ଅପ୍ରେଲ 17 ତାରିଖରୁ ଅପ୍ରେଲ 23 ତାରିଖ 2023 ସାପ୍ତାହିକ ରାଶିଫଳ, ଏହି 4ଟି ରାଶିରେ ବନୁଛି ରାଜଯୋଗ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବ୍ୟବସାୟ ପ୍ରସାର ପ୍ରଚାର ଫଳରେ ଲୋକସମ୍ପର୍କ ଅତ୍ୟଧିକ ବଢିବା ସହ ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ପାଇ ବ୍ୟବସାୟରେ ଯଥେଷ୍ଟ ଲାଭ ମିଳିବ। କର୍ମକ୍ଷେତ୍ରରେ ମାନସମ୍ମାନ ବୃଦ୍ଧିହେବ ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବାସହ ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା ପରୀକ୍ଷାରେ ସଫଳ ହୋଇ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ କୃତକାର୍ଯ୍ୟ ହେବେ। ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇ ପାରିବ। ବିରୋଧିମାନେ ଦୂରେଇଯିବେ ଓ ନୁତନ କାର୍ଯ୍ୟ ନିର୍ଦ୍ୱୋନ୍ଦରେ ଆଗେଇନେବେ। କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପ୍ରତିକାର:-ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ। ଶିକ୍ଷାକ୍ଷେତ୍ରରେ ସୁନାମ ଅର୍ଜନ କରିବା ସହ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ସ୍ୱାସ୍ଥ୍ୟ କ୍ଷେତ୍ରରେ ପରିବର୍ତ୍ତନ ଆସିବ ଓ ଯେଉଁ କାର୍ଯ୍ୟରେ ହାତ ଦେବେ ଉନ୍ନତି ଦେଖାଦେବ। ଜମି, ଜାଗା, ବାସ ଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ବ୍ୟବସାୟରେ ଆଶାତିତ ଲାଭ କରି କିଛି ନୂତନ ପଦାର୍ଥ ସଂଗ୍ରହ କରିପାରନ୍ତି। ପରିବାରରେ ଗୁରୁତ୍ଵପୂର୍ଣ୍ଣ କାର୍ଯ୍ୟର ଦାୟିତ୍ଵ ନେଇ ମାନପ୍ରତିଷ୍ଠା ବଢିବ। କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖା ଦେବ। ଧାର୍ମିକ କାର୍ଯ୍ୟରେ ଯୋଗଦେବା ଫଳରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର- ପ୍ରତ୍ୟେକଦିନ ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତାପରୀକ୍ଷା ଓ ସାକ୍ଷାତକାରରେ ଉଚ୍ଚ ପ୍ରଶଂସିତ ହେବେ। ବ୍ୟବସାୟ କ୍ଷେତ୍ରରେ ମନ ଲାଗିବା ଦ୍ଵାରା ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ବିଦେଶ ଯାତ୍ରା ଫଳରେ ବିଶେଷ ଲାଭବାନ ହେବେ। ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସଫଳତା ଲାଭ କରିବେ। ଭ୍ରମଣ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ। ଶତୃମାନେ ପରାଜିତ ହେବେ ଓ ନୂତନ ବ୍ୟବସାୟ ଆରମ୍ଭ କରି ପାରନ୍ତି। ପ୍ରତିକାର- ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସରକାରୀ କାମରେ ସଫଳତା ମିଳିବା ସହ ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ। ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବାହ୍ୟ ଦେଶକୁ ଯାତ୍ରା କରି ପାରିବେ। ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ଶତୃମାନେ ପରାଜିତ ହେବା ଫଳରେ ମାନସିକ ଅଶାନ୍ତି ଦୂରେଇ ଯିବ। ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ ଓ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବା ସହ ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିପାରେ। ଯୁକ୍ତି ତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ। ସବୁ ଭଲଥିଲେ ମଧ୍ୟ ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- ପ୍ରତ୍ୟେକଦିନ ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ସିଂହ:-ଏ ସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବାଣୀର ପ୍ରଭାବ ଓ ପରାକ୍ରମ ବଢିବା ଫଳରେ ଅଧିକାରୀ କାମରେ ପ୍ରସନ୍ନ ରହିବେ। ରାଜନୀତିରେ ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ। ଯୁବକ-ଯୁବତୀ ମାନେ ନୂତନ କର୍ମନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତ କାରରେ ଉତ୍ତିର୍ଣ୍ଣ ହେବେ। କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ପଦୋନ୍ନତିର ସୁଯୋଗ ପାଇପାରିବେ। ବ୍ୟବସାୟରେ ଉନ୍ନତି ହେବାସହ ଭଲଲାଭ ପାଇବେ। ସମାଜ କଲ୍ୟାଣ, ଧର୍ମାନୁଷ୍ଠାନରେ ଯୋଗଦାନ କରି ପ୍ରଶଂସିତ ହେବେ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପଇସା ଅଭାବରୁ ମାନସିକ ଅଶାନ୍ତି ବୃଦ୍ଧି ପାଇ ପାରେ। ଉଦରପୀଡା ଓ ଚକ୍ଷୁପୀଡାରେ ପ୍ରଭାବିତ ରହିବେ। ପ୍ରତିକାର- ପ୍ରତ୍ୟେକଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବ୍ୟବସାୟ କ୍ଷେତ୍ରରେ ଦ୍ଵିଗୁଣା ଲାଭ ପାଇବା ସହ କିଛି ନୂତନ ଦ୍ରବ୍ୟ କ୍ରୟ କରିବେ। ପରିବହନ ବ୍ୟବସାୟ, ଗବେଷଣା, ଯୋଗାଯୋଗ ସକାଶେ ସମୟ ବହୁତ ଭଲ ରହିବ। ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରି ପାରନ୍ତି ଓ ଆନୁଷ୍ଠାନିକ କାମରୁ ସମ୍ମାନଲାଭ ହେବ। କମ୍ପାନୀ, ବ୍ୟାଙ୍କ, କମ୍ପ୍ୟୁଟର ଇତ୍ୟାଦି ବିଭାଗରେ ନୂତନ କର୍ମପ୍ରାପ୍ତି ହୋଇପାରେ। ଉଚ୍ଚଶିକ୍ଷାର ମଧ୍ୟ ସୁବିଧା ସୁଯୋଗ ପାଇବେ। ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ପାଇବେ। ବାଦବିବାଦ, ମାଲିମକଦ୍ଦମାରେ ବିଜୟି ହେବେ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରି ପାରନ୍ତି ସେଥିପାଇଁ ସତର୍କରେ ନ ଚାଲିଲେ କ୍ଷତିରେ ପଡିବେ। ବିହିନ୍ନ ପ୍ରକାର କଥା ଚିନ୍ତାକରି କୌଣସି କାମ ପ୍ରତି ମନ ଲାଗିବ ନାହିଁ। ସନ୍ତାନ ଯୋଗେ ଚିନ୍ତିତ ରହିବେ। ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସମସ୍ତ ଦୁଃଶ୍ଚିନ୍ତା ଦୂର ହେବ। ବିଦ୍ୟାକ୍ଷେତ୍ରରେ ସ୍ୱନାମ ଅର୍ଜନ କରିବାସହ ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ। ତୀର୍ଥ ଯାତ୍ରା ଓ ଦେବ ଦର୍ଶନ କରିବେ। ସ୍ଥଗିତ କର୍ମଗୁଡ଼ିକର ସମ୍ପାଦନ କରିବେ। ପାରିବାରିକ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ଯୁକ୍ତିଯୁକ୍ତ କଥାକହି ଅନ୍ୟମାନଙ୍କୁ ଆପଣେଇ ପାରିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ। ବ୍ୟବସାୟରେ ଉନ୍ନତି ସହିତ ଶ୍ରମିକଙ୍କ ତିକ୍ତତାର ସମସ୍ୟା ଦୂର ହେବ। କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ। ପ୍ରଗତି, ଲାଭ, ଭୌତିକ ସଂବୃଦ୍ଧି ବୃଦ୍ଧି ହେବ। ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ। ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶୁଭ ସମାଚାର ଶୁଣି ଆନନ୍ଦିତ ହେବେ। ପାରିବାରିକ କ୍ଷେତ୍ରରେ ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବା ଫଳରେ ଆତ୍ମସନ୍ତୋଷ ଲାଭହେବ। ରାଜନୈତିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ପ୍ରତିଦ୍ଵନ୍ଦିତାରେ ସଫଳ ହୋଇ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ। ଏମିତି କାର୍ଯ୍ୟ କରିବେ ଯାହାକି ଭବିଷ୍ୟତ ଆକାଂକ୍ଷାକୁ ପୂର୍ଣ୍ଣ କରିବ। ସହକର୍ମୀ ମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ପ୍ରତିଯୋଗିତା ପରୀକ୍ଷା ଓ ମାଲିମୋକଦ୍ଦମାରେ ସଫଳତା ମିଳିବ। ଅବହେଳିତ ଲୋକଙ୍କସହ ମିଳାମିଶା କରି ନୂତନ ଦିଗ୍ଦର୍ଶନ ପାଇବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ସମାନ ବିଚାରଧାରା ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ଶତୃ ଓ ବିରୋଧୀ ମାନେ କୌଣସି କ୍ଷତି କରିପାରିବେ ନାହିଁ। ପ୍ରତିକାର- ପ୍ରତ୍ୟେକଦିନ ସିନ୍ଦୁରଟିକେ ମୁଣ୍ଡରେ ଲଗେଇ ଦିଅନ୍ତୁ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପରିବାରରେ ସୁସ୍ଥ ବାତାବରଣ ଜାରି ରହିବା ଫଳରେ ଆର୍ଥିକ ଦିଗରୁ ସୁବିଧା ହୋଇଯିବ। ଶିକ୍ଷାକ୍ଷେତ୍ରରେ ଚଳଚଞ୍ଚଳ ହୋଇ ଲକ୍ଷ୍ୟସ୍ଥଳରେ ପହଁଞ୍ଚିବାକୁ ଚେଷ୍ଟା କରିବେ। ନିଷ୍ଠାର ସହ ପରିଶ୍ରମ ଫଳରେ ଶତୃମାନେ ବିପଦରେ ପକେଇବାକୁ ଚେଷ୍ଟା କରି ବିଫଳ ହେବେ। ବ୍ୟବସାୟିକ ଗତିବିଧି ଉତ୍ତମ ଭାବରେ ଚାଲିବା ଯୋଗେ ଲାଭବାନ୍ ହେବେ। ବାଦବିବାଦ ପରୀକ୍ଷା ପ୍ରତିଯୋଗିତାରେ ଦୁଇଗୁଣ ଉତ୍ସାହ ସହ ଆଗେଇ ଯିବେ। ସାମାଜିକ ଜୀବନରେ ନୂତନ ଗୁରୁଦାୟିତ୍ୱ ଗ୍ରହଣ କରିବେ। ଆୟ ବୃଦ୍ଧି ପାଇବା ଦ୍ଵାରା ଅଟକିଥିବା କାର୍ଯ୍ୟ ପୁନରାୟ ଚାଲୁ କରିବେ। ନୂତନ ବନ୍ଧୁଙ୍କ ସାହାଯ୍ୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ୍ ହେବେ। ଧାର୍ମିକ କାର୍ଯ୍ୟରେ ବାଧା ସୃଷ୍ଟି ହେବ। ଉପରିସ୍ଥ ଅଧିକାରୀଙ୍କ ଠାରୁ ଅପମାନିତ ହୋଇପାରନ୍ତି। ପ୍ରତିକାର- ପ୍ରତ୍ୟେକଦିନ କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଭୌତିକ ଓ ଆଧ୍ୟାତ୍ମିକ ମାମଲାରେ ବ୍ୟସ୍ତ ରହିବେ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ଧାର୍ମିକ କାର୍ଯ୍ୟରେ ମନ ବଳାଇ ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ। ବ୍ୟୟ ଅପେକ୍ଷା ଆୟ ବୃଦ୍ଧିପାଇବ। ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ। ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ। ବ୍ୟବସାୟ ବଢ଼ାଇବାରେ ସମର୍ଥ ହେବେ। କର୍ମଚାରୀ ଓ ଶ୍ରମିକମାନେ ବେଶି ଉପକୃତ ହେବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣାତାକୁ ମୁଖ୍ୟ କରି ହସଖୁସିରେ ଚଳିବେ। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚ ପ୍ରଶଂସିତ ହେବେ। ବନ୍ଧୁଙ୍କ ସାହାଯ୍ୟ କ୍ରମେ ଖେଳକୁଦରେ ବିଜୟୀ ହେବେ। ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ। ଅବିବାହିତ ଯୁବକ ଓ ଯୁବତୀମାନଙ୍କର ବିବାହ ପ୍ରସ୍ତାବ ସ୍ଥିର ହେବ। ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ଧର୍ମ କାର୍ଯ୍ୟରେ ଯୋଗ ଦେଇ ଦେବ ଦର୍ଶନ କରିବେ। ପ୍ରେମିକ ପ୍ରେମିକା ମାନଙ୍କର ଆମୋଦ ପ୍ରମୋଦ, ମନୋରଞ୍ଜନରେ ଆଗ୍ରହ ବଢିବ। ବ୍ୟବସାୟ କ୍ଷେତ୍ରରେ ଲାଭବାନ୍ ହେବେ। ଉତ୍ତମ ରୋଜଗାର ମିଳିବ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ମିତ୍ରମାନଙ୍କ ଦ୍ୱାରା ଅନେକ କାର୍ଯ୍ୟରେ ସଫଳତା ମିଳିବ। ସ୍ଥଗିତ ଥିବା ଧନ ମିଳିବାରୁ ଖୁସି ହେବେ। ମନୋକାମନା ପୂରଣ ହେବ ଓ ଆତ୍ମ ବିଶ୍ୱାସ ବୃଦ୍ଧି ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପ୍ରତିକାର-ପ୍ରତ୍ୟେକଦିନ ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପାରିବାରିକ ଜୀବନ ଆନନ୍ଦରେ କଟିବ। ନୂତନ ଆୟପନ୍ଥା ପ୍ରାପ୍ତି ହେବ। ବିଭିନ୍ନ ପ୍ରକାରର ସମସ୍ୟା ସମାଧାନ ହେବ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ଆନନ୍ଦିତ ହେବେ। କ୍ରୀଡ଼ାବିଦ୍ ମାନେ ପ୍ରଶଂସିତ ହେବେ। ନୂତନ ଗୃହସୁଖ ଓ ଯାନବାହନ ସୁଖ ମିଳି ପାରେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ରାଜନୀତି ଓ ସାମାଜିକ କାର୍ଯ୍ୟରେ ସଫଳ ସିଦ୍ଧ ହେବେ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ପ୍ରତିକାର:- ପ୍ରତ୍ୟେକ ଦିନ ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!