୨୦୨୧ ମସିହା ଏପ୍ରିଲ ମାସର ରାଶିଫଳ: କେମିତି କଟିବ ଏ ମାସଟି 12ଟି ରାଶିର ଓ କଣ କରିବେ ପ୍ରତିକାର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ମସିହା ଏପ୍ରିଲମାସର ବାରୋଟି ରାଶିଜାତବ୍ୟକ୍ତି ମାନଙ୍କର କଣ ରହିଛି ରାଶିଫଳ – କଣ ରହିବ ବାରଟି ରାଶିର ଶୁଭାଶୁଭ, କେମିତି କଟିବ ଏଇ ମାସଟି କଣ କରିବେ ଅଶୁଭ ଗ୍ରହଙ୍କ ପାଇଁ ପ୍ରତିକାର ଆସନ୍ତୁ ଜାଣିବା ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟରେ ଉନ୍ନତି ହୋଇ ସାମାଜିକ ପତିଆରା ଅମଳିନ ରହିବ । ଆୟ ଉପାର୍ଜନ ବୃଦ୍ଧି ହେବ । ଛାତ୍ର ଛାତ୍ରୀମାନେ ଉଚ୍ଚ ଶିକ୍ଷା ପାଇଁ ଦୂରଯାତ୍ରାର ସୁଯୋଗ ପାଇବେ । ଯେ କୌଣସି ବ୍ୟବସାୟରେ ହାତ ଦେବେ ସେଥିରେ ସଫଳ ହେବେ ଓ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରି ପାରନ୍ତି । ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପ୍ରେମିକ ପ୍ରେମିକା ମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ରାଜନୀତି କ୍ଷେତ୍ରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ପ୍ରତିକାର-ଲାଲଚନ୍ଦନ ମସ୍ତକରେ ଲଗାଇବା ଉଚିତ ।

ବୃଷ:-ମହିଳା ଓ ପୁରୁଷ ମାନେ ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । କଳକାରଖାନା, କୋଇଲା ଖଣି, ରେଳବିଭାଗ, ଡାକ ଓ ତାର ବିଭାଗ, ଟ୍ରାନ୍ସପୋର୍ଟ ବିଭାଗରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ଅଧିକ ପରିଶ୍ରମ କରି ପ୍ରଶଂସା ପାଇବେ । ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବଢିବା ସହ ମୁଖ୍ୟନେତାଙ୍କର ପ୍ରିୟପାତ୍ର ହେବେ । କର୍ମକ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେଇ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ । ଶାରିରୀକ ଅସୁସ୍ଥତା ଦୂରହେବ । ପିଲା ମାନଙ୍କ ଉନ୍ନତିରେ ଆନନ୍ଦିତ ହେବେ । ଆକସ୍ମିକ ଧନ ପ୍ରାପ୍ତି ହେବ । ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧିହେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପ୍ରେମିକ ପ୍ରେମିକା ମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ମିଥୁନ:-ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଦେଖାଦେବ । ବ୍ୟବସାୟିକ ପ୍ରତିଦ୍ୱନ୍ଦ୍ୱିତାରେ ସଫଳ ହୋଇ ହରାଇଥିବା ଧନପ୍ରାପ୍ତି ହେବା ଫଳରେ ମାନସିକ ଅଶାନ୍ତି ଦୂରହେବ । କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସାହାଯ୍ୟ ସହଯୋଗ ପାଇବା ସହ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇ ଉନ୍ନତି ହେବ । କର୍ମସଂଧାନୀ ମାନେ କର୍ମ ନିଯୁକ୍ତି ପାଇଁ ଚେଷ୍ଟା ଜାରି ରଖନ୍ତୁ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ । ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ । ଛାତ୍ର ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ । ବିବାଦୀୟ ଓ ମାଲିମୋକଦ୍ଦମାରେ ସଫଳ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

କର୍କଟ:-ମହିଳା ଓ ପୁରୁଷ ମାନେ ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ଶତୃ, ରୋଗ, ଋଣରୁ ମୁକ୍ତି ହେବେ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ । ରାଜନୀତିରେ ଲୋକପ୍ରିୟତା ହାସଲ କରି ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି କରି ପାରିବେ । କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ । ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ । ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ । ନୂତନ କର୍ମନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ । ବେପାର ବଣିଜରେ ପ୍ରଚୁର ଲାଭ ମିଳିବ । ନୂଆ ନୂଆ ଉପାୟ ଚିନ୍ତା କରିବେ । ଅଚାନକ ଆୟ ବୃଦ୍ଧି ହେତୁ ଆପଣ ଆଚମ୍ବିତ ହୋଇଯିବେ । ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ସୁଯୋଗ ପାଇବେ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

