ଦୈନିକ ରାଶିଫଳ: 15 ଅଗଷ୍ଟ 2021, ସୂର୍ଯ୍ୟଦେବଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଅଗଷ୍ଟ ମାସ ୧୫ ତାରିଖ, ରବିବାର, କର୍କଟ ମାସ ୩୧ ଦିନ, ଶ୍ରାବଣ ମାସ, ଶୁକ୍ଳପକ୍ଷ, ସପ୍ତମୀ ତିଥି, ସକାଳ ୯ଟା ୫୧ମିନିଟ୍ ଗତେ ଅଷ୍ଟମୀ ତିଥି, ସ୍ଵାତୀ ନକ୍ଷତ୍ର, ପ୍ରାତଃ ୫ଟା ୪୩ମିନିଟ୍ ଗତେ ବିଶାଖା ନକ୍ଷତ୍ର, ତୁଳା ରାଶିରେ ଚନ୍ଦ୍ର । ଶୁକ୍ଳ ଯୋଗ ସକାଳ ୮ଟା ୩୧ମିନିଟ୍ ଗତେ ବ୍ରହ୍ମ ଯୋଗ, ବାଣିଜ୍ୟ କରଣ ସକାଳ ୯ଟା ୫୧ମିନିଟ୍ ଗତେ ବିଷ୍ଟି କରଣ । ମେଷ ରାଶିର ଘାତବାର । ତାଳ ନ ଖାଇଲେ ଭଲ, ଦିବା ୯ଟା ୫୧ମିନିଟ୍ ଗତେ ନଡିଆ, ଆମିଷ ନ ଖାଇଲେ ଭଲ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଯୋଗିନୀ- ବାୟବ୍ୟେ ସକାଳ ୯ଟା ୫୧ମିନିଟ୍ ପରେ ଐଶାନ୍ୟେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ଅଷ୍ଟମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୧୧ଟା ୫୧ମିନିଟ୍ ରୁ ଦିବା ୧ଟା ୨୬ମିନିଟ୍ । ଦିବା ୧୦ଟା ୧୫ମିନିଟ୍ ରୁ ଦିବା ୧୧ଟା ୫୧ମିନିଟ୍ । ରାତ୍ରି ୧ଟା ୧୬ମିନିଟ୍ ରୁ ୨ଟା ୪୧ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୩୧ମିନିଟ୍ ରୁ ୯ଟା ୪୩ମିନିଟ୍, ଦିବା ୧ଟା ୨୭ମିନିଟ୍ ରୁ ୧ଟା ୫୬ମିନିଟ୍, ସନ୍ଧ୍ୟା ୬ଟା ୫୭ମିନିଟ୍ ରୁ ରାତ୍ର ୯ଟା ୧୧ମିନିଟ୍, ରାତ୍ର ୧୨ଟା ୧୪ମିନିଟ୍ ରୁ ୧ଟା ୧୫ମିନିଟ୍ । ପର୍ବଦିନ- ସ୍ଵାଧୀନତା ଦିବସ ।

ମେଷ:-ସାମାଜିକ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଦ୍ୱାରା ଉପଯୁକ୍ତ ପ୍ରାପ୍ୟ ଫେରି ପାଇବେ । ବନ୍ଧୁ, ମିତ୍ରଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ । ଅଧିକ ପରିଶ୍ରମ କରି ସାମାନ୍ୟ ଲାଭ ପାଇବେ । ପାରିବାରିକ ସମ୍ପର୍କରେ ଉନ୍ନତି ହେବ ଓ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେଲେ ବି ବଡ଼ନେତାଙ୍କୁ ସନ୍ତୁଷ୍ଟ କରିବା କାଠିକର ପାଠ ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-ଶିକ୍ଷାକ୍ଷେତ୍ରରେ ଅଦମ୍ୟ ଉଦ୍ୟମ ବା ଚେଷ୍ଟାଦ୍ୱାରା ସାଫଲ୍ୟ ପ୍ରାପ୍ତି ହେବ । ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ । ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ ଏବଂ ବ୍ୟାଙ୍କବାଲାନ୍ସ ବୃଦ୍ଧି ପାଇବ । ଦୂରଯାତ୍ରାରେ ସଫଳ ହେବେ । ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ । ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟରେ ଅଧିକ ଲାଭ ପାଇବେ । ରାଜନୈତିକ କ୍ଷେତ୍ରରେ ଶତୃମାନେ ଫଛଘୁଞ୍ଚା ଦେବେ । ପ୍ରତିକାର- ଧଳା ରୁମାଲ ଟିଏ ପାଖରେ ରଖନ୍ତୁ ।

