ଦୈନିକ ରାଶିଫଳ: 23 ଅଗଷ୍ଟ 2021, ମହାଦେବଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ ଆର୍ଥିକ ସହାୟତା

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଅଗଷ୍ଟ ମାସ ୨୩ ତାରିଖ, ସୋମବାର, ସିଂହ ମାସ ୭ ଦିନ, ଭାଦ୍ରବ ମାସ, କୃଷ୍ଣପକ୍ଷ, ପ୍ରତିପଦା ତିଥି, ଶତଭିଷା ନକ୍ଷତ୍ର, କୁମ୍ଭ ରାଶିରେ ଚନ୍ଦ୍ର । ଅତିଗଣ୍ଡ ଯୋଗ ସକାଳ ୮ଟା ୩୩ମିନିଟ୍ ଗତେ ସୁକର୍ମା ଯୋଗ, କୌଳବ କରଣ ଦିବା ୪ଟା ୩୧ମିନିଟ୍ ଗତେ ତୈତିଳ କରଣ । ମିଥୁନ ରାଶିର ଘାତବାର । ମିଥୁନ, ମୀନ ରାଶିର ଘାତଚନ୍ଦ୍ର । ପାଣିକଖାରୁ ନ ଖାଇଲେ ଭଲ, ଦିବା ୪ଟା ୩୧ମିନିଟ୍ ପରେ ବୋଇତିକଖାରୁ ନ ଖାଇଲେ ଭଲ । ଯୋଗିନୀ- ପୂର୍ବେ ଦିବା ୪ଟା ୩୧ମିନିଟ୍ ପରେ ଉତ୍ତରେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧ ତର୍ପଣ- ପ୍ରତିପଦାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ-ପ୍ରାତଃ ୭ଟା ୬ମିନିଟ୍ ରୁ ୮ଟା ୪୦ମିନିଟ୍ । ଦିବା ୨ଟା ୫୭ମିନିଟ୍ ରୁ ଦିବା ୪ଟା ୩୧ମିନିଟ୍ । ରାତ୍ରି ୧୦ଟା ୨୩ମିନିଟ୍ ରୁ ୧୧ଟା ୪୯ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୩୩ମିନିଟ୍ ରୁ ୭ଟା ୫ମିନିଟ୍, ଦିବା ୧୦ଟା ୩୪ମିନିଟ୍ ରୁ ୧ଟା ୩ମିନିଟ୍, ଦିବା ୪ଟା ୩୨ମିନିଟ୍ ରୁ ୫ଟା ୧୪ମିନିଟ୍, ସନ୍ଧ୍ୟା ୬ଟା ୫୨ମିନିଟ୍ ରୁ ରାତ୍ର ୯ଟା ୭ମିନିଟ୍, ରାତ୍ର ୧୧ଟା ୫୦ମିନିଟ୍ ରୁ ୨ଟା ୨୮ମିନିଟ୍ ।

ମେଷ:-ସମସ୍ତଚେଷ୍ଟା ସତ୍ତ୍ୱେ ନିଜର ଲକ୍ଷ୍ୟ ହାସଲ କରିବାରେ ସହଜ ହେବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ରାଜନୀତି ମାମଲାରେ ସଫଳତା ମିଳିବ । କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ । ସନ୍ତାନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:- ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ ଓ ନିଜ କ୍ଷେତ୍ରରେ କର୍ମ ଯୋଗକୁ ଅଧିକ ମହତ୍ତ୍ୱ ଦେଇ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ବ୍ୟବସାୟମାନେ ଅଧିକ ଲାଭ କରିବେ । ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ । ରାଜନୀତି କ୍ଷେତ୍ରରେ ମାନ ସମ୍ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ପ୍ରେମିକ ପ୍ରେମିକା ମାନେ ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି କରିବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମିଥୁନ:-କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । କର୍ମ କ୍ଷେତ୍ରରେ ଦାୟିତ୍ଵ ବଢିବା ଯୋଗେ ଅନ୍ୟମନସ୍କ ରହିବେ । ନିଜ ଚେଷ୍ଟାରେ ବହୁତ କଷ୍ଟକଲେ ବାକିଥିବା ଅର୍ଥ ପାଇବେ । ଗୃହ ସମସ୍ୟାରେ ଧନ୍ଦି ହୋଇଯିବା ଫଳରେ ଆୟ ବ୍ୟୟରେ ତାଳମେଳ ରହିବ ନାହିଁ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:- ପାରିବାରିକ କ୍ଷେତ୍ରରେ ଶାନ୍ତିଶୃଙ୍ଖଳା ଦେଖାଦେବ । ରାଜନୀତି କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ନୂତନ ଦ୍ରବ୍ୟ କ୍ରୟବିକ୍ରୟ କରିପାରିବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ବିଦ୍ୟା କ୍ଷେତ୍ରରେ ବୀଜୟ ପ୍ରାପ୍ତ ହେବ । କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ । ସବୁଥିରେ ସଫଳତା ମିଳିବା ଫଳରେ ସମୟ ହସ ଖୁସିରେ ବିତିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ବାଣିଜ୍ୟ କ୍ଷେତ୍ରରେ ଉନ୍ନତମାନର ଫଳପାଇବେ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

