ଅଗଷ୍ଟ 29 ତାରିଖରୁ ସେପ୍ଟେମ୍ବର 04 ତାରିଖ ସାପ୍ତାହିକ ରାଶିଫଳ, ଏହି 3ଟି ରାଶିର ବନୁଛି ରାଜଯୋଗ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ପାରିବାରିକ ସ୍ତରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦ ପାଇବେ। ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ଦାମ୍ପତ୍ୟ ସୁଖରେ ସୁଖିହେବେ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ବ୍ୟବସାୟିକ ପ୍ରତିଦ୍ୱନ୍ଦ୍ୱିତାରେ ସଫଳ ହେବେ ଓ ଧନଲାଭ କରିବାର ସୁଯୋଗ ପାଇବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳ ହେବେ। ବନ୍ଧୁ ବାନ୍ଧବଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ। ଛାତ୍ର ଛାତ୍ରୀମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହୀ ହେବେ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ। କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ସହଜ ସରଳରେ ସମାଧାନ ହୋଇଯିବ। ପ୍ରତିକାର:- ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବନ୍ଧୁ ମିତ୍ରଙ୍କର ସହଯୋଗରେ ନୂତନପନ୍ଥା ଅନୁସରଣ କଲେ ଆର୍ଥିକ କ୍ଷେତ୍ରରେ ପ୍ରବଳ ଉନ୍ନତି ହେବ। କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ ପାଇ କାମ ହାସଲ କରିବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। ଦାମ୍ପତ୍ୟ ସମସ୍ୟା ସମାଧାନ କରି ମାନସିକ ଶାନ୍ତି ପାଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ବ୍ୟବସାୟରେ ଧନଲାଭ କରିବାର ସୁଯୋଗ ପାଇବେ। ନୂତନ କର୍ମସଂସ୍ଥାନରେ ନିଯୁକ୍ତି ପାଇବାର ଯୋଗ ରହିଛି। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ସଫଳତା ମିଳିବ। ଯେକୌଣସି କାର୍ଯ୍ୟ କରିବେ ଭବିଷ୍ୟତ ପାଇଁ କ୍ୟାରିୟରରେ ଉନ୍ନତି ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ପାଇବ। ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ପ୍ରତିକାର- ପ୍ରତ୍ୟେକ ଦିନ ଶ୍ଵେତ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସହକର୍ମୀ ମାନଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ସ୍ୱାସ୍ଥ୍ୟ ଠିକ୍ ରହିବା ଫଳରେ ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ସାମଞ୍ଜସ୍ୟ ଓ ସମନ୍ଵୟ ଦ୍ଵାରା କାମ ହାସଲ କରିପାରିବେ। ବ୍ୟବସାୟୀମାନେ ଅଧିକ ପୁଞ୍ଜି ନିବେଶ କରି ଆଶାତିତ ଫଳ ପାଇବେ। କର୍ମଯୋଗକୁ ଅଧିକ ମହତ୍ତ୍ୱ ଦେଇ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ ଓ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ରାଜନୀତି କ୍ଷେତ୍ରରେ କଠିନ ପରିଶ୍ରମ କରି ସ୍ଥାନ ସ୍ଥିତି ଅଟଳ ରଖି ପାରିବେ। ସାବଧାନତାର ସହ କାର୍ଯ୍ୟ ନକଲେ ଯେତେ ଶୀଘ୍ର ଆଶାକରୁଥିବେ ସେତେ ବିଳମ୍ବ ହୋଇଯିବ। ପ୍ରତିକାର- ପ୍ରତ୍ୟେକ ଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପାରିବାରିକ ଜୀବନ ଆନନ୍ଦମୟ ହେବ। ବାସ ଗୃହ ଓ ଯାନବାହନ ନେଇ କେତେକ ସମସ୍ୟାର ସମାଧାନ ହୋଇଯିବ। ସହକର୍ମୀ ମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ନୂତନ ସମ୍ପତ୍ତି କ୍ରୟ କରିବେ। ସ୍ୱାସ୍ଥ୍ୟ ଠିକ୍ ରହିବା ଫଳରେ ଆଶାନୁରୂପ ଲାଭବାନ ହେବେ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ବିଦ୍ୟାର୍ଥିଙ୍କର ଉନ୍ନତି ହେବ। ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବା ସହ ଯାତ୍ରାରେ ସଫଳତା ପ୍ରାପ୍ତିହେବ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନବୃଦ୍ଧି ଓ ଆର୍ଥିକ ଦିଗରୁ ପ୍ରବଳ ଉନ୍ନତି ଦେଖାଦେବ। ବାସସ୍ଥାନ ବା ଯାନବାହାନର ନବୀକରଣ କରିବାର ସୁଯୋଗପାଇବେ। ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ। ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନହେବ। ପ୍ରତିକାର-ପ୍ରତ୍ୟେକ ଦିନ ତୁଲସୀମୂଳ ମାଟି ମୁଣ୍ଡରେ ଲଗାନ୍ତୁ।