ମିଥୁନ:-ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ଆକସ୍ମିକ ଧନ ପ୍ରାପ୍ତି ହେବ । ଶିକ୍ଷାର୍ଥୀମାନେ ଅଧ୍ୟୟନରେ ମନ ନିବେଶ କରିବେ ଓ ପ୍ରତିଦ୍ୱନ୍ଦିତା ପରୀକ୍ଷାରେ ସଫଳତା ପାଇବେ । ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ । ଜମିବାଡି ଜନିତ କେତେକ ସମସ୍ୟା ସମାଧାନ ହେବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କର୍କଟ:-ବ୍ୟବସାୟ ବଢ଼ାଇବାରେ ସମର୍ଥ ହେବେ । ଆତ୍ମୀୟବର୍ଗରେ ଉନ୍ନତି ତଥା ଉତ୍ତମ ବୁଝାମଣା ଜନିତ ଉତ୍ସାହ-ଉଦ୍ଦୀପନାଯୁକ୍ତ ହେବେ । ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବା ସହ ପ୍ରତିଷ୍ଠିତ ହୋଇପାରିବେ । ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ସହ ଉତ୍ତମ ସମ୍ପର୍କ ରହିବା ଫଳରେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ପାଇବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ସିଂହ:-ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ । ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହେବ । ରାଜନୈତିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ପ୍ରତିପତ୍ତି, ଉଚ୍ଚସ୍ଥାନ ଲାଭ ବା ପଦୋନ୍ନତି ଭଳି ମର୍ଯ୍ୟଦା ପ୍ରାପ୍ତିହେବ । ବନ୍ଧୁ, ମିତ୍ର ମାନଙ୍କ ଦ୍ଵାରା ଲାଭବାନ ହେବେ ତତ୍ ସଙ୍ଗେ ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିଯିବ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

କନ୍ୟା:-ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ । ବ୍ୟବସାୟ ବାଣିଜ୍ୟ ସମ୍ପର୍କୀୟ କୌଣସି ଘଟଣା ଯୋଗୁ ବିଶେଷ ବ୍ୟସ୍ତ ରହି ଲାଭବାନ ହେବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମ୍ପଦ ପ୍ରାପ୍ତି ହେବ । ଅନେକ ପ୍ରକାର ସୁବିଧା ସୁଯୋଗ ପାଇବା ଫଳରେ ଆଶା ପୂରଣ ହେବାର ରାସ୍ତା ଖୋଲିଯିବ । ନିଜଆଚାର ବ୍ୟବହାରରେ ସନ୍ତୋଷ ହୋଇ ଉଚ୍ଚଶିକ୍ଷା କ୍ଷେତ୍ରକୁ ମୁହାଁଇ ପାରିବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ତୁଳା:-ସନ୍ତାନ ସୁଖରେ ସୁଖୀ ହେବେ । ବ୍ୟବସାୟ କ୍ଷେତ୍ରରେ ବନ୍ଧୁ, ମିତ୍ର ଓ ଭାଗୀଦାରୀଙ୍କ ପାଇଁ ପ୍ରଚୁର ଲାଭ ପାଇବେ । ନିଜଆଚାର ବ୍ୟବହାରରେ ସନ୍ତୋଷ ଜନକ ହେବା ଦ୍ଵାରା ଗୁରୁଜନଙ୍କ ବିଶ୍ବାସ ଭାଜନ ହେବେ । ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ । କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରିପାରିବେ । ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

