ଅପ୍ରେଲ 11 ତାରିଖ ରୁ ଅପ୍ରିଲ 17 ତାରିଖ ସାପ୍ତାହିକ ରାଶିଫଳ, ଏହି 4ଟି ରାଶିରେ ବନୁଛି ରାଜଯୋଗ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଆପଣା ଲୋକଙ୍କ ସାହାଯ୍ୟ ପାଇ ଧନ୍ୟ ହେବେ । ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବା ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇ ପାରିବ । ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇ ପାରେ । ଅତି ନିକଟର ବନ୍ଧୁବାନ୍ଧବଙ୍କ ସହ ଅତି ପ୍ରିୟତା ସୃଷ୍ଟିହେବ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ବିଦ୍ୟାରେ ଉନ୍ନତି ଓ ଉଚ୍ଚ ବିଦ୍ୟା ଅଧ୍ୟୟନ ପାଇଁ ସୁଯୋଗ ପାଇବେ । ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ । ଧର୍ମ କର୍ମରେ ରୁଚି ରହିଲେ ସୁଖ ଶାନ୍ତିରେ ସମୟ କଟାଇ ପାରିବେ । ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି କିମ୍ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ପୁରାତନ ରୋଗର ଉପସମ ହୋଇ ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ ଓ ବନ୍ଧୁ ମିତ୍ରଙ୍କ ସମାଗମ ହେବ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ । ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ । ସାହିତ୍ୟଚର୍ଚ୍ଚା ଓ ସଭାସମିତିରେ ସଫଳତା ମିଳିବ । ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ । ଦୁଃଖୀ ଲୋକଙ୍କୁ ସାହାରା ହେବେ । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ । ପ୍ରତିକାର-ଫିକାରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ । ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ । ସ୍ୱଳ୍ପ ଲାଭ ଦ୍ୱାରା ଆର୍ଥିକ ଉନ୍ନତି ହେବା ସହ ପାରିବାରିକ ସୁଖ-ଶାନ୍ତି ମିଳିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ଛାତ୍ର-ଛାତ୍ରୀମାନେ ଉଚ୍ଚ ଶିକ୍ଷା ଲାଭ କରିବେ । କର୍ମକ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧିହେବ ଓ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ । ଅଏସ୍ ଆରାମ ସୁଖସନ୍ତୁଷ୍ଟି ପାଇବାରେ ବାଧା କିଛି ନାହିଁ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । କାରବାରରେ ଉତ୍ଥାନ ହେବା ଫଳରେ ବ୍ୟବସାୟର ପରିବର୍ତ୍ତନ କରିବାର ଇଚ୍ଛା ଜାଗ୍ରତ ହେବ । ବ୍ୟୟ ଅପେକ୍ଷା ଆୟ ବୃଦ୍ଧି ହେବ । ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରି ପାରନ୍ତି । ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ । ଲୋକଙ୍କ ପ୍ରତି ଉଦାର ଓ ଦୟାଳୁ ପ୍ରବୃତି ଜାଗ୍ରତ ହେବ । ବନ୍ଧୁ ମିତ୍ରଙ୍କ ଆଗମନ ହେବା ସହ ଘନିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟ ହେବ । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ ସଂବାଦ ମିଳିପାରେ । ଅପଯଶକୁ ଦୂରକୁ ଠେଲିଦେଇ କେବଳ ଯଶତକ ଗ୍ରହଣ କରିବେ । କର୍ମକ୍ଷେତ୍ରରେ ସୁଯୋଗ ପାଇ କାମ କାର୍ଯ୍ୟର ଦାୟିତ୍ଵ ବଢିବ । କଳକାରଖାନା ବା ଯନ୍ତ୍ରପାତି ବ୍ୟବସାୟ ଭଲରେ ଚାଲିବ । ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ ଓ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ । ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ପ୍ରତିକାର-ଫିକାରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।

