ଅପ୍ରେଲ 03 ତାରିଖରୁ ଅପ୍ରେଲ 09 ତାରିଖ 2023 ସାପ୍ତାହିକ ରାଶିଫଳ, ଏହି 3ଟି ରାଶିରେ ବନୁଛି ରାଜଯୋଗ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସନ୍ତାନ ସନ୍ତତି ମାନଙ୍କ ଖୁସିରେ ଆନନ୍ଦିତ ହେବେ। ହାତଖାଲି ହେବା ବେଳକୁ ଦୈବୀ ସହାୟତା ତଥା କର୍ମଯୋଗ ଦ୍ଵାରା ଖାଲି ହାତ ପୁଣି ଭରି ହୋଇଯିବ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। ନ୍ୟାୟମାର୍ଗ ଓ ମିଷ୍ଟ ବଚନକୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ। ପ୍ରେମିକ ପ୍ରେମିକା ମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଦୂରଯାତ୍ରାର ସୁଯୋଗ ପାଇବେ। ପାରିବାରିକ କ୍ଷେତ୍ରରେ ଅଶାନ୍ତି ବିଶୃଙ୍ଖଳା ଦୂରେଇଯାଇ ଶାନ୍ତିଶୃଙ୍ଖଳା ଦେଖାଦେବ। ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ। ଦାମ୍ପତ୍ୟସୁଖ ବୃଦ୍ଧି ହେବା ସହ ସାମାଜିକପ୍ରତିଷ୍ଠା ମାନ-ସମ୍ମାନ ବୃଦ୍ଧି ପାଇବ। ରାଜନୈତିକ କ୍ଷେତ୍ରରେ ଲୋକପ୍ରିୟତା, ଖେଳରେ ପ୍ରଶଂସାପାଇବେ। ପ୍ରତିକାର- ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବ୍ୟବସାୟ ବାଣିଜ୍ୟ ପାଇଁ ଦୂରଗାମୀ ହେଲେ ସବୁ ମତେ ଉନ୍ନତିର ସମ୍ଭାବନା ବୃଦ୍ଧିହେବେ। କର୍ମକ୍ଷେତ୍ରରେ ଦାୟିତ୍ଵ ବଢିବା ସହ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ। ରାଜନୀତି କ୍ଷେତ୍ରରେ ଉଚ୍ଚ ସମ୍ଭବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ଧାର କରଜ ସୁଝିବାପାଇଁ ସୁଯୋଗ ପାଇବେ। ପଢାପଢିରେ ମନ ଧ୍ୟାନ ପ୍ରାୟ ଲାଗି ରହିବ। ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇ ପାରନ୍ତି। ଦୂରବନ୍ଧୁଙ୍କ ସୌଜନ୍ୟ ମୂଳକ ସାକ୍ଷାତ ଲାଭକରି ଖୁସୀହେବେ। ପାରିବାରିକ ସୁଖ ସମ୍ପନ୍ନତା ଲାଭ ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ନୂତନ କର୍ମାରମ୍ଭ ହେତୁ ନୂଆ ଉତ୍ସାହ ନେଇ କାମ କରିବେ। ବରିଷ୍ଠ ଅଧିକାରୀଙ୍କ ସହ ଦୂର ଯାତ୍ରା କରିବାକୁ ପଡ଼ି ପାରେ। ପ୍ରତିକାର- ପ୍ରତ୍ୟେକଦିନ ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଧୀରସ୍ଥିର ଭାବରେ ପାରିବାରିକ ସମସ୍ୟା ସୁଧାରୀ ନେବା ଉଚିତ୍। ତୀର୍ଥାଟନ ଯୋଗ ଥିବାରୁ ଯାତ୍ରା କରି ଆନନ୍ଦିତ ହେବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମପ୍ରସଙ୍ଗରେ ସଫଳତା ମିଳିବ। ନୂତନ କର୍ମଆଶାୟୀ ଯୁବକ ଯୁବତୀମାନଙ୍କର ଆଶା ପୂରଣ ହେବ।ସାମାଜିକସ୍ଥିତି, ମାନସମ୍ମାନ ବୃଦ୍ଧି ହେବାସହ ବିନାପରିଶ୍ରମରେ ଧନପ୍ରାପ୍ତି ହେବ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ବିଦ୍ୟା କ୍ଷେତ୍ରରେ ମନନିବେଶ କରିବେ। ଧର୍ମାତ୍ମା, ଦେବତା, ସାଧୁସନ୍ଥଙ୍କସେବା ଓ ପରୋପକାର କର୍ମରେ ନିଜକୁ ନିଯୋଜିତ କରି ପାରନ୍ତି। