ଦୈନିକ ରାଶିଫଳ: 18 ଅଗଷ୍ଟ 2021, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ ସମସ୍ତ ଚିନ୍ତାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଅଗଷ୍ଟ ମାସ ୧୮ ତାରିଖ, ବୁଧବାର, ସିଂହ ମାସ ୨ ଦିନ, ଶ୍ରାବଣ ମାସ, ଶୁକ୍ଳପକ୍ଷ, ଏକାଦଶୀ ତିଥି, ମୂଳା ନକ୍ଷତ୍ର, ଧନୁ ରାଶିରେ ଚନ୍ଦ୍ର । ବିଷ୍କୁମ୍ଭ ଯୋଗ, ବାଣିଜ୍ୟ କରଣ ଦିବା ୨ଟା ୧୩ମିନିଟ୍ ଗତେ ବିଷ୍ଟି କରଣ । କର୍କଟ ରାଶିର ଘାତବାର । ତୁଳା, କୁମ୍ଭ ରାଶିର ଘାତଚନ୍ଦ୍ର । ଶିମ୍ବ, ଆମିଷ ନ ଖାଇଲେ ଭଲ । ଯୋଗିନୀ- ଆଗ୍ନେୟକୋଣେ ରାତ୍ରି ୧ଟା ୬ମିନିଟ୍ ପରେ ନୈରୁତେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ଏକାଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଅଶୁଭସମୟ- ସକାଳ ୮ଟା ୪୦ମିନିଟ୍ ରୁ ୧୦ଟା ୧୫ମିନିଟ୍ । ଦିବା ୧୧ଟା ୫୦ମିନିଟ୍ ରୁ ଦିବା ୧ଟା ୨୫ମିନିଟ୍ । ରାତ୍ରି ୨ଟା ୪୧ମିନିଟ୍ ରୁ ୪ଟା ୬ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୩୨ମିନିଟ୍ ରୁ ୭ଟା ୧୧ମିନିଟ୍, ଦିବା ୧୦ଟା ୧୬ମିନିଟ୍ ରୁ ୧୧ଟା ୨୪ମିନିଟ୍, ଦିବା ୧ଟା ୫୭ମିନିଟ୍ ରୁ ୫ଟା ୧୭ମିନିଟ୍, ସନ୍ଧ୍ୟା ୬ଟା ୫୫ମିନିଟ୍ ରୁ ରାତ୍ର ୧୦ଟା ୪୧ମିନିଟ୍, ରାତ୍ର ୧ଟା ୪୫ମିନିଟ୍ ରୁ ରାତ୍ର ୨ଟା ୪୦ମିନିଟ୍ । ପର୍ବଦିନ- ସର୍ବସମ୍ମତ ପୁତ୍ରଦା ଏକାଦଶୀ, ଉତ୍କଳେ ସର୍ବତ୍ର ଝୁଲଣ ଯାତ୍ରା ।

ମେଷ:-ସମାଜ କଲ୍ୟାଣ ପାଇଁ ନିଜକୁ ଉତ୍ସର୍ଗୀକୃତ କରିବେ । ଅଟକିଥିବା କାର୍ଯ୍ୟ କୌଣସି ଏକ ପ୍ରଭାବଶାଳୀ ବ୍ୟକ୍ତିଙ୍କ ସାହାଯ୍ୟରେ ପୂରଣ ହେବ । କୋର୍ଟ କଚେରୀରେ ସଫଳତା ମିଳିବ । ଶତୃ ଓ ବିରୋଧୀମାନେ କିଛି କ୍ଷତି କରି ପାରିବେ ନାହିଁ । ଭାଗୀଦାରି ବ୍ୟବସାୟରେ ଲାଭବାନ୍ ହେବେ । ଗଠନମୂଳକ କାର୍ଯ୍ୟପ୍ରତି ଆଗ୍ରହ ବଢ଼ିବ । ସବୁଦିଗରୁ ଶୁଭ ସମାଚାର ପାଇ ଖୁସି ହେବେ । ଆୟ ଉପାର୍ଜନରେ ବାଧା ନାହିଁ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-ପରିବାରର କୌଣସି ସଦସ୍ୟଙ୍କର ଉନ୍ନତିରେ ଆନନ୍ଦିତ ହେବେ । ମାନସିକ ଦୁଶ୍ଚିନ୍ତା ଦୁରାହୋଇ ଯିବ । ବାଦବିବାଦ, ମାଲିମକଦ୍ଦମା, ଅମିନ୍ ଜାମିନି ମଧ୍ୟସ୍ଥତା ଠାରୁ ଦୂରତା ରକ୍ଷାକରନ୍ତୁ । ଜାଣିଶୁଣି ଭୁଲ୍ ଲୋକର ପରାମର୍ଶରେ କେତେକ କାର୍ଯ୍ୟ ଅଧାରେ ଅଟକି ଯିବ । ଟଙ୍କା ଦେବା ନେବା କାରବାର ବିଷୟରେ ସାବଧାନ ରହିବା ଉଚିତ୍‌ । ନଚେତ୍‌ ଟଙ୍କା ଅଟକି ଯାଇ ପାରେ । ଯେ କୌଣସି ସ୍ଥାନରେ ବଡ଼ ଧରଣର ନିବେଶ କରନ୍ତୁ ନାହିଁ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ମିଥୁନ:-ବ୍ୟବସାୟ ପ୍ରସାର ଫଳରେ ବିଶେଷ ଲାଭବାନ୍ ହେବେ । ଅଟକିଥିବା ଧନ ସହଜରେ ହସ୍ତଗତ ହେବା ଫଳରେ ଅଭାବ ଅନାଟନ ଦୂର ହୋଇ ଆର୍ଥିକ ସ୍ଥିତି ସନ୍ତୋଷ ପ୍ରଦ ହେବ । ପିଲାମାନଙ୍କ କାର୍ଯ୍ୟରେ ଉନ୍ନତି ହେବ । ଘରର କେହି ଉନ୍ନତିର ବିଶେଷ ସ୍ତରକୁ ଉଠିଯିବେ । ଅଚାନକ ଯାତ୍ରା ଫଳରେ ବିଶେଷ ଉପକୃତ ହେବେ । ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତା ପରୀକ୍ଷାରେ ଜୟଯୁକ୍ତ ହେବେ । ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

