିନିଟ୍ ଗତେ ତାଳ ନ ଖାଇଲେ ଭଲ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଯୋଗିନୀ- ପଶ୍ଚିମେ ଦିବା୧୧ଟା ୫୧ମିନିଟ୍ ପରେ ବାୟବ୍ୟେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ଷଷ୍ଠୀର ଏକୋଦ୍ଦିଷ୍ଟ ଏବଂ ସପ୍ତମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ପ୍ରାତଃ ୫ଟା ୩୦ମିନିଟ୍ ରୁ ୭ଟା ୫ମିନିଟ୍, ଦିବା ୪ଟା ୩୬ମିନିଟ୍ ରୁ ସନ୍ଧ୍ୟା ୬ଟା ୧୨ମିନିଟ୍ । ଦିବା ୧ଟା ୨୬ମିନିଟ୍ ରୁ ଦିବା ୩ଟା ୧ମିନିଟ୍ । ସନ୍ଧ୍ୟା ୬ଟା ୧୨ମିନିଟ୍ ରୁ ୭ଟା ୩୭ମିନିଟ୍, ରାତ୍ରି ୪ଟା ୫ମିନିଟ୍ ରୁ ୫ଟା ୩୦ମିନିଟ୍ । ଶୁଭସମୟ- ଦିବା ୧୦ଟା ୧୭ମିନିଟ୍ ରୁ ୧ଟା ୬ମିନିଟ୍, ରାତ୍ର ୮ଟା ୨୮ମିନିଟ୍ ରୁ ୧୦ଟା ୪୨ମିନିଟ୍, ରାତ୍ର ୧୨ଟା ୧୪ମିନିଟ୍ ରୁ ୧ଟା ୪୩ମିନିଟ୍, ରାତ୍ର ୨ଟା ୩୦ମିନିଟ୍ ରୁ ୩ଟା ୫୯ମିନିଟ୍ ।

ମେଷ:-ପାରିବାରିକ କ୍ଷେତ୍ରରେ ଖୁସିର ବାତାବରଣ ସ୍ଥାୟି ରହିବ ଓ ନୂତନ ସମ୍ବନ୍ଧ ସୃଷ୍ଟିହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାର ସାମର୍ଥ୍ୟ ବଢିବ । ନୂତନ ବ୍ୟବସାୟରେ ପୁଞ୍ଜି ନିବେଶ କରିବାର ସୁଯୋଗ ପାଇବେ । ମାନସମ୍ମାନ, ଯଶ, କୀର୍ତ୍ତି, ପ୍ରତିଷ୍ଠା, ପ୍ରତିପତିରେ ଉନ୍ନତି ହେବ । କ୍ଷମତା ଓ ଶକ୍ତି ବଳରେ ନିଜର ସମୟ ବିତାଇବେ । ପ୍ରତିକାର:- ନାଲି ରଙ୍ଗର ରୁମାଲ୍ ପାଖରେ ରଖନ୍ତୁ ।

ବୃଷ:-ନିଜର ଲୋକମାନେ ସାହାଯ୍ୟ ସହଯୋଗ କରିବେ । ରାଜନୀତି କ୍ଷେତ୍ରରେ ମାନସିକ ଚିନ୍ତା ଦୂରହେବ । ସମସ୍ତ ଚେଷ୍ଟା ସଫଳ ହେବା ଫଳରେ ନୂତନ କାର୍ଯ୍ୟରେ ଉନ୍ନତି ହେବ । ଶତୃ ଓ ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ମିଥୁନ:-କର୍ମଜୀବୀମାନେ କର୍ତ୍ତବ୍ୟ ନିଷ୍ଠା ରକ୍ଷାକରି ସାଧୁ ଓ ସଚ୍ଚୋଟ ଭାବେ ଦାୟିତ୍ୱ ତୁଲାଇ ପାରିବେ । ବ୍ୟବସାୟୀମାନେ କଠିନ ପରିଶ୍ରମର ଫଳ ପାଇବେ । ପାରିବାରିକସ୍ଥିତି ସାମାନ୍ୟ ବଦଳିବ । ରାଜନୀତି କ୍ଷେତ୍ରରେ ଲୋକସମ୍ପର୍କକୁ ଆଧାରକରି ତିଷ୍ଠି ପାରିବେ । ନକାରାତ୍ମକ ପରିସ୍ଥିତିକୁ ଆତ୍ମବିଶ୍ୱାସ ଦ୍ଵାରା ସକାରାତ୍ମକ ପରିସ୍ଥିତିରେ ପରିଣତ କରି ପାରିବେ । କଳା,ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପ୍ରତିକାର- କର୍ପୁର ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

କର୍କଟ:-କର୍ମକ୍ଷେତ୍ରରେ କରିଥିବା କାମର ଶୁଭ ସୂଚନା ପାଇବେ । ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥାକହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ଧନ ଆଦାନ ପ୍ରଦାନ କ୍ଷେତ୍ରରେ ସତର୍କତା ଅବଲମ୍ବନ କରିବା ଉଚିତ । ପ୍ରତିକାର:- ଆମ୍ବଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ ।

