ଦୈନିକ ରାଶିଫଳ: 27 ଅଗଷ୍ଟ 2021, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଅଗଷ୍ଟ ମାସ ୨୭ ତାରିଖ, ଶୁକ୍ରବାର, ସିଂହ ମାସ ୧୧ ଦିନ, ଭାଦ୍ରବମାସ, କୃଷ୍ଣପକ୍ଷ, ପଞ୍ଚମୀତିଥି, ଅଶ୍ଵିନୀ ନକ୍ଷତ୍ର, ମେଷ ରାଶିରେ ଚନ୍ଦ୍ର । ବୃଦ୍ଧି ଯୋଗ, କୌଳବ କରଣ ପ୍ରାତଃ ୫ଟା ୫୭ମିନିଟ୍ ଗତେ ତୈତିଳ କରଣ । ବିଛା, ଧନୁ, ମୀନ ରାଶିର ଘାତବାର । ମେଷ ରାଶିର ଘାତଚନ୍ଦ୍ର । ବେଲ, ପଣସ ନ ଖାଇଲେ ଭଲ, ସନ୍ଧ୍ୟା ୬ଟା ୪୯ମିନିଟ୍ ପରେ ପିତା ଦ୍ରବ୍ୟ ନ ଖାଇଲେ ଭଲ । ଯୋଗିନୀ- ଦକ୍ଷିଣେ ସନ୍ଧ୍ୟା ୬ଟା ୪୯ମିନିଟ୍ ପରେ ପଶ୍ଚିମେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ପଞ୍ଚମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଅଶୁଭସମୟ-ଦିବା ୧୦ଟା ୧୪ମିନିଟ୍ ରୁ ଦିବା ୧୧ଟା ୪୮ମିନିଟ୍ । ସକାଳ ୮ଟା ୪୦ମିନିଟ୍ ରୁ ଦିବା ୧୦ଟା ୧୪ମିନିଟ୍ । ରାତ୍ରି ୮ଟା ୫୫ମିନିଟ୍ ରୁ ୧୦ଟା ୨୧ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୩୪ମିନିଟ୍ ରୁ ୬ଟା ୨୨ମିନିଟ୍, ସକାଳ ୭ଟା ୧୪ମିନିଟ୍ ରୁ ୮ଟା ୩୯ମିନିଟ୍, ଦିବା ୧୨ଟା ୧୪ମିନିଟ୍ ରୁ ୨ଟା ୪୧ମିନିଟ୍, ଦିବା ୪ଟା ୨୩ମିନିଟ୍ ରୁ ସନ୍ଧ୍ୟା ୬ଟା ୧ମିନିଟ୍, ରାତ୍ର ୭ଟା ୩୫ମିନିଟ୍ ରୁ ରାତ୍ର ୮ଟା ୫୪ମିନିଟ୍, ରାତ୍ର ୧ଟା ୪୪ମିନିଟ୍ ରୁ ରାତ୍ର ୪ଟା ୧ମିନିଟ୍ ।

ମେଷ:-ସାମାଜିକ ପତିଆରା ଅମଳିନ ରହିବ । ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ । ପ୍ରେମ ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ । ଜନସେବାରେ ନିଜକୁ ନିୟୋଜିତ କରିବେ । ରାଜନୀତି କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ । ବ୍ୟାପାର ଓ କାମ-କାର୍ଯ୍ୟର ସ୍ଥିତି ବହୁତ ସନ୍ତୋଷଜନକ ହେବ । ସନ୍ତାନଙ୍କ ଚିନ୍ତାରେ ମାନସିକ ଅସ୍ଥିରତା ବୃଦ୍ଧି ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:- ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ । ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ । ସେୟାର ବଜାରରେ ମୁନାଫା ମିଳିବ । ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବା ଫଳରେ ଆଗକୁ ବଢିପାରିବେ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ମିଥୁନ:-ବ୍ୟବସାୟରେ ପୁଞ୍ଜି ନିବେଶ ପାଇଁ ଆଶା କରିବେ । ନୂତନ ବନ୍ଧୁଙ୍କ ସହିତ ଭେଟ ହେବା ଫଳରେ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ପଢ଼ାପଢ଼ିରେ ମନଦେବେ ଉଚ୍ଚଶିକ୍ଷା ସମ୍ମିଳନୀରେ ଯୋଗଦେବେ । କର୍ମ କ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ । ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ ।