କର୍କଟ:-ସରକାରୀ କର୍ମଚାରୀ ମାନେ କର୍ମକ୍ଷେତ୍ରରେ ସଫଳତା ଲାଭକରିବେ । ଦେଇଥିବା ଧନ ଫେରି ପାଇବା ଫଳରେ ଆର୍ଥିକ ସ୍ଥିତି ସୁଦୃଢ଼ ହେବ । ବ୍ୟବସାୟରେ କର୍ମଚାରୀ ମାନଙ୍କୁ ଅତିବିଶ୍ୱାସକରି ଭରସା କଲେ କ୍ଷତି ସହିବେ । ସନ୍ତାନଙ୍କର ଉନ୍ନତିରେ ଉତ୍ସାହିତ ହେବେ । କର୍ମ ମୁଖରତା ଯୋଗେ ଶାରୀରିକ ପିଡ଼ା ଭୋଗିବେ । ବିଦ୍ୟାର୍ଥିମାନେ ଉଚ୍ଚଶିକ୍ଷା ପାଇଁ ଚେଷ୍ଟିତ ହେବେ । ଯେ କୌଣସି କାର୍ଯ୍ୟରେ ହାତଦେଲେ ସଫଳ ହେବେ । ପ୍ରତିକାର:- ଆମ୍ବଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ ।

ସିଂହ:- ସ୍ୱାସ୍ଥ୍ୟଗତ ସମସ୍ୟା ଦୂର ହୋଇ ଆର୍ଥିକସ୍ଥିତି ମଜବୁତ୍ ହେବ । ସମସ୍ତ କାର୍ଯ୍ୟ ମନଇଛା ଅନୁସାରେ ସମ୍ପନ୍ନ କରିବେ । ନୂଆ ନୂଆ ଲୋକଙ୍କ ସହ ସମ୍ପର୍କ ଓ ଜନ ସମ୍ପର୍କ ବୃଦ୍ଧି ପାଇବ । ମାନସିକ ବିଷାଦ, ଦାମ୍ପତ୍ୟ କଳହ, ଭୟ ଆଶଙ୍କା ଦୂରେଇ ଯିବ । ପାରିବାରିକ କ୍ଷେତ୍ରରେ ସ୍ନେହ-ସଦ୍ଭାବ ଦେଖା ଦେବ । ବିଦ୍ୟାର୍ଥିମାନେ ପ୍ରତିଯୋଗିତା ପରୀକ୍ଷାରେ ବିଜୟୀ ହେବେ । ମାନସିକ ଦୁଶ୍ଚିନ୍ତା, ଋଣଭାର, ଶତ୍ରୁବାଧା ଦୂରେଇ ଯିବ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

