ଦୈନିକ ରାଶିଫଳ: 22 ଅଗଷ୍ଟ 2021, ସୂର୍ଯ୍ୟଦେବଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ ଏହି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଅଗଷ୍ଟ ମାସ ୨୨ ତାରିଖ, ରବିବାର, ସିଂହ ମାସ ୬ ଦିନ, ଶ୍ରାବଣ ମାସ, ଶୁକ୍ଳପକ୍ଷ, ପୂର୍ଣ୍ଣିମା ତିଥି, ଧନିଷ୍ଠା ନକ୍ଷତ୍ର, ମକର ରାଶିରେ ଚନ୍ଦ୍ର, ସକାଳ ୭ଟା ୫୭ମିନିଟ୍ ଗତେ କୁମ୍ଭ ରାଶିରେ ଚନ୍ଦ୍ର । ଶୋଭନ ଯୋଗ ଦିବା ୧୦ଟା ୩୩ମିନିଟ୍ ଗତେ ଅତିଗଣ୍ଡ ଯୋଗ, ବିଷ୍ଟି କରଣ ସକାଳ ୬ଟା ୧୩ମିନିଟ୍ ଗତେ ବବ କରଣ । ମେଷ ରାଶିର ଘାତବାର । ସିଂହ ରାଶିର ଘାତଚନ୍ଦ୍ର ସକାଳ ୭ଟା ୫୭ମିନିଟ୍ ଗତେ ମିଥୁନ, ମୀନ ରାଶିର ଘାତଚନ୍ଦ୍ର ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଆମିଷ, ତୈଳ ନ ଖାଇଲେ ଭଲ, ସନ୍ଧ୍ୟା ୫ଟା ୩୧ମିନିଟ୍ ପରେ ପାଣିକଖାରୁ ନ ଖାଇଲେ ଭଲ । ଯୋଗିନୀ- ବାୟବ୍ୟେ ସନ୍ଧ୍ୟା ୫ଟା ୩୧ମିନିଟ୍ ପରେ ପୂର୍ବେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ପୂର୍ଣ୍ଣିମାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୧୧ଟା ୪୯ମିନିଟ୍ ରୁ ଦିବା ୧ଟା ୨୩ମିନିଟ୍ । ଦିବା ୧୦ଟା ୧୫ମିନିଟ୍ ରୁ ଦିବା ୧୧ଟା ୪୯ମିନିଟ୍ । ରାତ୍ରି ୧ଟା ୧୫ମିନିଟ୍ ରୁ ୨ଟା ୪୧ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୩୩ମିନିଟ୍ ରୁ ୯ଟା ୪୨ମିନିଟ୍, ଦିବା ୧ଟା ୨୪ମିନିଟ୍ ରୁ ୧ଟା ୫୪ମିନିଟ୍, ସନ୍ଧ୍ୟା ୬ଟା ୫୩ମିନିଟ୍ ରୁ ରାତ୍ର ୯ଟା ୮ମିନିଟ୍, ରାତ୍ର ୧୨ଟା ୧୩ମିନିଟ୍ ରୁ ୧ଟା ୧୪ମିନିଟ୍, ରାତ୍ର ୨ଟା ୪୨ମିନିଟ୍ ରୁ ୩ଟା ୧୪ମିନିଟ୍ । ପର୍ବଦିନ- ଶ୍ରାବଣ ପୂର୍ଣ୍ଣିମା, ରକ୍ଷା ବନ୍ଧନ, ଗହ୍ମା ପର୍ବ, ଶ୍ରୀମନ୍ଦିରରେ ଶ୍ରୀ ବଳଦେବ ଜନ୍ମ ଓ ରାକ୍ଷୀ ଲାଗି, ଝୁଲଣ ଯାତ୍ରା ଶେଷ ।

ମେଷ:-ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେ ନାହିଁ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ । ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ । ବ୍ୟବସାୟରେ ଉତ୍ତମ ଲାଭ ହେବ ଓ କାରବାରରେ ସୁଧାର ଆସିବ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା, ଓ ସାକ୍ଷାତ୍କାରରେ ବିଜୟୀହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-ଶରୀର ସୁସ୍ଥ ରହିବ । ସାମାଜିକ ପ୍ରତିଷ୍ଠା ମାନ-ସମ୍ମାନ ବୃଦ୍ଧି ହେବ । ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ । କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ । ମାନସିକ ଅଶାନ୍ତି ଦୂର ହେବ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ । ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ । ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ । ଗୁରୁ ଗୁରୁଜନଙ୍କ ସାହାଯ୍ୟ ସହଯୋଗ ପାଇବେ । ଘରୋଇ କର୍ମଚାରୀମାନଙ୍କର ଉନ୍ନତିହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ନିଜର କାମକୁ ପଛରେ ପକାଇ ଅନ୍ୟଦ୍ଵାରା ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରି ପାରନ୍ତି । ଉତ୍ତମ ରୋଜଗାର ହେଲେ ମଧ୍ୟ ଆୟ ବ୍ୟୟ ସମାନ ରହିବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ସାମାଜିକ ପତିଆରା ଅମଳିନ ରହିବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ସାମାନ୍ୟ ଲାଭ ପାଇବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ସ୍ନେହଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳିବ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ସହ କଷ୍ଟ ଅନୁଭବ କରିବେ । ଧାର୍ମିକ କାର୍ଯ୍ୟରେ ମନ ବଳାଇବେ । ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ ।

