ବୃହସ୍ପତି ଚଳିବେ ମୀନ ରାଶିକୁ କଣ ରହିବ 12 ଟି ରାଶି ଉପରେ ପ୍ରଭାବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା ଅପ୍ରେଲମାସ ୧୩ତାରିଖ ବୁଧବାରରେ ବୃହସ୍ପତି କୁମ୍ଭରାଶିରୁ ପୂର୍ବଭାଦ୍ରପଦ ନକ୍ଷତ୍ର ମୀନରାଶିକୁ ସ୍ଵଚାର ହୋଇ ଗମନ କରିବେ । ମୀନରାଶିରେ ୨୦୨୩ମସିହା ଅପ୍ରେଲମାସ ୨୨ତାରିଖ ପର୍ଯ୍ୟନ୍ତ ରହିବା ଫଳରେ କଣ ରହିବ ବାରୋଟି ରାଶି ପ୍ରତି ଗୁରୁଙ୍କ ପ୍ରଭାବ କଣକରିବେ ପ୍ରତିକାର ଆସନ୍ତୁ ଜାଣିବା ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଲଗ୍ନରେ ବିଶେଷ ଗୁରୁତ୍ୱ ନଦେଇ ଚନ୍ଦ୍ର ଲଗ୍ନରେ ବିଚାର କରିବା ବିଶେଷ ଫଳଦାୟୀ । ସେଥିପାଇଁ ଜନ୍ମ ଲଗ୍ନ କୁଣ୍ଡଳୀ ପ୍ରସ୍ତୁତ କରିବା ସହ, ଚନ୍ଦ୍ରଲଗ୍ନ କୁଣ୍ଡଳୀ ପ୍ରସ୍ତୁତ କରିବା ଉଚିତ୍ । ଜନ୍ମ ସମୟରେ ଯୋଉ ରାଶିରେ ଚନ୍ଦ୍ର ଥାଏ ସେହି ରାଶିରୁ ଆରମ୍ଭ କରିବାକୁ ହୁଏ । ତାତ୍ପର୍ଯ୍ୟ ହେଉଛି ଚନ୍ଦ୍ରମା ମନଷୋଜାତଃ ଏହା ବେଦବାକ୍ୟ । ଚନ୍ଦ୍ର ମନର କାରକ ହୋଇଥିବାରୁ ଅଶୁଭ ଗ୍ରହର ପ୍ରଭାବ ଚନ୍ଦ୍ର ଉପରେ ପଡିଲେ କିମ୍ବା ଚନ୍ଦ୍ର ଅଶୁଭ ରାଶିସ୍ଥିତ ହେଲେ ସବୁ ପ୍ରକାର ଅନିଷ୍ଟ ଫଳ ଭୋଗ କରିବାକୁ ପଡିଥାଏ । ଅନେକ ସମୟରେ ସମସ୍ତ ପ୍ରକାର ସୁଖରେ କାଳାତିପାତ କରୁଥିଲେ ମଧ୍ୟ ଚନ୍ଦ୍ରର ଅଶୁଭତ୍ୱ ଯୋଗ ମନରେ କାଳ୍ପନିକ ଚିନ୍ତା ଯୋଗେ ଏବଂ ଆଶଙ୍କା ବସତଃ ବହୁତ ଦୁଃଖ ଭୋଗ କରିବାକୁ ପଡିଥାଏ । ଅନେକଥର ଏହି ପ୍ରକାର ଅଜଣା ଆତଙ୍କ ଦୁଃଖ ମଣିଷ ଭୋଗ କରିଥାଏ । ଅନେକ ସମୟରେ ଦେଖାଯାଇଛି ଚତୁଃପାଶ୍ୱର୍ରେ ଦୁଃଖ ଘେରି ରହିଥିଲେ ମଧ୍ୟ ଆନନ୍ଦ ସୁଖ ବେଳେ ବେଳେ ମନକୁ ପ୍ରଫୁଲ୍ଲିତ କରିଥାଏ । ସେହି ଦୃଷ୍ଟିରୁ ଚନ୍ଦ୍ର ମନର ଅଧିଷ୍ଠାତା ହୋଇଥିବାରୁ ଚନ୍ଦ୍ରସ୍ଥିତି ରାଶିଠାରୁ ସମସ୍ତ ଗ୍ରହମାନଙ୍କର ଗୋଚରପଳ ବିବେଚନା କରିବାକୁ ପଡିଥାଏ । ଗୁରୁଗ୍ରହ ସବୁଠାରୁ ଶୁଭଗ୍ରହ ଅଟନ୍ତି । ଗୁରୁଗ୍ରହ ସନ୍ତାନ, ଧନ, ଜ୍ଞାନ ତଥା ନ୍ୟାୟର ପ୍ରତୀକ ବୋଲି କୁହାଯାଏ । ଗୁରୁଗ୍ରହ ପ୍ରଭାବିତ ଜାତକ ବହୁତ ଜ୍ଞାନୀ ହୋଇଥାନ୍ତି । ଯଦି ଗ୍ରହ ଅଶୁଭରେ ଅବସ୍ଥିତ ହୋଇଛନ୍ତି ତେବେ ଧନହାନୀ, ଆର୍ଥିକ କ୍ଷତି, ସନ୍ତାନ ସୁଖରେ ବିଳମ୍ବ ବା ଝିଅମାନଙ୍କ ବିବାହ ହୋଇପାରେ ନାହିଁ । ନବଗ୍ରହରେ ବୃହସ୍ପତିଙ୍କୁ ଗୁରୁଙ୍କ ଉପାଧି ପ୍ରାପ୍ତ ହୋଇଛି । ମାନବ ଜୀବନରେ ବୃହସ୍ପତିଙ୍କ ମହତ୍ୱପୂର୍ଣ୍ଣ ପ୍ରଭାବ ପଡେ । ବୃହସ୍ପତି ସର୍ବଦା ଆପଦ ବିପଦରେ ରକ୍ଷା କରି ଥାନ୍ତି । ବୃହସ୍ପତି ଦଶା ଶେଷ ହେଲେ ଜାଣିବାକୁ ହେବ ଯେ ଶରୀରରୁ ଆତ୍ମା ଅଲଗା ହେବା ସହିତ ସମାନ ।

ମେଷ:-ମେଷରାଶିଜାତ ଆବାଳ ବୃଦ୍ଧ ବନିତାଙ୍କର ବୃହସ୍ପତି ଦ୍ୱାଦଶ ସ୍ଥାନରେ ପ୍ରବେଶ କରିଛନ୍ତି । ନାଶ ସ୍ଥାନରେ ପ୍ରବେଶ କରି ସୁଖଭାବ, ରୋଗଭାବ, ଏବଂ ନିଧନ ଭାବକୁ ପୂର୍ଣ୍ଣ ଦୃଷ୍ଟିରେ ଦେଖୁଛନ୍ତି । ଯାହା ଫଳରେ ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । କର୍ମକ୍ଷେତ୍ରରେ ସୁବିଧା ସୁଯୋଗ ପାଇ ଉଚ୍ଚ ସମ୍ମାନ ପାଇବା ସହ ପ୍ରଶଂସିତ ହେବେ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ ଓ ସୁଖଶାନ୍ତି ବୃଦ୍ଧି ହେବ । ରାଜନୀତି କ୍ଷେତ୍ରରେ ଜନସମ୍ପର୍କ ସୁଦୃଢ ହେବା ଫଳରେ ଯାହା ଚିନ୍ତା କରିବେ ତାହା ପୂରଣ ହେବ । ଧାର୍ମିକ କାର୍ଯ୍ୟରେ ମନ ବଳାଇବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମପ୍ରସଙ୍ଗରେ ମଧୁରତା ଆସିବା ସହ ଶୁଭକାର୍ଯ୍ୟରେ ଯୋଗ ଦେବେ । ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ବିଦ୍ୟାକ୍ଷେତ୍ରରେ ସମସ୍ୟାର ସମାଧାନ ହୋଇ ସଫଳତା ମିଳିବ । ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବା ଫଳରେ ବ୍ୟବସାୟ କ୍ଷେତ୍ରରେ ଆୟ ବୃଦ୍ଧି ହେବା ସହ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହୋଇପାରେ । କେତେକ କ୍ଷେତ୍ରରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇ ପାରେ । ଅଯଥାଧନ ଖର୍ଚ୍ଚହୋଇଯିବା ଫଳରେ ବିରକ୍ତିସ୍ୱଭାବ ପ୍ରକାଶପାଇ ପାରେ । ପୈତୃକ ସମ୍ପତ୍ତିରେ ସମସ୍ୟା ଦେଖାଦେଇ ପାରେ । ସତର୍କତା ଅବଲମ୍ବନ ନକଲେ ମାନସମ୍ମାନ ହାନୀହେବାର ବିଶେଷ ସମ୍ଭାବନା ଅଛି । ପିଲାମାନଙ୍କ କାର୍ଯ୍ୟ ପ୍ରତି ଦୃଷ୍ଟି ରଖିବା ଆବଶ୍ୟକ । ପ୍ରତିକାର- ବ୍ରହ୍ମଜଷ୍ଠି ମୂଳ ବା ବ୍ରାହ୍ମଣଝାଟିଆ ମୂଳକୁ ବ୍ରାହ୍ମଣଙ୍କ ଦ୍ୱାରା ନିମନ୍ତ୍ରଣ କରିଆଣି ନିଜର ନାମ ଓ ଗୋତ୍ରାନୁଯାୟୀ ଅଭିମନ୍ତ୍ରଣ କରି ହଳଦିଆ ଉଲ୍ ସୂତାରେ ସ୍ତ୍ରୀମାନେ ବାମ ବାହୁରେ ପୁରୁଷମାନେ ଦକ୍ଷିଣ ବାହୁରେ ବନ୍ଧନ କରିଲେ ବୃହସ୍ପତି ସନ୍ତୁଷ୍ଟ ରହିବେ ।

ବୃଷ:-ବୃଷରାଶିଜାତ ଆବାଳ ବୃଦ୍ଧ ବନିତାଙ୍କର ବୃହସ୍ପତି ଏକାଦଶ ବା ଲାଭଭାବରେ ପ୍ରବେଶ କରି ପରାକ୍ରମଭାବ, ସନ୍ତାନଭାବ, ଦାମ୍ପତ୍ୟ ଭାବକୁ ପୂର୍ଣ୍ଣ ଦୃଷ୍ଟିରେ ଦେଖୁଛନ୍ତି । ଯାହା ଫଳରେ ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ । ଆକସ୍ମିକ ଧନ ପ୍ରାପ୍ତି ହେବ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ବ୍ୟବସାୟ ସଂସ୍ଥାନ, ଶିଳ୍ପ ପ୍ରତିଷ୍ଠା ଯୋଜନା ସାଫଲ୍ୟ ଦାୟକ ହେବ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ । ରାଜନୀତି କ୍ଷେତ୍ରରେ ସାଫଲ୍ୟ, ଉଚ୍ଚସମ୍ମାନ ଓ ପଦ ପଦବୀ ଲାଭହେବ । ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ସରକାରୀ କାମରେ ସଫଳତା ମିଳିବ । ଧୈର୍ଯ୍ୟ, ସାହସ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରି ପାରିବେ । ଆର୍ଥିକ ଉନ୍ନତି ହେବା ସହ ଶତୃ ପରାଜିତ ହେବେ । ବ୍ୟବସାୟ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନ ହେବା ଫଳରେ ବ୍ୟବସାୟରେ ପରିଶ୍ରମ ଫଳରେ ଧିରେ ଧିରେ ଉନ୍ନତି ହେବ । ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ନ ରଖିଲେ କେତେକ କ୍ଷେତ୍ରରେ ବିଫଳ ହେବେ । କଠିନ ପରିଶ୍ରମ କରିବା ଯୋଗୁ ଶାରରୀକ ଅସୁସ୍ଥତା ଦେଖା ଦେଇ ପାରେ । ପ୍ରତିକାର- ବ୍ରହ୍ମଜଷ୍ଠି ମୂଳ ବା ବ୍ରାହ୍ମଣଝାଟିଆ ମୂଳକୁ ବ୍ରାହ୍ମଣଙ୍କ ଦ୍ୱାରା ନିମନ୍ତ୍ରଣ କରିଆଣି ନିଜର ନାମ ଓ ଗୋତ୍ରାନୁଯାୟୀ ଅଭିମନ୍ତ୍ରଣ କରି ହଳଦିଆ ଉଲ୍ ସୂତାରେ ସ୍ତ୍ରୀମାନେ ବାମ ବାହୁରେ ପୁରୁଷମାନେ ଦକ୍ଷିଣ ବାହୁରେ ବନ୍ଧନ କରିଲେ ବୃହସ୍ପତି ସନ୍ତୁଷ୍ଟ ରହିବେ ।

