ଅଗଷ୍ଟ 22 ତାରିଖରୁ ଅଗଷ୍ଟ 28 ତାରିଖ ସାପ୍ତାହିକ ରାଶିଫଳ, ଏହି 4ଟି ରାଶିକୁ ମିଳିବ ଆର୍ଥିକ ସମସ୍ଯାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବ୍ୟବସାୟରେ ଧନଲାଭ କରିବାର ସୁଯୋଗ ପାଇବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତକାରରେ ଅପେକ୍ଷାରେ ରହିବେ । ଇଲେକ୍ଟ୍ରୋନିକ୍‌ ସରଞ୍ଜାମ, କମ୍ପୂଟର, ମୋବାଇଲ ଆଦି କ୍ରୟ କରିବେ । ଯାନ ବାହାନ ପ୍ରାପ୍ତି ହେବ । ଆୟ ଅଧିକ ହେବା ଫଳରେ, ଋଣମୁକ୍ତ ଓ ଋଣପ୍ରାପ୍ତି ହେବ । ନୂତନ ସଂସ୍ଥାର ଆୟୋଜନ କରିବେ । ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ । ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ଥିବା ସମସ୍ୟାର ସମାଧାନ ହେବ । ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ବ୍ୟବସାୟରେ ଖୁବ୍ ଆଶାବାଦୀ ହେବେ । ଖେଳରେ ପ୍ରଶଂସା ପାଇବେ, ବିଦ୍ୟାରେ ମନନିବେଶ କରିବେ । ରାଜନୀତିରେ ସ୍ଵାର୍ଥରକ୍ଷା କରିବାରେ ସମୟ ବିତିବ । ଅତ୍ୟଧିକ ପରିଶ୍ରମ ଓ ଅନିଦ୍ରା ଜନିତ ରୋଗପ୍ରତି ସାବଧାନ ରହିବା ଉଚିତ୍ । ପ୍ରତିକାର- ପ୍ରତ୍ୟେକ ଦିନ ବୁଲା କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖସମୃଦ୍ଧି ଓ ପ୍ରତିଷ୍ଠାଲାଭ କରିବେ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । ଲୋକମାନେ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ । ରାଜନୀତିରେ ସଫଳତା ମିଳିବ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । କେତେକ କ୍ଷେତ୍ରରେ ଅଯଥା ଧାଁଦୌଡ ଯୋଗୁ ଧନ, ସମୟ ଓ ଶକ୍ତିର ଅପଚୟ ହେବ । ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ । ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ପ୍ରତିକାର:- ପ୍ରତ୍ୟେକଦିନ ଶୟନ କକ୍ଷରେ ଘିଅ ଦୀପ ଜାଳନ୍ତୁ ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ଭାଇଙ୍କ ସହିତ ଲାଗିଥିବା ବିବାଦ ସମାଧାନ ହେବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ । ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ପାଇ କୌଣସି ଗୁରୁତ୍ଵପୂର୍ଣ୍ଣ କର୍ମ ସମ୍ପାଦନ କରି ପାରିବେ । ରାଜନୀତି କ୍ଷେତ୍ରରେ ସତର୍କତାର ସହ କାର୍ଯ୍ୟ କରିଲେ ସମସ୍ତ ପରିସ୍ଥିତି ଆପଣଙ୍କ ସପକ୍ଷରେ ଯିବ । ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ନୂତନ ବସ୍ତୁ କ୍ରୟ କରିପାରିବେ । ପାରିବାରିକ ଓ ଆର୍ଥିକସ୍ଥିତିରେ ସୁଧାର ଆସିବ । ପ୍ରତିକାର:- ପ୍ରତ୍ୟେକ ଦିନ ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହେବ । ସାଧୁସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତି ହୋଇପାରେ । ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ । ପରିବାରରେ ସୁଖ-ଶାନ୍ତି ଆସିବ ଓ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ରାଜନୀତି କ୍ଷେତ୍ରରେ ଉଚ୍ଚ ପ୍ରତିଷ୍ଠାର ଦ୍ଵାର ସାହାଣମେଲା ହେବ । ନାନା ପ୍ରକାର ସଂଘର୍ଷ ମଧ୍ୟରେ କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ । ଅଚାନକ ଭାବରେ ଦୂରଯାତ୍ରା କରିବେ । କୌଣସି ପୋଗ୍ରାମ୍ ବା କାର୍ଯ୍ୟକ୍ରମରେ ସମ୍ମାନିତ ହେବେ । ଚାକିରି କରିଥିବା ବ୍ୟକ୍ତିମାନେ ବହୁତ ଲାଭ ଉଠାଇପାରିବେ । ଆଡମ୍ବରରେ ଆଗ୍ରହ ବଢିବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ପ୍ରତିକାର- ପ୍ରତ୍ୟେକ ଦିନ ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ସିଂହ:-ଏ ସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ମାନସିକ ବିଷାଦ, ଦାମ୍ପତ୍ୟ କଳହ, ଭୟ ଆଶଙ୍କା ମନରୁ ଦୂରେଇଯିବ । ସନ୍ତାନଙ୍କ ପାଇଁ ମାନସିକ ସ୍ଥିରତା ବଜାୟ ରହିବ । ଚାକିରି କରିଥିବା ବ୍ୟକ୍ତିମାନେ କୌଣସି ବନ୍ଧୁଙ୍କ ସାହାଯ୍ୟ ଦ୍ଵାରା ଉନ୍ନତି କରିବେ ଓ ବହୁତ ଲାଭ ଉଠାଇ ପାରିବେ । ଅଚାନକ ଧନଲାଭ ହେବା ସହିତ ଜିମ୍ମେଦାରୀ ବା ଦାଇତ୍ଵ ବଢିଯିବ । ବାହନ ଆଦି କ୍ରୟ କରି ପାରିବେ । ଅଚାନକ ଭାବରେ ଦୂରଯାତ୍ରା କରିବେ । ଆମୋଦ-ପ୍ରମୋଦ, କ୍ରିଡା, ଦୂରଯାତ୍ରା ସବୁଥିରେ ସଫଳତା ମିଳିବ । କୌଣସି ପୋଗ୍ରାମ୍ ବା କାର୍ଯ୍ୟକ୍ରମରେ ସମ୍ମାନିତ ହେବେ । ସବୁଥିରେ ଥିଲେ ବି କେଉଁଥିରେ ନିଜର ପ୍ରତ୍ୟକ୍ଷ ସପୃକ୍ତିକୁ ନଦର୍ଶାଇବା ଉଚିତ୍ ହେବ । କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ । ପ୍ରତିକାର- କମଳାରଙ୍ଗରବସ୍ତ୍ର ପରିଧାନ କରନ୍ତୁ । ନତୁବା କମଳାରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

କନ୍ୟା:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ । ବର୍ଚସ୍ଵ ପ୍ରଭାବ ଓ ପରାକ୍ରମ ବଢିବ । ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ । ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ବ୍ୟବସାୟରେ ଉନ୍ନତି ହେବ । ସ୍ୱାସ୍ଥ୍ୟ ଭଲ ରହିବ । ନୂତନ କର୍ମନିଯୁକ୍ତି, ନୂତନ ବ୍ୟବସାୟରମ୍ଭ, ଯାନ, ବାହନ, ଜାଗା, ଜମି, ଗୃହପୋକରଣ ଆଦି କ୍ରୟ କରି ପାରିବେ । ମାନସିକ ଶାନ୍ତି ଓ ଋଣଭାର ଲାଘବ ହେବ । ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ କର୍ମ କ୍ଷେତ୍ରରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇ ପ୍ରଶଂସିତ ହେବେ । ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବିପତ୍ତି କଟିବା ଫଳରେ ସୁଖ ସୌଭାଗ୍ୟ ବୃଦ୍ଧି ହେବ । ମାଲିମୋକଦ୍ଦମାରେ ବିଜୟ ଲାଭ କରିବେ । ଦୂର ସ୍ଥାନକୁ ଯାତ୍ରା ଯୋଗ ଅଛି । