ତା ୧୬ / ୧୧ / ୨୦୨୧ ମସିହା ମଙ୍ଗଳବାର ଦିନ ବିଛାରାଶିକୁ ରବି ସଂ-କ୍ର-ମ-ଣ କରିବା ଫଳରେ କଣ ରହିବ ବାରଟି ରାଶିର ଶୁଭାଶୁଭ, କେମିତି କଟିବ ଏଇ ମାସଟି କଣ କରିବେ ଅଶୁଭ ରବିଙ୍କ ପାଇଁ ପ୍ରତିକାର ଆସନ୍ତୁ ଜାଣିବା ।
ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ରବି ମହାଗ୍ରହଙ୍କୁ ସବୁ ଗ୍ରହଙ୍କ ଠାରୁ ଶ୍ରେଷ୍ଠଗ୍ରହ ବୋଲି କୁହାଯାଏ । ଜନ୍ମକୁଣ୍ଡଳୀରେ ଅନ୍ୟ ଗ୍ରହ ଯେଉଁ ପରିସ୍ଥିତିରେ ରହିଲେ ମଧ୍ୟ ରବି ମହାଗ୍ରହ ଶୁଭ ସ୍ଥିତିରେ ରହିବା ଆବଶ୍ୟକ । ରବି ମହାଗ୍ରହ ଆତ୍ମାର ପ୍ରତିନିଧିତ୍ୱ କରିଥାନ୍ତି । ସ୍ୱୟଂ ଶକ୍ତି, ଜ୍ଞାନବିଜ୍ଞାନ, ମାନସମ୍ମାନ, ପଦପ୍ରତିଷ୍ଠା, ବାପାଙ୍କ ସୁଖ, ସରକାରୀ ଚାକିରୀ, ଉଚ୍ଚପଦ ପଦବୀ, ଯଶ, କୀର୍ତ୍ତି, ପ୍ରଶସ୍ତି, ଆୟୁ, ରାଜା, ରାଜନୀତି, ମସ୍ତିସ୍କ, ହାଡ, ସ୍ୱାସ୍ଥ୍ୟ ଚିକିତ୍ସା, ହୃଦୟ, ଉଋ, ପିତ୍ତ, ଚକ୍ଷୁ, ରକ୍ତ ପ୍ରବାହ, ଗରମ ତଥା କରେଣ୍ଟ ଆଦିର କାରକ ସୂର୍ଯ୍ୟ ବା ରବି ମହାଗ୍ରହ ଅଟନ୍ତି । ରବିଗ୍ରହ ଯଦି ଶୁଭରେ ରହିଥାନ୍ତି ତେବେ ଶୁଭଫଳ ପ୍ରଦାନ କରି ଥାନ୍ତି । ଯଦି ଅଶୁଭରେ ସ୍ଥିତ ହୋଇଥାନ୍ତି ତେବେ ଜୀବନରେ ସୁଖ ମିଳେ ନାହିଁ ।
ମେଷ:- ମେଷରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଅଷ୍ଟମ ଭାବରେ ବା ନିଧନ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବିଦ୍ୟାର୍ଥୀମାନେ ଅନ୍ୟମାନଙ୍କ ଉପରେ ନିର୍ଭରଶୀଳ ନ ହୋଇ ନିଜ ଲକ୍ଷ୍ୟରେ ସଫଳତା ପାଇବେ । ଆମୋଦ ପ୍ରମୋଦ, ମନୋରଞ୍ଜନ, ନୃତ୍ୟ ଗୀତ, ମଉଜ ମଜିଲିସ୍ ରେ ମଜ୍ଜି ରହିବେ । ଏହି ସମୟରେ ସମାନ ବିଚାରଧାରା ଲୋକଙ୍କ ଦରକାର ଅନୁଭବ ହେବ । ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ । ପରିବାରର ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁ ବ୍ୟତିବ୍ୟସ୍ତ ହୋଇଯିବେ । କୌଣସି କଥାବର୍ତ୍ତାକୁ ନେଇ ପ୍ରତାରିତ ହେବାର ଆଶଙ୍କା ଉପୁଯିବ । ସ୍ୱାସ୍ଥ୍ୟ ସମସ୍ୟା ସେତେଟା ଭଲ ରହିବ ନାହିଁ । କୋର୍ଟ କଚେରୀ ମାମଲାରେ ଜିଦରୁ ନିବୃତ ହେବା ଶ୍ରେୟସ୍କର ହେବ । ନିଜ ଲୋକମାନେ ବିଶ୍ୱାସଘାତକତା କରିବା ଫଳରେ ଭାଗୀଦାରମାନଙ୍କ ସହ ଛୋଟ ଛୋଟ କଥା ନେଇ ବିବାଦ ସୃଷ୍ଟି ହୋଇପାରେ । ପ୍ରତିକାର- ପ୍ରତ୍ୟେକ ଦିନ କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ବୃଷ:-ରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ସପ୍ତମ ଭାବରେ ବା ଜାୟାବ୍ୟବସାୟ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ । ସମସ୍ତ କାର୍ଯ୍ୟରେ ସଫଳତା ମିଳିବ । ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ । ସମୟ ଅନୁକୂଳ ଯୋଗେ ଶତୃ, ରୋଗ, ଋଣରୁ ମୁକ୍ତି ହେବା ସହ କାର୍ଯ୍ୟ କ୍ଷେତ୍ରରେ ବୃଦ୍ଧି ହୋଇ ଯଶ ସମ୍ମାନ ବଢିବ । ମାନସିକ, ବୌଦ୍ଧିକ, ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହୋଇ କ୍ଷମତା ଓ ଶକ୍ତି ବଳରେ ସମୟ ବିତାଇବେ । ସରକାରୀ କ୍ଷେତ୍ରରେ ସଫଳତା ମିଳିବ । ନୂତନ ଯାନବାହନ କ୍ରୟ କରି ମନ ଖୁସି ରହିବ । ଶତୃମାନେ ଦୂରେଇ ଯିବେ । ହଜିଯାଇଥିବା କିମ୍ବା ଖୋଜୁଥିବା ଜିନିଷ ହଠାତ୍ ମିଳିଯିବ । ବ୍ୟବସାୟୀ ମାନଙ୍କର କାରବାର ବଢିବା ସହ ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି । ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସୁନାମ ଅର୍ଜନ କରିବା ସହ ଜାଗା ଜମିବାଡ଼ି ନେଇ ସମସ୍ୟା ଦେଖାଦେବ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନରେ ବାଧା ଆସିବ । ପ୍ରତିକାର- ପ୍ରତ୍ୟେକ ଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ମିଥୁନ:-ରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଷଷ୍ଠଭାବରେ ବା ରୋଗ, ରୁଣ, ଶତ୍ରୁ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ଶିକ୍ଷା କ୍ଷେତ୍ରରେ ମାନସିକ ଏକାଗ୍ରତା ବଜାୟ ରହିବା ଯୋଗେ ଆନନ୍ଦିତ ହେବେ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ଆଗ୍ରହ ବଢିବ । ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ । ସାମାଜିକ କ୍ଷେତ୍ରରେ ମାନ, ସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । କର୍ମକ୍ଷେତ୍ରରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବା ସହ ଅଧିକାରୀ କାମରେ ପ୍ରସନ୍ନ ରହିବେ । ବିଦେଶ ଯାତ୍ରାରେ ଲାଭବାନ ହେବେ । ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବେ । ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପାରିବାରିକ ଜୀବନରେ ଶାନ୍ତି ଶୃଙ୍ଖଳା ବଜାୟ ରହିବା ଫଳରେ ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ନୂତନ ଆୟର ରାସ୍ତା ଖୋଲିଯିବ । ପ୍ରତିକାର- ପ୍ରତ୍ୟେକ ଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
କର୍କଟ:-ରାଶି ଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ପଞ୍ଚମଭାବ ବା ସନ୍ତାନ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ରାଜନୀତି କ୍ଷେତ୍ରରେ ପଦ ପଦବୀ ଲାଭ ହେବା ସହ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବାକୁ ହକ୍ ହେବେ । ଆର୍ଥିକ ସ୍ଥିତି ସୁଦୃଢ଼ ହେବା ଫଳରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ଭ୍ରମଣ, ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ । ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ । କର୍ମଜୀବିମାନେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ପାଇବେ ଓ କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ । କୋର୍ଟ କଚେରୀ ଧନ୍ଦା ମଧ୍ୟରେ ଅସ୍ୱସ୍ତି ମିଳିବ ଓ ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ । ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତି ଅଟଳ ରଖି ପାରିବେ । ପ୍ରତିକାର- ପ୍ରତ୍ୟେକ ଦିନ ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।