ମିଥୁନ:-ମିଥୁନରାଶିଜାତ ଆବାଳ ବୃଦ୍ଧ ବନିତାଙ୍କର ବୃହସ୍ପତି ଦଶମ ସ୍ଥାନରେ ବା କର୍ମ ଭାବରେ ପ୍ରବେଶ କରିବା ଫଳରେ ଧନଭାବ, ସୁଖଭାବ, ରୋଗ ଭାବକୁ ପୂର୍ଣ୍ଣ ଦୃଷ୍ଟିରେ ଦେଖୁଛନ୍ତି । ଏହା ଦ୍ୱାରା ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବଢିବା ସହ ମୁଖ୍ୟ ନେତାଙ୍କର ପ୍ରିୟପାତ୍ର ହେବେ । ଜାଗା ଜମି ସମ୍ବନ୍ଧିୟ ବିବାଦ, କୋର୍ଟ କଚେରୀ କାର୍ଯ୍ୟ ଓ ସରକାରୀ କାର୍ଯ୍ୟରେ ସଫଳତା ଲାଭ କରିବେ । ପଢ଼ାପଢ଼ିରେ ମନଦେବେ ଓ ଉଚ୍ଚଶିକ୍ଷା ସମ୍ମିଳନୀରେ ଯୋଗଦେଇ ଖୁସୀ ହେବେ । ଶତୃମାନେ ପରାଜିତ ହୋଇ ଅଚାନକ ଧନଲାଭ ହେବାରୁ ଖୁସି ହେବେ । ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ପରିଶ୍ରମ ଦ୍ଵାରା ଆୟରପନ୍ଥା ସହଜ ହେବ । ନିର୍ମାଣ ମୂଳକ ଯୋଜନାରେ ଆଗେଇବା ଯୋଗେ ଅଧାଥିବା କାର୍ଯ୍ୟ ପୂରଣ ହେବ । କର୍ମକ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । ପଡୋଶୀ ବା କୁଟୁମ୍ବଙ୍କ ସହ ମାନମନାନ୍ତର ଥିଲେ ମେଣ୍ଟିଯିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । ଯେତେ ସଂଯମତା ରଖି କଥା କହିଲେ ମଧ୍ୟ ଅନ୍ୟମାନେ ଆପଣଙ୍କ କଥାକୁ କଦର୍ଥ କରି ପାରନ୍ତି । ଆତ୍ମୀୟ ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ ଓ ଗୃହୋପକାରଣ କ୍ରୟକରିବା ଫଳରେ ଆର୍ଥିକ ସ୍ଥିତିରେ ଅବନ୍ନତି ଦେଖା ଦେଇ ପାରେ । ପ୍ରତିକାର- ବ୍ରହ୍ମଜଷ୍ଠି ମୂଳ ବା ବ୍ରାହ୍ମଣଝାଟିଆ ମୂଳକୁ ବ୍ରାହ୍ମଣଙ୍କ ଦ୍ୱାରା ନିମନ୍ତ୍ରଣ କରିଆଣି ନିଜର ନାମ ଓ ଗୋତ୍ରାନୁଯାୟୀ ଅଭିମନ୍ତ୍ରଣ କରି ହଳଦିଆ ଉଲ୍ ସୂତାରେ ସ୍ତ୍ରୀମାନେ ବାମ ବାହୁରେ ପୁରୁଷମାନେ ଦକ୍ଷିଣ ବାହୁରେ ବନ୍ଧନ କରିଲେ ବୃହସ୍ପତି ସନ୍ତୁଷ୍ଟ ରହିବେ ।

କର୍କଟ:-କର୍କଟ ରାଶିଜାତ ଆବାଳ ବୃଦ୍ଧ ବନିତାଙ୍କର ବୃହସ୍ପତି ଭାଗ୍ୟସ୍ଥାନରେ ପ୍ରବେଶ କରୁଥିବାରୁ ଲଗ୍ନ ପରାକ୍ରମ ସନ୍ତାନ ଭାବକୁ ପୂର୍ଣ୍ଣ ଦୃଷ୍ଟିରେ ଦେଖୁଛନ୍ତି । ଯାହାଦ୍ୱାରା ଆପଣଙ୍କୁ ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଛାତ୍ର ଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେବା ଫଳରେ ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ । ରାଜନୀତି କ୍ଷେତ୍ରରେ ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । କଳକାରଖାନା, କୋଇଲା ଖଣି, ରେଳବିଭାଗ, ଡାକ ଓ ତାର ବିଭାଗ, ଟ୍ରାନ୍ସପୋର୍ଟ ବିଭାଗରେ କାର୍ଯ୍ୟ କରୁଥିବା କର୍ମଚାରୀମାନେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ପୂର୍ବରୁ ଥିବା ପାରିବାରିକ ସମସ୍ୟା ଗୁଡ଼ିକ ଧିରେ ଧିରେ ସମାଧାନ ହୋଇ ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ । ସାମାଜିକ ଉତ୍ସବରେ ଯୋଗ ଦେଇ ଆନୁଷ୍ଠାନିକ କାମରେ ଦକ୍ଷତା ହେତୁ ବନ୍ଧୁମାନଙ୍କ ଦ୍ୱାରା ପ୍ରଶଂସିତ ହେବେ । ସହକର୍ମୀମାନେ ଓ ପଡ଼ୋଶୀମାନେ କଅଁଳିଆ କଥା କହି କାର୍ଯ୍ୟ ହାସଲ କରିବାର ଚେଷ୍ଟା କରିବେ । ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ । ପ୍ରତିକାର- ବ୍ରହ୍ମଜଷ୍ଠି ମୂଳ ବା ବ୍ରାହ୍ମଣଝାଟିଆ ମୂଳକୁ ବ୍ରାହ୍ମଣଙ୍କ ଦ୍ୱାରା ନିମନ୍ତ୍ରଣ କରିଆଣି ନିଜର ନାମ ଓ ଗୋତ୍ରାନୁଯାୟୀ ଅଭିମନ୍ତ୍ରଣ କରି ହଳଦିଆ ଉଲ୍ ସୂତାରେ ସ୍ତ୍ରୀମାନେ ବାମ ବାହୁରେ ପୁରୁଷମାନେ ଦକ୍ଷିଣ ବାହୁରେ ବନ୍ଧନ କରିଲେ ବୃହସ୍ପତି ସନ୍ତୁଷ୍ଟ ରହିବେ । ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-ସିଂହରାଶିଜାତ ଆବାଳ ବୃଦ୍ଧ ବନିତାଙ୍କର ବୃହସ୍ପତି ଅଷ୍ଟମ ସ୍ଥାନରେ ପ୍ରବେଶ କରି ଦ୍ୱାଦଶ ଭାବ, ଧନଭାବ ଓ ସୁଖଭାବକୁ ପ୍ରଭାବିତ କରୁଛନ୍ତି । ଶତୃମାନେ ତଳମୁହାଁ ହେବେ । ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବା ଫଳରେ ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ । ଶିଳ୍ପ, ବାଣିଜ୍ୟ, ପରିବହନ ବ୍ୟବସାୟ ଓ ନିର୍ମାଣ କ୍ଷେତ୍ରରେ ଉନ୍ନତ ମାନର ଫଳ ପାଇବେ । ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ୟାର ସମାଧାନ କରିପାରିଲେ ସମସ୍ତ ସମସ୍ୟା ଅପସରି ଯିବ । କଳେବଳେ କୌଶଳରେ ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରିବେ । ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ । ମାଲିମକଦ୍ଦମାରେ ବିଜୟଲାଭ ହେବ । କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀ, ସହକର୍ମୀ, ଭାଇବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ବନ୍ଧୁ ବାନ୍ଧବଙ୍କ ସହ ମନୋମାଳିନ୍ୟ ସୃଷ୍ଟି ହୋଇପାରେ । ଦାମ୍ପତ୍ୟ ସୁଖରେ ବାଧା ଦେଖା ଦେଇ ପାରେ । ପ୍ରତିକାର- ଅଶୁଭତ୍ୱ ଖଣ୍ଡନ ପାଇଁ ପ୍ରତ୍ୟେକ ଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ । ବ୍ରହ୍ମଜଷ୍ଠି ମୂଳ ବା ବ୍ରାହ୍ମଣଝାଟିଆ ମୂଳକୁ ବ୍ରାହ୍ମଣଙ୍କ ଦ୍ୱାରା ନିମନ୍ତ୍ରଣ କରିଆଣି ନିଜର ନାମ ଓ ଗୋତ୍ରାନୁଯାୟୀ ଅଭିମନ୍ତ୍ରଣ କରି ହଳଦିଆ ଉଲ୍ ସୂତାରେ ସ୍ତ୍ରୀମାନେ ବାମ ବାହୁରେ ପୁରୁଷମାନେ ଦକ୍ଷିଣ ବାହୁରେ ବନ୍ଧନ କରିଲେ ବୃହସ୍ପତି ସନ୍ତୁଷ୍ଟ ରହିବେ ।

କନ୍ୟା:-କନ୍ୟାରାଶିଜାତ ଆବାଳ ବୃଦ୍ଧ ବନିତାଙ୍କର ବୃହସ୍ପତି ସପ୍ତମଭାବରେ ପ୍ରବେଶ କରି ଲାଭଭାବ, ପରାକ୍ରମ ଭାବ ଏବଂ ଲଗ୍ନଭାବକୁ ପ୍ରଭାବିତ କରୁଛନ୍ତି । ଦୀର୍ଘ୩୦ବର୍ଷ ପରେ ଏହି ସୁଯୋଗ ଆପଣ ପାଉଛନ୍ତି । ଏହା ଫଳରେ ଆପଣଙ୍କର ଶତୃ ଓ ବିରୋଧୀମାନେ ଯେତେ ଚାହିଁଲେ ମଧ୍ୟ ଆପଣଙ୍କର କିଛି ଅହିତ ସାଧନ କରିପାରିବେ ନାହିଁ । କୀର୍ତ୍ତି ଓ ପ୍ରତିଷ୍ଠାକୁ ସ୍ପର୍ଶ ମଧ୍ୟ କରିପାରିବେ ନାହିଁ । ପରୋପକାର ବା ଲୋକକଲ୍ୟାଣ କାମରେ ବ୍ୟସ୍ତ ରହିବେ । କ୍ରୋଧିତ ହେଲେ ତିଆରି କରିଥିବା କାର୍ଯ୍ୟରେ ସଫଳ ହେବେ ନାହିଁ । ବ୍ୟବସାୟ ପାଇଁ ଆଖପାଖକୁ ଯାତ୍ରା କରିବାର