ଦୈନିକ ରାଶିଫଳ: 20 ଅଗଷ୍ଟ 2021, ମା’ ସନ୍ତୋଷୀଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଅଗଷ୍ଟ ମାସ ୨୦ ତାରିଖ, ଶୁକ୍ରବାର, ସିଂହ ମାସ ୪ ଦିନ, ଶ୍ରାବଣ ମାସ, ଶୁକ୍ଳପକ୍ଷ, ତ୍ରୟୋଦଶୀ ତିଥି, ଉତ୍ତରାଷାଢା ନକ୍ଷତ୍ର, ମକର ରାଶିରେ ଚନ୍ଦ୍ର । ଆୟୁଷ୍ମାନ ଯୋଗ ଦିବା ୩ଟା ୩୦ମିନିଟ୍ ଗତେ ସୌଭାଗ୍ୟ ଯୋଗ, କୌଳବ କରଣ ସକାଳ ୯ଟା ୫୧ମିନିଟ୍ ଗତେ ତୈତିଳ କରଣ । ବିଛା, ଧନୁ, ମୀନ ରାଶିର ଘାତବାର । ସିଂହ ରାଶିର ଘାତଚନ୍ଦ୍ର । ବାଇଗଣ ନ ଖାଇଲେ ଭଲ, ରାତି ୮ଟା ୫୦ମିନିଟ୍ ପରେ ବିରି ଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଯୋଗିନୀ- ଦକ୍ଷିଣେ ରାତ୍ରି ୮ଟା ୫୦ମିନିଟ୍ ପରେ ପଶ୍ଚିମେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ତ୍ରୟୋଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୧୦ଟା ୧୫ମିନିଟ୍ ରୁ ଦିବା ୧୧ଟା ୪୯ମିନିଟ୍ । ସକାଳ ୮ଟା ୪୦ମିନିଟ୍ ରୁ ଦିବା ୧୦ଟା ୧୫ମିନିଟ୍ । ରାତ୍ରି ୮ଟା ୫୯ମିନିଟ୍ ରୁ ୧୦ଟା ୨୪ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୩୨ମିନିଟ୍ ରୁ ୬ଟା ୨୧ମିନିଟ୍, ସକାଳ ୭ଟା ୧୩ମିନିଟ୍ ରୁ ୮ଟା ୩୯ମିନିଟ୍, ଦିବା ୧୨ଟା ୧୬ମିନିଟ୍ ରୁ ୨ଟା ୪୫ମିନିଟ୍, ଦିବା ୪ଟା ୨୮ମିନିଟ୍ ରୁ ସନ୍ଧ୍ୟା ୬ଟା ୬ମିନିଟ୍, ରାତ୍ର ୭ଟା ୪୦ମିନିଟ୍ ରୁ ରାତ୍ର ୮ଟା ୫୮ମିନିଟ୍, ରାତ୍ର ୧ଟା ୪୫ମିନିଟ୍ ରୁ ରାତ୍ର ୩ଟା ୫୮ମିନିଟ୍ । ପର୍ବଦିନ- ଶିବ ପ୍ରଦୋଷ ବ୍ରତ ।

ମେଷ:-ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ । ଛାତ୍ରଛାତ୍ରୀମାନେ ପରିଶ୍ରମ କରିବା ଫଳରେ ପ୍ରଶଂସା ପାଇବେ । ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ । ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବ । ରାଜନୈତିକ କ୍ଷେତ୍ରରେ ଯଶ, ମାନ ପ୍ରତିଷ୍ଠାବୃଦ୍ଧି ହେବ । ପ୍ରତିକାର- ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ବୃଷ:-ବ୍ୟକ୍ତିଗତ ଓ ସାର୍ବଜନୀନ ସମ୍ପର୍କରେ ବିକଶିତ ହେବ । ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନ କରି ପ୍ରଶଂସା ପାଇବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ । ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ । ଶତୃ ଓ ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଶତୃମୁକ୍ତ ନିରୁପଦ୍ରବ ଜୀବନ ଚର୍ଯ୍ୟା କାଏମ୍ ରଖି ପାରିଲେ ଲାଭ ପାଇବେ । ପାରିବାରିକ ଜୀବନରେ ଶାନ୍ତି, ଭାଇଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ । ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥ ପ୍ରବଣତାର ଅଭିବୃଦ୍ଧି ଘଟିବ । ଆୟ ଅପରିବର୍ତ୍ତିତ ରହିବ । ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କର୍କଟ:-ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ । ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହିପାରିବେ । ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ । କର୍ମକ୍ଷେତ୍ରରେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେବେ । ନିକଟସ୍ଥ ବ୍ୟକ୍ତି ସାହାର୍ଯ୍ୟ କରିବା ଦ୍ଵାରା ବ୍ୟବସାୟରେ ସଫଳତା ମିଳିବ ଓ ବ୍ୟବସାୟ ବଢାଇବାରେ ସମର୍ଥ ହେବେ । ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରି ପାରିବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ସିଂହ:-ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ । ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ । ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କନ୍ୟା:-ସମ୍ମାନର ସହ ଦିନଚର୍ଯ୍ୟା ସମ୍ପାଦନ କରିବେ । କର୍ମକ୍ଷେତ୍ରରେ ଉନ୍ନତି କରି ପାରିବେ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ କେତେକ କ୍ଷେତ୍ରରେ ପ୍ରଶଂସା ପାଇବେ । ପରିବାରରେ ଆଦରଣୀୟ ହୋଇ ସୁଖଭୋଗ କରିବେ । ବ୍ୟବସାୟରେ ସଫଳତା ଅର୍ଜନ କରିବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ । ରାଜନୀତିରେ ଉନ୍ନତି ହେବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ତୁଳା:- ସାଧାରଣ ଭାବରେ ଜୀବନଚର୍ଯ୍ୟା କରି ଚାଲିବେ । ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ପରିବାରରେ ସୁଖ-ଶାନ୍ତି ଯୋଗେ ସମସ୍ତ ଚିନ୍ତା ଦୂର ହେବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ବନ୍ଧୁବାନ୍ଧବଙ୍କ ଦିଗରୁ ହସଖୁଶିର ବାତାବରଣ ସୃଷ୍ଟି ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଆନନ୍ଦିତ ହେବେ । ଟଙ୍କାପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-କର୍ମ କ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୀତିରେ ପ୍ରଶଂସିତ ହେବେ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପ୍ରତିକାର:- ଆମ୍ବଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ ।

ଧନୁ:-ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ । କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ଆତ୍ମବିଶ୍ଵାସ ବୃଦ୍ଧି ପାଇବ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ନୂତନ ସଂସ୍ଥାର ଆୟୋଜନ କରନ୍ତୁ ନାହିଁ । ରାଜନୀତିରେ କଳେବଳେ କୌଶଳରେ ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ । ନୂତନ କାର୍ଯ୍ୟଆରମ୍ଭ କରିପାରିବେ । ଅର୍ଥ ଉପାର୍ଜନରେ ଏକନିଷ୍ଠ ହେବେ । ଧନ ପାଇବାର ରାସ୍ତା ଖୋଲିଯିବ । ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ । ରାଜନୀତିରେ ସମ୍ମାନର ସହିତ କୃତକାର୍ଯ୍ୟ ହେବେ । ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କୁମ୍ଭ:-କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ । ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପ୍ରତିକୂଳ ପରିସ୍ଥିତି ଦୂରେଇଯିବ ଓ ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ । ଆର୍ଥିକ ସହାୟତାରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ । ଖାଇବା ପିଇବାରେ କିଛି ଅସନ୍ତୁଳନ ହୋଇପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସା ପାଇବେ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!