୨୦୨୧ ମସିହା, ଅଗଷ୍ଟ ମାସ ୩୦ ତାରିଖ, ସୋମବାର, ସିଂହ ମାସ ୧୪ ଦିନ, ଭାଦ୍ରବ ମାସ, କୃଷ୍ଣପକ୍ଷ, ଅଷ୍ଟମୀ ତିଥି, କୃତ୍ତିକା ନକ୍ଷତ୍ର, ପ୍ରାତଃ ୬ଟା ୩୮ମିନିଟ୍ ଗତେ ରୋହିଣୀ ନକ୍ଷତ୍ର, ବୃଷ ରାଶିରେ ଚନ୍ଦ୍ର । ବ୍ୟାଘାତ ଯୋଗ ସକାଳ ୭ଟା ୪୫ମିନିଟ୍ ଗତେ ହର୍ଷଣ ଯୋଗ, ବାଳବ କରଣ ଦିବା ୧୨ଟା ୪୩ମିନିଟ୍ ଗତେ କୌଳବ କରଣ । ମିଥୁନ ରାଶିର ଘାତବାର । ବିଛା ରାଶିର ଘାତଚନ୍ଦ୍ର । ନଡିଆ, ଆମିଷ ନ ଖାଇଲେ ଭଲ । ଯୋଗିନୀ- ଐଶାନ୍ୟେ ରାତ୍ରି ୨ଟା ପରେ ପୂର୍ବେ ଯାତ୍ରା ନିଷେଧ ।
ଶ୍ରାଦ୍ଧ ତର୍ପଣ- ଅଷ୍ଟମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୭ଟା ୭ମିନିଟ୍ ରୁ ସକାଳ ୮ଟା ୪୦ମିନିଟ୍ । ଦିବା ୨ଟା ୫୩ମିନିଟ୍ ରୁ ଦିବା ୪ଟା ୨୬ମିନିଟ୍ । ରାତ୍ରି ୧୦ଟା ୨୦ମିନିଟ୍ ରୁ ୧୧ଟା ୪୭ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୩୫ମିନିଟ୍ ରୁ ୭ଟା ୬ମିନିଟ୍, ଦିବା ୧୦ଟା ୩୩ମିନିଟ୍ ରୁ ୧ଟା, ଦିବା ୪ଟା ୨୭ମିନିଟ୍ ରୁ ୫ଟା ୯ମିନିଟ୍, ସନ୍ଧ୍ୟା ୬ଟା ୪୭ମିନିଟ୍ ରୁ ରାତ୍ର ୯ଟା ୪ମିନିଟ୍, ରାତ୍ର ୧୧ଟା ୪୮ମିନିଟ୍ ରୁ ୨ଟା ୨୮ମିନିଟ୍ । ପର୍ବଦିନ- ସର୍ବସମ୍ମତ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ।
ମେଷ:-ଦୂରଯାତ୍ରାର ସୁଯୋଗ ପାଇବେ । ଆତ୍ମବିଶ୍ଵାସ ବୃଦ୍ଧି ପାଇବ । ଆମୋଦ ପ୍ରମୋଦ, କ୍ରିଡା, ଆଡମ୍ବରରେ ଆଗ୍ରହ ବଢିବ । ଛାତ୍ର ଛାତ୍ରୀମାନେ ଅଧିକ ଭାଗ୍ୟବାଦୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ । ପ୍ରେମିକ ପ୍ରେମିକା ମାନଙ୍କର କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରଜ କରିବାକୁ ପଡିପାରେ । ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବର ଅଭାବ ଦେଖାଦେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ବୃଷ:-ସ୍ଵାସ୍ଥ୍ୟକର ପରିବେଶ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟିବ । ଅଧିକାରୀଙ୍କଠାରୁ ସହଯୋଗ ମିଳିବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ରାଜନୈତିକ କ୍ଷେତ୍ରରେ ସ୍ଥିରତା ଦେଖାଦେବା ସହ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ କଟିବ । ଆର୍ଥିକସ୍ଥିତି ଭଲ ରହିବ କିଛି ଅସୁବିଧା ହେବ ନାହିଁ । ମିତ୍ରମାନେ ପରାମର୍ଶ ଦେଇ ସମସ୍ତ ଆଶା ପୂରଣ କରିବେ । ପାରିବାରିକ ପରିସ୍ଥିତି ଯୋଗୁ ଧାର୍ମିକ କାର୍ଯ୍ୟରେ ମନ ବଳାଇବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
ମିଥୁନ:-ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ । ଚିକିତ୍ସକ, ରସାୟନଜ୍ଞ, ଔଷଧନିର୍ମାଣ ଓ ବିକ୍ରୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭାନ୍ୱିତ ହେବେ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ବିଦ୍ୟାରେ ଉନ୍ନତି କରିବେ । ପାରିବାରିକ ଜୀବନ ଆନନ୍ଦରେ କଟିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
କର୍କଟ:-ଶୁଭଖବର ପାଇ ମନ ଖୁସି ହେବ । ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାରେ ପ୍ରଯତ୍ନ କରିବେ । ପ୍ରଶାସନିକ ସ୍ତରରେ ପରିଚାଳନା ଦାୟିତ୍ୱ ବୃଦ୍ଧି ପାଇବ । କର୍ମକ୍ଷେତ୍ରରେ ସୁସମ୍ପର୍କ ବୃଦ୍ଧି ହୋଇ କାମଗୁଡ଼ିକ ସହଜରେ ହୋଇଯିବ ଓ ପ୍ରଶଂସିତ ହେବେ । ଆଇନ ଅଦାଲତ ଲେଖାପଢାରୁ ଶୁଭଫଳ ମିଳିବ । ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ପ୍ରତିକାର- ଘିଅ ବା କ୍ରିମରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।
ସିଂହ:-ସରକାରୀ କ୍ଷେତ୍ରରେ ସମ୍ପର୍କ ବୃଦ୍ଧି ହେବା ଫଳରେ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବା ସହ ନୂଆ ଯୋଜନାରେ ସଫଳ ହେବେ । ପାରିବାରିକ କ୍ଷେତ୍ରରେ ଅଶୁଭତ୍ୱନାଶ ହୋଇ ଶୁଭ ଫଳ ପ୍ରାପ୍ତି ହେବ । ବ୍ୟବସାୟରେ ସଫଳତା ପାଇ ଆୟ ବୃଦ୍ଧି ହେବା ଫଳରେ ନୂତନପନ୍ଥା ଅନୁସରଣ କରିବେ । ରାଜନୈତିକ କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ମସ୍ତକରେ ଧାରଣ କରନ୍ତୁ ।