ସିଂହ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆୟ ବୃଦ୍ଧି ହେବା ଫଳରେ ଆର୍ଥିକ ଉନ୍ନତି ହେବା ସହ ଗୃହବାହାନ ପ୍ରାପ୍ତି ହୋଇପାରେ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ । ପୂର୍ବରୁ ଆରମ୍ଭ ହୋଇଥିବା କାର୍ଯ୍ୟ ପୁରଣରେ ବହୁତ ଖର୍ଚ୍ଚ ହୋଇ ପାରେ । ପ୍ରେମ ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ । ବ୍ୟବସାୟୀମାନେ ଉତ୍ତମ ଆୟର ପଥ ପରିଷ୍କାର କରିବେ । ପ୍ରତିଯୋଗୀତା ପରୀକ୍ଷାରେ ଆଶା ମୁତାବକ ଫଳ ପାଇବେ । ଶତୃ ମାନେ ପରାଜିତ ହୋଇ ସମସ୍ତ ଚିନ୍ତା ଦୂର ହେବ । ସାମାଜିକ ପତିଆରା ଅମଳିନ ରହିବ । ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ପ୍ରତିକାର:- କଦଳୀଗଛ ମୂଳରେ ହଳଦୀପାଣି ଢାଳନ୍ତୁ ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ନୂତନ ଦ୍ରବ୍ୟ କ୍ରୟ କରିବେ । ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ନିଜର ଯୋଜନାମୁତାବକ କାମ କରିବେ । ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ । ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ । କାର୍ଯ୍ୟ କ୍ଷେତ୍ରରେ ସୁଖଶାନ୍ତି ବୃଦ୍ଧି ହେବା ସହ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ । ଯାତ୍ରାରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ । ବାଦବିବାଦ, କ୍ରିଡା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପରିବାରର ସମ୍ପର୍କୀୟଙ୍କ କୌଣସି ଶୁଭ ସୂଚନା ପାଇ ଖୁସି ହୋଇ ଯିବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ । ରାଜନୈତିକ କ୍ଷେତ୍ରରେ ଶତ୍ରୁମାନେ କ୍ଷତି କରିବା ପାଇଁ ଚେଷ୍ଟା କରି ବିଫଳ ହେବେ । ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ । ଦୂରଯାତ୍ରାର ସୁଯୋଗ ପାଇ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ଖୁସିର ବାତା ବରଣ ସ୍ଥାୟି ରହିବ । ବନ୍ଧୁ ମିତ୍ରଙ୍କର ପ୍ରେରଣା ଓ ଆର୍ଥିକ ସହାୟତାରେ ଲୋକଙ୍କୁ ନିଜର କରି ପାରିବେ । ଚାକର, ବାହନ ଓ ଭୌତିକ ଐଶ୍ଵର୍ଯ୍ୟ ସାଧନରେ ବୃଦ୍ଧି ହେବ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ମଧୁରତା ଆସିବ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର:- ଆମ୍ବଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନୂତନ କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ନିଜର କାର୍ଯ୍ୟବ୍ୟସ୍ତତା ଯୋଗୁ ସମୟ ପାଇବେ ନାହିଁ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ ରାଜକୀୟ ସମ୍ମାନ ମିଳିବ । ଉତ୍ତମ ରୋଜଗାର କରିପାରିବେ । ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ । ରାଜନୀତି କ୍ଷେତ୍ରରେ ଅଧିକାରୀଙ୍କଠାରୁ ପରାମର୍ଶ ପାଇ ସଫଳ ହେବେ । ଲେଖକ, ପତ୍ରକାର, ରାଜନୈତିକ, ସଙ୍ଗୀତଜ୍ଞ, ଠିକାଦାର ଓ ସରକାରୀ କ୍ଷେତ୍ରରେ କର୍ମରତ ଥିବା ବ୍ୟକ୍ତିମାନଙ୍କର ଅନେକ ଶୁଭ ହେବ । ବନ୍ଧୁ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ମିଳିବ । ନୂଆ ନିଯୁକ୍ତିର ସୁଯୋଗ ପାଇବେ । ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ଶତୃମାନଙ୍କୁ ମୁକାବିଲା କରି ପାରିବେ । ପ୍ରିୟଜନଙ୍କସହ ମିଳନ ହୋଇ ଉତ୍ତର ଦାୟିତ୍ୱ ବଢ଼ିବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେଲେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ବନ୍ଧୁଙ୍କ ପ୍ରତିଶୃତି ପାଇ ଆଶ୍ଵସ୍ତି ଅନୁଭବ କରିବେ । ଧର୍ମକାର୍ଯ୍ୟ ପ୍ରତି ମନବଳାଇ ବହୁତ ଶାନ୍ତି ପାଇବେ । କୌଣସି ଦରକାରୀ ମୂଲ୍ୟବାନ ଜିନିଷ ଖରିଦ କରିବାକୁ ମନ ବଳାଇବେ । କାର୍ଯ୍ୟ ପୁରଣ ହୋଇ ସମୟ ହସଖୁସିରେ ବିତିବ । ଆୟ ତୁଳନାରେ ବ୍ୟୟ ଅଧିକ ହେବ । ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣ ଯୋଗେ ବ୍ୟଥିତ ହେବେ । ବାଦବିବାଦ ଠାରୁ ଦୂରେଇ ରହିଲେ ବହୁତ ଭଲ ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଆତ୍ମବିଶ୍ୱାସ ବୃଦ୍ଧି ପାଇ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ନିର୍ମାଣକାର୍ଯ୍ୟ ସମ୍ପନ୍ନ ହେବା ଫଳରେ ସନ୍ତୁଷ୍ଟ ରହିବେ । ବୁଦ୍ଧିମତା କାରଣରୁ ଆର୍ଥିକସ୍ଥିତି ସୁଧୁରିଯିବ ଓ ଅବସ୍ଥା ବଦଳିଯିବ । ନୂତନକର୍ମ ଯୋଗୁ ଆୟବୃଦ୍ଧି ହେବ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ରାଜନୈତିକ କ୍ଷେତ୍ରରେ ନୂତନ ସମ୍ବନ୍ଧ ସୃଷ୍ଟିହେବ । ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ବୁଦ୍ଧିମତା କାରଣରୁ ଉତ୍ତମ ରୋଜଗାର କରି ପାରିବେ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ଆୟ ଉତ୍ତମ ହେବା ସ୍ଥଳରେ ବ୍ୟୟ ହ୍ରାସ ପାଇବା ସହ ଆକସ୍ମିକ ଅର୍ଥଲାଭର ଯୋଗ ମଧ୍ୟ ରହିଛି । ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ । କର୍ମକ୍ଷେତ୍ରରେ ଉପରିସ୍ଥଙ୍କ ଶ୍ରଦ୍ଧାଭାଜନ ହେଲେ ମଧ୍ୟ ଅଧସ୍ତନଙ୍କ ଈର୍ଷା ଓ ଅସହିଷ୍ଣୁତାର ଶିକାର ହୋଇ ପାରନ୍ତି । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଚିନ୍ତା କରିଥିବା କାମ ଗୁଡିକ ସହଜ ସରଳରେ ସମାପନ ହେବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । କିଛି ଏମିତି ଲୋକଙ୍କ ସହିତ ମିଳନ ହେବ ଯେ ସେମାନେ ବିକାଶ ଧାରାରେ ସାମିଲ ହେବେ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହୋଇ ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ପାଖ ପଡୋଶୀଙ୍କ ସହିତ ସମ୍ପର୍କ ବୃଦ୍ଧି ହେଲେ ମଧ୍ୟ ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ । ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ । ପ୍ରତ୍ୟେକ କ୍ଷେତ୍ରରେ ଅଯଥା ତରତର ନ ହୋଇ ବିବେକ ବୁଦ୍ଧି ଖଟାଇ ଧୈର୍ଯ୍ୟର ସହିତ ଚାଲିବା ଉଚିତ । ମନରେ ଅଶାନ୍ତି ଅସନ୍ତୋଷ ଦେଖାଦେବ । କିନ୍ତୁ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ପାରିବାରିକସ୍ତର ହସ ଖୁସିରେ କଟିବ । କର୍ମକ୍ଷେତ୍ରରେ ଜଟିଳ ପରିସ୍ଥିତି ଥିଲେ ସରଳ ହେବ । କୌଣସି ଶୁଭ ସମାଚାର ମଧ୍ୟ ଶୁଣିବାକୁ ମିଳିବ । ରାଜନୀତି କ୍ଷେତ୍ରରେ ଉନ୍ନତି କରିବା ପାଇଁ ବହୁତ ଭଲ ପାଉଥିବା ଶୁଭଚିନ୍ତକମାନେ ସାହାଯ୍ୟ କରିବେ । କଳେବଳେ କୌଶଳରେ ଅର୍ଥ ସଂଗ୍ରହ କରି ମଉଜ ମଜଲିସ୍ କରିବା ପାଇଁ ସମୟ ପାଇବେ । ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ ସଫଳତା ମିଳିବ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢି ପାରିବେ । ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ମେଣ୍ଟିବା ପାଇଁ ଚେଷ୍ଟା କଲେ ସଫଳତା ପ୍ରାପ୍ତି ହେବ । ପ୍ରତିକାର- ହଳଦୀରଙ୍ଗର ବସ୍ତ୍ର ପରିଧାନ କରନ୍ତୁ । ନତୁବା ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!