ଦୈନିକ ରାଶିଫଳ: 19 ଅଗଷ୍ଟ 2021, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଅଗଷ୍ଟ ମାସ ୧୯ ତାରିଖ, ଗୁରୁବାର, ସିଂହ ମାସ ୩ ଦିନ, ଶ୍ରାବଣ ମାସ, ଶୁକ୍ଳପକ୍ଷ, ଦ୍ଵାଦଶୀ ତିଥି, ପୂର୍ବାଷାଢା ନକ୍ଷତ୍ର, ଧନୁ ରାଶିରେ ଚନ୍ଦ୍ର । ପ୍ରୀତି ଯୋଗ, ବବ କରଣ ଦିବା ୧୧ଟା ୫୯ମିନିଟ୍ ଗତେ ବାଳବ କରଣ । ତୁଳା, କୁମ୍ଭ ରାଶିର ଘାତବାର । ତୁଳା, କୁମ୍ଭ ରାଶିର ଘାତଚନ୍ଦ୍ର । ପୋଇ, ମସୁରଡାଲି ନ ଖାଇଲେ ଭଲ । ଯୋଗିନୀ- ନୈରୁତେ ରାତ୍ରି ୧୦ଟା ୫୪ମିନିଟ୍ ପରେ ଦକ୍ଷିଣେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ଦ୍ଵାଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଅଶୁଭସମୟ- ଦିବା ୨ଟା ୫୯ମିନିଟ୍ ରୁ ଦିବା ୪ଟା ୩୪ମିନିଟ୍ । ଦିବା ୪ଟା ୩୪ମିନିଟ୍ ରୁ ସନ୍ଧ୍ୟା ୬ଟା ୮ମିନିଟ୍ । ରାତ୍ରି ୧୧ଟା ୫୦ମିନିଟ୍ ରୁ ୧ଟା ୧୫ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୩୨ମିନିଟ୍ ରୁ ୭ଟା ୧୧ମିନିଟ୍, ଦିବା ୧୦ଟା ୩୫ମିନିଟ୍ ରୁ ୧ଟା ୪ମିନିଟ୍, ରାତ୍ର ୨ଟା ୩୦ମିନିଟ୍ ରୁ ରାତ୍ର ୩ଟା ୧୪ମିନିଟ୍ । ପର୍ବଦିନ- ଶ୍ରୀବିଷ୍ଣୁ ପବିତ୍ରରୋପଣ, ଆଖେଟକ ପର୍ବ ।

ମେଷ:-ନୂତନ ଗୃହସୁଖ ମିଳିବ । ମନୋରଞ୍ଜନ କରିବା ପାଇଁ ସମୟ ମିଳିବ । ଯାତ୍ରାରେ ସମୟ କଟିବ ଓ ଲାଭ ପାଇବେ । ବ୍ୟବସାୟ ବୃଦ୍ଧି କିମ୍ବା ନୂଆ ଯୋଜନା ଅନୁସାରେ କାର୍ଯ୍ୟ କରିବେ । ସ୍ଥଗିତ ଥିବା ଧନପ୍ରାପ୍ତ ହେବ । ନୂତନ କର୍ମ ଓ ବ୍ୟବସାୟ ପାଇଁ ଚେଷ୍ଟିତ ହେବେ । ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ । ବିଦ୍ୟା କ୍ଷେତ୍ରରେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ଆର୍ଥିକସ୍ଥିତି ପୂର୍ବପରି ରହିବ । ପରିବାରରେ ଆନନ୍ଦ ଲହରୀ ଖେଳିଯିବ । ମିତ୍ର, ଭାଇ ବନ୍ଧୁମାନେ ସହଯୋଗ କରିବେ । ପରିଶ୍ରମଦ୍ୱାରା କାର୍ଯ୍ୟ ସଫଳ ହେବ । ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ଆଲୋଚନା କ୍ଷେତ୍ରରେ ଠିକ୍ ନିସ୍ପତି ନେବେ । ଆର୍ଥିକ ସଙ୍କଟ ଦୂର ହେବ । ଦାମ୍ପତ୍ୟଜୀବନ ସୁଖମୟ ହେବ । ପ୍ରତିକାର:- ଅଶ୍ୱସ୍ଥବୃକ୍ଷ ମୂଳରେ ଗୁଡପଣା ଢାଳନ୍ତୁ ।

ମିଥୁନ:-ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । ଆୟର ମାର୍ଗ ପ୍ରଶସ୍ତ ହେବ । ଦୂରଯାତ୍ରାରେ ସୁଖମିଳିବ ଏବଂ ଲାଭ ବାନ୍ ହେବେ । ବାହାନ କ୍ରୟ ଓ ବିକ୍ରୟ କରିବେ । ବାଦବିବାଦ ମାଲିମୋକଦ୍ଦମା ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ । ଅନେକ ସମସ୍ୟା ସମାଧାନ କରି ଶାନ୍ତି ପାଇବେ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ଦାମ୍ପତ୍ୟ ଜୀବନ ଆନନ୍ଦମୟହେବ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

