ଦୈନିକ ରାଶିଫଳ: 16 ଅଗଷ୍ଟ 2021, ମହାଦେବଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ କିଛି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଅଗଷ୍ଟ ମାସ ୧୬ ତାରିଖ, ସୋମବାର, କର୍କଟ ମାସ ୩୨ ଦିନ, ଶ୍ରାବଣ ମାସ, ଶୁକ୍ଳପକ୍ଷ, ଅଷ୍ଟମୀତିଥି, ସକାଳ ୭ଟା ୪୫ମିନିଟ୍ ଗତେ ନବମୀ ତିଥି, ଅନୁରାଧା ନକ୍ଷତ୍ର, ବିଛା ରାଶିରେ ଚନ୍ଦ୍ର । ବ୍ରହ୍ମ ଯୋଗ ପ୍ରାତଃ ୫ଟା ୪୫ମିନିଟ୍ ଗତେ ଇନ୍ଦ୍ର ଯୋଗ, ବବ କରଣ ସକାଳ ୭ଟା ୪୫ମିନିଟ୍ ଗତେ ବାଳବ କରଣ । ମିଥୁନ ରାଶିର ଘାତବାର । ନଡିଆ, ଆମିଷ ନ ଖାଇଲେ ଭଲ, ସକାଳ ୭ଟା ୪୫ମିନିଟ୍ ଗତେ ଲାଉ ନ ଖାଇଲେ ଭଲ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଯୋଗିନୀ- ଐଶାନ୍ୟେ ସକାଳ ୭ଟା ୪୫ମିନିଟ୍ ପରେ ପୂର୍ବେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ନବମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୭ଟା ୫ମିନିଟ୍ ରୁ ୮ଟା ୪୦ମିନିଟ୍ । ଦିବା ୩ଟା ରୁ ଦିବା ୪ଟା ୩୫ମିନିଟ୍ । ରାତ୍ରି ୧୦ଟା ୨୫ମିନିଟ୍ ରୁ ୧୧ଟା ୫୦ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୩୧ମିନିଟ୍ ରୁ ୭ଟା ୪ମିନିଟ୍, ଦିବା ୧୦ଟା ୩୫ମିନିଟ୍ ରୁ ୧ଟା ୫ମିନିଟ୍, ଦିବା ୪ଟା ୩୬ମିନିଟ୍ ରୁ ୫ଟା ୧୯ମିନିଟ୍, ସନ୍ଧ୍ୟା ୬ଟା ୫୭ମିନିଟ୍ ରୁ ରାତ୍ର ୯ଟା ୧୧ମିନିଟ୍, ରାତ୍ର ୧୧ଟା ୫୧ମିନିଟ୍ ରୁ ୨ଟା ୨୮ମିନିଟ୍ । ପର୍ବଦିନ- ମାସାନ୍ତ, ଶ୍ରାବଣ ସୋମବାର ବ୍ରତ, ରାମକୃଷ୍ଣ ପରମହଂସଙ୍କ ମହାପ୍ରୟାଣ ଦିବସ ।

ମେଷ:-ବ୍ୟବସାୟରେ ଖୁବ୍ ଆଶାବାଦୀ ହେବେ । ଖେଳରେ ପ୍ରଶଂସା ପାଇବେ, ବିଦ୍ୟାରେ ମନନିବେଶ କରିବେ । ରାଜନୀତିରେ ସ୍ଵାର୍ଥରକ୍ଷା କରିବାରେ ସମୟ ବିତିବ । କୌଣସି ଆନୁଷ୍ଠାନିକ ଓ ସାଙ୍ଗଠନିକ କାର୍ଯ୍ୟରେ ଯୋଗ ଦେବେ । ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ଅତ୍ୟଧିକ ପରିଶ୍ରମ ଓ ଅନିଦ୍ରା ଜନିତ ରୋଗପ୍ରତି ସାବଧାନ ରହିବା ଉଚିତ୍ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ବୃଷ:-ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପୂରାତନ ରୋଗର ଉପଶମ ଓ ବନ୍ଧୁ ସମାଗମ ହେବ । ବ୍ୟବସାୟୀମାନେ ସାଧୁ, ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ । ମାଲିମକଦ୍ଦମା, ବାଦବିବାଦ, ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ । ସରକାରୀ କର୍ମକ୍ଷେତ୍ରରେ ଉନ୍ନତିର ସୁଯୋଗ ପାଇବେ । ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ମିଥୁନ:-ସାମାଜିକ କଲ୍ୟାଣ କାର୍ଯ୍ୟରେ ଯୋଗଦେଇ ପ୍ରଶଂସିତ ହେବେ । ଶିକ୍ଷା କିମ୍ବା ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରିବେ । କ୍ୟାରିୟର ସମ୍ବନ୍ଧରେ ନୂଆ ପ୍ରେରଣା ମିଳିବ । ଆର୍ଥିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ । କୌଣସି ଜରୁରୀ କାର୍ଯ୍ୟକୁ ମନଯୋଗ ଦେଇ ପୂର୍ଣ୍ଣକରିବେ । ବ୍ୟବସାୟିକ ଗତିବିଧି ଠିକ୍ ରହିବ । ପରିବାର ଜନଙ୍କ ସହ ହସଖୁସିରେ ସମୟ ବିତିବ । ପ୍ରତିଯୋଗିତା ଓ ପରୀକ୍ଷାରେ କୃତକାର୍ଯ୍ୟ ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ସନ୍ତାନଙ୍କର ଉନ୍ନତିରେ ଖୁସିହେବେ । ସରକାରୀ କର୍ମକ୍ଷେତ୍ରରେ ଉନ୍ନତିର ସୁଯୋଗ ପାଇବେ । ଭାତୃ ବିବାଦ, ଜମି ବାଡ଼ି ଘର ଓ ଜାଗାନେଇ ଥିବା ଦ୍ୱନ୍ଦ୍ୱର ସମାଧାନ ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ରାଜନୈତିକ କ୍ଷେତ୍ରରେ ଯଶ, ମାନ ପ୍ରତିଷ୍ଠା ବୃଦ୍ଧି ହେବ । ବାକିଥିବା ଅର୍ଥ ଆଦାୟ ହେବା ଫଳରେ ସୁଖ ଶାନ୍ତିରେ ଦିନଟି କଟାଇବେ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ସିଂହ:-ବ୍ୟବସାୟ କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ରାଜକୀୟ କାର୍ଯ୍ୟ କୌଣସି ପ୍ରଭାବଶାଳୀ ବ୍ୟକ୍ତିଙ୍କ ଦ୍ୱରା ସଂପନ୍ନ ହେବ । ନିଜର ବୁଦ୍ଧି ବଳ ଦ୍ୱାରା କେତେକ କ୍ଷେତ୍ରରେ ଚାରିଗୁଣ ଲାଭ ପାଇବେ । ଧନାର୍ଜନ କ୍ଷମତାରେ ପରିବର୍ତ୍ତନ ହେବ । ବିଦ୍ୟାକ୍ଷେତ୍ରରେ ଉଚ୍ଚପ୍ରଶଂସିତ ହେବେ । ରାଜନୀତି କ୍ଷେତ୍ରରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-ଦୂରଯାତ୍ରାର ସୁଯୋଗ ପାଇବେ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ଜାଗାଜମି, ଗୃହ ଉପକରଣ କ୍ରୟ କରିବେ । ଯାନ ବାହାନ ପ୍ରାପ୍ତି ହେବ । ବ୍ୟବସାୟରେ ପୂର୍ବ ସମସ୍ୟାର ସମାଧାନ ହୋଇ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ଆୟ ଅଧିକ ହେବା ଫଳରେ, ଋଣମୁକ୍ତ ଓ ଋଣପ୍ରାପ୍ତି ହେବ । ନୂତନ ସଂସ୍ଥାର ଆୟୋଜନ କରିବେ । ପ୍ରତିକାର- ସବୁଜ ରୁମାଲ ଟିଏ ପାଖରେ ରଖନ୍ତୁ ।

ତୁଳା:-ସଂପର୍କିତ ଲୋକ ଓ ସହକର୍ମି ମାନଙ୍କଠାରୁ ସହାନଭୂତି ପ୍ରାପ୍ତିହେବ । ସହକର୍ମୀ ମାନଙ୍କ ସହିତ ସୁ ସମ୍ପର୍କ ସ୍ଥାପନ କରି କେତେକ କ୍ଷେତ୍ରରେ ଭଲ କାମକରି ସାମାଜିକ ପ୍ରତିଷ୍ଠା ମାନସମ୍ମାନ ଅକ୍ଷୂର୍ଣ୍ଣ ରଖି ପାରିବେ । ପୂର୍ବ ଶତ୍ରୁମାନେ ପଛଘୁଞ୍ଚା ଦେବେ । ରାଜନୀତିକ୍ଷେତ୍ରରେ ଲୋକସମ୍ପର୍କ ବୃଦ୍ଧି ହେବା ସହ ସୁସମ୍ବାଦ ପାଇ ଖୁସି ହେବେ । ଧାର୍ମିକ କାର୍ଯ୍ୟକ୍ଷେତ୍ରରେ ଅଂଶ ଗ୍ରହଣ କରିବା ଦ୍ୱାରା ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ବିଚ୍ଛା:-କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କଠାରୁ ପ୍ରଶଂସିତ ହେବେ । ବିଦ୍ୟାର୍ଥୀମାନେ ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋାଗ ପାଇବେ । ପ୍ରେମିକ ପ୍ରେମିକାମାନେ ପ୍ରେମ ସମ୍ବନ୍ଧୀୟ କ୍ଷେତ୍ରରେ ସଫଳ ହେବେ । ନୂତନ ଯୋଜନା ପ୍ରସ୍ତୁତ କରିଲେ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ବ୍ୟବସାୟରେ ଉତ୍ତମ ରୋଜଗାର ହେବ ଓ ନୂତନ ଆୟର ପନ୍ଥା ପ୍ରାପ୍ତି ହେବ । ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବ ନାହିଁ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ଧନୁ:- ଶିକ୍ଷାକ୍ଷେତ୍ରରେ ସଫଳତା ଲାଭ କରିବେ । ଭୟ ସତ୍ତ୍ୱେ ଜୟ, ନାନା ସମସ୍ୟାର ସମ୍ମୁଖୀନ ହେବେ । ବାଦବିବାଦ ପରୀକ୍ଷା, ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ବନ୍ଧୁମିତ୍ର ମାନଙ୍କ ଠାରୁ ପୂର୍ଣ୍ଣ ସହଯୋଗ ପାଇ ପୂର୍ବ କଳହର ସମାଧାନ କରି ପାରିବେ । ଦାମ୍ପତ୍ୟସୁଖ ବୃଦ୍ଧି ହେବା ସହ ଆର୍ଥିକ ସ୍ଥିତି ଭଲ ରହିବ । ରାଜନୀତି କ୍ଷେତ୍ରରେ ନିଜର ପ୍ରତିଷ୍ଠା ଫଳରେ ଜନସାଧାରଣଙ୍କ ମନ କିଣିପାରିବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମକର:-ମାନସିକ ଶାନ୍ତି ମିଳିବା ସହ ଶରୀର ଭଲ ରହିବ । ନିଷ୍ଠାର ସହ ପରିଶ୍ରମ ଫଳରେ କର୍ମକ୍ଷେତ୍ରରେ ସମ୍ପୂର୍ଣ୍ଣ ଲାଭ ପାଇବେ ଓ ଉପରିସ୍ଥ ଅଧିକାରୀଙ୍କ ଠାରୁ ସମ୍ମାନ ପାଇବେ । ଶତୃମାନେ ବିପଦରେ ପକେଇବାକୁ ଚେଷ୍ଟା କରି ବିଫଳ ହେବେ । ବ୍ୟବସାୟିକ ଗତିବିଧି ଉତ୍ତମ ଭାବରେ ଚାଲିବା ଯୋଗେ ଭଲ ଲାଭବାନ୍ ହେବେ । ଅଧ୍ୟୟନ ପାଇଁ ତତ୍ପର ହେବେ ଓ ପଢ଼ାପଢ଼ିରେ ମନଦେବେ । ପରିବାରର କୌଣସି ସଦସ୍ୟଙ୍କର ସୁସମ୍ବାଦ ପାଇ ଉତ୍ସାହ ସହ ଆଗେଇ ଯିବେ । ପ୍ରତିକାର- କଳାରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

କୁମ୍ଭ:-ସାମାଜିକ ଜୀବନରେ ନୂତନ ଗୁରୁଦାୟିତ୍ୱ ଗ୍ରହଣ କରିବେ । କାର୍ଯ୍ୟକ୍ଷେତ୍ରରେ ସଫଳତା ଲାଭ କରିବା ସହ ପଦୋନ୍ନତି ପାଇବେ । ଅଟକିଥିବା କାର୍ଯ୍ୟ ପୁନରାୟ ଚାଲୁ କରିବେ । ମାନସମ୍ମାନ ବୃଦ୍ଧି, ବିଦ୍ୟାରେ ଉନ୍ନତି, ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ । ନୂତନ ବନ୍ଧୁଙ୍କ ସାହାଯ୍ୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ୍ ହେବେ । ଧନ ଆଗମନର ନୂତନସ୍ରୋତ ଖୋଲିଯିବ । ପରିଜନଙ୍କ ସମ୍ବନ୍ଧିତ ଶୁଭ ସମାଚାର ପାଇବେ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ମୀନ:-ଶାରୀରିକ ଅସୁସ୍ଥତାରୁ ଉପଶମ ପାଇବେ । ଆର୍ଥିକ ପରିସ୍ଥିତିରେ ଉନ୍ନତି ହେବ । ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ରୟୋଗ କରି ପ୍ରଶଂସିତ ହେବେ । ବ୍ୟବସାୟ କ୍ଷେତ୍ର ପ୍ରସାରିତ ହେବା ଫଳରେ ଆଶାତୀତ ଲାଭପାଇବେ । କର୍ମଚାରୀମାନଙ୍କର ପଦୋନ୍ନତି ସହ ସ୍ଥାନାନ୍ତର ଯୋଗ ଅଛି । ଶିକ୍ଷାକ୍ଷେତ୍ରରେ ଚଳଚଞ୍ଚଳ ହୋଇ ଲକ୍ଷ୍ୟସ୍ଥଳରେ ପହଁଞ୍ଚିବାକୁ ଚେଷ୍ଟା କରିବେ । ଲଟେରୀ, ଜୁଆ, ସଟ୍ଟା ଓ ସେୟାର୍ ମାର୍କେଟରେ ଅର୍ଥ ପ୍ରାପ୍ତି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!