ସିଂହ:-ରାଶି ଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଚତୁର୍ଥ ଭାବରେ ବା ସୁଖ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ଛାତ୍ରଛାତ୍ରୀମାନେ ପ୍ରତି ଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବା ସହ ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବେ । ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ । ପରିବାରରେ ଓ କୁଟୁମ୍ବରେ କୌଣସି କାର୍ଯ୍ୟର ଦାୟିତ୍ୱ ନେଇ ଧାଁ ଦଉଡ଼ କରିବା ଫଳରେ ପ୍ରଶଂସା ପାଇବେ । ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ସହ ପ୍ରଶଂସା ପ୍ରାପ୍ତି ହେବ । ସ୍ଥାନାନ୍ତରଣ ପାଇଁ ଚେଷ୍ଟା କଲେ ସଫଳ ହେବେ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଜୀବନ ସାଥିଙ୍କ ସହଯୋଗରେ ଆର୍ଥିକ ଲାଭ ହେବ । ଗୃହରେ ମାଙ୍ଗଳିକ କାର୍ଯ୍ୟ ହେବା ପାଇଁ ଆୟୋଜନ କରିବେ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରେମକ୍ଷେତ୍ରରେ ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରି ପାରିବେ । ପ୍ରତିକାର- ପ୍ରତ୍ୟେକ ଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
କନ୍ୟା:-ରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ତୃତୀୟ ଭାବରେ ବା ବିକ୍ରମ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ମାନସମ୍ମାନ, ଯଶ, ପ୍ରତିଷ୍ଠା ମିଳିବ । ସତର୍କ ରହିବା ଦ୍ଵାରା ଚେଷ୍ଟାଦ୍ଵାରା ଧନଲାଭ କରି ପାରିବେ । ସଠିକ୍ ଚିନ୍ତା ଓ ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ଦେଖାଇବେ । ନିଜ ଲୋକମାନେ ହିଁ କାମରେ ଆସିବେ । ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି । ଯାତ୍ରାରେ ସଫଳ ହେବା ସହ ମିତ୍ରଙ୍କ ସହିତ ସାକ୍ଷାତ୍ ଲାଭଦାୟକ ହେବ । ମନୋରଞ୍ଜନ କାର୍ଯ୍ୟରେ ସମୟ କଟିବ । ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପାରିବାରିକ ଅଶାନ୍ତି ଦୂରେଇ ଯାଇ ସୁଖଶାନ୍ତି ବୃଦ୍ଧି ହେବ । ଅଚାନକ ଧନପ୍ରାପ୍ତି ହେବା ଫଳରେ ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ । ଅଧ୍ୟୟନ, ଅଧ୍ୟାପନା, ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ । ପ୍ରତିକାର- ପ୍ରତ୍ୟେକ ଦିନ ସବୁଜ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।
ତୁଳା:-ରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଦ୍ଵିତୀୟ ଭାବରେ ବା ଧନ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ଶତୃମାନେ ପରାଜିତ ହେବେ । ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବା ସହ ମଧୁମେହ, ଚକ୍ଷୁ, ହୃଦୟ, ଯୌନରୋଗରୁ ସାମାନ୍ୟ ଉପସମ ମିଳିବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ସାମାଜିକ କାର୍ଯ୍ୟରେ ଯୋଗଦାନ କରି ପ୍ରଶଂସିତହେବେ । ଆଚାର ବ୍ୟବହାରରେ ଶାନ୍ତ ହୋଇ, ଆଶା କରୁଥିବା କାର୍ଯ୍ୟରେ ସଫଳତା ପାଇବେ । ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ ପାଇ କଳବଳ ଖଟାଇ ନିଜର ସ୍ଥାନକୁ କୌଣସିମତେ ଦୃଢ ରଖି ପାରିବେ । କାର୍ଯ୍ୟରେ ସ୍ଥିରତା ଯୋଗେ ମିତ୍ର ଭାଇ ବନ୍ଧୁମାନେ ସହଯୋଗ କରିବେ । ନୂଆ ସୁଯୋଗ ମିଳିବା ହେତୁ ଉନ୍ନତିର ପଥ ସୁଗମ ହେବ । ଦୂରଯାତ୍ରାର ସୁଯୋଗ ପାଇ ନିଜ ପରିଶ୍ରମରେ ସଫଳତା ପାଇବେ । ପ୍ରତିକାର- ରବିବାର ଦିନ ଧଳାବସ୍ତ୍ର ପରିଧାନ କରନ୍ତୁ । ନତୁବା ଧଳା ରୁମାଲ ଟିଏ ପାଖରେ ରଖନ୍ତୁ ।