କନ୍ୟା:-ଧର୍ମାନୁଷ୍ଠାନରେ ଯୋଗ ଦେଇ ସମ୍ମାନ ପାଇବେ । କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହଯୋଗରେ ଉନ୍ନତି ହେବ । କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ । ପରିବାରରେ ସୁଖ ଶାନ୍ତି ଫେରି ଆସିବ । ରାଜନୀତିରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ବନ୍ଧୁଙ୍କ ନିମନ୍ତ୍ରଣ ପାଇ ପିକନିକ୍, ପାର୍ଟି ଆଦିର ପୋଗ୍ରାମ୍ କରିବେ । ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମକରିଲେ ଭଲ ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ତୁଳା:- ସରକାରୀ କର୍ମଚାରୀମାନେ ସ୍ଥାନ ପରିବର୍ତ୍ତନ ପାଇଁ ଚେଷ୍ଟା କରି ପାରନ୍ତି । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ବ୍ୟବସାୟ ବାଣିଜ୍ୟ କିମ୍ବା ଯୌଥ ପରିବାର ସମ୍ପର୍କୀୟ ଘଟଣା ଯୋଗୁ ବିଶେଷ ବ୍ୟସ୍ତ ରହିବେ । ନିଜର ଭୁଲ୍ ଯୋଗୁଁ କିଛି ଅର୍ଥ ହାନି ହେବ । ପାରିବାରିକ ସୁଖ ସମୃଦ୍ଧିରେ ମୁଖ୍ୟଭୂମିକା ତୁଲାଇବେ । ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ବିଚ୍ଛା:-କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ରାଜନୀତିରେ କୃତକାର୍ଯ୍ୟ ହେବେ । ଉଚ୍ଚଆଶା ସଫଳ ହେବ । ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ । ବ୍ୟବସାୟ ବୃଦ୍ଧି ପାଇବ ଓ ଲାଭାଂଶ ଉପରେ ସୁପ୍ରଭାବ ପଡିବ । ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ । କଳା ସଙ୍ଗୀତରେ ସୁନାମ ଅର୍ଜନ କରିବେ । ପରିବାରର ସାହାଯ୍ୟରେ ଉପକୃତ ହେବେ । ସତର୍କ ନହେଲେ ଯାନବାହନରେ ତ୍ରୁଟି ଦେଖା ଦେଇପାରେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ଧନୁ:-ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବେ । ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ପାରିବାଋକ ସମସ୍ୟାର ସମାଧାନ କରି ପ୍ରଶଂସିତ ହେବେ । କର୍ମକ୍ଷେତ୍ରରେ ପଦୋନ୍ନତି ପାଇ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବ । ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ । କର୍ମପାଇଁ ଅପେକ୍ଷା କରିଥିବା ଯୁବକ ଯୁବତୀମାନେ ନୂଆ ଚାକିରୀରେ ଯୋଗ ଦେଇ ପାରନ୍ତି । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।
ମକର:-କର୍ମକ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । ବ୍ୟବସାୟରେ ଦୁଃସ୍ଥିତିର ସମସ୍ୟା ଅନେକାଂଶରେ ହ୍ରାସ ପାଇବ ଓ କିଛି ନୂତନ ଯୋଜନା ମିଶାଇବା ଫଳରେ ବିଶେଷ ଲାଭବାନ୍ ହେବେ । ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ । ପାରିବାରିକ ଜୀବନରେ ସୁଖ ସମ୍ପଦ ପ୍ରାପ୍ତି ହେବ । ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ । ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।
କୁମ୍ଭ:-ସ୍ଵାସ୍ଥ୍ୟରେ ଉନ୍ନତି ହେବାରୁ ମନ ଭଲ ରହିବ । ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ । ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ଦାମ୍ପତ୍ୟ ସୁଖରେ ପ୍ରସନ୍ନତା ଅନୁଭୂତି ହେବ । ଖେଳ, କୁଦ ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ପରିବାର ତଥା କୁଟୁମ୍ବରେ ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ଖର୍ଚ୍ଚାନ୍ତ ହେବେ । ରାଜନେତା ମାନଙ୍କର ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।
ମୀନ:-ସରକାରୀ କ୍ଷେତ୍ରରେ ସଫଳତା ମିଳିବା ସହ ଅର୍ଥ ଲାଭର ସୁଯୋଗ ପାଇବେ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । କର୍ମକ୍ଷେତ୍ରରେ ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ । ଜମି ଜମା ସଙ୍କ୍ରାନ୍ତିୟ ସମସ୍ୟା ସୁଧିରି ଯିବା ସହ ନୂତନ ଜାଗାଜମି କ୍ରୟ କରିବାର ସୁଯୋଗ ପାଇବେ । ପ୍ରିୟଜନମାନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବା ଫଳରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ପାଇବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
Jyotirbid Dr. Pramod Satapathy
Jantra Jyotisha, Cuttack
For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674