ଅଗଷ୍ଟ 01 ତାରିଖରୁ ଅଗଷ୍ଟ 07 ତାରିଖ ସାପ୍ତାହିକ ରାଶିଫଳ, ଏହି 4ଟି ରାଶିକୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବ୍ୟବସାୟରେ ଧନଲାଭ କରିବାର ସୁଯୋଗ ପାଇବେ। ଅଚାନକ ଧନ ପ୍ରାପ୍ତି ହେବା ଫଳରେ ଆର୍ଥିକ ଉନ୍ନତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ। କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ। ନୂତନକର୍ମ ସଂସ୍ଥାନରେ ନିଯୁକ୍ତି ପାଇବାର ଯୋଗ ରହିଛି। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଶିକ୍ଷା କ୍ଷେତ୍ରରେ କରିଥିବା ଶ୍ରମ ଅବଶ୍ୟ ଶୁଭଫଳ ଦେବ। ପାରିବାରିକ ଜୀବନରେ ଶାନ୍ତି, ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ। ବନ୍ଧୁବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପାଇ ଅନେକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ଦୂରଯାତ୍ରାରେ କଷ୍ଟ ଅନୁଭବ କରିବେ। ଏକାଧିକ କାମରେ ହାତ ଦେଇ ଭଲବଦଳରେ ମନ୍ଦସୃଷ୍ଟି ହେବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ପ୍ରକୃତିର ବିଚିତ୍ର ସିଦ୍ଧାନ୍ତ ଫଳରେ ଦୀର୍ଘଦିନର କଷ୍ଟ ଦୂର ହୋଇ ସୁଖର ସ୍ୱପ୍ନ ଦେଖି ପାରିବେ। ଛାତ୍ର ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳ ହେବା ସହ କ୍ରୀଡ଼ା, କଳା, ସାହିତ୍ୟ କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ। କର୍ମଚାରୀମାନେ କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ଓ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ। ସହଜ ସରଳରେ କର୍ମ ନିଯୁକ୍ତି ପାଇବେ। ପ୍ରେମିକ ପ୍ରେମିକାମାନଙ୍କର ପୂର୍ବରୁ ଥିବା ସମସ୍ୟା ଗୁଡ଼ିକ ଧିରେ ଧିରେ ସମାଧାନ ହେବ। ବ୍ୟବସାୟରେ ଆଶାତୀତ ଲାଭ ପାଇ ଆର୍ଥିକ ଉନ୍ନତି ଦେଖାଦେବ। ରାଜନୀତି, ବିଜ୍ଞାନ, ବୈଷୟିକ ବିଦ୍ୟା, ଜ୍ୟୋତିଷ, ଦର୍ଶନ, ଅଧ୍ୟାପକ, ଓକିଲ, ପୋଲିସ, ଚିକିତ୍ସକମାନଙ୍କର ବିଶେଷ ଉନ୍ନତି ହେବ। ନେଇଥିବା ଲୋକ କିମ୍ବା ଦେଉନଥିବା ଲୋକ ଏବଂ ସାହାଯ୍ୟ କରିଥିବା ଲୋକଠାରୁ ସମସ୍ତ ଅର୍ଥପ୍ରାପ୍ତି ହୋଇଯିବ। ପ୍ରତିକାର- ଶ୍ଵେତ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବା ସହ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ସରକାରୀ କର୍ମଚାରୀମାନେ କାର୍ଯ୍ୟ କ୍ଷେତ୍ରରେ ସଫଳତା ଲାଭ କରିବା ସହ ପଦୋନ୍ନତି ପାଇବେ ଓ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରି ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋାଗ ଆସିବ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ପ୍ରେମିକ ପ୍ରେମିକାମାନେ ପ୍ରେମ ସମ୍ବନ୍ଧୀୟ କ୍ଷେତ୍ରରେ ସଫଳ ହେବେ। କୃଷି କ୍ଷେତ୍ରରେ ସଫଳତା ଦେଖାଦେବ। ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ବ୍ୟବସାୟରେ ଉନ୍ନତି ହେବା ସହ ପ୍ରବଳ ଲାଭ ପାଇବେ। ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବ ନାହିଁ। ଅବିବାହିତ ଯୁବକ-ଯୁବତୀମାନଙ୍କର ବିଭିନ୍ନ ସ୍ଥାନରୁ ପ୍ରସ୍ତାବ ମାନ ଆସିବ। ପ୍ରତିକାର:- ଅଶ୍ୱସ୍ଥବୃକ୍ଷ ମୂଳରେ ଗୁଡପଣା ଢାଳନ୍ତୁ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକ ଉନ୍ନତିହେବା ସହ ଯେ କୌଣସି କାର୍ଯ୍ୟରେ ହାତ ଦେବେ ସେଥିରେ ସଫଳ ହେବେ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସମ୍ମାନିତ ହେବେ। କର୍ମ ସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଆୟରେ ବୃଦ୍ଧି ହେବ ଓ ସରକାରଙ୍କ ଠାରୁ ସମ୍ମାନ ପାଇବାର ସମ୍ଭାବନା ମଧ୍ୟ ଅଛି। ବିଦ୍ୟାରେ ଉନ୍ନତି, କୃଷିରେ ଉନ୍ନତି, ରାଜନୀତିରେ ଉନ୍ନତି ହେବ। ଶରୀର ସୁସ୍ଥ ରହିବା ସହ କ୍ରିଡା, ଦୂରଯାତ୍ରା ସବୁଥିରେ ସଫଳତା ମିଳିବ। ଘରୋଇ ସମସ୍ୟାର ସମାଧାନ ହେବା ଫଳରେ ମଝିରେ ମଝିରେ ଆର୍ଥିକ ଅନାଟନ ଦେଖା ଦେଲେବି ପରିବାରରେ ଶାନ୍ତି ଦେଖା ଦେବ। ଯୁବକ ଯୁବତୀମାନଙ୍କର ବିଭିନ୍ନ ସ୍ଥାନରୁ ପ୍ରସ୍ତାବ ମାନ ଆସିବ। ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ପ୍ରତିକାର- ବାଶିରୁଟି କୁକୁରକୁ ଖାଇବାକୁ ଦିଅନ୍ତୁ।

ସିଂହ:-ଏ ସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର କର୍ମକ୍ଷେତ୍ରରେ ଦକ୍ଷତା ପ୍ରତିଭା ପ୍ରଦର୍ଶନ ଜନିତ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବା ସହ ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ। ସତ୍ୟବାଦୀ, ଶାନ୍ତିପ୍ରିୟ, ଧୈର୍ଯ୍ୟଶିଳ, ଭଦ୍ର ବ୍ୟକ୍ତିଭାବେ ପ୍ରଶଂସା ପାଇବେ। ପୁରାତନ ରୋଗର ଉପଶମ ହୋଇ ଶାରିରୀକ ସୁସ୍ଥତା ଦେଖା ଦେବ। ନୂତନ କର୍ମ ନିଯୁକ୍ତିରେ ସଫଳ ହେବେ। କୌଶଳପୂର୍ଣ୍ଣ କାର୍ଯ୍ୟଶୈଳୀ ଓ ବିବେକାନୁମୋଦିତ ଚିନ୍ତାଧାରା ସାଙ୍ଗକୁ ଦୃଢ଼ ପଦକ୍ଷେପ ନେଇ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ। କୋର୍ଟକଚେରୀ ମାମଲା ଆପଣଙ୍କ ସପକ୍ଷରେ ରହିବ। ଶତ୍ରୁ ନାଶ ଯୋଗେ ନିରୁପଦ୍ରବ ଜୀବନଚର୍ଯ୍ୟାର ଅଧିକାରୀ ହେବେ। ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇ ପାରନ୍ତି। ବ୍ୟବସାୟୀ ମାନଙ୍କ ଆର୍ଥିକସ୍ଥିତି ହଠାତ୍ ବଦଳି ଯିବା ଫଳରେ ଖୁସି ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ନୂତନକର୍ମ ନିଯୁକ୍ତିରେ ସଫଳ ହେବେ। ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଫଳ ପାଇବେ। ନେଇଥିବା ଲୋକ କିମ୍ବା ଦେଉନଥିବା ଲୋକ ଏବଂ ସାହାଯ୍ୟ କରିଥିବା ଲୋକଠାରୁ ସମସ୍ତ ଅର୍ଥପ୍ରାପ୍ତି ହୋଇଯିବ। ନୂତନ ବ୍ୟବସାୟ ଆରମ୍ଭ ପାଇଁ ଅତ୍ୟନ୍ତ ଉତ୍ତମ ସମୟ। ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ। ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଛାତ୍ର ଛାତ୍ରୀମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହୀ ହେବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତିର ବାତାବରଣ ଦେଖାଦେଇ ପାରେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଅକସ୍ମାତ ଧନଲାଭ ହେବ। ଉଚ୍ଚଶିକ୍ଷା ପାଇଁ ଓ କର୍ମୋନ୍ନତି ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇବେ। ପାରିବାରିକ ଜୀବନ ଶାନ୍ତିପୂର୍ଣ୍ଣ ହେବ। ବ୍ୟବସାୟରେ ଆଶାତୀତ ଲାଭ ମିଳିବା ସହ ଆର୍ଥିକ ସ୍ଥିତିରେ ବୃଦ୍ଧିହେବ। ପ୍ରତିଯୋଗିତାରେ ପ୍ରଶାସନ ସେବା ସଂବନ୍ଧିତ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପାଇଁ ଅତ୍ୟନ୍ତ ଶୁଭସମୟ। ଯଶ-ମାନ-ପ୍ରତିଷ୍ଠା ବୃଦ୍ଧି ପାଇବ। ଜୀବନସାଥିଙ୍କ ସହଯୋଗ ପାଇ ଗୃହସ୍ଥ ଜୀବନରେ ଭରପୂର ସୁଖପ୍ରାପ୍ତି ହେବ। ରାଜନୀତି, ବିଜ୍ଞାନ, ବୈଷୟିକ ବିଦ୍ୟା, ଜ୍ୟୋତିଷ, ଦର୍ଶନ, ଅଧ୍ୟାପକ, ଓକିଲ, ପୋଲିସ, ଚିକିତ୍ସକ ମାନଙ୍କର ବିଶେଷ ଉନ୍ନତି ହେବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ଭ୍ରମଣକାଳରେ କ୍ଲେଶ, ସହକର୍ମୀଙ୍କ ସହ ବିବାଦ ଦେଖା ଦେଇପାରେ। ଆୟ ତୁଳନାରେ ବ୍ୟୟ ମଧ୍ୟ ସମାନ ରହିବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସମସ୍ତ ସମସ୍ୟା ଅପସରି ଯିବ। ସନ୍ତାଠାରୁ ସୁଖପ୍ରାପ୍ତି ହେବ। ପ୍ରତିଯୋଗୀ ପରୀକ୍ଷାରେ ପ୍ରଶାସନିକ ସେବାପାଇଁ କରିଥିବା ଶ୍ରମ ଅବଶ୍ୟ ଶୁଭଫଳ ଦେବ। ପରାକ୍ରମ ପ୍ରତିଷ୍ଠା ମାନ ବୃଦ୍ଧି ହେବ। ଏହି ସମୟରେ ବ୍ୟବସାୟୀମାନେ ବ୍ୟବସାୟକୁ ବିସ୍ତାରିତ କରିବାପାଇଁ ସକ୍ଷମ ହେବେ ଏବଂ ସଂପତ୍ତି କ୍ରୟ କରିବାପାଇଁ ଅତ୍ୟନ୍ତ ଶୁଭ ସମୟ। ରାଜନିତୀ କ୍ଷେତ୍ରରେ ସଫଳତା ସହ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ତୁଲାଇବେ। ଶତୃମାନେ ତଳମୁହାଁ ହେବେ। ମାଲିମକଦ୍ଦମାରେ ବିଜୟଲାଭ ହେବ। ବିଶେଷ କରି ବିଦ୍ୟାର୍ଥୀମାନଙ୍କ ପାଇଁ ଏହା ଏକ ସୁବର୍ଣ୍ଣ ସୁଯୋଗ। ଦୂରେଇ ଯାଇଥିବା ଅତ୍ୟନ୍ତ ପ୍ରିୟ ଲୋକମାନେ କାର୍ଯ୍ୟ କଲାପରେ ସନ୍ତୁଷ୍ଟ ହୋଇ ନିକଟତର ହୋଇପାରନ୍ତି। କୌଣସି ନୂତନ କାର୍ଯ୍ୟ କରିବା ଠିକ୍ ନୁହେଁ। ତେଣୁ ଧୈର୍ଯ୍ୟର ସହ ଅପେକ୍ଷା କରିବାକୁ ପଡ଼ିବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶରୀର ସୁସ୍ଥ ରହିବ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ବ୍ୟବସାୟରେ ଦୂରଯାତ୍ରାର ସୁଯୋଗ ପାଇବେ ଓ ଆୟ ଉପାର୍ଜନ ବୃଦ୍ଧିହୋଇ ଆଶାତୀତ ଲାଭମିଳିବ। ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଯୋଗେ ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସମ୍ପର୍କର ମଧୁର ସ୍ୱାଦ ପାଇପାରନ୍ତି। କେତେକ କ୍ଷେତ୍ରରେ ପରିବର୍ତ୍ତନ ଆସିବା ଫଳରେ ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସମ୍ମାନଜନକ ପରିବେଶ ରହିବ। ରାଜନେତାମାନେ ଗୁପ୍ତଶତୃଙ୍କ ଚକ୍ରାନ୍ତରେ ପଡ଼ିଲେ ମଧ୍ୟ ନିଜର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସନ୍ତାନଙ୍କ ସହଯୋଗ ପାଇ ଗୃହସ୍ଥଜୀବନରେ ଭରପୂର ସୁଖପ୍ରାପ୍ତି ହେବ। ବିଦ୍ୟାର୍ଥୀମାନଙ୍କ ପାଇଁ ସମୟ ବିଶେଷ ଅନୁକୂଳ ହେଉ ଥିବାରୁ ଉଚ୍ଚଶିକ୍ଷାର ସୁବିଧା ସୁଯୋଗ ପାଇବେ। ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ ବ୍ୟାଙ୍କବାଲାନ୍ସ ବୃଦ୍ଧି ପାଇବ। ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ ଓ ପ୍ରସାର ପ୍ରଚାର କରିବାର ସୁଯୋଗ ପାଇ ଖୁସି ହେବେ। କର୍ମନିଯୁକ୍ତି କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂରଣ ହୋଇପାରେ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। ବାଦବିବାଦ ଓ ମାଲିମକଦ୍ଦମାର ଅବସାନ ହେବ। ପରିବାରରେ ମନୋମାଳିନ୍ୟ ମେଣ୍ଟିଯିବ। ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ଵସ୍ତି ଅନୁଭବ କରିବେ। ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଦେଖାଦେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଅକସ୍ମାତ ଧନଲାଭ ହେବ। ଶିକ୍ଷା ବିଭାଗ କର୍ମଚାରୀ, ରାଜ୍ୟପାଳ ଭବନ କର୍ମଚାରୀ, ଓକିଲସଂଘ, ସାର୍ବଜନିନ ନିର୍ମାଣ ବିଭାଗର କର୍ମଚାରୀ, ଜଳବଣ୍ଟନ ବିଭାଗ କର୍ମଚାରୀ ଚିକିତ୍ସା ବିଭାଗ କର୍ମଚାରୀ ମାନଙ୍କର କର୍ମକ୍ଷେତ୍ରରେ ଉନ୍ନତି ସହ ଲାଭବାନ୍ ହେବେ। କର୍ମପାଇଁ ଅପେକ୍ଷା କରିଥିବା ଯୁବକ ଓ ଯୁବତୀମାନେ ଉପଯୁକ୍ତ ବିଭାଗରେ କର୍ମ ନିଯୁକ୍ତି ପାଇ ପାରନ୍ତି। ଗୃହପାଳିତ ପଶୁଙ୍କ ଦ୍ୱାରା ବିଶେଷ ଲାଭନ୍ୱିତ ହେବେ। ବ୍ୟାଙ୍କ ଋଣ ଆବଶ୍ୟକ ଥିଲେ ଅତି ସହଜରେ ପାଇପାରିବେ ଏବଂ ପୂର୍ବଋଣ ସହଜରେ ପରିଶୋଧ କରିପାରିବେ। ଦୀର୍ଘଦିନପରେ ଆପଣଙ୍କ ଜୀବନରେ ଅଧିକ ସୁଖ ଓ ସମୃଦ୍ଧିର ସମୟ ଉପସ୍ଥିତ ହୋଇଛି। ନୂତନ ସଂପତ୍ତି କ୍ରୟ ବିକ୍ରୟ କରିବାର ଉପଯୁକ୍ତ ସମୟ। ବାଣିଜ୍ୟ, ବ୍ୟବସାୟ ନବିନିକରଣ, ଦୋକାନ, ଅଫିସ, ବାସଗୃହ ଆଦି ସାଜସଜ୍ଜା କରିପାରନ୍ତି। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମୀନ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶତୃମାନେ ମିତ୍ରଭାବ ଆଚରଣ କରିବେ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବେ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷାପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳହେବେ। ଆର୍ଥିକ କ୍ଷେତ୍ରରେ ଉନ୍ନତି ଘଟି ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ। ନୂତନ ବ୍ୟବସାୟ ଆରମ୍ଭ କଲେ ଲାଭ ହେବ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ଅର୍ଜନ କରିବେ। ଋଣ ଭରଣାରେ ସହଜ ହେବ। ସ୍ୱାସ୍ଥ୍ୟ ଦିଗରୁ ମଧ୍ୟମ ଫଳ ପ୍ରାପ୍ତି ହୋଇ ପାରେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ ପ୍ରଶଂସା ପାଇବେ। ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!