କନ୍ୟା:-ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ । ବ୍ୟବସାୟରେ ପ୍ରବଳ ଧନଲାଭ ହେବ । ଜୀବନ ସାଥୀଙ୍କ ଠାରୁ ଭଲ ସମର୍ଥନ ପାଇବେ । ଅଫିସରେ ମାଲିକଙ୍କର ଆଚରଣ ଆପଣଙ୍କ ପ୍ରତି ଭଦ୍ରଭାବ ରହିବ । ନୂଆ କୌଶଳ ଶିଖିବାର ସୁଯୋଗ ପାଇବେ । ପରିବାରରେ ସମୃଦ୍ଧତା ଓ ସନ୍ତୁଷ୍ଟିର ପରିବେଶ ରହିବ । ଗୁରୁଜନଙ୍କ ସହିତ କଥାବାର୍ତ୍ତା କରିବା ବେଳେ ଶିଷ୍ଟାଚାରର ପାଳନ କରନ୍ତୁ । ବିଦ୍ୟାର୍ଥୀ ମାନଙ୍କର ଅଧ୍ୟୟନ ପ୍ରତି ଆଗ୍ରହ ବୃଦ୍ଧି ପାଇବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-କର୍ମକ୍ଷେତ୍ରରେ ଆପଣଙ୍କର ପ୍ରତିଭାକୁ ପ୍ରୋତ୍ସାହନ ମିଳିପାରେ । ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିବ । ନୂତନପନ୍ଥା ଅନୁସରଣ କରିବେ । ଜୀବନ ସାଥି, ସନ୍ତାନ ଓ ପରିବାରରେ ସମୟ ବିତେଇବେ । କୌଣସି ମହିଳା ବନ୍ଧୁଙ୍କ ସାହାଯ୍ୟ ଦ୍ଵାରା କର୍ମକ୍ଷେତ୍ରରେ ଉନ୍ନତି କରିବେ । ନୂଆ ଲୋଳଙ୍କ ସହିତ ସମ୍ପର୍କ ମଜବୁତ ହେବ । ଇଛାକରି କାମଧନ୍ଦାରେ ମନ ନ ଲାଗିବା ଫଳରେ ବହୁ କଷ୍ଟରେ କାର୍ଯ୍ୟ ପୂରଣ ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ସମସ୍ତ ଚିନ୍ତା ଦୂର ହେବ । ନୂତନକାର୍ଯ୍ୟ ଆରମ୍ଭକରି ଉଦ୍ଵେଶ୍ୟ ପୂର୍ଣ୍ଣ କରି ପାରିବେ । କୌଣସି ଉତ୍ସାହ ବର୍ଦ୍ଧକ ସଂବାଦ ପାଇ ଖୁସି ହୋଇଯିବେ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବା ଫଳରେ ରାଜନୀତିରେ ଉନ୍ନତି ହେବ । ଭାଇ ଭଉଣୀଙ୍କ ସହିତ ସମ୍ପର୍କ ଅଧିକ ଶକ୍ତିଶାଳୀ ହେବ । କାମକାର୍ଯ୍ୟ ଓ ପାରିବାରିକ ଜୀବନରେ ସନ୍ତୁଳନ ବଜାୟ ରଖନ୍ତୁ । କ୍ୟାରିୟର ଜୀବନରେ ନୂଆଲକ୍ଷ ନିର୍ଦ୍ଧାରିତ କରି ଧନ ଲାଭ ହେବାରୁ ମନ ଖୁସି ରହିବ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

ଧନୁ:- ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ । ସରକାରୀ କର୍ମଚାରୀ ମାନଙ୍କର କର୍ମ କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ଦେଖାଦେବ । ବିଦ୍ୟାରେଉନ୍ନତି, କାର୍ଯ୍ୟରେ ମନସନ୍ତୁଷ୍ଟ, ଖେଳରେ ବିଜୟୀ ହେବେ । ପ୍ରେମୀକ ପ୍ରେମିକାଙ୍କ ସମ୍ପର୍କରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମକର:- ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ । ଲେଖକ, ପତ୍ରକାର, ରାଜନୈତିକ, ସଙ୍ଗୀତଜ୍ଞ, ଠିକାଦାର ଓ ସରକାରୀ କର୍ମରତଥିବା ବ୍ୟକ୍ତିମାନେ ପଦୋନ୍ନତିର ସଙ୍କେତ ପାଇବେ । ବନ୍ଧୁ ମିତ୍ରଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ଅର୍ଥଲାଭର ମାର୍ଗ ଖୋଲିଯିବ । ନୂତନକର୍ମ ପ୍ରାପ୍ତିଯୋଗୁ ଆୟ ବୃଦ୍ଧି ହେବ ଓ ଦୂରଯାତ୍ରାର ସୁଯୋଗ ପାଇବେ । ଶିକ୍ଷାର୍ଥି ମାନଙ୍କର ଅନେକ ଶୁଭହେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କୁମ୍ଭ:-କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ଅଜଣା ବ୍ୟକ୍ତିଙ୍କ ଜରିଆରେ ଶୁଭ ସମାଚାର ମିଳିବ । କୌଣସି ମାଙ୍ଗଳିକ କାର୍ଯ୍ୟ ଆୟୋଜନରେ ଯୋଗ ଦେବେ । ଉଚିତ୍ପନ୍ଥା ଗ୍ରହଣ କରି ହସ ଖୁସିରେ ସମୟ ବିତେଇବେ । ଅଧିକାରୀଙ୍କଠାରୁ ସହଯୋଗ ମିଳିବ । କର୍ମକ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଛାତ୍ର ଛାତ୍ରୀ ମାନଙ୍କର ସଂଘର୍ଷ ଦ୍ୱାରା ସଫଳତା ମିଳିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନଖୁସି ରହିବ । ଯୁବକ ଯୁବତୀ ମାନଙ୍କର ନୂତନକର୍ମ ନିଯୁକ୍ତିର ଯୋଗ ଅଛି । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପ୍ରତିଯୋଗିତା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟ ଲାଭ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!