କର୍କଟ:-ଶୁଭ ସମାଚାର ପାଇ ମନ ଖୁସି ହେବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ଦୂରଯାତ୍ରାକରି ଲାଭ ପାଇବେ ଓ ଅଭିଷ୍ଟ ପ୍ରାପ୍ତି ହେବ । ବିଦ୍ୟା ଓ ଖେଳରେ ଉନ୍ନତି ହେବ । ଆଶା କରିଥିବା କାର୍ଯ୍ୟଟି ପୂରଣ ହେବ । ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ । ବ୍ୟବସାୟରେ ଅଚଳାବସ୍ଥା ସୁଧୁରିଯିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ସିଂହ:-ଶତୃ ପରାଜିତ ହେବେ । ସାମାଜିକ ଉତ୍ସବରେ ଭାଗ ନେବେ । କର୍ମ କ୍ଷେତ୍ରରେ ସମ୍ମାନୀତ ହେବେ । ଜନ ସେବାରେ ପ୍ରଶଂସା ମିଳିବ । ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କନ୍ୟା:-ରାଜନୈତିକ କ୍ଷେତ୍ରରେ ଯଶ, ମାନ ପ୍ରତିଷ୍ଠାବୃଦ୍ଧି ହେବ । ପରିଶ୍ରମ ଦ୍ୱାରା ଲାଭ ପାଇବେ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ଖେଳ, ବିଦ୍ୟା ଓ ସାମାଜିକ କ୍ଷେତ୍ରରେ ଆଦୃତ ହେବେ । ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ । ପଟ୍ଟ ପରିବର୍ତ୍ତନ ଘଟି ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ । ଆର୍ଥିକ ଦିଗରୁ ଉନ୍ନତି ହେଲେ ମଧ୍ୟ ବ୍ୟୟ ଭାର ବୃଦ୍ଧି ହେବ । ସତର୍କତା ଅବଲମ୍ବନ ନକଲେ କୌଣସି ଭୁଲ୍ କାମରେ ଫଶିଯିବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ତୁଳା:-ବନ୍ଧୁବାନ୍ଧବଙ୍କ ଚେଷ୍ଟାରେ ଅତି ସହଜରେ ବାକିଥିବା ଅର୍ଥ ପାଇବେ । ସୁଯୋଗ ହାତପାହାନ୍ତାରେ ପହଞ୍ଚିବ । ପରୀକ୍ଷା ପ୍ରତିଯୋଗିତାରେ ବିଜୟୀ ହେବେ । ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ । ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର । ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ହ୍ରାସ ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:- ସ୍ୱାସ୍ଥ୍ୟ ଠିକ୍ ରହିବ । ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ । ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । କର୍ମ କ୍ଷେତ୍ରରେ ସମ୍ମାନୀତ ହେବେ । ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ଦ୍ଵାରା ଆଶା କରିଥିବା କାର୍ଯ୍ୟଟି ପୂରଣ ହେବ । ରାଜନୀତି କ୍ଷେତ୍ରରେ ଜନ ସେବାରେ ପ୍ରଶଂସା ମିଳିବ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

ଧନୁ:-ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ । ସହଯୋଗୀମାନେ ଉନ୍ନତିପାଇଁ ଚେଷ୍ଟା କରିବେ । ବିଶିଷ୍ଟ ବ୍ୟକ୍ତିଙ୍କ ସହ ସଂପର୍କ ଓ ଆମୋଦପ୍ରମୋଦର ସୁଯୋଗ ପାଇବେ । ଶୁଭକାର୍ଯ୍ୟ ପାଇଁ ଇଚ୍ଛାକରି ଗୁରୁଜନମାନଙ୍କ ଠାରୁ ଆର୍ଶିବାଦ ପାଇବେ । କର୍ମକ୍ଷେତ୍ରରେ ସଫଳତା ମିଳିବ । ବ୍ୟବସାୟରେ ପ୍ରସାର ପ୍ରଚାର ହେବ । ରାଜନୀତିରେ ସମସ୍ୟା ଦୂର ହେବ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ମକର:- ଆନୁଷ୍ଠାନିକ କାମରେ ଠିକ୍ ପରାମର୍ଶ ଦେଇ ଆଦର, ସମ୍ମାନ ଓ ପ୍ରଶଂସା ମିଳିବ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । ଭାଗିଦାରୀଙ୍କ ପାଇଁ କ୍ଷତିରୁ ବଞ୍ଚିଯିବେ । ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କୁମ୍ଭ:-ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ଗୃହରୁ ସୁଖମିଳିବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତହେବେ । କାରବାରରେ ସ୍ଥିତି ଠିକ୍ ରହିବ । ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ । କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ମାନସିକସ୍ଥିତି ଭଲ ରହିବ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ । ପରିବାରରେ ବିବେକ ବୁଦ୍ଧି ଖଟେଇ ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ଯେକୌଣସି ପ୍ରତିଯୋଗୀତାକୁ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ । ପ୍ରତିକାର- ହଳଦୀରଙ୍ଗର ବସ୍ତ୍ର ପରିଧାନ କରନ୍ତୁ । ନତୁବା ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!