ସିଂହ:-ମହିଳା ଓ ପୁରୁଷ ମାନେ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ । କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ପୈତୃକ ସମ୍ପତ୍ତିକୁ ନେଇ ପରିବାରରେ ଅଶାନ୍ତି ଅସନ୍ତୋଷ ଦୂରେଇ ଯିବା ଫଳରେ ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବ ନାହିଁ । ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ନୂତନ ଆୟର ପନ୍ଥା ପ୍ରାପ୍ତି ହେବ । ଛାତ୍ର ଛାତ୍ରୀ ମାନେ ଶିକ୍ଷା କ୍ଷେତ୍ରରେ ସହପାଠୀ ମାନଙ୍କଠାରୁ ସାହାଯ୍ୟ, ସହଯୋଗ ପାଇ ସଫଳତା ଲାଭ କରିବେ । ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ । ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ । ବ୍ୟବସାୟରେ ଭଲ ଲାଭ ହେବ । ପ୍ରତିକାର- ଗ୍ରାମ୍ୟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ ।

କନ୍ୟା:-ମହିଳା ଓ ପୁରୁଷ ମାନଙ୍କର ପାରିବାରିକ ଜୀବନରେ ଅଶାନ୍ତି ଅଶୋନ୍ତୋଷ ଦୂର ହୋଇ ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ ଜୀବନ ସୁଖମୟ ହେବ । ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ମେଣ୍ଟିଯିବ । ଛାତ୍ର ଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେବେ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ପ୍ରେମିକ ପ୍ରେମିକା ମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ସ୍ୱାସ୍ଥ୍ୟ ହାନୀ ହେବା ସହ ଆୟ ଅପେକ୍ଷା ବ୍ୟୟ ବୃଦ୍ଧିପାଇବ । ଭାଗ୍ୟ ଆପଣଙ୍କ ପାଇଁ ବୈମାତୃକ ମନୋଭାବ ସୃଷ୍ଟି କରିବ । ଏକ ସମୟରେ ଅନେକ ଗୁଡ଼ିଏ କାର୍ଯ୍ୟବ୍ୟସ୍ତତା ଭିତରେ ରହି ନିଜର ମାନସିକ-ଭାରସାମ୍ୟ ହରାଇ ପାରନ୍ତି । ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ୱାସ କଲେ ଠକାମୀ ଭଣ୍ଡାମୀର ଶୀକାର ହେବେ । ବରିଷ୍ଠ କର୍ମୀଙ୍କ ରୋଷର ପାତ୍ର ହେବେ । ପ୍ରତିକାର:- ରବିବାରରେ ବୁଲାକୁକୁରକୁ କିଛି ଖାଦ୍ୟ ଦିଅନ୍ତୁ ।

ତୁଳା:-ମହିଳା ଓ ପୁରୁଷ ମାନେ ନୂତନ କର୍ମ ପାଇଁ ପ୍ରୟାସରତ ଥିଲେ ନିଯୁକ୍ତି ପାଇବେ । ଦୂରଯାତ୍ରାର ସୁଯୋଗ ପାଇ ମାନସିକ ସୁସ୍ଥତା ଅନୁଭବ କରିବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । କର୍ମକ୍ଷେତ୍ରରେ କିଛି ନୂଆସୁଯୋଗ ଆସିବ । ପରିବହନ ବ୍ୟବସାୟରେ ସମସ୍ୟା ସମାଧାନ ହେବ । ଅନ୍ୟ ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ଫଳରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରେମିକ ପ୍ରେମିକା ମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ଛାତ୍ର ଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେଇ ପରୀକ୍ଷା ପ୍ରତିଯୋଗିତାରେ ବିଜୟୀ ହେବେ । ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପ୍ରତିକାର- ତୁଲସୀ ମୂଳମାଟି ମୁଣ୍ଡରେ ଧାରଣ କରନ୍ତୁ ।

ବିଚ୍ଛା:-ମହିଳା ଓ ପୁରୁଷ ମାନେ ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ତ ସମସ୍ୟାର ସମାଧାନ କରି ପାରିବେ । କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ ଓ ଶୁଭ ସୂଚନା ମଧ୍ୟ ପାଇବେ । ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ଓ ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରୀ କ୍ଷେତ୍ରରେ ଉନ୍ନତି କରି ପାରିବେ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ଉତ୍ତମ ରୋଜଗାର ମିଳିବ । ନୂତନ କର୍ମ ନିଯୁକ୍ତି ପାଇବେ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରେମିକ ପ୍ରେମିକାମାନେ ମନୋରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ ପାରନ୍ତି । ପ୍ରତିକାର- ନାଲିବସ୍ତ୍ର ପରିଧାନ କରନ୍ତୁ । ନତୁବା ନାଲି ରୁମାଲ ଟିଏ ପାଖରେ ରଖନ୍ତୁ ।

ଧନୁ:-ମହିଳା ଓ ପୁରୁଷ ମାନଙ୍କର ସାଧାରଣ ସମସ୍ୟା ଦୂରହୋଇ ଉଚ୍ଚ ଆଶାରେ ଆଗେଇବେ । ବିଦ୍ୟା କ୍ଷେତ୍ରରେ ଉତ୍ସାହ ଉଦ୍ଦିପନା ବୃଦ୍ଧିହୋଇ ବୀଜୟ ପ୍ରାପ୍ତ ହେବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ । କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ବ୍ୟବସାୟ କ୍ଷେତ୍ରରେ ମନ ଲାଗିବା ଦ୍ଵାରା ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । କିନ୍ତୁ କର୍ମକ୍ଷେତ୍ରରେ ବ୍ୟସ୍ତତା ଅନୁଭବ କରି ପାରନ୍ତି । ପ୍ରେମିକ ପ୍ରେମିକାମାନେ ନୂତନ ସ୍ଥାନକୁ ବୁଲିଗଲେ ହଇରାଣ ହରକତ ହେବାକୁ ପଡିପାରେ । ସ୍ୱାସ୍ଥ୍ୟ ହାନୀ ହେବା ସହ ସନ୍ତାନ ମାନଙ୍କ ଭବିଷ୍ୟତ ନେଇ ଚିନ୍ତିତ ରହିବେ । ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କରିବା ସାଙ୍ଗକୁ ପାରିବାରିକ ଦୁଶ୍ଚିନ୍ତାରେ ମାନସିକ ଅଶାନ୍ତି ଦେଖାଦେବ । ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ ।

ମକର:-ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ । ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ । ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁ ନୂତନ ବ୍ୟବସାୟର ଯୋଜନା କରିବେ । କର୍ମକ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ ଓ ମାନସିକ ଶାନ୍ତି ପାଇବେ । ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା, ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରୁ ଶୁଭଫଳ ମିଳିବ । ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ । ପିଲାମାନେ ପରୀକ୍ଷାରେ ସଫଳତା ପ୍ରାପ୍ତ ହେବେ । ପ୍ରେମ ସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟି ହେବ । ଆତ୍ମୀୟ ଲୋକଙ୍କ ସହ ଯୋଗରେ କେତେକ ସମସ୍ୟାର ସମାଧାନ ହେବ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ । ନୂଆ ଚାକିରୀ ମଧ୍ୟ ମିଳିପାରେ । ମିଛଆଶା ଉପରେ ନିର୍ଭର ନକରି ନିଜକୁ ନିୟନ୍ତ୍ରଣ କରିପାରିବେ ।

କୁମ୍ଭ:-ମହିଳା ଓ ପୁରୁଷ ମାନେ ବିରାଟ ଯୋଜନାର ସଂକଳ୍ପ ନେବେ । ଆକସ୍ମିକ ଧନ ଲାଭ ହୋଇ ଜାଗା, ଜମି, ଗୃହ ବାହନ ପାଇଁ ଚୂକ୍ତିପତ୍ର କରି ପାରିବେ । କର୍ମକ୍ଷେତ୍ରରେ ପଦୋନ୍ନତି ସହ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ବେଶ୍ ଦୁଇ ପଇସା ଲାଭ ହେବ । ନୂତନ ଆୟର ପନ୍ଥା ଖୋଲିଯିବ । ଅବିବାହିତ ଯୁବକ-ଯୁବତୀମାନଙ୍କର ବିଭିନ୍ନ ସ୍ଥାନରୁ ପ୍ରସ୍ତାବ ମାନ ଆସିବ । ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା, କ୍ରିଡା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ । ଶାରିରୀକ ସୁସ୍ଥତା ଦେଖା ଦେବ । ଛାତ୍ର-ଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ । ବନ୍ଧୁ ମିତ୍ରମାନେ ସାହାଯ୍ୟ କରିବେ । ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ । ପ୍ରତିକାର- ନୀଳ ରୁମାଲ ଟିଏ ପାଖରେ ରଖନ୍ତୁ ।

ମୀନ:-ମହିଳା ଓ ପୁରୁଷ ମାନେ ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । ପରିବାର ସମସ୍ୟାର ସମାଧାନ ହୋଇଯିବା ଫଳରେ ପ୍ରଶଂସିତ ହେବେ । ବ୍ୟବସାୟ କ୍ଷେତ୍ରରେ ଗ୍ରାହକ ସେବାକୁ ଗ୍ରହଣ କରି ବିଶେଷ ଲାଭବାନ ହେବେ । ଘରୋଇ ସଂସ୍ଥାର କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ ଓ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳତା ଲାଭ କରିବେ । ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ କିଛି ବ୍ୟୟ ହେବ । ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହୋଇପାରେ । ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । ପିଲାମାନଙ୍କ ପାଇଁ ବ୍ୟସ୍ତ ବିବ୍ରତ ହୋଇ ପାରନ୍ତି । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!