ଦୈନିକ ରାଶିଫଳ: 21 ଅଗଷ୍ଟ 2021, ଶନିଦେବଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ କିଛି ବଡ ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଅଗଷ୍ଟ ମାସ ୨୧ ତାରିଖ, ଶନିବାର, ସିଂହ ମାସ ୫ ଦିନ, ଶ୍ରାବଣ ମାସ, ଶୁକ୍ଳପକ୍ଷ, ଚତୁର୍ଦ୍ଦଶୀ ତିଥି, ଶ୍ରବଣା ନକ୍ଷତ୍ର, ମକର ରାଶିରେ ଚନ୍ଦ୍ର । ସୌଭାଗ୍ୟ ଯୋଗ ଦିବା ୧୨ଟା ୫୪ମିନିଟ୍ ଗତେ ଶୋଭନ ଯୋଗ, ଗର କରଣ ସକାଳ ୭ଟା ୫୩ମିନିଟ୍ ଗତେ ବାଣିଜ୍ୟ କରଣ । ବୃଷ, ସିଂହ, କନ୍ୟା ରାଶିର ଘାତବାର । ସିଂହ ରାଶିର ଘାତଚନ୍ଦ୍ର । ବିରି ଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ, ରାତି ୭ଟା ପରେ ଆମିଷ, ତୈଳ ନ ଖାଇଲେ ଭଲ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଯୋଗିନୀ- ପଶ୍ଚିମେ ସନ୍ଧ୍ୟା ୭ଟା ପରେ ବାୟବ୍ୟେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ଚତୁର୍ଦ୍ଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ପ୍ରାତଃ ୫ଟା ୩୨ମିନିଟ୍ ରୁ ୭ଟା ୬ମିନିଟ୍, ଦିବା ୪ଟା ୩୨ମିନିଟ୍ ରୁ ସନ୍ଧ୍ୟା ୬ଟା ୭ମିନିଟ୍ । ଦିବା ୧ଟା ୨୪ମିନିଟ୍ ରୁ ଦିବା ୨ଟା ୫୮ମିନିଟ୍ । ସନ୍ଧ୍ୟା ୬ଟା ୭ମିନିଟ୍ ରୁ ୭ଟା ୩୨ମିନିଟ୍, ରାତ୍ରି ୪ଟା ୬ମିନିଟ୍ ରୁ ୫ଟା ୩୨ମିନିଟ୍ । ଶୁଭସମୟ- ଦିବା ୧୦ଟା ୧୬ମିନିଟ୍ ରୁ ୧ଟା ୪ମିନିଟ୍, ରାତ୍ର ୮ଟା ୨୫ମିନିଟ୍ ରୁ ୧୦ଟା ୪୦ମିନିଟ୍, ରାତ୍ର ୧୨ଟା ୧୩ମିନିଟ୍ ରୁ ୧ଟା ୪୩ମିନିଟ୍, ରାତ୍ର ୨ଟା ୩୦ମିନିଟ୍ ରୁ ୪ଟା । ପର୍ବଦିନ- ଶିବ ଚତୁର୍ଦ୍ଦଶୀ ଓ ବେଢା ପରିକ୍ରମା ।

ମେଷ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ଆର୍ଥିକ ସମସ୍ୟା ସମାଧାନ ହୋଇଯିବ । ଦୂରଯାତ୍ରା କରି ମନ ଖୁସି ରହିବ । ରାଜକୀୟ ମାମଲାରେ ସଫଳତା ମିଳିବ । ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ । ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ । ଅଫିସର୍ ଓ ସହକର୍ମୀମାନେ କାମର ପ୍ରଶଂସା କରିବେ । ଜନସମ୍ପର୍କ ସୁଦୃଢ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-ନୁତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ଉଚ୍ଚିତ୍ । ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନ କରିବେ । ଉଚିତ୍ମାର୍ଗରେ ଗତିକରି ବ୍ୟବସାୟରେ ସଫଳତା ଅର୍ଜନ କରିବେ । ଧୀରସ୍ଥିର ଭାବରେ ପାରିବାରିକ ସମସ୍ୟା ସୁଧାରି ନେବା ଉଚିତ୍ । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । କର୍ମକ୍ଷେତ୍ରରେ ସ୍ଥିରବସ୍ଥା ଆସିବା ଫଳରେ ଆତ୍ମସନ୍ତୋଷ ଆଣିଦେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-କର୍ମ କ୍ଷେତ୍ରରେ ପରିବର୍ତ୍ତନ ଆସିବ । ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ । ବେପରୁଆ କାର୍ଯ୍ୟକଳାପ ଯୋଗୁ ଉଚ୍ଚବର୍ଗଙ୍କ ଠାରୁ ସମାଲୋଚିତ ହେବେ । ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

କର୍କଟ:-ଶୁଭ ସମାଚାର ପାଇ ଖୁସି ହେବେ । ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ ଓ ମାନସିକ ଶାନ୍ତି ପାଇବେ । କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ । ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । ଆର୍ଥିକସ୍ଥିତି ମନ୍ଦ ହେବନାହିଁ, ଯାହାଦ୍ୱାରା କି ବହୁ ପରିମାଣରେ ଅଭିବୃଦ୍ଧିର ହାର ବଢ଼ିଯିବ । କର୍ମକ୍ଷେତ୍ରରେ ନିଜର ପ୍ରାଧାନ୍ୟ ବିସ୍ତାର କରି ସମସ୍ୟାକୁ ସୁଧାରି ନେବେ । ଅନ୍ୟମାନଙ୍କୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ । ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ସିଂହ:-କମିଶନ କାର୍ଯ୍ୟରେ ବିଶେଷ ଲାଭ ହେବାର ସମ୍ଭାବନା ଅଛି । ସରକାରୀ କ୍ଷେତ୍ରରେ ସଫଳତା ମିଳିବ । ବ୍ୟବସାୟୀମାନେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହେବ । ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:- ସୁଖ ସମୃଦ୍ଧି ବୃଦ୍ଧି ହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ଦେଖାଇବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ ।

ତୁଳା:-ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ବ୍ୟବସାୟୀମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ବାସସ୍ଥାନ ବା ଯାନବାହାନର ନବୀକରଣ କରିବାର ସୁଯୋଗ ପାଇବେ । କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ । ବ୍ୟବସାୟୀମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ଆର୍ଥିକସ୍ଥିତିରେ ଉନ୍ନତି ହେବ । କର୍ମରେ ଉନ୍ନତି ସହିତ ଓ ଶୁଭଫଳ ପ୍ରାପ୍ତି ହେବ । ସୁଖ ସମ୍ପଦ ପ୍ରାପ୍ତି ହେବ । ନୂତନ କାର୍ଯ୍ୟ ଆରମ୍ଭ କରି ପାରିବେ । ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବ । ତଳ ମହଲରୁ ଆଶାତୀତ ଲାଭ ପାଇବେ । ପ୍ରତିକାର- ନାଲିବସ୍ତ୍ର ପରିଧାନ କରନ୍ତୁ । ନତୁବା ନାଲି ରୁମାଲ ଟିଏ ପାଖରେ ରଖନ୍ତୁ ।

ଧନୁ:-ସରକାରୀ କାମରେ ସଫଳତା ମିଳିବ । ପରିଶ୍ରମ ଓ ମେହନତର ପରିଣାମ ମିଳିବ । ବିଦେଶ ଯାତ୍ରା, ସୁଖ ଶାନ୍ତି, ଯଶ ଲାଭ, ନୂତନ ବାହନଆଦି ପ୍ରାପ୍ତି ଯୋଗ ଅଛି । କର୍ମକ୍ଷେତ୍ରରେ ଉନ୍ନତିର ସୁଯୋଗ ପାଇବେ । ସ୍ୱାସ୍ଥ୍ୟ ଭଲ ରହିବ । ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ । ଋଣ ଭରଣାରେ ସହଜ ହେବ । ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ମକର:-ଉଚ୍ଚ ସମ୍ଭାବନାର ଆଶାଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ପାରିବାରିକ କ୍ଷେତ୍ରରେ ଆଲୁଅ ଅନ୍ଧାରର ଲୁଚକାଳି ଖେଳର ଅବସାନ ହେବ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ଉତ୍ତୀର୍ଣ୍ଣ ହେବେ । ନୂତନ ସମ୍ପତି କ୍ରୟ କରିବେ । କର୍ମକ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ ଓ ସାହାଯ୍ୟ ସହଯୋଗ ମିଳିବ । ଆକସ୍ମିକ ଧନ ପ୍ରାପ୍ତି ହେବ । ରାଜନୈତିକ କ୍ଷେତ୍ରରେ ଯଶ, ମାନ ପ୍ରତିଷ୍ଠାବୃଦ୍ଧି ହେବ । ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ ।

କୁମ୍ଭ:- ସହକର୍ମୀ ମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରିବେ । ବ୍ୟବସାୟୀ ମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ଶ୍ରମିକ ଓ କର୍ମଚାରୀମାନେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ । ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ ଓ ବଡ଼ନେତାଙ୍କୁ ସନ୍ତୁଷ୍ଟ କରି ଶାନ୍ତିପାଇବେ । ଛାତ୍ରଛାତ୍ରୀ ମାନେ ଲକ୍ଷଭ୍ରଷ୍ଟ ହୋଇଯିବା ଫଳରେ ମନସ୍ତାପ ବଢିଯିବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ମୀନ:-ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ରାଜନୀତିରେ ସ୍ୱାର୍ଥରକ୍ଷା କରିବାରେ ସମୟ ବିତିବ । ଛାତ୍ରଛାତ୍ରୀମାନେ କଠିନ ପରିଶ୍ରମ କରି ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ଦୂରଯାତ୍ରାର ସୁଯୋଗ ପାଇ ହସ ଖୁସିରେ ଚଳିବେ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!