ସିଂହ:-ଏ ସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ନୂତନ କର୍ମ ପାଇଁ ପ୍ରୟାସରତ ଥିଲେ ଶୁଭସୂଚନା ପାଇବେ। ରାଜନୀତିରେ ଲୋକପ୍ରିୟତା ହାସଲ କରିବେ। ବ୍ୟବସାୟରେ ପୁରୁଣା ପ୍ରାପ୍ୟ ଆଦାୟ ହୋଇ ବହୁବିଧ ସୁଯୋଗ ଜୁଟିବ ଓ ଆଶାନୁରୂପ ଲାଭ ପାଇବେ। ବାସ ଗୃହ ଓ ଯାନବାହନ ନେଇ କେତେକ ସମସ୍ୟାର ସମାଧାନ ହୋଇଯିବ। ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ଭୋଗବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ। ଶ୍ରମିକ ଓ କର୍ମଚାରୀମାନେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ। କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ପ୍ରତିକାର- ପ୍ରତ୍ୟେକ ଦିନ ବେଲକାଠରେ ଚନ୍ଦନ ଘୋରି ମସ୍ତକରେ ଧାରଣ କରନ୍ତୁ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ବନ୍ଧୁ, ମିତ୍ର ସହକର୍ମୀ ଓ ଭାଗୀଦାରୀଙ୍କ ପାଇଁ ଭଲ ଲାଭ ପାଇବେ। ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ୟପୂର୍ଣ୍ଣ ସଂପର୍କ ରହିବ। ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ। ବାସଗୃହ ଓ ଯାନବାହାନର କେତେକ ସମସ୍ୟା ସମାଧାନ ହୋଇଯିବ। ଯେକୌଣସି କାର୍ଯ୍ୟରେ ହାତଦେଲେ ସଫଳତା ମିଳିବ। ଦାମ୍ପତ୍ୟଜୀବନ ଆନନ୍ଦମୟ ହେବ। ଆର୍ଥିକଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ କିଛି ସଂଗ୍ରହ କରି ପାରନ୍ତି। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିସ୍କାର କରିବେ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢ଼େଇବା ବୁଦ୍ଧିମତାପୂର୍ଣ୍ଣ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଫୋନ୍ ଦ୍ଵାରା କୌଣସି ମହତ୍ଵପୂର୍ଣ୍ଣ ସୂଚନା ବା ସନ୍ଦେଶ ପ୍ରାପ୍ତ ହେବାର ସମ୍ଭାବନା ଅଛି। ପରିବାରର ଅନ୍ୟ ସଦସ୍ୟଙ୍କ ପ୍ରତି ସମ୍ବନ୍ଧ ସୁଦୃଢ ହେବ। ପ୍ରେମିକ ପ୍ରେମିକା ମାନଙ୍କର ମନୋରଞ୍ଜନ ଓ ହସ ଖୁସିରେ ସମୟ ବ୍ୟତୀତ ହେବ। ନୂଆ କ୍ୟାରିୟର ଆରମ୍ଭ କରିପାରିବେ। ପଦସ୍ଥବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବା ଫଳରେ କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। କଳକାରଖାନା ବା ଯନ୍ତ୍ରପାତି ବ୍ୟବସାୟ ଭଲରେ ଚାଲିବ। ବ୍ୟାପାରରେ ନୂଆ ଅର୍ଡର ବା ଏଗ୍ରୀମେଣ୍ଟ କରିପାରିବେ। ମାଲିମୋକଦ୍ଦମାରେ ଶୀଘ୍ର ଫଇସଲା ଦିଗ ଉନ୍ମୁକ୍ତ ହେବ। ଶ୍ୱଶୁର ଘର କିମ୍ବା ଜମିବାଡ଼ି ନେଇ କେତେକ ସମସ୍ୟାର ସମାଧାନ ହୋଇଯିବ। ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ପ୍ରତିକାର- ପ୍ରତ୍ୟେକ ଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ ଓ ସମୟ ଗୁଡିକ ହସ ଖୁସିରେ ବିତିବ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇପାରେ। ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ବାଣିଜ୍ୟ କ୍ଷେତ୍ରରେ ଉନ୍ନତମାନର ଫଳପାଇବେ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ଅଧିକାରୀଙ୍କଠାରୁ ସହଯୋଗ ମିଳିବ। ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବ। ଆଧ୍ୟାତ୍ମିକ ଓ ବୌଦ୍ଧିକ ଭାବନାରେ ଉନ୍ନତି ହେବ। ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ। ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ। ପ୍ରେମୀକ ପ୍ରେମିକାଙ୍କ ସମ୍ପର୍କ ସ୍ଥାପିତ ହେବ। ଅଧ୍ୟୟନ, ଶୋଧ, ଅନୁସନ୍ଧାନ, ଧ୍ୟାନ, ପ୍ରାର୍ଥନା ଆଦି ପାଇଁ ସମୟ ଉପଯୁକ୍ତ ଅଟେ। ପ୍ରତିକାର- ନାଲିବସ୍ତ୍ର ପରିଧାନ କରନ୍ତୁ। ନତୁବା ନାଲି ରୁମାଲ ଟିଏ ପାଖରେ ରଖନ୍ତୁ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ନୂତନକର୍ମ ନିଯୁକ୍ତିର ସୁଯୋଗ ପାଇବେ। ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରି ପାରନ୍ତି। କିନ୍ତୁ ବ୍ୟବସାୟ ପାଇଁ ଦୂରଯାତ୍ରା କରି ମନ ଖୁସି ରହିବ। ଟଙ୍କାର ଆବଶ୍ୟକତା ପୂରଣ ହେବ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇପାରେ। ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। କର୍ମକ୍ଷେତ୍ରରେ ଉଚ୍ଚାଧିକାରୀ ଓ ସହକର୍ମୀ ମାନେ କାମର ପ୍ରଶଂସା କରିବେ। ସାହିତ୍ୟ, କଳା କ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ। ପ୍ରେମିକ ପ୍ରେମିକା ମାନେ ପ୍ରେମ ସମ୍ପନ୍ଧୀୟ କ୍ଷେତ୍ରରେ ସଫଳ ହେବେ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବା ଫଳରେ ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବ। ପ୍ରତିକାର- ପ୍ରତ୍ୟେକଦିନ କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ। ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବ ଓ ଯଶ, ମାନସମ୍ମାନ ପ୍ରତିଷ୍ଠା ମିଳିବ। କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ନିଜ ଲୋକମାନେ ହିଁ କାମରେ ଆସିବେ। ବିଦ୍ୟା କ୍ଷେତ୍ରରେ ବୀଜୟ ଲାଭ କରିବେ। ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନ ହେବ। ଟଙ୍କାର ଆବଶ୍ୟକତା ପୂରଣ ହୋଇ ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ପ୍ରେମିକ ପ୍ରେମିକାମାନେ ନୂଆଲକ୍ଷ ନିର୍ଦ୍ଧାରିତ କରି ଆନନ୍ଦିତ ହେବେ। ସାଧୁଜନପ୍ରିୟ ହେବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। ରାଜନୀତି କ୍ଷେତ୍ରରେ ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ଦୂରଯାତ୍ରା କରି ମନ ଖୁସି ରହିବ। ଅଳ୍ପ ପରିଶ୍ରମରେ ବହୁତ ଧନଲାଭ ହେବ। ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। ପ୍ରତିକାର- ପ୍ରତ୍ୟେକଦିନ ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ। ଶାରିରୀକ ଅସୁସ୍ଥତା ଦୂରହେବା ସହ ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। କୌଣସି ନୂତନ ପ୍ରଭାବଶାଳି ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ଅନେକ କ୍ଷେତ୍ରରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ। ଆର୍ଥିକ ଗତିବିଧିରେ ବ୍ୟସ୍ତ ରହି ପ୍ରଚୁର ଅର୍ଥ ଲାଭହେବ। ପଢ଼ା ପଢ଼ିରେ ମନଯୋଗ ଦେଇ ଉଚ୍ଚ ଶିକ୍ଷାରେ ସଫଳତା ଲାଭ କରିବେ। ପ୍ରେମିକ ପ୍ରେମିକାମାନେ ଯୋଗାଯୋଗ କରିବାର ସୁବିଧା ସୁଯୋଗ ପାଇ ଖୁସିହେବେ। ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ। ବ୍ୟବସାୟର ବୃଦ୍ଧି ଯୋଗେ ଆୟର ବୃଦ୍ଧିଘଟିବ ଓ ଲାଭବାନ ହେବେ। ପ୍ରତିକାର- ପ୍ରତ୍ୟେକ ଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ଥିଲେ ସମାଧାନ କରିପାରିବେ। ସଂଘର୍ଷ ଦ୍ଵାରା ସଫଳତା ମିଳିବ। ବ୍ୟବସାୟ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ ଓ ନିଜ ଚେଷ୍ଟାରେ ବହୁତ କଷ୍ଟକଲେ ବାକିଥିବା ଅର୍ଥ ପାଇବେ। ରାଜନୀତିରେ ବନ୍ଧୁମିତ୍ରଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ଲୋକପ୍ରିୟତା ହାସଲ କରିବେ। କିଏ ଚାହିଁଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ଛାତ୍ର ଛାତ୍ରୀମାନେ ଉଚ୍ଚଶିକ୍ଷା ପାଇଁ ଦୂର ଯାତ୍ରାରେ ସଫଳ ହେବେ। ଧାର୍ମିକ କାର୍ଯ୍ୟରେ ମନ ଲାଗିବ ଓ ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ। ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ। ପ୍ରତିକାର- ହଳଦୀରଙ୍ଗର ବସ୍ତ୍ର ପରିଧାନ କରନ୍ତୁ। ନତୁବା ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!