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ପ୍ରତିକାର-ପ୍ରତ୍ୟେକଦିନ ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପ୍ରତିଯୋଗୀତା କ୍ଷେତ୍ରକୁ ମୁହାଁଇଲେ ବାଧାବିଘ୍ନକୁ ପଛରେ ପକାଇ ଅଗ୍ରଗତିର ବେଗ ବଢିଯିବ। ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ପାଇବେ। ରାଜନୀତିରେ ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ ଓ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟିବ। କର୍ମଚାରୀମାନଙ୍କର ପଦୋନ୍ନତି ହେବ। ନୂତନ କର୍ମପ୍ରାପ୍ତିର ସୁଯୋଗ ମିଳିବ। ଦାମ୍ପତ୍ୟ ସୁଖ ବୃଦ୍ଧିହେବ। ଋଣ ଭାରରୁ ମୁକ୍ତି ପାଇବେ। ବିଦ୍ୟାକ୍ଷେତ୍ରରେ ପ୍ରଶଂସା ପାଇବେ। ପ୍ରଶାସନ ସେବା ସଂବନ୍ଧିତ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। କୌଣସି ଶିକ୍ଷା ଅନୁଷ୍ଠାନରେ ଯୋଗ ଦେବାର ସୁବିଧା ସୁଯୋଗ ଆସିବ। ପ୍ରତିକାର- ପ୍ରତ୍ୟେକଦିନ ଦହି ମିଠା ଖାଇ ଘରୁ ବାହାରନ୍ତୁ।

ସିଂହ:-ଏ ସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚ ରହିବ। ଅଧସ୍ତନ କର୍ମୀ ଓ ସହକର୍ମୀଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ପଦୋନ୍ନତିର ସୁଯୋଗ ପାଇପାରିବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଦିବ୍ୟ ଗୁଣ ଗୁଡିକ ପ୍ରକାଶ ପାଇବ। ରାଜନୀତି କ୍ଷେତ୍ରରେ କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ। ପରିବାରରେ କିମ୍ବା କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟର ଦାୟିତ୍ଵ ନେଇ ଧାଦୌଡ କରିବା ଫଳରେ କଷ୍ଟ ସ୍ଵୀକାର କରିବାକୁ ପଡିପାରେ। ଗୃହରେ ମାଙ୍ଗଳିକ କାର୍ଯ୍ୟର ଆୟୋଜନ କରି ପାରନ୍ତି। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବା ସହ ବ୍ୟବସାୟରେ ଉନ୍ନତି ଓ ଲାଭପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ପ୍ରତିକାର- ପ୍ରତ୍ୟେକଦିନ ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସାମାଜିକ କ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହୋଇ ଶାରିରୀକ ସୁସ୍ଥତା ଦେଖା ଦେବା ସହ ମାନସିକ ଶାନ୍ତି ମିଳିବ। ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ ଓ ବ୍ୟବସାୟରେ ଆର୍ଥିକସ୍ଥିତି ସୁଦୃଢ଼ ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ ଓ ବନ୍ଧୁମିତ୍ର ମାନଙ୍କ ଠାରୁ ପୂର୍ଣ୍ଣ ସହଯୋଗ ପାଇବେ। ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କଠାରୁ ପ୍ରଶଂସିତ ହେବାସହ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ। ଇଛାଶକ୍ତି ପ୍ରବଳ ମାତ୍ରାରେ ଜାଗ୍ରତ ହେବା ଫଳରେ ଅର୍ଥର ସମ୍ୟକ ବୃଦ୍ଧି ହେବ। ଦୃଢ଼ ଆତ୍ମବିଶ୍ୱାସ ଦ୍ୱାରା ସମସ୍ତବାଧା ବିଘ୍ନକୁ ଅତିକ୍ରମକରି ଆଗକୁବଢ଼ି ପାରିବେ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶରୀର ସୁସ୍ଥ ରହିବ। କର୍ମକ୍ଷେତ୍ରରେ ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ। ଶତ୍ରୁହାନୀ, ଋଣପ୍ରାପ୍ତି, କର୍ମତତ୍ପର, ମାଲିମୋକଦ୍ଦମାରେ ଜୟ, ଲୋକ ସମ୍ପର୍କ ବୃଦ୍ଧିହେବ। ନୂତନ କାର୍ଯ୍ୟାରମ୍ଭ, ଉଚ୍ଚପ୍ରଶଂସା ଲାଭ ସାହସୀ ଓ ଦୃଢସଂକଳ୍ପ ଫଳରେ ଲାଭବାନ ହେବେ। ଶିକ୍ଷାକ୍ଷେତ୍ରରେ ଚଳଚଞ୍ଚଳ ହୋଇ ଲକ୍ଷ୍ୟସ୍ଥଳରେ ପହଁଞ୍ଚିବାକୁ ଚେଷ୍ଟା କରିବେ। ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତି କ୍ଷେତ୍ରରେ କୂଟନୀତି ପ୍ରୟୋଗ କରି ପ୍ରଶଂସିତ ହେବେ। ପରିବାରରେ ସୁଖଦାୟକ ବାତାବରଣ ଦେଖାଦେବ। ସୁଖ ସମୃଦ୍ଧି ବୃଦ୍ଧିହେବା ସହ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇପାରେ। ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟରେ ଉନ୍ନତି ହେବ। ବ୍ୟବସାୟରେ ପୂର୍ବ ଶତ୍ରୁମାନେ ପଛଘୁଞ୍ଚା ଦେବା ଫଳରେ ପୂର୍ଣ୍ଣ ସଫଳତା ପାଇବେ। ଦୂର ଯାତ୍ରାରେ ଲାଭବାନ ହେବେ। ଧନ ଲାଭର ମାର୍ଗ ଖୋଲିଯିବ। ନୂତନକର୍ମ ସଂସ୍ଥାରେ ନିଯୁକ୍ତି ପାଇବାର ଯୋଗ ରହିଛି। କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନବୃଦ୍ଧି ହେବ। ଶିକ୍ଷା କ୍ଷେତ୍ରରେ ବିଦେଶ ଯାତ୍ରାରେ ସଫଳ ହେବେ। ପ୍ରେମକ୍ଷେତ୍ରରେ ଆତ୍ମନିୟନ୍ତ୍ରଣ କରିବା ଶିଖିବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ନୂତନ କାରବାରରେ ସଫଳତା ମିଳିବ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। ରାଜନୀତିରେ ପ୍ରଶଂସିତ ହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ ବିଜୟୀ ହେବେ। ଅନେକ ସମସ୍ୟା ଦୂର ହୋଇ ଉଚ୍ଚ ଆଶାରେ ଆଗେଇବେ। ପ୍ରତିକାର- ପ୍ରତ୍ୟେକଦିନ ସିନ୍ଦୁରଟିକେ ମୁଣ୍ଡରେ ଲଗେଇ ଦିଅନ୍ତୁ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଚିତ୍ତ ପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ। କର୍ମକ୍ଷେତ୍ରରେ ଦାୟିତ୍ଵ ବଢିବା ସହ ମିତ୍ରମାନଙ୍କ ଦ୍ଵାରା ସାହାଯ୍ୟ ମିଳିବ ଓ ନିଜ ଲୋକମାନେ ହିଁ କାମରେ ଆସିବେ। ଉଚ୍ଚସମ୍ମାନ ଲାଭ, ମନରେ ଉତ୍ସାହ ଓ ମିଷ୍ଠାନ୍ନ ଭୋଜନ ପ୍ରାପ୍ତି ହେବ। ଉଚ୍ଚସ୍ତରୀୟ ଯାନବାହନ କ୍ରୟକରିବାର ସୁବିଧା ସୁଯୋଗ ପାଇବେ। ପାରିବାରିକ କ୍ଷେତ୍ରରେ ଅସନ୍ତୋଷ, କ୍ଷୋଭ ଓ ଅବଶୋଷ ଦୂରେଇ ଯାଇ ଶାନ୍ତି ବିରାଜମାନ କରିବ। ସନ୍ତାନଙ୍କର ଉନ୍ନତିରେ ଖୁସିହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ। ଆକସ୍ମିକ ଧନ ପ୍ରାପ୍ତି ହୋଇ ଆୟବୃଦ୍ଧି ହେବ। ଶତ୍ରୁମାନେ ମଥାନତ କରିବେ। ସମସ୍ତ କାର୍ଯ୍ୟ ମନୋନୁକୂଳ ହେବ। ପ୍ରତିକାର- ପ୍ରତ୍ୟେକଦିନ କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଶିକ୍ଷାକ୍ଷେତ୍ରରେ ମନୋବାଞ୍ଛିତ ସ୍ଥାନରେ ପଢ଼ିବାର ସୁଯୋଗ ପାଇବେ। ନୂତନ କର୍ମ ପ୍ରୟାସରତ ଯୁବକ ଯୁବତୀମାନେ ପ୍ରତିଯୋଗିତା ମୂଳକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ପାରିବେ। ଅକସ୍ମାତ ଭୂମିଲାଭ ଯୋଗ ମଧ୍ୟ ଘଟିବ। ଦୂର ବନ୍ଧୁ ଖୁବ୍ ସାହାଯ୍ୟ କରିବେ। ଗୁରୁଜନ କେହି ସନ୍ତୁଷ୍ଟ ରହିବେ। ବ୍ୟବସାୟ କ୍ଷେତ୍ରରେ କଠିିନ ପରିଶ୍ରମ କରି ବ୍ୟବସାୟକୁ ବଢେଇ ପାରିବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ମଧୁରତା ଆସିବ। ନିତ୍ୟକର୍ମ ପରିବର୍ତ୍ତନ ହେତୁ ସ୍ୱାସ୍ଥ୍ୟ ସମସ୍ୟା ସୃଷ୍ଟି ହୋଇପାରେ। ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ସ୍ନେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁକୁହୁଳିବ। ପ୍ରତିକାର- ପ୍ରତ୍ୟେକଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବ୍ୟବସାୟରେ ନୂତନଧାରା ଖୋଲିଲେ ଅଚାନକ ଧନପ୍ରାପ୍ତି ହୋଇ ଆର୍ଥିକ ସଙ୍କଟ ଦୂରେଇ ଯିବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ। ଅଧିନସ୍ଥ କର୍ମଚାରୀଙ୍କ ପ୍ରତି ସତର୍କ ରହିଲେ ସମସ୍ୟାର ସମାଧାନ କରିହେବ। କଳକାରଖାନା, କୋଇଲା ଖଣି, ରେଳବିଭାଗ, ଡାକ ଓ ତାରବିଭାଗ, ଟ୍ରାନ୍ସପୋର୍ଟ ବିଭାଗରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ଅଧିକ ପରିଶ୍ରମ କରିବା ଫଳରେ କର୍ମୋନ୍ନତି ହେବ। ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବୃଦ୍ଧି ପାଇବା ସହ ମୁଖ୍ୟନେତାଙ୍କର ପ୍ରିୟ ପାତ୍ର ହେବେ। ଠିକାଦାରୀ, ସଡକ, ଗୃହ ନିର୍ମାଣ, ଗୃହୋପକରଣ, ଗୃହନିର୍ମାଣ ସାମଗ୍ରୀ ବ୍ୟବସାୟ, ପ୍ଳାଷ୍ଟିକ୍ ଚମଡା, ବସ୍ତ୍ର, ଫଳ, ତେଲ, ଲୁହା, ମଟର ପାର୍ଟସ୍, କୋଇଲା, ପେଟ୍ରୋଲିୟମ ପଦାର୍ଥ, ଏଜେନ୍ସି ଆଦି ବ୍ୟବସାୟରେ ଲାଭବାନ ହେବେ। ମାନସିକଚାପ ବୃଦ୍ଧି ଓ ସ୍ୱାସ୍ଥ୍ୟରେ ଅବନ୍ନତୀ ଘଟିବ। ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର କର୍ମ କ୍ଷେତ୍ରରେ ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ବ୍ୟବସାୟୀକ ହିସାବପତ୍ର ସହ ଭଲଭାବରେ ଜଗାରଖା କରିବା ଦ୍ୱାରା ବିଶେଷ ଲାଭବାନ୍ ହେବେ। ବନ୍ଧୁ, ମିତ୍ର, ସହଯୋଗୀଙ୍କ ଯୋଗେ ମାନସିକ ଶାନ୍ତି ଓ ମନସ୍କାମନା ପୂର୍ଣ୍ଣ ହେବ। ଶତୃମାନେ ମୁଣ୍ଡ ଟେକିବାକୁ ସାହସ କରିବେ ନାହିଁ। ଆକସ୍ମିକ ଭାବରେ କୌଣସି ଅବାଞ୍ଛିତ ସୂତ୍ରରୁ ମୋଟା ଅର୍ଥ ମିଳିଯିବ। ଆତ୍ମବିଶ୍ଵାସ ଦ୍ଵାରା ଅନ୍ୟ ଉପରେ ପ୍ରାଧାନ୍ୟ ବିସ୍ତାର କରିପାରିବେ। କୌଣସିଥିରେ ଅଭିମାନ ନଥାଇ ସନ୍ତାନମାନେ ସୁନାମ ଅର୍ଜନ କରିବେ। କୃଷିଜୀବିମାନେ ପନିପରିବା କ୍ଷେତରୁ ବେଶ୍ ଲାଭବାନ ହୋଇ ପାରିବେ। ରାଜକର୍ମଚାରୀ ମାନେ ଅନେକ ସୁବିଧା ସୁଯୋଗ ପାଇବେ। ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବା ଫଳରେ ଆନନ୍ଦିତ ହେବେ। ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!