ଦୈନିକ ରାଶିଫଳ: 25 ଅଗଷ୍ଟ 2021, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଅଗଷ୍ଟ ମାସ ୨୫ ତାରିଖ, ବୁଧବାର, ସିଂହ ମାସ ୯ ଦିନ, ଭାଦ୍ରବ ମାସ, କୃଷ୍ଣପକ୍ଷ, ତୃତୀୟା ତିଥି, ଉତ୍ତରଭାଦ୍ରପଦ ନକ୍ଷତ୍ର, ମୀନ ରାଶିରେ ଚନ୍ଦ୍ର । ଧୃତି ଯୋଗ ପ୍ରାତଃ ୫ଟା ୫୫ମିନିଟ୍ ଗତେ ଶୂଳ ଯୋଗ, ବିଷ୍ଟି କରଣ ଦିବା ୪ଟା ୧୮ମିନିଟ୍ ଗତେ ବବ କରଣ । କର୍କଟ ରାଶିର ଘାତବାର । ଧନୁ ରାଶିର ଘାତଚନ୍ଦ୍ର । ପୋଟଳ ନ ଖାଇଲେ ଭଲ, ଦିବା ୪ଟା ୧୮ମିନିଟ୍ ପରେ ମୂଳା ନ ଖାଇଲେ ଭଲ । ଯୋଗିନୀ- ଆଗ୍ନେୟ କୋଣେ ଦିବା ୪ଟା ୧୮ମିନିଟ୍ ପରେ ନୈରୁତେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧ ତର୍ପଣ- ତୃତୀୟାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ-ସକାଳ ୮ଟା ୪୦ମିନିଟ୍ ରୁ ଦିବା ୧୦ଟା ୧୪ମିନିଟ୍ । ଦିବା ୧୧ଟା ୪୮ମିନିଟ୍ ରୁ ଦିବା ୧ଟା ୨୨ମିନିଟ୍ । ରାତ୍ରି ୨ଟା ୪୧ମିନିଟ୍ ରୁ ୪ଟା ୭ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୩୪ମିନିଟ୍ ରୁ ୭ଟା ୧୨ମିନିଟ୍, ଦିବା ୧୦ଟା ୧୫ମିନିଟ୍ ରୁ ୧୧ଟା ୨୨ମିନିଟ୍, ଦିବା ୧ଟା ୫୪ମିନିଟ୍ ରୁ ୫ଟା ୧୩ମିନିଟ୍, ସନ୍ଧ୍ୟା ୬ଟା ୫୧ମିନିଟ୍ ରୁ ରାତ୍ର ୧୦ଟା ୩୮ମିନିଟ୍, ରାତ୍ର ୧ଟା ୪୪ମିନିଟ୍ ରୁ ରାତ୍ର ୨ଟା ୪୦ମିନିଟ୍, ରାତ୍ର ୪ଟା ୮ମିନିଟ୍ ରୁ ୫ଟା ୩୨ମିନିଟ୍ । ପର୍ବଦିନ- ବୁଦ୍ଧିବାମନ ଓଷା ପ୍ରଥମ ପାଳି ଆରମ୍ଭ, ଅଙ୍ଗଭେଟ ତୃତୀୟା, ଗୌରୀ ଚତୁର୍ଥୀ, ଗୌରୀ ପୂଜନ ଓ ଚନ୍ଦ୍ରାର୍ଘ୍ୟ ଦାନ ।

ମେଷ:-ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ । ବ୍ୟାପାର ଓ କାରବାରରେ ସୁଧାର ଆସିବ । ଟଙ୍କାର ଆବଶ୍ୟକତା ପୂରଣ ହେବ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । କର୍ମ ଓ ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିବ । ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ବୃଷ:- ଶତୃମାନେ ଦୂରେଇ ଯିବେ । ବକେୟା ଅର୍ଥ କିଛି ମିଳିବ । ସରକାରୀ କାମରେ ସଫଳତା ପାଇବେ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ । ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ । ସାମାଜିକ ପତିଆରା ଅମଳିନ ରହିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ । ନିଜକୁ ମଧ୍ୟ ଖୁସି ଓ ସୁରକ୍ଷିତ ଅନୁଭବ କରିବେ । ଅଧୁରା କାର୍ଯ୍ୟ ପୂରଣ ହେବ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ । ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ । ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ । ପ୍ରତିକାର- ସବୁଜ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

