ଅପ୍ରେଲ 10 ତାରିଖରୁ ଅପ୍ରେଲ 16 ତାରିଖ 2023 ସାପ୍ତାହିକ ରାଶିଫଳ, ଏହି 3ଟି ରାଶିରେ ବନୁଛି ଧନଯୋଗ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ କର୍ମକ୍ଷେତ୍ରରେ ଆଶା କରୁଥିବା ଘଟଣା ଘଟିବା ଫଳରେ ନୂଆ ଲକ୍ଷକୁ ନିର୍ଦ୍ଦାରିତ କରିପାରିବେ। ବ୍ୟାପାର ବାଣିଜ୍ୟ ଓ କାମକାର୍ଯ୍ୟର ସ୍ଥିତି ସନ୍ତୋଷ ଜନକ ହେବ। ପ୍ରପର୍ଟୀ ସମ୍ବନ୍ଧିୟ ମାମଲା ସତୃଙ୍କ ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ପୁରୁଣା ନିବେଶ ଲାଭ ଦେବା ଫଳରେ ଆର୍ଥିକ ସ୍ଥିତିକୁ ସୁଧାରି ପାରିବେ। ବିଗିଡି ଯାଇଥିବା କାର୍ଯ୍ୟ ସୁଧୁରିଯିବା ଫଳରେ କାର୍ଯ୍ୟ କ୍ଷେତ୍ରରେ ଉତ୍ସାହିତ ହେବେ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। କୋର୍ଟ କଚେରୀ ମାମଲା ଓ ବାଦବିବାଦ ଆପଣଙ୍କ ସପକ୍ଷରେ ରହିବ। ନୂତନ ବସ୍ତୁ କ୍ରୟ କରିବେ। ପରିବାରରେ ସମ୍ବନ୍ଧରେ ପ୍ରଗାଢତା ଆସିବା ଫଳରେ ଶାନ୍ତି ମିଳିବ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଧର୍ମ କାର୍ଯ୍ୟରେ ଲିପ୍ତ ରହି ପାରନ୍ତି। ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବା ସହ ବିଜୟ ପ୍ରାପ୍ତ ହେବ। ସ୍ୱାସ୍ଥ୍ୟ ଭଲ ରହିବା ସହ ମାନସିକ ଶାନ୍ତି ମିଳିବ ଓ ଋଣଭାର ଲାଘବ ହେବ। ପ୍ରତ୍ୟେକ କ୍ଷେତ୍ରରେ ସଫଳତା ମିଳିବା ଫଳରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ବ୍ୟବସାୟ ପାଇଁ ଭ୍ରମଣ କରିବା ଫଳରେ ବିଶେଷ ଲାଭାନ୍ଵିତ ହେବେ। ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡି ପାରନ୍ତି। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ। ଭୋଗ ବିଳାସଦ୍ରବ୍ୟ କ୍ରୟକରି ଆର୍ଥିକ ଶଙ୍କଟ ଭୋଗିବେ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ। କର୍ମକ୍ଷେତ୍ରରେ ଅସୁବିଧା ପରିସ୍ଥିତିକୁ ସାମାନ୍ୟ ଚେଷ୍ଟାରେ ସଜାଡି ଦେବେ। ପ୍ରତିକାର- ପ୍ରତ୍ୟେକଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ ଓ କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ପ୍ରତିକୂଳ ପରିସ୍ଥିତି ଦୂରେଇଯିବ ଓ ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ ଓ ସନ୍ତାନ ସୁଖ ମିଳିବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବା ସହ ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ପ୍ରଶଂସିତ ହେବେ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ନୁତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଚେଷ୍ଟା କରିଲେ ସଫଳ ହେବେ। ରାଜନୀତିରେ ସାଧାରଣ ପରିଶ୍ରମ ଫଳରେ ଅଧିକ ଉନ୍ନତି ହେବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଅଚାନକ ଭାବରେ କୌଣସି ସୁସମ୍ବାଦ ଶୁଣିବେ। ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। ପାରିବାରିକ ତିକ୍ତତାର ସମାପ୍ତି ହେବ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ବ୍ୟବସାୟୀମାନଙ୍କର ଲାଭ ଅଧିକ ହେବା ଫଳରେ ମନ ଖୁସି ରହିବ। ରାଜନୀତିରେ ଫାଇଦା ଉଠାଇବାକୁ ଚେଷ୍ଟା କରିବେ। ବିଦ୍ୟା କ୍ଷେତ୍ରରେ ଯଶ ପ୍ରାପ୍ତି ହେବ ଓ ପଢାପଢିରେ ମାନସିକ ଶାନ୍ତି ମିଳିବ। ଧର୍ମାନୁଷ୍ଠାନରେ ସମୟ କଟେଇବା ପାଇଁ ମନ ବଳାଇବେ। ଅସହାୟ ମାନଙ୍କୁ ସାହାଯ୍ୟ କରିବା ଫଳରେ ଲୋକମାନଙ୍କ ନିକଟରେ ମାନସମ୍ମାନ ପ୍ରତିଷ୍ଠା ପ୍ରତିପ୍ରତ୍ତି ବୃଦ୍ଧି ପାଇବ। ବିଗିଡିଯାଇଥିବା କାର୍ଯ୍ୟ ସୁଧୁରିଯିବ। ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ। ଅପେକ୍ଷା କରିଥିବା କାର୍ଯ୍ୟଟି ପୂରଣ କରିବା ପାଇଁ ସକ୍ଷମ ହେବେ। ପ୍ରତିକାର- ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-ଏ ସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବ। ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ପ୍ରଶଂସିତ ହେବେ। ରାଜନୀତିରେ କୃତକାର୍ଯ୍ୟ ହେବା ସହ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ରୋଜଗାର ସମସ୍ୟା ସୁଧୁରି ଯିବ। ଧନ ଲାଭ ହେବାରୁ ମନ ଖୁସି ରହିବ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇପାରେ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ। ଆର୍ଥିକ କ୍ଷେତ୍ରରେ ଉନ୍ନତି, ଶତୃ ବୃଦ୍ଧି ହେଲେ ମଧ୍ୟ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ମନରେଥିବା କାମନା ପୂର୍ଣ୍ଣ ହେବ। ଶରୀର ଭଲ ରହିବ। ନୂତନ ବନ୍ଧୁ ମିତ୍ରଙ୍କ ସହ ମିଳନ ହେବା ସହ ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। ରୋଜଗାରରେ ଉନ୍ନତି ହେବ। ପ୍ରତିକାର- ପ୍ରତ୍ୟେକଦିନ ଦହି ମିଠା ଖାଇ ଘରୁ ବାହାରନ୍ତୁ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ଯେକୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ସରକାରୀ କର୍ମଚାରୀମାନଙ୍କର ଆୟବୃଦ୍ଧି, ଋଣମୁକ୍ତି ଓ କର୍ମ କ୍ଷେତ୍ରରେ ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ। ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ବାଣିଜ୍ୟ କ୍ଷେତ୍ରରେ ଉନ୍ନତମାନର ଫଳପାଇବା ସହ ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ। ସନ୍ତାନଙ୍କ ଯୋଗେ ମାନସିକ ଶାନ୍ତି ଅନୁଭବ କରିବେ। ସାହିତ୍ୟ, କଳା କ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ। ଗୁରୁ ଗୁରୁଜନ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ। ଭାଇ ବନ୍ଧୁ ମାନଙ୍କ ଠାରୁ ଲାଭ ମିଳିବ। ପ୍ରତିକାର:- ପ୍ରତ୍ୟେକ ଦିନ ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। କର୍ମକ୍ଷେତ୍ରରେ ଅଧିକାରୀ ଙ୍କଠାରୁ ସହଯୋଗ ମିଳିବା ଫଳରେ ଆୟ ବୃଦ୍ଧି ହେବା ସହ ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। ଋଣଭାର ଲାଘବ ହେବ। ନିଜର ଇଛା ବିରୋଧରେ କୌଣସି କର୍ମକରି ଅନୁତାପ କରି ପାରନ୍ତି। ନିଜ ଲୋକ ମନମୋଟିଆ ହେବେ। ସାମାଜିକ କାର୍ଯ୍ୟରେ ଯୋଗ ଦେବେ। ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ସ୍ଵଜନ ଓ ମିତ୍ରଙ୍କଠାରୁ ପୂର୍ଣ୍ଣ ସହଯୋଗ ମିଳିବ। ସମ୍ପତ୍ତି କ୍ରୟ ବିକ୍ରୟ ଓ ଯାନ ବାହନ କ୍ରୟ ବିକ୍ରୟ କରି ପାରନ୍ତି। ଯାତ୍ରାରେ ସମୟ କଟିବ ଓ ସଶ୍ରମ ଦ୍ଵାରା ଲାଭ ପାଇବେ। ମନୋରଞ୍ଜନ କରିବା ପାଇଁ ସମୟ ମିଳିବ। ଗୃହ ବଦଳେଇବେ ନତୁବା ଗୃହରେ କିଛି ପରିବର୍ତ୍ତନ କରି ପାରନ୍ତି। ସମୟ ଅନୁକୂଳ ଥିବାରୁ ମହତ୍ବପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇଯିବ। ପ୍ରତିକାର- ପ୍ରତ୍ୟେକଦିନ ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଉଚ୍ଚାଧିକାରୀ ବ୍ୟକ୍ତି କୌଣସି କାର୍ଯ୍ୟରେ ଆପଣଙ୍କୁ ସହାୟତା କରିବେ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ମାନପ୍ରତିଷ୍ଠା ବୃଦ୍ଧି ହେବ। ଦାମ୍ପତ୍ୟ ସୁଖବୃଦ୍ଧି ହେବ। ଆର୍ଥିକ ସମସ୍ୟାରେ ସଫଳତା ମିଳିବ କିନ୍ତୁ ସନ୍ତୁଷ୍ଟ ହେବେ ନାହିଁ। କ୍ରୋଧିତ ହେବେ ନାହିଁ ନଚେତ୍ ତିଆରି କରିଥିବା କାର୍ଯ୍ୟ ବିଫଳ ହେବ। ସନ୍ତାନ ସନ୍ତତି ମାନଙ୍କପାଇଁ ଫଳ ଉତ୍ତମ। ବ୍ୟବସାୟ କ୍ଷେତ୍ରରେ ତୈଳବୀଜ ଓ ରବି ଫସଲ ବ୍ୟବସାୟରେ ବେଶ୍ ଲାଭବାନ ହେବେ। ଲୁହା, କାଠ, କୋଇଲା, କଳକବ୍ଜା ବ୍ୟବସାୟରୁ, କଣ୍ଟ୍ରାକ୍ଟରୀରୁ ଯଥେଷ୍ଟ ଲାଭ ଉଠାଇବେ। ନାନା ବାଟରେ ଧନାଗମ ଘଟିବ। ଆର୍ଥିକ ସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ। ଏକ ସମୟରେ ଅନେକ ଗୁଡ଼ିଏ କାର୍ଯ୍ୟବ୍ୟସ୍ତତା ଭିତରେ ରହିଲେ ମଧ୍ୟ ନିଜର ମାନସିକଭାରସାମ୍ୟ ବଜାୟ ରହିବ। ପ୍ରତିକାର:- ପ୍ରତ୍ୟେକଦିନ ଶୟନ କକ୍ଷରେ ଘିଅ ଦୀପ ଜାଳନ୍ତୁ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଉଚ୍ଚାଧିକାରୀ ଓ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟିଯିବ। କର୍ମକ୍ଷେତ୍ରରେ ମିଛଆଶା ଉପରେ ନିର୍ଭର ନକରି ନିଜକୁ ନିୟନ୍ତ୍ରଣ କରିପାରିଲେ ସ୍ଥିତି ସନ୍ତୋଷ ଜନକ ରହିବ। ରାଜକୀୟ ମାମଲାରେ ସଫଳତା ମିଳିବ। ଭାଇ ଭଉଣୀମାନଙ୍କ ସହ ମନୋମାଳିନ୍ୟ ଦୂର ହୋଇ ପାରିବାରିକ କ୍ଷେତ୍ରରେ ଶାନ୍ତି ଦେଖାଦେବ। ସନ୍ତାନ ମାନଙ୍କ ଭବିଷ୍ୟତ ନେଇ ଖୁସି ରହିବେ। ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। ଯାହା ଚିନ୍ତା କରିଛନ୍ତି ତାହା ପୂରଣ କରିବାକୁ ଚେଷ୍ଟା କରିବେ। ମାନସିକ ଚିନ୍ତା ଦୂର ହେବ। ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ। ସାଧାରଣ ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ। ବ୍ୟବସାୟରେ ବାଧା ଉପୁଜିଲେ ମଧ୍ୟ ଲାଭବାନ୍ ହେବେ। ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେସ କରିବେ। ପ୍ରତିକାର:- ପ୍ରତ୍ୟେକଦିନ କଦଳୀଗଛ ମୂଳରେ ହଳଦୀପାଣି ଦିଅନ୍ତୁ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପାରିବାରିକ ସମସ୍ୟାକୁ ସମାଧାନ କରି ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ରାଜନୀତି କାର୍ଯ୍ୟରେ ପରିଶ୍ରମ ଦ୍ଵାରା ବାଧାବିଘ୍ନ କମ୍ ହେବ ଓ ସଫଳତା ମିଳିବ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ବନ୍ଧୁ ମିତ୍ରଙ୍କ ଦ୍ଵାରା ମହତ୍ଵପୂର୍ଣ୍ଣ କାର୍ଯ୍ୟ ହେବ। କାର୍ଯ୍ୟ ସ୍ଥିତିରେ ସୁଧାର ହେଲେ ନୂଆ ଯୋଜନା ଅନୁସାରେ କାର୍ଯ୍ୟ ଆରମ୍ଭ ହେବ। ଗୃହ ସମସ୍ୟାରୁ ମୁକ୍ତି ମିଳିବ ଓ ବିରୋଧୀମାନେ ଦୁର୍ବଳ ହୋଇଯିବେ। ଧନ ସମ୍ପତ୍ତି ଓ ଗୃହ କାର୍ଯ୍ୟରେ ସମୟ ବିତିବ। ପ୍ରିୟ ଲୋକଙ୍କ ସହିତ ସାକ୍ଷାତ ହେବ ଏବଂ ପଦୋନ୍ନତିର ସୁଯୋଗ ମିଳିବ। ଶିକ୍ଷା କ୍ଷେତ୍ରରେ ମନ ଲଗେଇବେ। ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ପାଇବ। ଋଣରୁ ମୁକ୍ତି ମିଳିବ। ଆୟ ପନ୍ଥା ପାଇଁ ନୂତନ ଧାରା ଅବଲମ୍ବନ କରିବେ। ପ୍ରତିକାର- ପ୍ରତ୍ୟେକଦିନ ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶତ୍ରୁବାଧା ଦୂରେଇ ଯିବ। ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ। ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ। ବ୍ୟବସାୟୀ ହୋଇଥିଲେ ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବେ। ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ। ଭୂମିକ୍ରୟ, ବାହନକ୍ରୟ, ଗୃହନିର୍ମାଣ କରିବାରେ ଖର୍ଚ୍ଚ କରିବାକୁ ପଡ଼ିବ। ବିଦ୍ୟାର୍ଥୀବର୍ଗ ଅତ୍ୟନ୍ତ ସଫଳତା ସହ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହେବେ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ମନ ଭଲ ରହିବ। ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ପ୍ରତିକାର- ପ୍ରତ୍ୟେକଦିନ ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବ୍ୟବସାୟ କ୍ଷେତ୍ରରେ ଭାଗ୍ୟ ଅନୁକୂଳ ହେତୁ ଆଶାତିତ ଲାଭ ମିଳିବ। ସେୟାର, ଲଟେରୀ ଆଦିରେ ଲାଭ ଅଧିକ ମିଳିବ। ନୂତନ ଉଦ୍ୟୋଗରେ ପଇସା ଖଟେଇବେ। ପାରିବାରିକ କ୍ଷେତ୍ରରେ ଶୁଭ ସମାଚାର ଶୁଣି ଖୁସି ହେବେ। ସରକାରୀ କର୍ମଚାରୀ ମାନେ କର୍ମକ୍ଷେତ୍ରରେ ବହୁ ସୁବିଧା ସୁଯୋଗ ପାଇବେ। ଏହାକୁ ସତ୍ ଉପଯୋଗ କରିବାକୁ ଆପ୍ରାଣ ଚେଷ୍ଟା କରିବା ଉଚିତ। ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସିତ ହେବେ। ଆର୍ଥିକ ଦୃଷ୍ଟି କୋଣରୁ ଉନ୍ନତି ହେବ। ସନ୍ତାନମାନଙ୍କର ଶିକ୍ଷା, ଉଚ୍ଚଶିକ୍ଷାର ମନସ୍କାମନା ପୂର୍ଣ୍ଣ ହେବ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ରାଜନୀତି କ୍ଷେତ୍ରରେ ବିତିଯାଇଥିବା ମାମଲାରେ ମଧ୍ୟ ସଫଳତା ମିଳିବ। ଦୂରେଇ ଯାଇଥିବା ବନ୍ଧୁ ମିତ୍ରମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। ପ୍ରତିକାର- ପ୍ରତ୍ୟେକଦିନ କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!