ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକ ଉନ୍ନତି ଦେଖାଦେବା ସହ ଯେ କୌଣସି କାର୍ଯ୍ୟରେ ହାତ ଦେବେ ସେଥିରେ ସଫଳ ହେବେ । ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବା ଫଳରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ ସମ୍ପନ୍ଧୀୟ କ୍ଷେତ୍ରରେ ସଫଳ ହେବେ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ଦୂର ଯାତ୍ରାରେ ସଫଳତା ପ୍ରାପ୍ତିହେବ । ପାରିବାରିକ କ୍ଷେତ୍ରରେ ପରିବର୍ତ୍ତନ ଆସିବା ଫଳରେ ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଦେଖାଦେବ । ପ୍ରତିକାର- ନାଲିବସ୍ତ୍ର ପରିଧାନ କରନ୍ତୁ । ନତୁବା ନାଲି ରୁମାଲ ଟିଏ ପାଖରେ ରଖନ୍ତୁ ।
ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବ୍ୟବସାୟରେ ପ୍ରଚୂର ଲାଭ ହେବା ଫଳରେ ଆର୍ଥିକ ସ୍ଥିତିରେ ଉନ୍ନତି ହେବା ସହ ଶତୃ, ରୋଗ, ଋଣରୁ ମୁକ୍ତି ପାଇବେ । ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । କର୍ମ ସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ । ଯେ କୌଣସି କାମରେ ହାତ ଦେଲେ ସଫଳତା ପାଇବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବା ସହ ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ ଓ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ଜାଗା, ଜମି, ଗୃହପୋକରଣ କ୍ରୟ କରିବେ । ଆୟ ଉପାର୍ଜନରେ ବାଧା ନାହିଁ । ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ପାଇବେ ଓ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ । କ୍ରୀଡ଼ା, ବାଣିଜ୍ୟ, କଳା, ସଂସ୍କୃତି କ୍ଷେତ୍ରରେ ପ୍ରଶଂସିତ ହେବେ । ଯୁବକ-ଯୁବତୀମାନେ ପ୍ରେମ ସମ୍ପନ୍ଧୀୟ କ୍ଷେତ୍ରରେ ସଫଳ ହେବେ । ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।
ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆୟ ବ୍ୟୟ ପ୍ରାୟତଃ ସମାନ ରହିବ । ବିଦ୍ୟୁତ ବିଭାଗ, ପ୍ରଶାସନ ବିଭାଗ, ବିଚାର ବିଭାଗ, ଡାକ ଓ ତାର ବିଭାଗ, ବୈଜ୍ଞାନିକ, ନୃତ୍ୟ ଓ ସଙ୍ଗୀତବିଭାଗ, ସମାଚାର ପତ୍ର ବିଭାଗରେ କର୍ମରତ ଥିଲେ ବିଶେଷ ଲାଭବାନ୍ ହେବେ । ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ । ଦୂର ସ୍ଥାନକୁ ଯାତ୍ରା କରିବେ । ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ଭୋଗବିଳାସରେ ଦିନ କାଟିବା ପାଇଁ ଆଗ୍ରହୀ ହେବେ । ନିଜର ଆତ୍ମନିରୀକ୍ଷଣ, ମନୋବୈଜ୍ଞାନିକତଥ୍ୟ, ଅନ୍ୱେଷଣ, ଅନ୍ତର୍ଦୃଷ୍ଟି ଏବଂ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତ ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ମାନସମ୍ମାନ ବୃଦ୍ଧିହେବ । କରଜରମାତ୍ରା ହ୍ରାସ ପାଇବ । କ୍ଳାନ୍ତି ଓ ଅବସନ୍ନତା ଜନିତ ଆଳସ୍ୟଭାବ ଦେଖାଦେଲେବି ସେପରି ବିଶେଷ ରୋଗର ଲକ୍ଷଣ ଦେଖା ଦେବ ନାହିଁ । ପ୍ରତିକାର- ପ୍ରତ୍ୟେକ ଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆଇନ, ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ଜାଗାଜମି ଗୃହବାହନ କ୍ରୟ କରିବାପାଇଁ ଯୋଗାଯୋଗ କରି ପାରନ୍ତି । ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନସ୍ଥିତିଅଟଳ ରଖି ପାରିବେ । କୃଷିଜୀବିମାନେ ଓ କୃଷିଜାତଦ୍ରବ୍ୟ ବ୍ୟବସାୟିମାନେ କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ ସୁଖରେ ଦିନ ବିତାଇବେ । ନୂତନ କର୍ମ ନିଯୁକ୍ତିର ସୁବିଧା ସୁଯୋଗ ପାଇ ଖୁସି ହେବେ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ । ପାରିବାରିକ ଜୀବନ ସୁଖରେ କଟିବ । ଦୂରଯାତ୍ରାରେ ସଫଳତା ମିଳିବ । କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ । ସ୍ଥାନାନ୍ତର ହେବାକୁ ଚାହୁଁଥିଲେ, ଚେଷ୍ଟାକଲେ ଉତ୍ତମ ସ୍ଥାନରେ ଅବସ୍ଥାପିତ ହେବେ । ପ୍ରତିକାର:- ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ସିଂହ:-ଏ ସପ୍ତାହରେ ମହିଳା ଓ ପୁରୁଷ ମାନେ ସର୍ବାଧିକ ଭାଗ୍ୟଶାଳୀ ହେବେ । ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ । ମାଲିମକଦ୍ଦମାରେ ବିଜୟଲାଭ ହେବ । ଶତୃମାନେ ତଳମୁହାଁ ହେବେ । ବିଶେଷ କରି ବିଦ୍ୟାର୍ଥୀମାନଙ୍କ ପାଇଁ ଏହା ଏକ ସୁବର୍ଣ୍ଣ ସୁଯୋଗ । ପ୍ରତିଯୋଗୀ ପରୀକ୍ଷାରେ ପ୍ରଶାସନିକ ସେବାପାଇଁ କରିଥିବା ଶ୍ରମ ଅବଶ୍ୟ ଶୁଭଫଳ ଦେବ । ପରାକ୍ରମ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ପାଇବ । କର୍ମଚାରୀମାନେ ପ୍ରମୋଶନ ପାଇ ଖୁସି ହେବେ ଏବଂ ଧନଲାଭ କରିବାର ସୁଯୋଗ ପାଇବେ । ରାଜନିତୀ କ୍ଷେତ୍ରରେ ସଫଳତା ସହ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ତୁଲାଇବେ । ପ୍ରକାଶନ ବାଣିଜ୍ୟ, କୃଷିବ୍ୟବସାୟରେ ଆଶାତୀତ ଲାଭ ପାଇବେ । ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ । ପ୍ରେମକ୍ଷେତ୍ରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।
କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି, ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ସନ୍ତାନ ଓ ଜୀବନସାଥିଙ୍କ ସହଯୋଗ ପାଇ ଗୃହସ୍ଥ ଜୀବନରେ ଭରପୂର ସୁଖପ୍ରାପ୍ତି ହେବ । ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇବେ । ପୂର୍ବରୁ ଥିବା ପାରିବାରିକ ସମସ୍ୟା ଗୁଡ଼ିକ ଧିରେ ଧିରେ ସମାଧାନ ହୋଇ ଶାନ୍ତି ଶୃଙ୍ଖଳା ସହ ସୁଖ ସମୃଦ୍ଧି ବୃଦ୍ଧି ହେବ । କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ବହୁ ସୁବିଧା ସୁଯୋଗ ପାଇବେ । କର୍ମ ନିଯୁକ୍ତି କ୍ଷେତ୍ରରେ ମଧ୍ୟ ସଫଳ ହେବେ । ଦୂର ସ୍ଥାନକୁ ଯାତ୍ରା କରିବେ କରଜରମାତ୍ରା ହ୍ରାସ ପାଇବ । ନିଜର ଆତ୍ମନିରୀକ୍ଷଣ, ମନୋବୈଜ୍ଞାନିକତଥ୍ୟ, ଅନ୍ୱେଷଣ, ଅନ୍ତର୍ଦୃଷ୍ଟି ଏବଂ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତହେବ । ବୃତ୍ତିଗତ ଦୃଷ୍ଟିରୁ ଅତ୍ୟନ୍ତ ଶୁଭ । ପ୍ରତିକାର- ସବୁଜ ରଙ୍ଗର ବସ୍ତ୍ର ପରିଧାନ କରନ୍ତୁ । ନତୁବା ସବୁଜ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।
ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବ୍ୟବସାୟରେ ବାଧା ଉପୁଜିଲେ ମଧ୍ୟ ଲାଭର ମାର୍ଗ ପ୍ରଶସ୍ଥ ହେବ । ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସଫଳତା ଲାଭ କରି କର୍ମକ୍ଷେତ୍ରରେ ମାନସମ୍ମାନ ପାଇବେ । ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ । ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ମିଛଆଶା ଉପରେ ନିର୍ଭର ନକରି ନିଜକୁ ନିୟନ୍ତ୍ରଣ କରିପାରିବେ । ପରିବାରକୁ ସଜାଡ଼ି ନେବା ଫଳରେ ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ମିଳିବା ସହ ଆର୍ଥିକଚିନ୍ତା ଦୂର ହୋଇଯିବ । ଦୂର ସମ୍ପର୍କୀୟ ବନ୍ଧୁଙ୍କ ଠାରୁ ସାହାଯ୍ୟ ସହଯୋଗ ମିଳିବା ଫଳରେ ନିରାଶା ଭାବ ଦୂର ହୋଇ ମନର ସ୍ଥିତି ସାମାନ୍ୟ ବଦଳିଯିବ । ଦୂରଯାତ୍ରା କରିବା ଫଳରେ ଆଶା ଆକାଂକ୍ଷା ପୂରଣ ହେବା ସହ ଆତ୍ମବିଶ୍ୱାସ ବଢ଼ିବ । ଋଣରୁ ମୁକ୍ତି ମିଳିବ । ଖାଇବା ପିଇବାରେ ସତର୍କ ନରହିଲେ ଉଦରପୀଡ଼ା ଭୋଗି ପାରନ୍ତି । ପ୍ରତିକାର- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ । ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରି ପାରିବେ । ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହି କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ପାରିବାରିକ ଅଶାନ୍ତି ଦୂରେଇ ଯାଇ ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । କର୍ମ କ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ପ୍ରେମିକ ପ୍ରେମିକା ମାନଙ୍କର ମାନସିକ ଦୁଶ୍ଚିନ୍ତା ଦୂର ହୋଇ ପ୍ରେମ କ୍ଷେତ୍ରରେ ଶାନ୍ତି ମିଳିବ । ବ୍ୟବସାୟରେ ଦୂରଯାତ୍ରାର ସୁଯୋଗ ପାଇବେ ଓ ଆଶାତୀତ ଲାଭ ମିଳିବ । ଆୟ ଉପାର୍ଜନରେ ବାଧାନାହିଁ । ରାଜନୈତିକ କ୍ଷେତ୍ରରେ ବନ୍ଧୁମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । ପ୍ରତିକାର:- ପ୍ରତ୍ୟେକଦିନ ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।
ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଯଶ, ମାନ ପ୍ରତିଷ୍ଠା ବୃଦ୍ଧି ହେବ । ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହକର୍ମୀମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇ ଉତ୍ତମ ରୋଜଗାର କରି ପାରିବେ । ପାରିବାରିକ କ୍ଷେତ୍ରରେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ମାନସମ୍ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ବନ୍ଧୁ ବାନ୍ଧବଙ୍କ ଦ୍ଵାରା କୌଣସି ଜଟିଳ ସମସ୍ୟାର ସମାଧାନ ହେବ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୀତିରେ ଲୋକସମ୍ପର୍କକୁ ଆଧାରକରି ତିଷ୍ଠି ପାରିବେ । ପ୍ରତିକାର- ପ୍ରତ୍ୟେକଦିନ କୁକୁରକୁ ଖାଇବାକୁ ଦିଅନ୍ତୁ ।
ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ । ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ । ବ୍ୟବସାୟୀ ହୋଇଥିଲେ ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବେ । ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ । ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ । ଭୂମିକ୍ରୟ, ବାହନକ୍ରୟ, ଗୃହନିର୍ମାଣ କରିବାରେ ଖର୍ଚ୍ଚ କରିବାକୁ ପଡ଼ିବ । ବିଦ୍ୟାର୍ଥୀବର୍ଗ ଅତ୍ୟନ୍ତ ସଫଳତା ସହ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହେବେ । ବିଦେଶ ଯାତ୍ରା ଫଳରେ ବିଶେଷ ଲାଭବାନ ହେବେ । ସମାଜ କଲ୍ୟାଣ, ଧର୍ମାନୁଷ୍ଠାନରେ, ମଠ, ମନ୍ଦିରମାନଙ୍କରେ ଯୋଗଦାନ କରି ପ୍ରଶଂସିତ ହେବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।
କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ପାରିବାରିକ କ୍ଷେତ୍ରରେ ଶୁଭ ସମାଚାର ଶୁଣି ଖୁସି ହେବେ । ନୂତନ ବ୍ୟବସାୟ ଆରମ୍ଭ ପାଇଁ ଅତ୍ୟନ୍ତ ଉତ୍ତମ ସମୟ । ସେୟାର, ଲଟେରୀ ଆଦିରେ ଲାଭ ଅଧିକ ମିଳିବ । ନୂତନ ଉଦ୍ୟୋଗରେ ପଇସା ଖଟେଇବେ ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଖଣିଜ ବ୍ୟବସାୟ, ଯାନବାହନ ବ୍ୟବସାୟ, ଯାତାୟତ ବ୍ୟବସାୟ, ବାୟୁଯାନ, ରେଳବିଭାଗର ଟିକେଟ ବିକ୍ରି, ଭୂ-ଜାତ ଦ୍ରବ୍ୟ ବ୍ୟବସାୟ, ସାନିଟାରୀ, ଇଟା, କୋଇଲା, ହାଡୱାର, ମହମବତୀ ଓ ଶ୍ରମିକ ବ୍ୟବସାୟରେ ଅତ୍ୟଧିକ ଲାଭପାଇବେ । ଉଚ୍ଚଶିକ୍ଷା ପାଇ ଜର୍ଜ, ମେଡିକାଲ ଆଦିରେ କର୍ମପାଇବେ । ବିଦ୍ୟାର୍ଥୀମାନଙ୍କ ପାଇଁ ସମୟ ବିଶେଷ ଅନୁକୂଳ । ଅଧିକାରୀଙ୍କଠାରୁ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବଜାୟ ରଖିବେ । ବିଭିନ୍ନ ପ୍ରକାର ସମସ୍ୟାର ସମାଧାନ କରି ମାନସିକ ଶାନ୍ତି ପାଇବେ । ପ୍ରତିକାର:- ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଅକସ୍ମାତ ଧନଲାଭ ହେବ । ଉଚ୍ଚଶିକ୍ଷାର ସୁବିଧା ସୁଯୋଗ ପାଇବେ । ଶିକ୍ଷା ବିଭାଗ କର୍ମଚାରୀ, ରାଜ୍ୟପାଳ ଭବନ କର୍ମଚାରୀ, ଓକିଲସଂଘ, ସାର୍ବଜନିନ ନିର୍ମାଣ ବିଭାଗର କର୍ମଚାରୀ, ଜଳବଣ୍ଟନ ବିଭାଗ କର୍ମଚାରୀ, ଚିକିତ୍ସା ବିଭାଗ କର୍ମଚାରୀ ମାନଙ୍କର କର୍ମକ୍ଷେତ୍ରରେ ଉନ୍ନତି ସହ ଲାଭବାନ୍ ହେବେ । କର୍ମପାଇଁ ଅପେକ୍ଷା କରିଥିବା ଯୁବକ ଓ ଯୁବତୀମାନେ ଉପଯୁକ୍ତ ବିଭାଗରେ କର୍ମ ନିଯୁକ୍ତି ପାଇବେ । ଗୃହପାଳିତ ପଶୁଙ୍କ ଦ୍ୱାରା ବିଶେଷ ଲାଭନ୍ୱିତ ହେବେ । ବ୍ୟାଙ୍କ ଋଣ ଆବଶ୍ୟକ ଥିଲେ ଅତି ସହଜରେ ପାଇପାରିବେ ଏବଂ ପୂର୍ବଋଣ ସହଜରେ ପରିଶୋଧ କରିପାରିବେ । ନୂତନ ସଂପତ୍ତି କ୍ରୟ ବିକ୍ରୟ କରିବାର ଉପଯୁକ୍ତ ସମୟ । ବାଣିଜ୍ୟ, ବ୍ୟବସାୟ ନବିନିକରଣ, ଦୋକାନ, ଅଫିସ, ବାସଗୃହ ଆଦି ସାଜସଜ୍ଜା କରିବାପାଇଁ ଉପଯୁକ୍ତ ସମୟ । ପ୍ରତିକାର- ପ୍ରତ୍ୟେକଦିନ କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।