ସିଂହ:-ନିଜର ଲୋକମାନେ ସାହାଯ୍ୟ ସହଯୋଗ କରିବା ଫଳରେ ଅନେକ ଦିଗରୁ ଖୁସି ମିଳିବ । ଦୂରଯାତ୍ରାର ସୁଯୋଗ ମିଳିବ । ସମାନ ବିଚାରଧାରା ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ଆୟ ଓ ପ୍ରତିଷ୍ଠାରେ ଅପ୍ରତ୍ୟାଶିତ ତେଜ ଆସିବ । ଉଚ୍ଚାଧିକାରୀ ମାନେ ପ୍ରସନ୍ନ ରହିବେ । ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ ଓ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ରାଜନୀତି କ୍ଷେତ୍ରରେ ସମସ୍ତ ଚେଷ୍ଟା ସଫଳ ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚଳିବା ହିତକର ହେବ । ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ଘଟିବ । ନୂତନ ନିଯୁକ୍ତି ପାଇବାର ସୂଚନା ପାଇ ଖୁସି ହେବେ । କର୍ମକ୍ଷେତ୍ରରେ ଠିକ୍ ଲୋକଙ୍କ ସହ ସାକ୍ଷାତ ଫଳରେ ଆୟ ବୃଦ୍ଧି ହେବ । କୋର୍ଟ କଚେରି ସମ୍ବନ୍ଧୀୟ ମାମଲା ସମାଧାନ ପରିବର୍ତ୍ତେ ଅସମାଧିତ ରହିବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ତୁଳା:-ବ୍ୟବସାୟ କ୍ଷେତ୍ରରେ ପ୍ରଚୁର ପରିମାଣରେ ଆମଦାନୀ ରପ୍ତାନି କରି ଆନନ୍ଦ ଉଲ୍ଲାସରେ ଦିନଟି ବିତାଇବେ । ପରିବାରରେ ମନୋମାଳିନ୍ୟ ମେଣ୍ଟିଯିବ । ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ରାଜନୈତିକ କ୍ଷେତ୍ରରେ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ଵାସ୍ଥ୍ୟକର ପରିବେଶ ଏବଂ ସମ୍ମାନଜନକ ଘଟଣା ଦେଖାଦେବ । ନୂତନ ସମ୍ପତ୍ତି କ୍ରୟ କରିବେ । ବିଦେଶୀ ବନ୍ଧୁଙ୍କ ଦ୍ଵାରା ଅଧିକ ଉପକୃତ ହେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ବିଚ୍ଛା:-ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭବାନ ହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଆତ୍ମ ବିଶ୍ୱାସ ବୃଦ୍ଧି ହୋଇ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ଅଧ୍ୟୟନରେ ବାଧା ଉପୁଜିଲେ ମଧ୍ୟ ସମ୍ମାନର ଆଧିକାରୀ ହୋଇ ପାରିବେ । ଦାମ୍ପତ୍ୟ କଳହ ଓ ଭୟ ଆଶଙ୍କା ଦୂରେଇ ଯିବ । ପାରିବାରିକ ଜୀବନ ଆନନ୍ଦମୟ ହେବ । ଅତ୍ୟଧିକ ପରିଶ୍ରମ ଓ ଅନିଦ୍ରା ଜନିତ ପୀଡାପ୍ରତି ସାବଧାନ ରହିବା ଉଚିତ୍ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ଧନୁ:-ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବା ସହ ମାନସିକଶାନ୍ତି ପାଇବେ । ଶିକ୍ଷାର୍ଥୀମାନେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ । ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ । ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନପ୍ରଦାନରେ ଲାଭବାନ୍ ହେବେ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ଆୟରସ୍ରୋତ ଖୋଲିଯିବ । ରାଜନୈତିକ କ୍ଷେତ୍ରରେ ଆଶା ମୁତାବକ ଫଳ ପାଇବେ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

ମକର:-ସ୍ୱାସ୍ଥ୍ୟ ଉତ୍ତମ ରହିବ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ । ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ । ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ । ରାଜନୈତିକ କ୍ଷେତ୍ରରେ ସ୍ଥିରତା ଦେଖାଦେବ ଓ ଆଶା ମୁତାବକ ଫଳ ପାଇବେ । ବାସଗୃହ ଓ ଯାନବାହନର କେତେକ ସମସ୍ୟା ସମାଧାନ ହୋଇଯିବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କୁମ୍ଭ:-ସଚ୍ଚୋଟ ଭାବେ ଦାୟିତ୍ୱ ତୁଲାଇବା ଯୋଗେ ଉପରିସ୍ଥଙ୍କ ଶ୍ରଦ୍ଧା ବା କୃପାଭାଜନ ହେବେ । ପରିବାରରେ ଆର୍ଥିକ କ୍ଷେତ୍ରରେ ଉନ୍ନତିହେବା ଫଳରେ ଶାନ୍ତିପାଇବେ । ବ୍ୟବସାୟ ସଂସ୍ଥାନ, ଶିଳ୍ପ ପ୍ରତିଷ୍ଠା ବା ଯୋଜନା ସାଫଲ୍ୟଦାୟକ ହେବ । କର୍ମକ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ । ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମୀନ:-ଶିକ୍ଷାର୍ଥୀମାନେ ଅଧ୍ୟୟନରେ ମନ ଯୋଗ ଦେବେ । ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ । ପାରିବାରିକ ଜୀବନ ଆନନ୍ଦରେ କଟିବ । ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ । ପଦସ୍ଥ ବ୍ୟକ୍ତିଙ୍କ ସହ କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ରାଜନୈତିକ କ୍ଷେତ୍ରରେ କେବେ ବି ଆଗକୁହା ନ ହୋଇ କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକର ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!