ଅପ୍ରେଲ 18 ତାରିଖ ରୁ ଅପ୍ରିଲ 24 ତାରିଖ ସାପ୍ତାହିକ ରାଶିଫଳ, ଏହି 2ଟି ରାଶିକୁ ମିଳିବ କିଛି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଆମୋଦ ପ୍ରମୋଦ, ମନୋରଞ୍ଜନ, ନୃତ୍ୟଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍, ଆଡମ୍ବରରେ ଉତ୍ସାହ ବଢିବ। ଶିକ୍ଷକ, ପ୍ରଶିକ୍ଷକ ଓ ଚିକିତ୍ସକ ମାନଙ୍କର କର୍ମକ୍ଷେତ୍ରରେ ପଦୋନ୍ନତି, ବିଭାଗୀୟ ଅଧିକାରୀଙ୍କ ସାନ୍ନିଧ୍ୟଲାଭ, ଇଚ୍ଛିତସ୍ଥାନରେ ସ୍ଥାନାନ୍ତର ସହଜ ସରଳରେ ହୋଇପାରିବ। ଭ୍ରମଣ, ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ରାଜନୀତି କ୍ଷେତ୍ରରେ ଶୁଭ ସମ୍ବାଦ ପାଇବେ ଓ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ। ନୂତନ ଚାକିରୀ ପାଇଁ ପ୍ରୟାସ ରତ ଯୁବକ ଯୁବତୀ ମାନେ ଉତ୍ସାହ ବର୍ଦ୍ଧକ ସମାଚାର ପାଇବେ। ରାଜନୀତି କ୍ଷେତ୍ରରେ ଉଚ୍ଚଆଶା ସଫଳ ହୋଇ ଦୂରଯାତ୍ରାରେ ଲାଭପାଇବେ। ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ। ଜାଗା, ଜମି, ଗୃହପୋକରଣ କ୍ରୟ କରିବେ। ଆୟ ଉପାର୍ଜନରେ ବାଧା ନାହିଁ। ଧାର୍ମିକ କାର୍ଯ୍ୟରେ ରୁଚିବୃଦ୍ଧି ପାଇବ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। କୋର୍ଟ-କଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷରେ ଯିବ। ନିଜର ଆତ୍ମନିରୀକ୍ଷଣ ଦ୍ଵାରା ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନ ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ। ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳତା ଏବଂ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ। ଜମି ଜମା ସଙ୍କ୍ରାନ୍ତିୟ ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ। ରୋଜଗାର ସମସ୍ୟା ସୁଧୁରି ଯିବ। ଧନ ଲାଭ ହେବାରୁ ମନ ଖୁସି ରହିବ। ଦାମ୍ପତ୍ୟ ସୁଖରେ ସୁଖି, ପାରିବାରିକ କାର୍ଯ୍ୟରେ ସଫଳତା, ଯୁବକ-ଯୁବତୀମାନେ ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ। ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ପିତ୍ତଦୋଷ ବୃଦ୍ଧି ପାଇ ଶରୀରପୀଡା କଷ୍ଟକର ହୋଇପାରେ। ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇପାରିବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କର୍କଟ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ଛାତ୍ର ଛାତ୍ରୀମାନେ ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ। କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ସମ୍ପର୍କ ଦୃଢ ହେବ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ବ୍ୟବସାୟରେ ସଫଳତା ଅର୍ଜନ କରିବେ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପୁରାତନ ରୋଗର ଉପଶମ ଫଳରେ ମନଖୁସି ରହିବ। ମାନସିକ ଅଶାନ୍ତି ଦୂର ହେବ ଓ ଆର୍ଥୀକ ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ପ୍ରତିକାର-ଫିକାରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ସିଂହ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ। ସରକାରୀ କର୍ମଚାରୀ ମାନଙ୍କର କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହୋଇ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧିହେବ। ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ। ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଅଧିକ ଲାଭବାନ ହେବେ। ଯାନ ବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ନୂତନ କାର୍ଯ୍ୟ ପାଇଁ ଆଶାୟୀ ଥିବା ଛାତ୍ର ଛାତ୍ରୀମାନେ ଖୁସି ହେବେ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ। ରାଜନୀତି କ୍ଷେତ୍ରରେ କୌଣସି ଦୂର ସ୍ଥାନକୁ ଯାତ୍ରା କରିବେ ଓ ଶରୀର ସୁସ୍ଥ ରହିବ। ପ୍ରତିକାର:- କଦଳୀଗଛ ମୂଳରେ ହଳଦୀପାଣି ଢାଳନ୍ତୁ।

କନ୍ୟା:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ। ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। କର୍ମକ୍ଷେତ୍ରରେ କିଛି ନୂଆସୁଯୋଗ ଆସିବ ପରିଶ୍ରମ କାର୍ଯ୍ୟ କରି ପ୍ରଶଂସିତ ହେବେ। ବ୍ୟବସାୟିକ ସ୍ଥିତି ଅଚାନକ ବୃଦ୍ଧି ହେବା ଫଳରେ ଆଶାନୁରୂପ ଅର୍ଥାଗମ ହେବ। ଅଚାନକ ବନ୍ଧୁ ବାନ୍ଧବମାନଙ୍କର ସମାଗମ ହେବ। ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ବିଦ୍ୟାର୍ଥୀ ହୋଇଥିଲେ ପ୍ରଶାସନିକ ସେବା ସଂବନ୍ଧିତ ପରୀକ୍ଷା ପାଇଁ ପ୍ରସ୍ତୁତ ହେବା ଉଚିତ କିମ୍ବା ଡାକ୍ତରୀ ପାଠ ପଢ଼ୁଥିଲେ ବିଶେଷ ସଫଳତା ପ୍ରାପ୍ତ ହେବ। ପ୍ରତିକାର:- କଦଳୀଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ। ବ୍ୟବସାୟରେ ବନ୍ଧୁମାନେ ସାହାଯ୍ୟ ସହଯୋଗର ହାତ ବଢେଇବେ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ପ୍ରାପ୍ତି ହେବ। ଆର୍ଥିକ କ୍ଷେତ୍ରରେ ଉନ୍ନତି ଦେଖାଦେବ। ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ସୁଯୋଗ ପାଇବେ। କର୍ମସଂଧାନୀ ମାନେ ପ୍ରତିଯୋଗୀତା କ୍ଷେତ୍ରରେ ସଫଳ ହେବେ।ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ଓ ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ନିଜର ଯୋଜନା ମୁତାବକ କାମକଲେ କୌଣସି ପ୍ରକାର ଅସୁବିଧା ହେବନାହିଁ। ପ୍ରତିକାର-ଧଳା ରୁମାଲଟିଏ ପାଖରେ ରଖନ୍ତୁ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇ ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ସମ୍ମାନ ଲାଭ କରିବେ। ଶରୀର ସୁସ୍ଥ ରହିବ ଓ ଆର୍ଥିକ ସ୍ଥିତିରେ ବୃଦ୍ଧି ହେବ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତିରେ ସଫଳତା ଲାଭ କରିବେ। ବ୍ୟବସାୟ କ୍ଷେତ୍ରରେ ପରିଶ୍ରମ ଓ ମେହନତର ପରିଣାମ ମିଳିବ। ବିଶେଷକରି ସୁନା, ରୂପା, କଂସା, ପିତ୍ତଳ, ତେଜରାତି, ଷ୍ଟେନସାରୀ ଓ ଔଷଧ ବ୍ୟବସାୟୀ ମାନଙ୍କୁ ଉତ୍ତମ ଲାଭ ପ୍ରାପ୍ତି ହେବ। ଗୃହରେ ମାଙ୍ଗଳିକ କାର୍ଯ୍ୟରେ ଧନ ବ୍ୟୟହେବ। ଛାତ୍ର ଛାତ୍ରୀମାନଙ୍କର ଶିକ୍ଷା କ୍ଷେତ୍ରରେ ଉନ୍ନତି ହେବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନସମ୍ମାନରେ ବୃଦ୍ଧି ହେବ। ଜନ ସେବାରେ ନିଜକୁ ନିୟୋଜିତ କରିବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶାରିରୀକ ଅସୁସ୍ଥତା ଓ ଆଳସ୍ୟଭାବ ଦୂରହେବ। ସରକାରୀ କର୍ମଚାରୀମାନେ ସ୍ଥାନ ପରିବର୍ତ୍ତନର ସୁଯୋଗ ପାଇବେ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ସରକାରୀ ଚାପ ପଡିଲେ ମଧ୍ୟ ସଫଳତା ମିଳିବ। କର୍ମକ୍ଷେତ୍ରରେ ସାସାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ଛାତ୍ର ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ଆୟ ଅପରିବର୍ତ୍ତିତ ରହିଲେ ମଧ୍ୟ ବ୍ୟୟ ବୃଦ୍ଧିପାଇବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଦୂରଯାତ୍ରାର ସୁଯୋଗ ପାଇ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବଜାୟ ରଖିବେ। ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ ଓ ହରାଇଥିବା ଧନ ପ୍ରାପ୍ତି ହେବ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ ଓ କାର୍ଯ୍ୟ କ୍ଷେତ୍ରରେ ପରିବର୍ତ୍ତନ ହେବ। କର୍ମସଂଧାନୀମାନେ ନୂତନ କର୍ମ ନିଯୁକ୍ତି ପାଇବେ। ପାରିବାରିକ ଅଶାନ୍ତି ଦୂର ହେବା ସହ ଦାମ୍ପତ୍ୟ ସୁଖ ପ୍ରାପ୍ତି ହେବ। ଶାରିରୀକ ସୁସ୍ଥତା ଦେଖା ଦେବ। ଜାଗା, ଜମି, ଗୃହପୋକରଣ କ୍ରୟ କରିବେ। କର୍ମସଂଧାନୀ ମାନେ ପ୍ରତିଦ୍ଵନ୍ଦିତାରେ ବିଜୟୀହେବେ। ପରିବାରରେ ସୁସ୍ଥ ବାତାବରଣ ଜାରିରହିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନୂତନ ବ୍ୟବସାୟ ଆରମ୍ଭ କରିପାରିବେ। ଯଦି ବ୍ୟବସାୟ କରୁ ଥାନ୍ତି ଅତ୍ୟନ୍ତ ଲାଭାନ୍ନିତ ହୋଇ ସଂପତ୍ତି କ୍ରୟ କରିବେ। ଭାଗ୍ୟର ପ୍ରବଳତା ହେତୁ ସମସ୍ତ କାର୍ଯ୍ୟ ପୂର୍ଣ୍ଣ ହେବ। ସନ୍ତାନ କ୍ଷେତ୍ରରେ ସର୍ବଶ୍ରେଷ୍ଠ ଫଳ ପାଇବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ନୂତନ ଗୃହ, ନୂତନ ଯାନ, ନୂତନ ବ୍ୟବସାୟ, ନୂତନ ଜାଗା ଜମିପ୍ରାପ୍ତି ହେବ। ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିବେ। ଚାକିରୀ ପାଇଁ ଚେଷ୍ଟା କରୁଥିଲେ ଶିକ୍ଷାକ୍ଷେତ୍ର, ଧର୍ମାନୁଷ୍ଠାନ, ଭୋଜନାଳୟ, ପ୍ରଶାସନ ବିଭାଗ, ଖାଦ୍ୟ ସଂବନ୍ଧୀୟ ବିଭାଗ, ଖାଦ୍ୟ ପ୍ରସ୍ତୁତି କରୁଥିବା କାରଖାନାରେ ଯୋଗାଯୋଗ କରନ୍ତୁ। ରାଜନୀତି କ୍ଷେତ୍ରରେ ଅନୁକୂଳ ହେତୁ ଲୋକ ସମର୍ଥନ ବୃଦ୍ଧି ପାଇବ। ମଧୁମେହ, ଚକ୍ଷୁ, ହୃଦୟ, ଯୌନରୋଗରୁ ଉପସମ ମିଳିବ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସାଙ୍ଗସାଥିମାନେ ସାହାଯ୍ୟ କରିବେ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ବ୍ୟସ୍ତ ରହିବେ। ବ୍ୟବସାୟ କ୍ଷେତ୍ରରେ ଆୟ ବୃଦ୍ଧି ହେବା ଫଳରେ କ୍ଳାନ୍ତି ଓ ଅବସନ୍ନତା ଜନିତ ଆଳସ୍ୟଭାବ ଦୂରେଇ ଯାଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ମାଲିମୋକଦ୍ଦମାରେ ନିଜ ପକ୍ଷ ସବଳ ରହିବ। ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। କର୍ମକ୍ଷେତ୍ରରେ ବୃତ୍ତିଗତ ଦୃଷ୍ଟିରୁ ପରିଶ୍ରମ ବୃଦ୍ଧି ପାଇବା ଫଳରେ ସୁଖ ଶାନ୍ତି ବର୍ଦ୍ଧିତ ହେବ ଓ ସୁରକ୍ଷିତ ରହିବେ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!