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ । ପ୍ରତିକାର-ପ୍ରତ୍ୟେକଦିନ ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ହାତଖାଲି ହେବା ବେଳକୁ ଦୈବୀ ସହାୟତା ତଥା କର୍ମଯୋଗ ଦ୍ଵାରା ଖାଲି ହାତ ପୁଣି ଭରି ହୋଇଯିବ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ । ଖାଦ୍ୟପେୟରେ ନୀତିନିୟମ ରକ୍ଷା କରିବା ସହିତ ମନକୁ ଶାନ୍ତ ରଖି ପାରିଲେ ସ୍ୱାସ୍ଥ୍ୟ ଠିକ୍ ରହିବ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । ବ୍ୟବସାୟ ବାଣିଜ୍ୟ ପାଇଁ ଦୂରଗାମୀ ହେଲେ ସବୁ ମତେ ଉନ୍ନତି ହେବ । ପାରିବାରିକ କ୍ଷେତ୍ରରେ ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ଵାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ । ଜୀବନସାଥିଙ୍କ ସ୍ୱାସ୍ଥ୍ୟ ଭଲ ରହିବ । ଆକସ୍ମିକ ଧନ ପ୍ରାପ୍ତି ହେବ । ନୂତନ ସମ୍ପତି କ୍ରୟ କରିବେ । ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ । ମାନସିକ ଶାନ୍ତି ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର କାମକାର୍ଯ୍ୟର ଦାୟିତ୍ଵ ବଢିବ । କର୍ମକ୍ଷେତ୍ରରେ ଉନ୍ନତି କରିପାରିବେ । ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ । ଅନ୍ୟମାନଙ୍କ କାନ୍ଧରେ ବନ୍ଧୁକରଖି ଖେଳ ଖେଳିବେ । ବ୍ୟବସାୟ କ୍ଷେତ୍ରରେ ପ୍ରତିଦ୍ୱନ୍ଦିତା ଲାଗି ରହିଲେ ବି ଆଶାତୀତ ଲାଭ ପାଇବେ । ଜଗିରଖି କଥା ନ କହିଲେ କୌଣସି ଅସୁବିଧାରେ ଫଶିଯିବେ । ଦୂର ଯାତ୍ରାରେ ସଫଳତା ପ୍ରାପ୍ତିହେବ । ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ । ପ୍ରତିଯୋଗୀତା କ୍ଷେତ୍ରକୁ ମୁହାଁଇଲେ ବାଧାବିଘ୍ନକୁ ପଛରେ ପକାଇ ଅଗ୍ରଗତିର ବେଗ ବଢିଯିବ । ଯେକୌଣସି କାର୍ଯ୍ୟରେ ହାତଦେଲେ ସଫଳତା ମିଳିବ । ନୂତନ କର୍ମ ପାଇଁ ପ୍ରୟାସରତ ଥିଲେ ନିଯୁକ୍ତି ପାଇପାରନ୍ତି । ରାଜନୀତି କ୍ଷେତ୍ରରେ ଅସାଧାରଣ ସ୍ଥିତି ରହିବ । ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ହରାଇଥିବା ଧନ ମିଳିଯିବ । ଛାତ୍ରଛାତ୍ରୀ ମାନେ ପାଠ ପଢ଼ାରେ ମନଯୋଗ ଦେବେ । ରାଜନୀତିରେ ଲୋକପ୍ରିୟତା ହାସଲ କରିବେ । ମାନସିକ ଶାନ୍ତି ମିଳିବା ସହ ଆକସ୍ମିକ ଧନ ପ୍ରାପ୍ତି ହେବ । ଏମିତି କାର୍ଯ୍ୟ କରିବେ ଯାହାକି ଭବିଷ୍ୟତ ଆକାଂକ୍ଷାକୁ ପୂର୍ଣ୍ଣ କରିବ । ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ବ୍ୟବସାୟରେ ସଫଳତା ଅର୍ଜନ କରିବେ । ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରିପାରିବେ । ଜୀବନଧାରା ପରିବର୍ତ୍ତନ କରି ସୁଖ ସୁବିଧା ପାଇଁ ପ୍ରୟାସରତ ହେବେ । ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁରସ୍ୱାଦପାଇବେ । ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ପିଲାମାନଙ୍କ କାର୍ଯ୍ୟ ପ୍ରତି ଦୃଷ୍ଟି ରଖିବା ଉଚିତ୍ । ଆୟଅପେକ୍ଷା ବ୍ୟୟ ବୃଦ୍ଧି ପାଇପାରେ । ପ୍ରତିକାର- ପ୍ରତ୍ୟେକ ଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଧାର କରଜ ସୁଝିବା ପାଇଁ ସୁଯୋଗ ପାଇବେ । ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ । କର୍ମରେ ସନ୍ତୋଷ, ମାନସିକ ଦୁଶ୍ଚିନ୍ତାଦୂରହେବ । ପୁରାତନ ରୋଗର ପ୍ରକୋପ ହ୍ରାସ ହୋଇ ଶରୀର ସୁସ୍ଥ ରହିବ । ପରିବାରରେ ଆଶା କରିଥିବା ଧନ ପ୍ରାପ୍ତିହେବ । ନୂତନ କର୍ମ ନିଯୁକ୍ତି ପାଇବେ । ଜାଗା, ଜମି, ଗୃହପୋକରଣ କ୍ରୟ କରିପାରିବେ । ଶତ୍ରୁବାଧା ଦୂରେଇ ଯିବ । ଉଚ୍ଚଶିକ୍ଷା ସମ୍ମିଳନୀରେ ଯୋଗଦେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସମାଗମରେ ସମୟ ବିତିବ । ତା ୨୭/୨୮ ରିଖରେ ଲକ୍ଷ୍ୟସ୍ଥଳରେ ପହଁଞ୍ଚିବା ପାଇଁ ଯେନତେନ ପ୍ରକାରେ ଚେଷ୍ଟା କରିବେ । ବ୍ୟବସାୟରେ ଆଶାକରୁଥିବା ଦିଗରୁ ଲାଭ ମିଳି ନପାରେ । କୌଣସି କାରଣ ବଶତଃ ଦୂର ବା ନିକଟ ଯାତ୍ରାକୁ ନଯିବା ଉଚିତ୍ । ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ କୌଣସି ଏକ ନୂତନ ଯୋଜନାର ପ୍ରସ୍ତୁତି କରିବେ । ବନ୍ଧୁ ବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପାଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ଦେଖାଦେବ । ଋଣରୁ ମୁକ୍ତି ମିଳିବାର ବାଟ ମିଳିବ । ଚାକିରିପାଇଁ ପ୍ରୟାସ କରୁଥିଲେ ନିରାଶ ହେବେ ନାହିଁ । ପାରିବାରିକ ଅଶାନ୍ତି ଦୂରେଇଯାଇ ଉତ୍ତମ ରୋଜଗାର ହେବା ଫଳରେ ଗୃହୋପକରଣ କ୍ରୟ କରି ପାରନ୍ତି । ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ । ଶିକ୍ଷାକ୍ଷେତ୍ରରେ ଉତ୍ସାହିତ ହେବା ସହ ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ସଫଳତା ମିଳିବ । କଠିନ ପରିଶ୍ରମକରି କାର୍ଯ୍ୟକରିବା ଫଳରେ ଉପରିସ୍ଥ କର୍ମଚାରୀ ମାନଙ୍କଠାରୁ ପ୍ରଶଂସା ପାଇବେ । ବ୍ୟବସାୟିକ କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ । ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ । ପ୍ରେମିକ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳତା ଲାଭ କରିବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ନୂଆ ନୂଆ ଲୋକଙ୍କ ସହ ସମ୍ପର୍କ ହେବ । ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବା ଯୋଗେ ପାରିବାରିକ ଜୀବନରେ ଶାନ୍ତି ଅନୁଭବ କରିବେ । ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ । ଶିକ୍ଷାକ୍ଷେତ୍ରରେ ସଫଳତା ଅର୍ଜନ କରିବେ । କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କ ସହଯୋଗ ପାଇବେ ଓ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ । ଶତୃ, ରୋଗ, ଋଣରୁ ମୁକ୍ତି ପାଇବେ । ପରୀକ୍ଷା, ପ୍ରତିଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ଆଚାର ଓ ବ୍ୟବହାର ନିୟନ୍ତ୍ରଣ ନକଲେ ଲୋକ ସଂପର୍କରେ ବାଧା ଉପୁଜି ପାରେ । ଦାମ୍ପତ୍ୟସୁଖ ବୃଦ୍ଧିହେବ । ଶତ୍ରୁମାନଙ୍କ ଉପରେ ନଜର ନରଖିଲେ କ୍ଷତିରେ ପଡିବେ । ପ୍ରତିକାର:- ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!