କର୍କଟ:-ସନ୍ତାନର ସୁ-ଖବର ଶୁଣି ଖୁସି ହେବେ । ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ । ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ । ପରିବାର ସମ୍ବନ୍ଧିତ ବା କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ । କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ । ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ । ରାଜନୈତିକ କ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ସିଂହ:- ନିଜର ଚତୁରତା ଓ ପତିଆରା ଯୋଗେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷକୁ ଆଣି ପାରିବେ । ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ । ଚାକିରୀରେ ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିବ । ବାଦବିବାଦ, ପ୍ରତିଯୋଗୀତା-ପରୀକ୍ଷା ଓ ମାଲିମୋକଦ୍ଦମାର ସମାଧାନ ହେବ । ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ । ଆର୍ଥିକ ଦିଗରୁ ଉନ୍ନତି ହେଲେ ମଧ୍ୟ ବ୍ୟୟଭାର ବୃଦ୍ଧି ହେବ । ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-ରାଜନୀତି କ୍ଷେତ୍ରରେ ପଦ ପଦବୀ ଲାଭ ହେବା ସହ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ଜନ ସେବାରେ ନିଜକୁ ନିୟୋଜିତ କରିବେ । ଗୃହୋପକରଣ କ୍ରୟ କରିବା ପାଇଁ ମନ ବଲେଇବେ । ଦୂରସ୍ଥାନକୁ ଯାତ୍ରା ନକରିବା ଉଚିତ୍ । ଖାଦ୍ୟପେୟ ନିୟନ୍ତ୍ରଣ ନକଲେ ସ୍ୱାସ୍ଥ୍ୟରେ ଅବନତି ହୋଇପାରେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ତୁଳା:- କର୍ମ କ୍ଷେତ୍ରରେ ଚତୁରତାସହ କାମ ହାସଲ କରିବେ । ବ୍ୟବସାୟୀ ମାନଙ୍କର ଲାଭ ଅଧିକ କରିବେ ଓ ବୈଷୟିକ ରୁଚି ପୂର୍ତ୍ତି ହେବ । ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ପାଇବା ସହ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସ ରତ ହେବେ । ପୈତୃକ ସମ୍ପତ୍ତିକୁ ନେଇ ପରିବାରରେ ସମସ୍ୟା ସମାଧାନ ହେବ । ମଉଜ-ମସ୍ତିରେ ସମୟ କଟିପାରେ । ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ବିଚ୍ଛା:-ସାମାଜିକ ପତିଆରା ଅମଳିନ ରହିବ । ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ । କର୍ମଚାରୀଙ୍କର ପଦୋନ୍ନତି ସହ ସ୍ଥାନାନ୍ତର ଯୋଗ ଅଛି । ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ । ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ଧନୁ:-ସନ୍ତାନଙ୍କ ସମ୍ବନ୍ଧରେ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । ରାଜନୀତି କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ମିଳିବ । କର୍ମ କ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ରାସ୍ତା ପରିଷ୍କାର କରିବେ । କାର୍ଯ୍ୟବ୍ୟସ୍ତତା ଯୋଗୁ ପରିବାର ଏବଂ ସାଙ୍ଗସାଥିଙ୍କ ଠାରୁ ଦୂରରେ ରହିବେ । ଗୁରୁଜନଙ୍କ ସହିତ କଥାବାର୍ତ୍ତା କରିବା ବେଳେ ଶିଷ୍ଟାଚାରର ପାଳନ କରନ୍ତୁ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ । ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ । ପାରିବାରିକ ଜୀବନ ସୁଖମୟ ହେବ ଓ ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

କୁମ୍ଭ:- ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଫଳରେ ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ । କୌଣସି ଶିକ୍ଷା ଅନୁଷ୍ଠାନରେ ଯୋଗ ଦେବାର ସୁବିଧା ସୁଯୋଗ ଆସିବ । ଜୁଆ ଓ ଲଟେରୀ ଖେଳରେ ମନମୁତାବକ ଲାଭବାନ ହେବାର ସମ୍ଭାବନା । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମୀନ:-ଜଣେ ଜ୍ଞାନବାନ ବ୍ୟକ୍ତିଙ୍କର ମାର୍ଗଦର୍ଶନ ପାଇ ଅଧିକ କାର୍ଯ୍ୟ କରିବେ । ରାଜନୀତି ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । ଆତ୍ମବିଶ୍ୱାସ ସହିତ କାମ କରନ୍ତୁ ଚାକିରୀ କ୍ଷେତ୍ରରେ ପ୍ରଶଂସା ପାଇବେ । ନିଜ ପସନ୍ଦର କାର୍ଯ୍ୟ କରିବାକୁ ସୁଯୋଗ ପାଇବେ । ଜୀବନସାଥୀଙ୍କ ସହିତ ଯୁକ୍ତିତର୍କ ହେବାର ସମ୍ଭାବନା ଅଛି । ନିଜର ଦୁର୍ବଳତାକୁ ଘୋଡାଇବାକୁ ଚେଷ୍ଟା କରନ୍ତୁ ନାହିଁ । ଖର୍ଚ୍ଚ ପ୍ରତି ନିୟନ୍ତ୍ରଣ କରିବା ଉଚିତ୍‌ । ପେଟ ଯନ୍ତ୍ରଣା ସମସ୍ୟା ହୋଇପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!