କନ୍ୟା:- ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ । ସାହିତ୍ୟ, କଳା କ୍ଷେତ୍ରରେ ଆକର୍ଷିତ ହେବେ । ଶୁଭକାର୍ଯ୍ୟର ଆୟୋଜନ କରିପାରିବେ । ଉଚ୍ଚଅଧିକାରୀଙ୍କଠାରୁ ସହଯୋଗ ମିଳିବ ଓ କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ । ଅନେକ ସମସ୍ୟା ସମାଧାନ ହୋଇ ଉଚ୍ଚ ଆଶାରେ ଆଗେଇବେ । ବ୍ୟବସାୟ କ୍ଷେତ୍ରରେ ମନ ଲାଗିବା ଦ୍ଵାରା ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ । ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ । ପ୍ରତିକାର- ସବୁଜ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

ତୁଳା:-ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇପାରେ । ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୀତିରେ ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ ଓ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ବିଚ୍ଛା:-ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ପରିବାରରେ ମାନ ମନାନ୍ତର ଦୂର ହେବ । ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ । ବ୍ୟବସାୟର ବୃଦ୍ଧି ଯୋଗେ ଆୟର ବୃଦ୍ଧିଘଟିବ ଓ ଲାଭବାନ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ରାଜନୀତିରେ ସ୍ଵନାମ ଅର୍ଜନ କରି ପାରିବେ । ସଂଘର୍ଷ ଦ୍ଵାରା ସଫଳତା ମିଳିବ । ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ । ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

ଧନୁ:- ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ । ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ । କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇ ସୁଖସମ୍ପତ୍ତି ଲାଭ ହେବ । ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ । ଶତୃମାନେ ଦୂରେଇଯିବେ ଓ ଅଶାନ୍ତିର ଝଡ ଶାନ୍ତ ହେବ । ହଠାତ୍ କାହାର ଡାକରା ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ । ଧନର ଆଗମନ ହୋଇ ଗୃହବାହନ ପ୍ରାପ୍ତି ହୋଇପାରେ । କର୍ମ କ୍ଷେତ୍ରରେ ସହକର୍ମୀଙ୍କର ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହେବେ । ପ୍ରେମିକ ପ୍ରେମିକାମାନେ ପରିଜନ ଓ ସାଧୁଜନପ୍ରିୟ ହେବେ । ଛାତ୍ରଛାତ୍ରୀମାନେ ଅଧ୍ୟୟନ ପାଇଁ ମନଯୋଗ ଦେବେ । ବିଚାର ବିଭାଗ ରାୟ ସପକ୍ଷରେ ଯିବା ଫଳରେ ଉଚ୍ଚଆଶା ସଫଳ ହେବ । ରାଜନୀତିରେ ସମସ୍ତ ସମସ୍ୟା ସମାଧାନର ଆଶା ଉଜ୍ଜ୍ଵଳ ହେବ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

କୁମ୍ଭ:-ସ୍ଵାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା, ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ । ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ । ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ । ଅପେକ୍ଷା କରିଥିବା କାର୍ଯ୍ୟରେ ଶୁଭ ସୂଚନା ମିଳିବ । ରୋଜଗାର ସମସ୍ୟା ସୁଧୁରି ଯିବ । ଧନ ଲାଭ ହେବାରୁ ମନ ଖୁସି ରହିବ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ମୀନ:-ସାମାଜିକ ପତିଆରା ଅମଳିନ ରହିବ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ରାଜନୀତିରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଲେ ଉନ୍ନତି ହେବ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ । କିଏ ଚାହିଁଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ଅଧିକ ପରିଶ୍ରମ କରି ସାମାନ୍ୟଲାଭ ପାଇବେ । ଶରୀରପୀଡ଼ା ଭୋଗ କରି ପାରନ୍ତି । ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!