ଅପ୍ରେଲ 18 ତାରିଖ ରୁ ମଇ 01 ତାରିଖ ସାପ୍ତାହିକ ରାଶିଫଳ, ଏହି 4ଟି ରାଶିକୁ ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରି ପାରିବେ । ସନ୍ତାନ ମାନଙ୍କ ପରୀକ୍ଷା ପ୍ରତିଯୋଗିତାର ଅଚାନକ ଶୁଭ ଖବର ଶୁଣି ଗୃହରେ ଶାନ୍ତ ବାତାବରଣ ଦେଖା ଦେବ । ବନ୍ଧୁ ବାନ୍ଧବଙ୍କ ଆଗମନରେ ଚିନ୍ତା ଭାବନା ଦୂର ହୋଇଯିବ । ସରକାରୀ କ୍ଷେତ୍ରରେ ସମ୍ପର୍କ ବୃଦ୍ଧି ହେବା ଫଳରେ ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇବେ । ପୈତୃକ ସମ୍ପତ୍ତି ନେଇ ପାରିବାରିକ ଦ୍ଵନ୍ଦର ସମାଧାନ ବାଟ ଫିଟି ଯିବ । ଯେଉଁ କାର୍ଯ୍ୟରେ ହାତ ଦେବେ ଠିକ୍ ନିର୍ଣ୍ଣୟ କରି ପାରିବେ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ଅନେକ ସୂତ୍ରରୁ କିଛି ଧନ ପାଇବାର ଯୋଗ ଅଛି । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ଚାକିରି କ୍ଷେତ୍ରରେ ଉନ୍ନତିର ସୂଚନା ପାଇବେ । ପ୍ରତିକାର-ନାଲି ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସମ୍ମାନର ସହିତ ଦିନଚର୍ଯ୍ୟା କରି ଚଳିବାରେ ବାଧା ଉପୁଜିବ ନାହିଁ । ଜାଗା, ଜମି, ଗୃହ, ବାହନ ଆଦି କ୍ରୟ କରିବାର ସୁଯୋଗ ପାଇବେ । କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ବିଦ୍ୟାର୍ଥିମାନଙ୍କର ମନୋଅନୁକୂଳ ଫଳପ୍ରାପ୍ତି ହେବ । କୋର୍ଟ, କଚେରୀ, ମାଲିମକଦ୍ଦମା, ବାଦବିବାଦରେ ଅତ୍ୟଧିକ ଲାଭ ହେବ । ନୂତନ ବ୍ୟବସାୟର ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ଭୁଲ୍ ବୁଝିଥିବା ଲୋକମାନେ ନିଜର ତ୍ରୁଟି ଜାଣି ପାରିବେ । ବ୍ୟବସାୟରେ ପ୍ରସାର ଫଳରେ ମନ ମୁତାବକ ଲାଭ ପାଇ, ଭବିଷ୍ୟତ ଯୋଜନାରେ ନିବେଶ କରିବେ । ଧନ ଉପାର୍ଜ୍ଜନ କରିବା ପାଇଁ ନୂତନ ଯୋଜନା ପ୍ରସ୍ତୁତ କରି ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆଣି ପାରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । ପାରିବାରିକ କ୍ଷେତ୍ରରେ ସୁସମ୍ପର୍କ ବଜାୟ ରହିବ । ପୁରୁଣା ରୋଗର ଉପଶମ ସହ ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବ । ଛାତ୍ର ଛାତ୍ରୀ ମାନଙ୍କର ବିଦ୍ୟାରେ ଉନ୍ନତି ହେବ ଓ ଉତ୍ସାହ, ଉଦ୍ଦୀପନା ବୃଦ୍ଧି ପାଇବ । ପାରିବାରିକ କ୍ଷେତ୍ରରେ ଉତ୍ତମ ରୋଜଗାର ଯୋଗେ ଶାନ୍ତି ବିରାଜମାନ କରିବ । ତେଜରାତି, ସୁନା, ରୂପା, ଅଳଙ୍କାର ଇତ୍ୟାଦି, ଲୌହ ଜାତୀୟ ଦ୍ରବ୍ୟ କାଷ୍ଠ ଉପକରଣ ଇତ୍ୟାଦି ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀ ମାନେ ବିଶେଷ ଲାଭବାନ ହେବେ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ । ଜନ ସମାଜରେ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବା ସହ ଭାଇ ବନ୍ଧୁ ମିତ୍ରମାନଙ୍କର ସାହାଯ୍ୟ ସହଯୋଗ ପାଇ ସୁଖ ସମୃଦ୍ଧି ବୃଦ୍ଧି ହେବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସରକାରୀ କର୍ମଚରୀମାନେ ନିଜର କର୍ତ୍ତବ୍ୟ ପ୍ରତିପାଦିତ କରିବା ଫଳରେ ପ୍ରଶଂସିତ ହେବେ । ସାମାଜିକ କ୍ଷେତ୍ରରେ ସଫଳତା ପାଇବା ପାଇଁ ଅଧିକ ଧାଁ ଦଉଡ଼ କରିବାକୁ ପଡ଼ିବ । ସନ୍ତାନ ମାନଙ୍କର ଅତ୍ୟନ୍ତ ଶୁଭ ଫଳ ପ୍ରାପ୍ତି ହେବା ସହ ସୁଖ ସମୃଦ୍ଧି ବୃଦ୍ଧି ହେବ । ବନ୍ଧୁ ମିତ୍ର ଓ ପରିବାରଜନଙ୍କ ସହ ପିକ୍ ନିକ୍ ପାଇଁ ଦୂରଯାତ୍ରା କରିବେ । ପରୀକ୍ଷା ପ୍ରତିଯୋଗିତାରେ ସମାଜିକ ସ୍ତରରେ ନିଜର ଖ୍ୟାତି ବୃଦ୍ଧି ପାଇବ । ଚିନ୍ତା କରୁଥିବା କାର୍ଯ୍ୟ ପୂରଣ ହେବା ଫଳରେ ଆନନ୍ଦିତ ହେବେ । କୌଣସି ପ୍ରିୟମିତ୍ରଙ୍କୁ ଦେଇଥିବା କଥା କାର୍ଯ୍ୟରେ ପୂରଣ କରି ବିଶେଷ ଲାଭବାନ୍ ହେବେ । ସରକାରୀ କ୍ଷେତ୍ରରେ ସମ୍ପର୍କ ବୃଦ୍ଧି ହେବା ଫଳରେ ଭବିଷ୍ୟତରେ ଅତ୍ୟନ୍ତ ଲାଭଦାୟକ ହେବ । ଖାଦ୍ୟପେୟ ଓ ଔଷଧ ସେବନ ପ୍ରତି ଧ୍ୟାନ ନ ରଖିଲେ, ବିଶେଷ କ୍ଷତି ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବ୍ୟବସାୟ ସମ୍ବନ୍ଧୀୟ ସମସ୍ୟାରେ ଉତ୍ସାହିତ ହେବେ । ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟ ଯୁକ୍ତ ହୋଇ ନୂତନ କର୍ମ ପ୍ରାପ୍ତିର ସୁଯୋଗ ପାଇ ପାରନ୍ତି । ସାମାଜିକ ପ୍ରତିଷ୍ଠା ବଢ଼ିବା ସହ ସୁଖ ସମୃଦ୍ଧି ବୃଦ୍ଧି ହେବ ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ । ପାରିବାରିକ କ୍ଷେତ୍ରରେ ପୁରୁଣା ସମସ୍ୟାର ସମାଧାନ ହୋଇ ସ୍ଥିତି ସୁଧିରିଯିବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ଦୀର୍ଘଦିନ ଧରି ଲାଗିରହିଥିବା ସମସ୍ୟାର ସମାଧାନ ହୋଇଯିବ ଓ ସହକର୍ମୀ ମାନଙ୍କ ସହିତ ମତଭେଦ ସମାପ୍ତ ହେବ । ବାଦବିବାଦ, ମାଲିମୋକଦ୍ଦମାରେ କୃତକାର୍ଯ୍ୟ ହେବେ । ସମସ୍ତ ଚେଷ୍ଟା ସତ୍ତ୍ୱେ ଜମି, ଜମା ବିବାଦ ମେଣ୍ଟିବ ନାହିଁ । ପୁରାତନ ରୋଗ ନେଇ ଚିନ୍ତିତ ରହିବେ । ହାତ ପାହାନ୍ତାରେ ଥିବା ଧନ ଅଟକି ଯିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସନ୍ତାନର ଶୁଭ ଖବର ଶୁଣି ଖୁସି ହେବେ । ସାମାଜିକ କ୍ଷେତ୍ରରେ ଗଠନ ମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ । କେତେକ ସମସ୍ୟା ସହଜ ସରଳରେ ସମାଧାନ ହୋଇଯିବା ଫଳରେ ମନ ଶାନ୍ତି ହେବ । ନୂତନ ବ୍ୟବସାୟ ଆରମ୍ଭ, ବ୍ୟବସାୟ ବିସ୍ତାର କଲେ ଆଶାତିତ ଲାଭବାନ୍ ହେବେ । ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ । ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ବହୁତ ଦିନରୁ ବାକି ରହିଥିବା ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରି ପାରିବେ । ଦୃଢ଼ ଆତ୍ମବିଶ୍ୱାସ ଦ୍ୱାରା ସମସ୍ତ ବାଧାବିଘ୍ନକୁ ଅତିକ୍ରମକରି ଆଗକୁବଢ଼ିବାର ଯୋଜନା ସଫଳ ହେବ । ପାଖପଡୋଶୀ ପରିବାରରେ ଶାନ୍ତି ଭଙ୍ଗ କରିବାକୁ ପ୍ରୟାସ କରିବେ । ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଶୁଭ ସମାଚାର ଶୁଣି ଆନନ୍ଦିତ ହେବେ । ସମସ୍ତ ଦୁଃଶ୍ଚିନ୍ତା ଦୂର ହେବ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । ଚାଲୁଥିବା କାର୍ଯ୍ୟରେ ବାଧା ଉପୁଜିବ ନାହିଁ । ବରିଷ୍ଠ ଅଧିକାରୀଙ୍କ ସହ ଦୂର ଯାତ୍ରା କରିବାକୁ ପଡ଼ିପାରେ । ରାଜନୀତି କ୍ଷେତ୍ରରେ ନିଜର କାର୍ଯ୍ୟ ପୂରଣ କରିବା ପାଇଁ ବାହାର ଲୋକଙ୍କ ସହଯୋଗ ମିଳିବ ଓ ଶତ୍ରୁ ବିରୋଧିମାନେ କ୍ଷତି କରିବାକୁ ଚେଷ୍ଟା କରି ବିଫଳ ହେବେ । ସେବା ସମ୍ବନ୍ଧିୟ କାର୍ଯ୍ୟରେ ପ୍ରଶଂସିତ ହେବେ । ଧର୍ମାନୁଷ୍ଠାନରେ ଯୋଗ ଦେଇ ସମ୍ମାନ ପାଇବେ । ଅଧ୍ୟୟନ, ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ । ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ବିଚ୍ଛା:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ । ବିଦ୍ୟାରେ ଉନ୍ନତି ଘଟିବା ସହ ଭ୍ରାତୃ ବିବାଦ, ପଡ଼ୋଶୀ କଳହର ସମାଧାନ ହେବ । ଦୂରଯାତ୍ରାର ସୁଯୋଗ ପାଇବେ । ପୁରାତନ ରୋଗର ପ୍ରକୋପ ହ୍ରାସ ପାଇବ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ପ୍ରସିଦ୍ଧି, ମାନସମ୍ମାନ ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ । ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ କରି ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବେ । ହାତ ପାହାନ୍ତାରେ ଥିବା ସୁଯୋଗ ଆପେ ଆପେ ଆସିଯିବ । ପ୍ରତିଯୋଗିତା ପରୀକ୍ଷାରେ କୃତକାର୍ଯ୍ୟ ହେବେ । କର୍ମକ୍ଷେତ୍ରରେ ଯୋଗାଯୋଗ କଲେ ଆଶା କରୁଥିବା ସ୍ଥାନକୁ ସ୍ଥାନାନ୍ତରଣ ହେବେ ଏବଂ ନୂତନକର୍ମ ମଧ୍ୟ ପ୍ରାପ୍ତି ହୋଇ ପାରେ । ସମୟ ପ୍ରାୟତଃ ଅନୁକୂଳ ରହିବା ଫଳରେ ଆଶାତୀତ ଲାଭ ପାଇବାର ରାସ୍ତା ପରିସ୍କାର ହୋଇଯିବ । ପ୍ରତିକାର:- କଦଳୀଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ ।

ଧନୁ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ପ୍ରଚୁର ଲାଭବାନ ହେବେ । ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବା ସହ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀମାନଙ୍କ ସହିତ ମତଭେଦ ସମାପ୍ତ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଆତ୍ମୀୟ ଶତ୍ରୁତା, ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟା ଓ ଗୃହ, ଜମି କିମ୍ବା ପାରିବାରିକ ସମସ୍ୟାର ସମାଧାନରେ ସଫଳତା ଅର୍ଜନ କରିବେ । କର୍ମକ୍ଷେତ୍ରରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ । ପୂର୍ବରୁ ଲାଗିରହିଥିବା ଅଫିସରେ ଟେନସନ୍ ଦୂର ହୋଇ ସୁସମ୍ବାଦ ପ୍ରାପ୍ତି ହେବ । ବ୍ୟବସାୟ ପାଇଁ ଯୋଗାଯୋଗ କରିଥିବା କ୍ଷେତ୍ରରୁ ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ କୌଣସି ଜରୁରୀ କାର୍ଯ୍ୟକୁ ମନୋଯୋଗ ଦେଇ ପୂର୍ଣ୍ଣକରିବେ । ସାମାଜିକ ସ୍ତରରେ ଖ୍ୟାତି ଅର୍ଜନ କରିବା ସହ ଆତ୍ମବିଶ୍ୱାସ ବୃଦ୍ଧି ପାଇ ଆୟରସ୍ରୋତ ଖୋଲିଯିବ । କାର୍ଯ୍ୟ କ୍ଷେତ୍ରରେ ସଫଳତା ପାଇବେ ତଥା ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ରାଜନୀତି କ୍ଷେତ୍ରରେ ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବା ଫଳରେ ମାନସମ୍ମାନ ବୃଦ୍ଧିହେବ । ଛାତ୍ର ଛାତ୍ରୀମାନଙ୍କର ନିଜର ଆତ୍ମନିରୀକ୍ଷଣ, ମନୋବୈଜ୍ଞାନିକ ତଥ୍ୟ, ଅନ୍ୱେଷଣ, ଅନ୍ତର୍ଦୃଷ୍ଟି ଏବଂ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତହେବ । କ୍ୟାରିଅର କ୍ଷେତ୍ରରେ ପରିବର୍ତ୍ତନ ଆସିବ । ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ସହିତ ମତଭେଦ ସମାପ୍ତ ହେବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ପ୍ରତିକାର- ନୀଳ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।

କୁମ୍ଭ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଅବହେଳିତ ଲୋକଙ୍କସହ ମିଳାମିଶା କରି ନୂତନ ଦିଗ୍ଦର୍ଶନ ପାଇ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ପରିବାର ସମସ୍ୟାର ସମାଧାନ ହୋଇଯିବା ଫଳରେ ପାରିବାରିକ ଜୀବନ ସୁଖମୟ ହେବ । ପ୍ରତିଯୋଗିତା ପରୀକ୍ଷାରେ କୃତକାର୍ଯ୍ୟ ହୋଇ ପଦୋନ୍ନତି ବା ନୂତନ କର୍ମପ୍ରାପ୍ତି ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟିକ ଗତିବିଧି ଠିକ୍ ରହିବା ଫଳରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ । କର୍ମ କ୍ଷେତ୍ରରେ ସୁସ୍ଥ ବାତାବରଣ ଜାରି ରହିବା ଫଳରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନ ମୂଳକ ଦିଗପ୍ରତି ଆଗ୍ରହୀ ହେବେ । ଆର୍ଥୀକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବା ସହ ପ୍ରଚୁର ଲାଭ ହେବ । ସରକାରୀ କର୍ମଚାରୀଙ୍କ ପାଇଁ ବହୁତ ଭଲ ଓ ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ । ଦୂରଯାତ୍ରାର ସୁଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ । ଶିକ୍ଷା କିମ୍ବା ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରିବେ । ଖାଦ୍ୟପେୟର ଅନିୟମିତତା ସ୍ଵାସ୍ଥ୍ୟହାନିର କାରଣ ହୋଇପାରେ । ଧାର୍ମିକ କାର୍ଯ୍ୟରେ କୌଣସି ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ ନକଲେ କ୍ଷତିରେ ପଡିବେ । ପ୍ରତିକାର:- କଦଳୀଗଛ ମୂଳରେ ହଳଦୀପାଣି ଢାଳନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!