ବିଚ୍ଛା:-ରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ପ୍ରଥମ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ସମସ୍ତ ପ୍ରକାର ବ୍ୟବସାୟରେ ସତର୍କ ରହିବା ଦ୍ଵାରା ଉନ୍ନତି ଓ ଲାଭବାନ୍ ହେବେ । କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ । କର୍ମଚାରୀମାନେ କର୍ମକ୍ଷେତ୍ରରେ ବହୁ ଅସୁବିଧାର ସମ୍ମୁଖୀନ ହେଲେବି ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ଗୁପ୍ତଶତୃଙ୍କ ଚକ୍ରାନ୍ତରେ ପଡ଼ିଲେ ମଧ୍ୟ ନିଜର କଠିନ ପରିଶ୍ରମ ଫଳରେ ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ୍ତ କରିପାରିବେ । ବିରୋଧୀମାନେ ଶାନ୍ତ ହୋଇଯିବା ଫଳରେ ପରିବାରରେ ହସ ଖୁସିର ବାତାବରଣ ସୃଷ୍ଟି ହେବା ସହ ଦାମ୍ପତ୍ୟ ସୁଖରେ ସନ୍ତୋଷ ରହିବେ । ନିଜର ଯୁକ୍ତିଦ୍ଵାରା କାର୍ଯ୍ୟରେ ସଫଳ ହେବେ । ଚେଷ୍ଟା ସାର୍ଥକ ହେଲେ ମଧ୍ୟ ଭବିଷ୍ୟତ ଚିନ୍ତା ରହିବ । ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସଫଳତା ଲାଭ କରିବେ । ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ଶତୃମାନଙ୍କୁ ମୁକାବିଲା କରି ପାରିବେ । ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ । ପ୍ରତିକାର- ପ୍ରତ୍ୟେକ ଦିନ ପାଣିରେ ଟିକେ ଗୋମୁତ୍ର ପକାଇ ସ୍ନାନ କରନ୍ତୁ ।
ଧନୁ:-ରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ବ୍ୟୟ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ସାମାଜିକ ଦାୟିତ୍ୱ ବୃଦ୍ଧି ପାଇବ । ବ୍ୟବସାୟ କ୍ଷେତ୍ରରେ ସଫଳତା ଅର୍ଜନ କରି ଭାଗୀଦାରୀରେ ହୋଇଥିବା କ୍ଷତିରୁ ବଞ୍ଚିଯିବେ । ସଚ୍ଚୋଟ ମିତ୍ର ପ୍ରାପ୍ତି ହେବେ । କଠିନ ପରିଶ୍ରମ କରିବା ଫଳରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ । ଆଶା କରୁଥିବା ଖବର ପାଇ ଖୁସି ହୋଇଯିବେ । ପରୋପକାର କାର୍ଯ୍ୟରେ ବିଶେଷ ରୁଚି ବଢ଼ିବ । କାର୍ଯ୍ୟ କ୍ଷେତ୍ରରେ ସଫଳତା ପାଇ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ପରିବାରରେ ଉତ୍ତମ ଯୋଜନାବଦ୍ଧ ହେବା ଫଳରେ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବା ସହ ପ୍ରେମ ରୋମାନ୍ସରେ ସମୟ ବିତେଇ ପାରନ୍ତି । ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମ ସନ୍ତୋଷ ବଢ଼େଇବ । ପ୍ରତିକାର:- ପ୍ରତ୍ୟେକ ରବିବାରରେ କଦଳୀଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ ।
ମକର:-ରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଏକାଦଶ ଭାବରେ ବା ଲାଭଭାବରେ ଅବସ୍ଥାନ କରିବେ । ଯାହାଫଳରେ ଶରୀର ସୁସ୍ଥ ରହିବ । ସମସ୍ତ ଚିନ୍ତା ଓ ଧ୍ୟାନ କାର୍ଯ୍ୟ ଉପରେ ଲଗେଇ ପରିଶ୍ରମ ଓ ମେହନତ ଦ୍ୱାରା ପ୍ରବଳ ଲାଭ ପାଇବେ । ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ସହଜ ସରଳରେ କର୍ମ ନିଯୁକ୍ତି ପାଇବେ । କର୍ମକ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହୋଇ ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ସହିତ ମତଭେଦ ସମାପ୍ତ ହେବ । ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ବୁଡ଼ି ଯାଉଥିବା ପଇସା କିମ୍ବା ଆପଣଙ୍କଠାରୁ କେହି ଅର୍ଥ ନେଇ ଦେଉନଥିଲେ କଳେବଳେ କୌଶଳେ ପ୍ରାପ୍ତି ହେବା ଫଳରେ ଆର୍ଥିକସ୍ଥିତି ପୂର୍ବପରି ରହିବ । ବନ୍ଧୁବାନ୍ଧବଙ୍କ ଠାରୁ ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳତା ଅର୍ଜନ କରି ଉତ୍ସାହିତ ହେବେ । ପ୍ରତିକାର- ପ୍ରତ୍ୟେକ ଦିନ ନିମ୍ବକାଠରେ ଚନ୍ଦନ ଘୋରି ମସ୍ତକରେ ଧାରଣ କରନ୍ତୁ ।
କୁମ୍ଭ:-ରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଦଶମଭାବରେ ବା କର୍ମଭାବରେ ଅବସ୍ଥାନ କରିବେ । ଯାହାଫଳରେ ଉତ୍ସାହ, ଉଦ୍ଦୀପନା ବୃଦ୍ଧି ପାଇବ । ପୁରୁଣା ରୋଗର ଉପଶମ ହୋଇ ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖା ଦେବ । ଆର୍ଥିକ ଦୃଷ୍ଟି କୋଣରୁ ଅନୁକୂଳ ରହିବା ଫଳରେ ଜାଗା, ଜମି, ଗୃହ, ବାହନ ଆଦି କ୍ରୟ କରିବାର ସୁଯୋଗ ପାଇବେ । ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ମେଣ୍ଟିଯିବ ଓ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । କର୍ମ ସନ୍ଧିତ୍ସୁମାନେ କର୍ମ ନିଯୁକ୍ତିରେ ସଫଳ ହେବେ । କୋର୍ଟ, କଚେରୀ, ମାଲିମକଦ୍ଦମା, ବାଦବିବାଦ କ୍ଷେତ୍ରରେ ଜୟଯୁକ୍ତ ହେବେ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ବ୍ୟବସାୟ ଦିଗରୁ ପ୍ରାୟତଃ ଅନୁକୂଳ ରହିବା ଫଳରେ ଆଶାତୀତ ଲାଭ ପାଇବାର ରାସ୍ତା ପରିସ୍କାର ହୋଇଯିବ । କର୍ମ କ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ଓ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପ୍ରତିକାର- ପ୍ରତ୍ୟେକ ଦିନ ତୁଲସୀ ମୂଳ ମାଟି ମସ୍ତକରେ ଧାରଣ କରନ୍ତୁ ।
ମୀନ:-ରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ନବମ ଭାବରେ ଭାଗ୍ୟ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ସାମାଜିକ କାର୍ଯ୍ୟରେ ଭାଗ ନେଇ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ଶତୃ ବୃଦ୍ଧି ହେଲେ ମଧ୍ୟ ମିତ୍ରଙ୍କଠାରୁ ସହଯୋଗ ପାଇବା ସହ ଶତୃମାନେ ଅପଦସ୍ତ ହୋଇ ଆର୍ଥିକ ସ୍ଥିତିରେ ସାମାନ୍ୟ ଉନ୍ନତି ହେବ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରି ପାରନ୍ତି । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ଆଧ୍ୟାତ୍ମକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇ ପାରନ୍ତି । ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ଫଳରେ ପ୍ରଶଂସା ପାଇବେ । ସରକାରୀ କ୍ଷେତ୍ରରେ ସମ୍ପର୍କ ବୃଦ୍ଧି ପାଇବା ସହ ଚିନ୍ତା କରୁଥିବା କାର୍ଯ୍ୟ ପୂରଣ ହେବା ଫଳରେ ଆନନ୍ଦିତ ହେବେ । ଛାତ୍ର-ଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେବା ଫଳରେ ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ । ରାଜନୀତି କ୍ଷେତ୍ରରେ ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ପ୍ରତିକାର- ପ୍ରତ୍ୟେକ ଦିନ କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।