ସିଂହ:-ବ୍ୟବସାୟରେ ଉନ୍ନତି ହେବା ସହ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ । ସୁଖ ସମୃଦ୍ଧି ବୃଦ୍ଧିହେବାସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ କରିବେ । ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ । ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ । ପ୍ରତିକାର- କମଳାରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

କନ୍ୟା:-ଶାରିରୀକ ଅସୁସ୍ଥତା ଦୂରହେବ । ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । ନୂତନ କାର୍ଯ୍ୟଆରମ୍ଭ କରି ପାରିବେ । ପରିବାର ଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ । ସାମାଜିକ ପତିଆରା ଅମଳିନ ରହିବ । ବ୍ୟବସାୟୀ ମାନେ ଧନଲାଭ କରିବାର ସୁଯୋଗ ପାଇବେ । ଶତୃମାନେ ମିତ୍ରଭାବ ଆଚରଣ କରିବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଲାଭବାନ ହେବେ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ରାଜନୀତି କ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେଇ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ । କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ସ୍ତରଯାଏ ଆଦର୍ଶ ସ୍ଥାନ ଗ୍ରହଣ କରିବେ । ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ । ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ । ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ବିଚ୍ଛା:-ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ପରିବହନ ବାଣିଜ୍ୟ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ଦୂରଯାତ୍ରାର ସୁଯୋଗ ପାଇବେ । ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପ୍ରଶଂସା ପାଇବେ । ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ରାଜନୀତିରେ ଲୋକସମ୍ପର୍କକୁ ଆଧାରକରି ଉପରିସ୍ଥଙ୍କ କୃପାଭାଜନ ହେବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ଧନୁ:-ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ । ଆୟ ଉପାର୍ଜନ ବୃଦ୍ଧି ହେବ । ଦୂରଯାତ୍ରାରେ ସଫଳ ହେବେ । ଟଙ୍କାର ଆବଶ୍ୟକତା ପୂରଣ ହେବ । ରାଜନୀତିରେ ଉପରିସ୍ଥ କର୍ମୀଙ୍କ ଶ୍ରଦ୍ଧା ବା ପ୍ରିୟଭାଜନ ହେବେ । ମାନସିକ ବିଷାଦ, ଦାମ୍ପତ୍ୟ କଳହ ଓ ଭୟ ଆଶଙ୍କା ଦୂରେଇ ଯିବ । ବକେୟା ଅର୍ଥ କିଛି ମିଳିବ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ । ମାନସିକଶାନ୍ତି ଓ ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ମକର:-ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରିବେ । ପୁରାତନରୋଗରୁ ଉପଶମ ମିଳିବ । ରାଜନୀତିରେ କର୍ତ୍ତବ୍ୟ ନିଷ୍ଠା ରକ୍ଷାକରି ସାଧୁ ଓ ସଚ୍ଚୋଟ ଭାବେ ଦାୟିତ୍ୱ ତୁଲାଇବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କୁମ୍ଭ:- ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ । ପାରିବାରିକକ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ । ବ୍ୟବସାୟରେ ଉନ୍ନତି ହେବା ଫଳରେ ଆୟ ଉପାର୍ଜ୍ଜନର ବୃଦ୍ଧିହେବ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଶତ୍ରୁବାଧା ଦୂରେଇ ଯିବ ଓ ଋଣରୁ ମୁକ୍ତି ପାଇବା ପାଇଁ ସହଯୋଗ ମିଳିବ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମୀନ:-ସାମାଜିକ ପତିଆରା ଅମଳିନ ରହିବ । ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ । କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ପରିବାରରରେ ମନୋମାଳିନ୍ୟକୁ ଏଡ଼େଇ ପାରିଲେ ଶାନ୍ତି ମିଳିବ । ମନରେ ଅଶାନ୍ତି ଅସନ୍ତୋଷ ଦେଖା ଦେଇପାରେ । ଆୟ ଅପେକ୍ଷା ବ୍ୟୟ ବୃଦ୍ଧି ହେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!