ସମ୍ଭାବନା ଅଛି । ପୁରୁଣା ବନ୍ଧୁଙ୍କ ସହାୟତାରେ ଆର୍ଥିକସ୍ଥିତି ବଦଳିବ । ମିତ୍ର ସହଯୋଗୀମାନେ ସାହାଯ୍ୟ ସହଯୋଗ କରିବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ସ୍ୱାସ୍ଥ୍ୟ ପାଇଁ ଚିନ୍ତିତ ରହିବେ ଓ ଉଦର ରୋଗ, ବାୟୁବିକାର, ଚର୍ମରୋଗ, ସ୍ନାୟୁ ଦୁର୍ବଳତା ଆଦି ରୋଗମାନ ଦେଖାଦେଇପାରେ । ପ୍ରତିକାର କଲେ ସମସ୍ତ ଶୁଭଫଳ ନିଶ୍ଚୟ ପାଇବେ । ପ୍ରତିକାର- ବ୍ରହ୍ମଜଷ୍ଠି ମୂଳ ବା ବ୍ରାହ୍ମଣଝାଟିଆ ମୂଳକୁ ବ୍ରାହ୍ମଣଙ୍କ ଦ୍ୱାରା ନିମନ୍ତ୍ରଣ କରିଆଣି ନିଜର ନାମ ଓ ଗୋତ୍ରାନୁଯାୟୀ ଅଭିମନ୍ତ୍ରଣ କରି ହଳଦିଆ ଉଲ୍ ସୂତାରେ ସ୍ତ୍ରୀମାନେ ବାମ ବାହୁରେ ପୁରୁଷମାନେ ଦକ୍ଷିଣ ବାହୁରେ ବନ୍ଧନ କରିଲେ ବୃହସ୍ପତି ସନ୍ତୁଷ୍ଟ ରହିବେ । ପ୍ରତ୍ୟେକ ଗୁରୁବାର ଦିନ ଗାଈକୁ କଦଳୀ ଏବଂ ଗୁଡ଼ ଖାଇବାକୁ ଦେବେ ।

ତୁଳା:-ତୁଳାରାଶିଜାତ ଆବାଳ ବୃଦ୍ଧ ବନିତାଙ୍କର ବୃହସ୍ପତି ଷଷ୍ଠ ସ୍ଥାନରେ ପ୍ରବେଶ କରି କର୍ମସ୍ଥାନ, ବ୍ୟୟସ୍ଥାନ ଏବଂ ଧନ ବା କୁଟୁମ୍ବ କ୍ଷେତ୍ରକୁ ପ୍ରଭାବିତ କରୁଛନ୍ତି । ଯାହା ଫଳରେ ଆପଣଙ୍କର ଜମି, ଜାଗା, ବାସ ଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ନ୍ୟାୟଧୀଶ, ପ୍ରଶାସନିକ ସେବା ଅଧିକାରୀ, ଓକିଲ, ଜେଲର, ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା, ଡାକ୍ତର ଇତ୍ୟାଦି ହୋଇଥିଲେ ବା ଏହି ସମ୍ବନ୍ଧିୟ ଦ୍ରବ୍ୟ ବ୍ୟବସାୟ କରୁଥିଲେ ଆଶାତୀତ ଲାଭ ପାଇବେ । ବିଶେଷ କରି ବିଦ୍ୟାର୍ଥିମାନଙ୍କ ପାଇଁ ଏହା ଏକ ସୁବର୍ଣ୍ଣ ସୁଯୋଗ । ପ୍ରତିଯୋଗିତା ପରୀକ୍ଷା, ପ୍ରବେଶିକା ପରୀକ୍ଷାରେ ଓ ପ୍ରଶାସନିକ ସେବା ପାଇଁ କରିଥିବା ଶ୍ରମ ଅବଶ୍ୟ ଶୁଭଫଳ ଦେବ । ପରାକ୍ରମ ପ୍ରତିଷ୍ଠା ମାନ ବୃଦ୍ଧି ହେବ । କର୍ମଚାରୀମାନେ ପ୍ରମୋଶନ ପାଇ ଖୁସୀ ହେବେ ଏବଂ ଧନ ଲାଭ କରିବାର ସୁଯୋଗ ପାଇବେ । ବ୍ୟବସାୟୀମାନେ ଯେ କୌଣସି ଯାଗାରୁ ଧନ ଉପାର୍ଜନ କରି ପାରିବେ । ଏହି ସମୟରେ ବ୍ୟବସାୟୀମାନେ ବ୍ୟବସାୟକୁ ବିସ୍ତାରିତ କରିବା ପାଇଁ ସକ୍ଷମ ହେବେ ଏବଂ ସମ୍ପତ୍ତି କ୍ରୟ କରିବା ପାଇଁ ଅତ୍ୟନ୍ତ ଶୁଭ ସମୟ । ସନ୍ତାନ ଠାରୁ ସୁଖପ୍ରାପ୍ତି ହେବ । ପୁତ୍ର ରତ୍ନ ପ୍ରାପ୍ତି ହେବ । ଧର୍ମ କାର୍ଯ୍ୟରେ ସାମାଜିକ କ୍ଷେତ୍ରରେ ଓ ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବା ସହ ସଫଳତା ପ୍ରାପ୍ତି ହେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ । ପ୍ରତ୍ୟେକ ଗୁରୁବାର ଦିନ ଗାଈକୁ କଦଳୀ ଏବଂ ଗୁଡ଼ ଖାଇବାକୁ ଦେବେ ।

ବିଚ୍ଛା:-ବିଚ୍ଛାରାଶିଜାତ ଆବାଳ ବୃଦ୍ଧ ବନିତାଙ୍କର ଦେବଗୁରୁ ପଞ୍ଚମ ଭାବରେ ଅର୍ଥାତ୍ ବୁଦ୍ଧି ଏବଂ ସନ୍ତାନ କ୍ଷେତ୍ରରେ ଗୁରୁ ପ୍ରବେଶ କରିଛନ୍ତି ଯାହା ଫଳରେ ଏହି ସମୟ ମଧ୍ୟରେ ଭାଗ୍ୟ ଭାବ, ଆୟଭାବ, ଶରୀରଭାବ ଓ ସନ୍ତାନକ୍ଷେତ୍ର ପ୍ରଭାବିତ ହେବ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ । ମାଲିମୋକଦ୍ଦମାରେ ଜୟଯୁକ୍ତ ହେବେ । ନୂତନ ସମ୍ପତ୍ତି କ୍ରୟ କରିବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ଭାତୃବିବାଦ, ପଡୋଶୀ କଳହ ମେଣ୍ଟିଯିବ । ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ସହ ଉତ୍ତମ ସମ୍ପର୍କ ରହିବା ଫଳରେ ଯଶ-ମାନ-ପ୍ରତିଷ୍ଠା ବୃଦ୍ଧି ପାଇବ । ବିଦ୍ୟାର୍ଥିମାନଙ୍କ ପାଇଁ ବର୍ତ୍ତମାନ ବିଶେଷ ଅନୁକୂଳ ସମୟ । ପ୍ରତିଯୋଗିତାରେ ପ୍ରଶାସନ ସେବା ସମ୍ବଧିତ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ଆଶାତୀତ ଫଳ ପାଇବେ । ନେଇଥିବା ଲୋକ କିମ୍ବା ନଦଉଥିବା ଲୋକ ଏବଂ ସାହାଯ୍ୟ କରିଥିବା ଲୋକଠାରୁ ସମସ୍ତ ଅର୍ଥପ୍ରାପ୍ତି ହୋଇଯିବ । ନୂତନ ବ୍ୟବସାୟ ଆରମ୍ଭ ପାଇଁ ଅତ୍ୟନ୍ତ ଉତ୍ତମ ସମୟ । ସନ୍ତାନଙ୍କ ସହଯୋଗ ପାଇ ଗୃହସ୍ଥ ଜୀବନରେ ଭରପୁର ସୁଖ ପ୍ରାପ୍ତି ହେବ । ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟରେ ଲାଭ ପାଇବେ । ବ୍ୟବସାୟ କ୍ଷେତ୍ରରେ ବନ୍ଧୁ, ମିତ୍ର, ସହକର୍ମୀ ଓ ଭାଗୀଦାରୀଙ୍କ ପାଇଁ ପ୍ରଚୁର ଲାଭ ପାଇବେ । କର୍ମକ୍ଷେତ୍ରରେ ପୁରୁଣା ସମ୍ପର୍କରୁ ଲାଭବାନ ହେବେ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ପାଇବେ । ପ୍ରତିକାର- ହଳଦୀ ରଙ୍ଗର ଗଞ୍ଜି, ଜଙ୍ଗିଆ ସାର୍ଟ କିମ୍ବା ପ୍ୟାଣ୍ଟ ଲୁଗା ଇତ୍ୟାଦି ପରିଧାନ କରିବା ଉଚିତ୍ । ନତୁବା ହଳଦୀ ରଙ୍ଗର ରୁମାଲ ପାଖରେ ରଖିବା ଆବଶ୍ୟକ ।

ଧନୁ:-ଧନୁରାଶିଜାତ ଆବାଳ ବୃଦ୍ଧ ବନିତାଙ୍କର ବୃହସ୍ପତି ସୁଖ ସ୍ଥାନରେ ପ୍ରବେଶ କରିବେ । ଏହି ସମୟ ମଧ୍ୟରେ ଅଷ୍ଟମ ଭାବ, କର୍ମଭାବ ଓ ହାନୀ ଭାବକୁ ପ୍ରଭାବିତ କରିବେ । ଆପଣଙ୍କ ରାଶି ପାଇଁ ଗୋଚର ବୃହସ୍ପତି ପ୍ରତିକୂଳ ଫଳ ପ୍ରଦାନ କରିବେ । ତଥାପି ବୃହସ୍ପତିଙ୍କ ଶୁଭଦ୍ରୁଷ୍ଟି ଯୋଗେ ଆଶା କରୁଥିବା ଫଳ ପାଇପାରିବେ । ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ରାଜନୈତିକ କ୍ଷେତ୍ରରେ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ଵାସ୍ଥ୍ୟକର ପରିବେଶ ଏବଂ ସମ୍ମାନଜନକ ଘଟଣା ଦେଖାଦେବ । ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ । କର୍ମକ୍ଷେତ୍ରରେ ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ । ଶିକ୍ଷାର୍ଥୀମାନେ ଅଧ୍ୟୟନରେ ବାଧା ଉପୁଜିଲେ ମଧ୍ୟ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ ଓ ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ । ବ୍ୟବସାୟ କ୍ଷେତ୍ରରେ ପ୍ରଚୁର ପରିମାଣରେ ଆମଦାନୀ ରପ୍ତାନି କରି ଆନନ୍ଦ ଉଲ୍ଲାସରେ ଦିନ ବିତାଇବେ । ଶତୃ ଓ ବିରୋଧୀ ମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଅତ୍ୟଧିକ ପରିଶ୍ରମ ଓ ଅନିଦ୍ରାଜନିତ ପୀଡାପ୍ରତି ସାବଧାନ ରହିବା ଉଚିତ୍ । ପ୍ରତିକାର କଲେ ସମସ୍ତ ଶୁଭଫଳ ନିଶ୍ଚୟ ପାଇବେ । ପ୍ରତିକାର:-୧- ବ୍ରହ୍ମଜଷ୍ଠି ମୂଳ ବା ବ୍ରାହ୍ମଣଝାଟିଆ ମୂଳକୁ ବ୍ରାହ୍ମଣଙ୍କ ଦ୍ୱାରା ନିମନ୍ତ୍ରଣ କରିଆଣି ନିଜର ନାମ ଓ ଗୋତ୍ରାନୁଯାୟୀ ଅଭିମନ୍ତ୍ରଣ କରି ହଳଦିଆ ଉଲ୍ ସୂତାରେ ସ୍ତ୍ରୀମାନେ ବାମ ବାହୁରେ ପୁରୁଷମାନେ ଦକ୍ଷିଣ ବାହୁରେ ବନ୍ଧନ କରିଲେ ବୃହସ୍ପତି ସନ୍ତୁଷ୍ଟ ରହିବେ । ୨- ପ୍ରତ୍ୟେକ ଗୁରୁବାର ଦିନ ଗାଈକୁ କଦଳୀ ଏବଂ ଗୁଡ଼ ଖାଇବାକୁ ଦେବେ । ଗୁଡ଼, କଦଳୀ, ବୁଟଡାଲି, ହଳଦୀ ଗୌରବର୍ଣ୍ଣର ବ୍ରାହ୍ମଣଙ୍କୁ ଗୁରୁବାର ଦିନ ଦାନ କଲେ ବହୁତ ଭଲ ।

