ବୃହସ୍ପତି ମକର ରାଶିରୁ ଧନିଷ୍ଠା ନକ୍ଷତ୍ର କୁମ୍ଭ ରାଶିକୁ ସ୍ଵଚାର ହୋଇ ଗମନ କରିବେ, 12ଟି ରାଶିରେ କଣ ରହିବ ପ୍ରଭାବ ଜାଣନ୍ତୁ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା ନଭେମ୍ବରମାସ ୨୦ ତାରିଖ ଶନିବାର ରାତ୍ର ୧୧ଟା ୩୧ମିନିଟ୍ ରେ ବୃହସ୍ପତି ମକରରାଶିରୁ ଧନିଷ୍ଠାନକ୍ଷତ୍ର କୁମ୍ଭରାଶିକୁ ସ୍ଵଚର ହୋଇ ଗମନ କରିବେ । ମକରରାଶିରେ ନଭେମ୍ବରମାସ ୨୦ତାରିଖ ପର୍ଯ୍ୟନ୍ତ ରହିବା ଫଳରେ କଣ ରହିବ ବାରୋଟି ରାଶି ପ୍ରତି ଗୁରୁଙ୍କ ପ୍ରଭାବ କଣକରିବେ ପ୍ରତିକାର ଆସନ୍ତୁ ଜାଣିବା ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଲଗ୍ନରେ ବିଶେଷ ଗୁରୁତ୍ୱ ନଦେଇ ଚନ୍ଦ୍ର ଲଗ୍ନରେ ବିଚାର କରିବା ବିଶେଷ ଫଳଦାୟୀ । ସେଥିପାଇଁ ଜନ୍ମ ଲଗ୍ନ କୁଣ୍ଡଳୀ ପ୍ରସ୍ତୁତ କରିବା ସହ, ଚନ୍ଦ୍ରଲଗ୍ନ କୁଣ୍ଡଳୀ ପ୍ରସ୍ତୁତ କରିବା ଉଚିତ୍ । ଜନ୍ମ ସମୟରେ ଯୋଉ ରାଶିରେ ଚନ୍ଦ୍ର ଥାଏ ସେହି ରାଶିରୁ ଆରମ୍ଭ କରିବାକୁ ହୁଏ । ତାତ୍ପର୍ଯ୍ୟ ହେଉଛି ଚନ୍ଦ୍ରମା ମନଷୋଜାତଃ ଏହା ବେଦବାକ୍ୟ । ଚନ୍ଦ୍ର ମନର କାରକ ହୋଇଥିବାରୁ ଅଶୁଭ ଗ୍ରହର ପ୍ରଭାବ ଚନ୍ଦ୍ର ଉପରେ ପଡିଲେ କିମ୍ବା ଚନ୍ଦ୍ର ଅଶୁଭ ରାଶିସ୍ଥିତ ହେଲେ ସବୁ ପ୍ରକାର ଅନିଷ୍ଟ ଫଳ ଭୋଗ କରିବାକୁ ପଡିଥାଏ । ଅନେକ ସମୟରେ ସମସ୍ତ ପ୍ରକାର ସୁଖରେ କାଳାତିପାତ କରୁଥିଲେ ମଧ୍ୟ ଚନ୍ଦ୍ରର ଅଶୁଭତ୍ୱ ଯୋଗ ମନରେ କାଳ୍ପନିକ ଚିନ୍ତା ଯୋଗେ ଏବଂ ଆଶଙ୍କା ବସତଃ ବହୁତ ଦୁଃଖ ଭୋଗ କରିବାକୁ ପଡିଥାଏ । ଅନେକଥର ଏହି ପ୍ରକାର ଅଜଣା ଆତଙ୍କ ଦୁଃଖ ମଣିଷ ଭୋଗ କରିଥାଏ । ଅନେକ ସମୟରେ ଦେଖାଯାଇଛି ଚତୁଃପାଶ୍ୱର୍ରେ ଦୁଃଖ ଘେରି ରହିଥିଲେ ମଧ୍ୟ ଆନନ୍ଦ ସୁଖ ବେଳେ ବେଳେ ମନକୁ ପ୍ରଫୁଲ୍ଲିତ କରିଥାଏ । ସେହି ଦୃଷ୍ଟିରୁ ଚନ୍ଦ୍ର ମନର ଅଧିଷ୍ଠାତା ହୋଇଥିବାରୁ ଚନ୍ଦ୍ରସ୍ଥିତି ରାଶିଠାରୁ ସମସ୍ତ ଗ୍ରହମାନଙ୍କର ଗୋଚରପଳ ବିବେଚନା କରିବାକୁ ପଡିଥାଏ । ଗୁରୁଗ୍ରହ ସବୁଠାରୁ ଶୁଭଗ୍ରହ ଅଟନ୍ତି । ଗୁରୁଗ୍ରହ ସନ୍ତାନ, ଧନ, ଜ୍ଞାନ ତଥା ନ୍ୟାୟର ପ୍ରତୀକ ବୋଲି କୁହାଯାଏ । ଗୁରୁଗ୍ରହ ପ୍ରଭାବିତ ଜାତକ ବହୁତ ଜ୍ଞାନୀ ହୋଇଥାନ୍ତି । ଯଦି ଗ୍ରହ ଅଶୁଭରେ ଅବସ୍ଥିତ ହୋଇଛନ୍ତି ତେବେ ଧନହାନୀ, ଆର୍ଥିକ କ୍ଷତି, ସନ୍ତାନ ସୁଖରେ ବିଳମ୍ବ ବା ଝିଅମାନଙ୍କ ବିବାହ ହୋଇପାରେ ନାହିଁ । ନବଗ୍ରହରେ ବୃହସ୍ପତିଙ୍କୁ ଗୁରୁଙ୍କ ଉପାଧି ପ୍ରାପ୍ତ ହୋଇଛି । ମାନବ ଜୀବନରେ ବୃହସ୍ପତିଙ୍କ ମହତ୍ୱପୂର୍ଣ୍ଣ ପ୍ରଭାବ ପଡେ । ବୃହସ୍ପତି ସର୍ବଦା ଆପଦ ବିପଦରେ ରକ୍ଷା କରି ଥାନ୍ତି । ବୃହସ୍ପତି ଦଶା ଶେଷ ହେଲେ ଜାଣିବାକୁ ହେବ ଯେ ଶରୀରରୁ ଆତ୍ମା ଅଲଗା ହେବା ସହିତ ସମାନ ।