କର୍କଟ:-ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ମାଆବାପାଙ୍କ ଠାରୁ ସହଯୋଗ ମିଳିବ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ରାଜନୀତିରେ ଉନ୍ନତି ହେବା ସହ ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । କିଛି କାରଣ ନଥାଇ ବଦନାମ୍ ବା ମିଛ କେଶ୍ ରେ ଫଶିଯିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-ସରକାରୀ ଚାପ ପଡିଲେ ମଧ୍ୟ କର୍ମକ୍ଷେତ୍ରରେ ଉନ୍ନତି ହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା, ପ୍ରତିଯୋଗିତାରେ ସଫଳତା ମିଳିବ । ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହୋଇ ସମ୍ମାନିତ ହେବେ । ଛାତ୍ରଛାତ୍ରୀ ମାନଙ୍କର ସହପାଠୀ ମାନଙ୍କ ସହିତ ବନ୍ଧୁତ୍ଵ ବୃଦ୍ଧି ପାଇବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କନ୍ୟା:-କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । ରାଜନୀତିରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ । ପ୍ରତିକାର- ମିଶ୍ରିଟିକେ ଖାଇ ଘରୁ ବାହାରନ୍ତୁ ।

ତୁଳା:-ଶୁଭ ସମାଚାର ଶୁଣିବା ଫଳରେ ସ୍ଵାସ୍ଥ୍ୟରେ ଉନ୍ନତି ଓ ମାନସିକ ସ୍ଥିରତା ଦେଖାଦେବ । ନିଜର ଯୋଗ୍ୟତା ଓ କ୍ଷମତାର ସଦୁପୋଯୋଗ କରି ପ୍ରଶଂସା ପାଇବେ । ନୂତନ କାର୍ଯ୍ୟଆରମ୍ଭ କରିପାରିବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରନ୍ତି । ରାଜନୀତିରେ ସମାଜ ସେବା କରି ସ୍ଵନାମ ଅର୍ଜନ କରିପାରିବେ । ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ । ନୂଆ ଜ୍ଞାନର ବୃଦ୍ଧି ହେବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ବିଚ୍ଛା:-ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ । ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ । ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ରାଜନୀତି ମାମଲାରେ ସଫଳତା ମିଳିବ । ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ ଓ ମନ ଖୁସି ରହିବ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ପ୍ରେମୀକ ପ୍ରେମିକାଙ୍କ ମିଳନ ହେବ ଓ ସଫଳତା ମିଳିବ । କୌଣସି ନୂତନ କାର୍ଯ୍ୟ ଆରମ୍ଭ ନକରିବା ଉଚିତ୍ । ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ ।

ଧନୁ:-କର୍ମକ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ । ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ଦାମ୍ପତ୍ୟ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ । ମିତ୍ରଙ୍କ ସହାୟତା ଦ୍ଵାରା ଉନ୍ନତି ହେବ । ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-କର୍ମକ୍ଷେତ୍ରରେ ପଦୋନ୍ନତି ହେବା ସହ ସ୍ଥାନାନ୍ତର ମଧ୍ୟ ହୋଇପାରେ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ବିଚାର ବିଭାଗର ରାୟ ଆପଣଙ୍କ ସପକ୍ଷରେ ଯିବ । ଉଚ୍ଚଆଶା ସଫଳ ହେବା ଫଳରେ ପାରିବାରିକ କ୍ଷେତ୍ରରେ ଖୁସି ମିଳିବ । ରାଜନୀତିରେ ଉନ୍ନତି ହେବ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

କୁମ୍ଭ:-ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ଧର୍ମ-କର୍ମରେ ରୁଚି ବୃଦ୍ଧି ହେବ । କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ । ରାଜନୀତି କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ । ଆମୋଦ ପ୍ରମୋଦ, ମନୋରଞ୍ଜନ, ଦୀର୍ଘଯାତ୍ରା, ଓ ଛୋଟ ବଡ ମିଟିଙ୍ଗୀରେ ଯୋଗ ଦେଇ ପାରନ୍ତି । ଶାରିରୀକ ଅସୁସ୍ଥତା ସହ ମାନସିକ ଅଶାନ୍ତି ଦୂରେଇ ଯିବ । ପ୍ରତିକାର:- ଆମ୍ବଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ ।

ମୀନ:-ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ । କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ । ମାନସିକ ଶାନ୍ତି ଅନୁଭବ କରିବେ । ପାରିବାରିକ କ୍ଷେତ୍ରରେ ଅଧୁରା କାର୍ଯ୍ୟ ପୂରଣ ହେବ । କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ । ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ପ୍ରଶଂସା ପାଇବେ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!