ବିଚ୍ଛା:-ସାମାଜିକ କାର୍ଯ୍ୟରେ ନୂତନ ଲୋକଙ୍କ ସହ ସାକ୍ଷାତ ହୋଇ ସମ୍ପର୍କ ଦୃଢ ହେବ । ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ । ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ଥିବା ସମସ୍ୟାର ସମାଧାନ ହେବ । ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ରାଜନୈତିକ କ୍ଷେତ୍ରରେ ଶତୃ ଓ ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ଧନୁ:-ସ୍ୱାସ୍ଥ୍ୟ ଠିକ୍ ରହିବ । ଦୂରଯାତ୍ରା ବା ବିଦେଶ ଯାତ୍ରାରେ ସୁଖ ଶାନ୍ତି, ଯଶ ଲାଭହେବା ସହ ନୂତନ ବାହନଆଦି ପ୍ରାପ୍ତି ଯୋଗ ଅଛି । ବ୍ୟକ୍ତିଗତ ସାର୍ବଜନୀନ ସମ୍ପର୍କରେ ବିକଶିତ ହେବ । ଲେଖାପଢ଼ାରୁ, ସଭାସମିତିରୁ, ବନ୍ଧୁମିଳନରୁ ଶୁଭଫଳ ପାଇବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ବଡ ଧରଣର ବ୍ୟବସାୟ ହାତକୁ ନେବେ । ରାଜନୈତିକ କ୍ଷେତ୍ରରେ ବଡନେତାଙ୍କୁ ସନ୍ତୁଷ୍ଟ କରିବା ସହଜ ସରଳ ହେବ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

ମକର:-ସମାଜରେ ପ୍ରତିଷ୍ଠା ବର୍ଦ୍ଧକ କାର୍ଯ୍ୟ ସମ୍ପର୍ଣ୍ଣ କରିବେ । ନିଜର କାର୍ଯ୍ୟକୁ ବାଦଦେଇ ପରୋପକାର କାର୍ଯ୍ୟରେ ମନ ଲଗେଇବେ । କର୍ମଯୋଗକୁ ଅଧିକ ମହତ୍ତ୍ୱ ଦେଇ ତଳୁ ଉପର ସ୍ତରଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ । ବିଦ୍ୟାର୍ଥୀମାନଙ୍କର ମନୋବାଞ୍ଛିତ କାର୍ଯ୍ୟ ପୂରଣ ହୋଇ ମାନସିକ ଶାନ୍ତି ମିଳିବ । ପରିବାରର ସମସ୍ୟା ସମାଧାନ ହୋଇ ଆୟ ଦିଗଟି ସନ୍ତୋଷ ଜନକ ହେବ । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

କୁମ୍ଭ:-ଶତ୍ରୁମାନେ ପରାଜିତ ହେବେ । ଧନଦାୟକ ଅନେକ ଶୁଭକର୍ମର ସୁଯୋଗ ପାଇବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତକାରରେ ଅପେକ୍ଷାରେ ରହିବେ । ଇଲେକ୍ଟ୍ରୋନିକ୍‌ ସରଞ୍ଜାମ, କମ୍ପୂଟର, ମୋବାଇଲ ଆଦି କ୍ରୟ କରିବେ । ବ୍ୟବସାୟରେ ମନ ଲଗେଇ କାମକଲେ ଅଶୁଭତ୍ୱ ନାଶହୋଇ ଶୁଭ ଫଳ ପ୍ରାପ୍ତି ହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମୀନ:-ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ । ବ୍ୟବସାୟରେ କଠିନ ପରିଶ୍ରମ କରିବାକୁ ପଡିବ । ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତାପୂର୍ଣ୍ଣ ହେବ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ । ସାଧାରଣ ଘଟଣାଯୋଗୁ ବନ୍ଧୁଙ୍କ ସହ ସମ୍ପର୍କ ତୁଟି ଯାଇପାରେ । ବାଦ ବିବାଦଠାରୁ ଦୂରେଇ ରହିବା ଉଚିତ । ଏକ ସମୟରେ ଅନେକ ଗୁଡ଼ିଏ କାର୍ଯ୍ୟବ୍ୟସ୍ତତା ଭିତରେ ରହି ହଇରାଣ ହରକତ ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!