ମକର:-ମକରରାଶିଜାତ ଆବାଳ ବୃଦ୍ଧ ବନିତାଙ୍କର ବୃହସ୍ପତି ତୃତୀୟ ବା ପରାକ୍ରମ ସ୍ଥାନରେ ପ୍ରବେଶ କରିଛନ୍ତି । ଏହି ଭାବରେ ବୃହସ୍ପତି ପ୍ରବେଶ କରିବା ଫଳରେ ସପ୍ତମ ଭାବ ନବମଭାବ ଏବଂ ଲାଭ ଭାବକୁ ପୂର୍ଣ୍ଣ ଦୃଷ୍ଟିରେ ଦେଖୁଛନ୍ତି । ଆପଣ ବୃହସ୍ପତିଙ୍କ ଯୋଗେ ଅତି ଉତ୍ତମ ଫଳ ଭୋଗ କରିବେ । ସନ୍ତାନଭଳି ଦ୍ରବ୍ଯ ପ୍ରାପ୍ତିହେବ ଓ ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରି ପାରିବେ । ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ । ବନ୍ଧୁ, ମିତ୍ର ଏବଂ ଉଚ୍ଚପଦଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ । ଆକସ୍ମିକ ଧନ ପ୍ରାପ୍ତି ହେବ । ରାଜନୈତିକ କ୍ଷେତ୍ରରେ ଶତୃତା କମିଯିବ । ପରୀକ୍ଷା ପ୍ରତିଯୋଗିତା ଓ ମାଲିମୋକଦ୍ଦମାରେ ସଫଳତା ମିଳିବ । କର୍ମକ୍ଷେତ୍ରରେ ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ସୁସମ୍ବାଦ ପ୍ରାପ୍ତି ହେବ । ଅଧିକ ପରିଶ୍ରମ କରି ସାମାନ୍ୟ ଲାଭ ପାଇବେ । ଯାନବାହାନ ଓ ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ । ପୈତୃକ ସମ୍ପତ୍ତିକୁ ନେଇ ମାଲିମୋକଦ୍ଦମା, କୋର୍ଟ-କଚେରୀକୁ ଯିବାକୁ ପଡିପାରେ । ପ୍ରତିକାର କଲେ ସମସ୍ତ ଶୁଭଫଳ ନିଶ୍ଚୟ ପାଇବେ । ପ୍ରତିକାର:- ୧- ବ୍ରହ୍ମଜଷ୍ଠି ମୂଳ ବା ବ୍ରାହ୍ମଣଝାଟିଆ ମୂଳକୁ ବ୍ରାହ୍ମଣଙ୍କ ଦ୍ୱାରା ନିମନ୍ତ୍ରଣ କରିଆଣି ନିଜର ନାମ ଓ ଗୋତ୍ରାନୁଯାୟୀ ଅଭିମନ୍ତ୍ରଣ କରି ହଳଦିଆ ଉଲ୍ ସୂତାରେ ସ୍ତ୍ରୀମାନେ ବାମ ବାହୁରେ ପୁରୁଷମାନେ ଦକ୍ଷିଣ ବାହୁରେ ବନ୍ଧନ କରିଲେ ବୃହସ୍ପତି ସନ୍ତୁଷ୍ଟ ରହିବେ । ୨- ପ୍ରତ୍ୟେକ ଦିନ ସକାଳେ ଏବଂ ସନ୍ଧ୍ୟାରେ ବିଷ୍ଣୁ ସହସ୍ରନାମ ଶ୍ରବଣ କିମ୍ବା ପଠନ କରିବେ । ଗୋଟିଏ ଥର ହରିବଂଶ ବସେଇ ଶ୍ରବଣ କଲେ ଅନେକ କ୍ଷୟକ୍ଷତିରୁ ରକ୍ଷା ମିଳିବ ।

କୁମ୍ଭ:-କୁମ୍ଭରାଶିଜାତ ଆବାଳ ବୃଦ୍ଧ ବନିତାଙ୍କର ବୃହସ୍ପତି ଦ୍ୱିତୀୟ ସ୍ଥାନରେ ବା ଧନ ଓ କୁଟୁମ୍ବଭାବରେ ସ୍ଥିତ ହେବେ । ଅଷ୍ଟମ ସ୍ଥାନ, ଷଷ୍ଠସ୍ଥାନ ଓ କର୍ମସ୍ଥାନ ଉପରେ ପୂର୍ଣ୍ଣ ଦୃଷ୍ଟି ରଖିବେ । ବ୍ୟବସାୟ କ୍ଷେତ୍ରରେ ଅତ୍ୟନ୍ତ ଲାଭାନ୍ୱିତ ହୋଇ ସମ୍ପତ୍ତି କ୍ରୟ କରିବେ । ପୁତ୍ର କନ୍ୟାଙ୍କର ମାଙ୍ଗଳିକ କାର୍ଯ୍ୟ ସୁରୁଖୁରୁରେ କରିପାରିବେ । ନୂତନ ବ୍ୟବସାୟ ଆରମ୍ଭ କରିପାରିବେ । ଅବିବାହିତ ହୋଇଥିଲେ ବିବାହ କାର୍ଯ୍ୟ ସମ୍ପନ୍ନ ହେବ । ଉପଯୁକ୍ତ ଜୀବନସାଥୀ ପାଇ ଅତ୍ୟନ୍ତ ଭାଗ୍ୟଶାଳୀ ହେବେ । ବିଦ୍ୟାର୍ଥୀମାନେ ପ୍ରଶାସନିକ ସେବା ସମ୍ବନ୍ଧିତ କର୍ମ ପାଇଁ ଚେଷ୍ଟା କରୁଥିଲେ ପରୀକ୍ଷା ପାଇଁ ପ୍ରସ୍ତୁତ ହେବା ଉଚିତ୍ । ମେଡିକାଲ୍ ସାଇନ୍ସ ଅଧ୍ୟୟନ କରୁଥିଲେ ବିଶେଷ ସଫଳତା ପ୍ରାପ୍ତି ହେବ । ଭାଗ୍ୟର ପ୍ରବଳତା ହେତୁ ସମସ୍ତ କାର୍ଯ୍ୟ ପୂର୍ଣ୍ଣ ହେବ । ସନ୍ତାନ, ପତି-ପତ୍ନି କ୍ଷେତ୍ରରେ ଓ ପିତୃ କ୍ଷେତ୍ରରେ ସର୍ବଶ୍ରେଷ୍ଠ ଫଳ ପାଇବେ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ପୁତ୍ରରତ୍ନ ପ୍ରାପ୍ତି ହେବ । ନତୁବା ତତୁଲ୍ୟ ନୂତନ ଗୃହ, ନୂତନ ଯାନ ବାହାନ, ନୂତନବ୍ୟବସାୟ, ନୂତନ ଜାଗାଜମି ପ୍ରାପ୍ତିହେବ । ଅଚାନକ ଆୟ ବୃଦ୍ଧି ହେତୁ ଆପଣ ଆଚମ୍ବିତ ହୋଇଯିବେ । ଧନଧାନ୍ୟ ମାନ ସମ୍ମାନ ପ୍ରତିଷ୍ଠା ପରାକ୍ରମ ବୃଦ୍ଧି ପାଇବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରତିକାର:- ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ । କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ । ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ମୀନ:-ମୀନରାଶିଜାତ ଆବାଳ ବୃଦ୍ଧ ବନିତାଙ୍କର ବୃହସ୍ପତି ପ୍ରଥମ ବା ଜନ୍ମ ଭାବରେ ପ୍ରବେଶକରି ପଞ୍ଚମସ୍ଥାନ, ସପ୍ତମସ୍ଥାନ ଏବଂ ନବମ ସ୍ଥାନକୁ ପୂର୍ଣ୍ଣ ଦୃଷ୍ଟିରେ ଦେଖୁଛନ୍ତି । ବିଶେଷ ରୂପରେ ଆପଣଙ୍କ ଭାଗ୍ୟ ଧିରେ ଧିରେ ଉନ୍ନତି ପଥରେ ଅଗ୍ରସର ହେବ । ବେପାର ବଣିଜରେ ପ୍ରଚୁର ଲାଭ ମିଳିବ ଏବଂ ନୂଆ ନୂଆ ଉପାୟ ଚିନ୍ତା କରିବେ । ଅଚାନକ ଆୟ ବୃଦ୍ଧି ହେତୁ ଆପଣ ଆଚମ୍ବିତ ହୋଇଯିବେ । ଉଚ୍ଚସ୍ତରୀୟ ଯାନବାହନ କ୍ରୟକରିବାର ସୁବିଧା ସୁଯୋଗ ପାଇବେ । ବ୍ୟବସାୟୀକ, ଆଧ୍ୟାତ୍ମିକ, ଉଚ୍ଚଶିକ୍ଷା ନିମିତ୍ତ ବିଦେଶ ଯାତ୍ରା ଫଳରେ ଅତ୍ୟନ୍ତ ଲାଭବାନ ହେବେ । ଦୀର୍ଘଦିନ ଧରି ଅଧା ହୋଇ ପଡିଥିବା କାର୍ଯ୍ୟମାନ ଧିରେ ଧିରେ ସପୂର୍ଣ୍ଣ ହୋଇଯିବ । ପୁତ୍ରରତ୍ନ ପ୍ରାପ୍ତି ହେବ । ନଷ୍ଟ ହୋଇଥିବା ପ୍ରତିଷ୍ଠା ପ୍ରତିପତ୍ତି ପୁନର୍ବାର ଫେରିପାଇ ସମ୍ମାନୀତ ହେବେ । ଆୟର ଯଥେଷ୍ଟ ଅର୍ଥ ମାଙ୍ଗଳିକ ଏବଂ ଶୁଭକାର୍ଯ୍ୟରେ ଖର୍ଚ୍ଚ କରିବେ । ଧର୍ମ ଅନୁଷ୍ଠାନ, ଯଜ୍ଞାନୁଷ୍ଠାନ ପଞ୍ଚାୟତ କ୍ଷେତ୍ରରେ ଉତ୍ସାହିତ ହେବେ । ଧନଧାନ୍ୟ ମାନ ସମ୍ମାନ ପ୍ରତିଷ୍ଠା ପରାକ୍ରମ ବୃଦ୍ଧି ପାଇବ । ଦାମ୍ପତ୍ୟ ସୁଖରେ ସୁଖୀ ହେବେ । ଗୃହରେ ସୁଖଶାନ୍ତି ବିରାଜମାନ କରିବ । ପ୍ରକୃତିର ବିଚିତ୍ର ସିଦ୍ଧାନ୍ତ ଫଳରେ ଦୀର୍ଘଦିନ କଷ୍ଟ ଦୂରହେଇ ବର୍ତ୍ତମାନ ଆପଣ ସୁଖର ସ୍ୱପ୍ନ ଦେଖି ପାରିବେ । ପ୍ରଗତି, ଲାଭ, ଭୌତିକସୁଖ ଓ ସମୃଦ୍ଧି ବୃଦ୍ଧି ହେବ । ପ୍ରତିକାର:- ୧-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ । ୨-ପ୍ରତ୍ୟେକ ଗୁରୁବାର ଦିନ ଗାଈକୁ କଦଳୀ ଏବଂ ଗୁଡ଼ ଖାଇବାକୁ ଦେବେ । ୩-ମାସକୁ ଥରେଗୁଡ଼, କଦଳୀ, ବୁଟଡାଲି, ହଳଦୀ ଗୌରବର୍ଣ୍ଣର ବ୍ରାହ୍ମଣଙ୍କୁ ଗୁରୁବାର ଦିନ ଦାନ କଲେ ବହୁତ ଭଲ । ୪- ବ୍ରହ୍ମଜଷ୍ଠି ମୂଳ ବା ବ୍ରାହ୍ମଣଝାଟିଆ ମୂଳକୁ ବ୍ରାହ୍ମଣଙ୍କ ଦ୍ୱାରା ନିମନ୍ତ୍ରଣ କରିଆଣି ନିଜର ନାମ ଓ ଗୋତ୍ରାନୁଯାୟୀ ଅଭିମନ୍ତ୍ରଣ କରି ହଳଦିଆ ଉଲ୍ ସୂତାରେ ସ୍ତ୍ରୀମାନେ ବାମ ବାହୁରେ ପୁରୁଷମାନେ ଦକ୍ଷିଣ ବାହୁରେ ବନ୍ଧନ କରିଲେ ବୃହସ୍ପତି ସନ୍ତୁଷ୍ଟ ରହିବେ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!