ଅଗଷ୍ଟ 16 ତାରିଖ ରୁ ଅଗଷ୍ଟ 22 ତାରିଖ ସାପ୍ତାହିକ ରାଶିଫଳ, ଏହି 1 ରାଶିର ପ୍ରେମ କ୍ଷେତ୍ରରେ ମିଳିବ ସଫଳତା

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ । କର୍ମକ୍ଷେତ୍ରରେ ପଦୋନ୍ନତି ପାଇ ପାରନ୍ତି । ବ୍ୟବସାୟୀମାନେ ସାଧୁ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ । କାର୍ଯ୍ୟ କ୍ଷେତ୍ରରେ ସଫଳତା ପାଇବା ସହ ଉତ୍ତମ ରୋଜଗାର ହେବ । ନୂତନ ଗୃହ ନିର୍ମାଣ କରିବାର ଯୋଜନା କରିପାରନ୍ତି । ଶିକ୍ଷା କ୍ଷେତ୍ରରେ ସଫଳତା ପାଇବା ସହ କଠିନ ପରିଶ୍ରମ କରି ପ୍ରଶଂସା ପାଇବେ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ପ୍ରେମିକ ପ୍ରେମିକାମାନେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ପାରିବାରିକ ସ୍ତରରେ ଉଚ୍ଚଆଶା ସଫଳ ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ବାଦବିବାଦ, ମାଲିମୋକଦ୍ଦମା ଓ କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉତ୍ତୀର୍ଣ୍ଣ ହେବେ । କର୍ମକ୍ଷେତ୍ରରେ ମିଛଆଶା ଉପରେ ନିର୍ଭର ନକରି ନିଜକୁ ନିୟନ୍ତ୍ରଣ କରି ପାରିବେ । ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ମିଳିବା ସହ ଆର୍ଥିକଚିନ୍ତା ଦୂର ହୋଇଯିବ । ଦୂର ସମ୍ପର୍କୀୟ ବନ୍ଧୁଙ୍କ ଠାରୁ ସାହାଯ୍ୟ ମିଳିବା ଫଳରେ ମନର ଆକାଂକ୍ଷା ପୂରଣ ହେବା ସହ ଆତ୍ମବିଶ୍ୱାସ ବଢ଼ିବ । ରାଜନୈତିକ କ୍ଷେତ୍ରରେ ଉତ୍ତମ ଆଚରଣ ଓ ମଧୁର ସ୍ୱଭାବ ଯୋଗୁ ଯଶଖ୍ୟାତି ଅର୍ଜନ କରିବା ସହ ବହୁତ ଲୋକପ୍ରିୟତା ହାସଲ କରି ଉନ୍ନତି ପଥରେ ଅଗ୍ରସର ହେବେ । ଶିକ୍ଷା କ୍ଷେତ୍ରରେ ସ୍ଥିତି ସାମାନ୍ୟ ବଦଳିଯିବ ଓ ସଫଳତା ଲାଭ କରିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ । ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ । ଋଣ ଭରଣା ପାଇଁ ଚେଷ୍ଟା କରିବେ । ନୂତନ କର୍ମ ସଂସ୍ଥାନରେ ନିଯୁକ୍ତି ପାଇବାର ଯୋଗ ରହିଛି । ବନ୍ଧୁବାନ୍ଧବଙ୍କ ଠାରୁ ପୂର୍ଣ୍ଣ ସହଯୋଗ ପାଇ ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବା ଫଳରେ ପାରିବାରିକ ଜୀବନରେ ଶାନ୍ତି ଅନୁଭବ କରିବେ । ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ । ପ୍ରେମିକ ପ୍ରେମିକାମାନେ ନିଜସ୍ୱ ପ୍ରଶଂସାର ବଶବର୍ତ୍ତି ହୋଇ ନିଜ ଇଛାଶକ୍ତି ଦ୍ଵାରା ଶାନ୍ତି ପାଇବେ । ଶିକ୍ଷା କ୍ଷେତ୍ରରେ ନିରାଶା ଭାବ ଦୂରହୋଇ ଆଶାଆକାଂକ୍ଷା ପୂର୍ଣ୍ଣ ହେବ । ଖାଇବା ପିଇବାରେ ସତର୍କ ନରହିଲେ ଉଦରପୀଡ଼ା ଭୋଗିବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ଲୋକପ୍ରିୟତା ହାସଲ କରିବେ । ନୂତନକର୍ମ ନିଯୁକ୍ତିରେ ସଫଳ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ଛାତ୍ର ଛାତ୍ରୀମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହୀ ହେବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସା ପାଇବେ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । ପାରିବାରିକ କ୍ଷେତ୍ରରେ ସ୍ନେହ ଶ୍ରଦ୍ଧାର ସ୍ରୋତ ଛୁଟିବା ସହ ଶାନ୍ତିର ବାତାବରଣ ଦେଖାଦେଇ ପାରେ । ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ବ୍ୟସ୍ତ ରହିବେ । ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ସିଂହ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଧାର୍ମିକ କାର୍ଯ୍ୟରେ ଯୋଗଦେବା ଫଳରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ । ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ ଉତ୍ତମ ରୋଜଗାର ହେବ । ଗୃହୋପକରଣ କ୍ରୟ କରିବେ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ପ୍ରତିପତ୍ତି ଅକ୍ଷୁର୍ଣ୍ଣ ରହିବ । ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ । ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । କର୍ମକ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବା ଫଳରେ ପଦୋନ୍ନତିର ସୁଯୋଗ ପାଇ ପାରିବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଅହଂକାରକୁ ହ୍ରାସ କରି ପାରିବେ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

କନ୍ୟା:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବ୍ୟବସାୟ କ୍ଷେତ୍ରରେ ଶୁଭ ସମାଚାର ପାଇ ଖୁସି ହେବେ । ଶତୃ, ରୋଗ, ଋଣରୁ ମୁକ୍ତି ହେବେ । ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଉନ୍ନତି ହେବ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ । ନିଜର କଳ୍ପନାଶକ୍ତି ଅତ୍ୟଧିକ ସକ୍ରିୟ ହେବ । ନୂତନ ଉଦ୍ୟମରେ ନିଶ୍ଚିତ ସଫଳତା ପ୍ରାପ୍ତିହେବ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ । ଶରୀର ସୁସ୍ଥ ରହିବ । କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇ, ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ । ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ । ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେଇ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । ମିତ୍ରଙ୍କଠାରୁ ସହଯୋଗ ପାଇ ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ବିଚ୍ଛା:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ । ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଦୂରଯାତ୍ରାର ସୁଯୋଗ ପାଇବେ । କର୍ମଚାରୀମାନେ କର୍ମକ୍ଷେତ୍ରରେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ପ୍ରତିଷ୍ଠାର ଅଧିକାରୀ ହେବା ସହ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ । ବ୍ୟବସାୟ କ୍ଷେତ୍ରରେ ଆୟରସ୍ରୋତ ବୃଦ୍ଧିହେବ ଓ ଆଶାତୀତ ଲାଭ ପାଇବେ । ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ନିଜସ୍ୱ ପ୍ରଶଂସାର ବଶବର୍ତ୍ତି ହୋଇ ଆନନ୍ଦିତ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ । ପାରିବାରିକ କ୍ଷେତ୍ରରେ ଅସ୍ଥିରତା ଓ ଅଶାନ୍ତି ଦୂରେଇ ଯାଇ ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ । ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ । ରାଜନୀତି କ୍ଷେତ୍ରରେ ସ୍ୱାର୍ଥରକ୍ଷା କରିବା ପାଇଁ କଠିନ ପରିଶ୍ରମ କରିବେ । ଶିକ୍ଷା କ୍ଷେତ୍ରରେ ସ୍ଥିତି ସାମାନ୍ୟ ବଦଳିଯିବ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ଉନ୍ନତି, ଶତୃନାଶ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ପ୍ରତ୍ୟେକ କ୍ଷେତ୍ରରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣାତାକୁ ମୁଖ୍ୟ କରି ଚଳିବା ହିତକର ହେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମକର:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ । ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ । କୃଷିପଦାର୍ଥ ଓ ଧାତୁପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ବିଶେଷ ଲାଭବାନ ହେବେ । ପୁରାତନ ରୋଗପୀଡାରୁ ମୁକ୍ତି ମିଳିବା ଫଳରେ ଶରୀର ସୁସ୍ଥ ରହିବ । କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟଚାପ ଯୋଗୁ କଠିନ ପରିଶ୍ରମ ହେତୁ ପ୍ରଶଂସା ପାଇବେ । ବନ୍ଧୁବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପାଇ ଦାମ୍ପତ୍ୟ କଳହର ସମାଧାନ ହୋଇଯିବ ଓ ମାନସିକ ଦୁଃଶ୍ଚିନ୍ତା ଦୂର ହେବ । ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବା ଫଳରେ ପାରିବାରିକ ଜୀବନରେ ସୁଖ ଶାନ୍ତି ବିରାଜମାନ କରିବ । ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ । ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ । ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ଛାତ୍ର ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ପାଇବା ସହ ଭାଗ୍ୟର ପରିବର୍ତ୍ତନ ହେଲାଭଳି ଉନ୍ନତି ପଥରେ ଅଗ୍ରସର ହେବେ । କର୍ମ କ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବା ଯୋଗେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ପାଇବ । ପ୍ରିୟଜନମାନଙ୍କୁ ଆର୍ଥିକ ସାହାଯ୍ୟ କରିବାକୁ ବାଧ୍ୟ ହେବେ । ସନ୍ତାନ କ୍ଷେତ୍ରରେ ଉନ୍ନତି ହେବ । ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ । ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନୂଆ ନୂଆ ଉପାୟ ଚିନ୍ତା କରିବେ । ଅଚାନକ ଆୟ ବୃଦ୍ଧି ହେତୁ ଆଚମ୍ବିତ ହୋଇଯିବେ । ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ସୁଯୋଗ ପାଇବେ । ବ୍ୟବସାୟୀକ, ଆଧ୍ୟାତ୍ମିକ, ଉଚ୍ଚଶିକ୍ଷା ନିମିତ୍ତ ବିଦେଶ ଯାତ୍ରା ଫଳରେ ଅତ୍ୟନ୍ତ ଲାଭବାନ ହେବେ । ନଷ୍ଟ ହୋଇଥିବା ପ୍ରତିଷ୍ଠା ପ୍ରତିପତ୍ତି ପୂନର୍ବାର ଫେରିପାଇ ସମ୍ମାନିତ ହେବେ । ଆୟର ଯଥେଷ୍ଟ ଅର୍ଥ ସାମାଜିକ ଏବଂ ଶୁଭକାର୍ଯ୍ୟରେ ଖର୍ଚ୍ଚ କରିବେ । ଧର୍ମ ଅନୁଷ୍ଠାନ, ଯଜ୍ଞାନୁଷ୍ଠାନ, ପଞ୍ଚାୟତ କ୍ଷେତ୍ରରେ ଉତ୍ସାହିତ ହେବେ । ଧନଧାନ୍ୟ, ମାନସମ୍ମାନ ପ୍ରତିଷ୍ଠା ପରାକ୍ରମ ବୃଦ୍ଧି ପାଇବ । ଦାମ୍ପତ୍ୟ ସୁଖରେ ସୁଖୀ ହେବେ । ଗୃହରେ ସୁଖଶାନ୍ତି ବିରାଜମାନ କରିବ । ପ୍ରକୃତିର ବିଚିତ୍ର ସିଦ୍ଧାନ୍ତ ଫଳରେ ଦୀର୍ଘଦିନର କଷ୍ଟ ଦୂର ହୋଇ ସୁଖର ସ୍ୱପ୍ନ ଦେଖିପାରିବେ । ପ୍ରତିକାର- ଅଷ୍ଟଗନ୍ଧ ତିଳକଚନ୍ଦନ ଧାରଣ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!