ମେଷ:-ଆପଣଙ୍କ ରାଶିଠାରୁ ଏକାଦଶଭାବରେ ବୃହସ୍ପତି ପ୍ରବେଶ କରି ପରାକ୍ରମ ଭାବ, ସନ୍ତାନ ଭାବ, ଦାମ୍ପତ୍ୟ ଭାବକୁ ପୂର୍ଣ୍ଣ ଦୃଷ୍ଟିରେ ଦେଖୁଛନ୍ତି । ଯାହା ଫଳରେ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ । ମାଲିମୋକଦ୍ଦମାରେ ଜୟଯୁକ୍ତ ହେବେ । ନୂତନ ସମ୍ପତ୍ତି କ୍ରୟ କରିବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ଭାତୃବିବାଦ, ପଡୋଶୀ କଳହ ମେଣ୍ଟିଯିବ । ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ସହ ଉତ୍ତମ ସମ୍ପର୍କ ରହିବା ଫଳରେ ଯଶ-ମାନ-ପ୍ରତିଷ୍ଠା ବୃଦ୍ଧି ପାଇବ । ବିଦ୍ୟାର୍ଥିମାନଙ୍କ ପାଇଁ ବର୍ତ୍ତମାନ ବିଶେଷ ଅନୁକୂଳ ସମୟ । ପ୍ରତିଯୋଗିତାରେ ପ୍ରଶାସନ ସେବା ସମ୍ବଧିତ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ଆଶାତୀତ ଫଳ ପାଇବେ । ନେଇଥିବା ଲୋକ କିମ୍ବା ନଦଉଥିବା ଲୋକ ଏବଂ ସାହାଯ୍ୟ କରିଥିବା ଲୋକଠାରୁ ସମସ୍ତ ଅର୍ଥପ୍ରାପ୍ତି ହୋଇଯିବ । ନୂତନ ବ୍ୟବସାୟ ଆରମ୍ଭ ପାଇଁ ଅତ୍ୟନ୍ତ ଉତ୍ତମ ସମୟ । ସନ୍ତାନଙ୍କ ସହଯୋଗ ପାଇ ଗୃହସ୍ଥ ଜୀବନରେ ଭରପୁର ସୁଖ ପ୍ରାପ୍ତି ହେବ । ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟରେ ଲାଭ ପାଇବେ । ବ୍ୟବସାୟ କ୍ଷେତ୍ରରେ ବନ୍ଧୁ, ମିତ୍ର, ସହକର୍ମୀ ଓ ଭାଗୀଦାରୀଙ୍କ ପାଇଁ ପ୍ରଚୁର ଲାଭ ପାଇବେ । କର୍ମକ୍ଷେତ୍ରରେ ପୁରୁଣା ସମ୍ପର୍କରୁ ଲାଭବାନ ହେବେ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ପାଇବେ । ପ୍ରତିକାର- ହଳଦୀ ରଙ୍ଗର ଗଞ୍ଜି, ଜଙ୍ଗିଆ ସାର୍ଟ କିମ୍ବା ପ୍ୟାଣ୍ଟ ଲୁଗା ଇତ୍ୟାଦି ପରିଧାନ କରିବା ଉଚିତ୍ । ନତୁବା ହଳଦୀ ରଙ୍ଗର ରୁମାଲ ପାଖରେ ରଖିବା ଆବଶ୍ୟକ ।

ବୃଷ:-ଆପଣଙ୍କ ରାଶିଠାରୁ ଦଶମ ସ୍ଥାନରେ ବୃହସ୍ପତି ପ୍ରବେଶ କରିବା ଫଳରେ ଧନଭାବ, ସୁଖଭାବ ଓ ରୋଗ ଭାବକୁ ପୂର୍ଣ୍ଣ ଦୃଷ୍ଟିରେ ଦେଖୁଛନ୍ତି । ଏହା ଫଳରେ ବନ୍ଧୁଙ୍କ ଦ୍ଵାରା ଅଧିକ ଉପକୃତ ହେବେ । ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ରାଜନୈତିକ କ୍ଷେତ୍ରରେ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ଵାସ୍ଥ୍ୟକର ପରିବେଶ ଏବଂ ସମ୍ମାନଜନକ ଘଟଣା ଦେଖାଦେବ । ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ । କର୍ମକ୍ଷେତ୍ରରେ ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ । ଶିକ୍ଷାର୍ଥୀମାନେ ଅଧ୍ୟୟନରେ ବାଧା ଉପୁଜିଲେ ମଧ୍ୟ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ ଓ ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ । ବ୍ୟବସାୟ କ୍ଷେତ୍ରରେ ପ୍ରଚୁର ପରିମାଣରେ ଆମଦାନୀ ରପ୍ତାନି କରି ଆନନ୍ଦ ଉଲ୍ଲାସରେ ଦିନ ବିତାଇବେ । ଶତୃ ଓ ବିରୋଧୀ ମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଅତ୍ୟଧିକ ପରିଶ୍ରମ ଓ ଅନିଦ୍ରାଜନିତ ପୀଡାପ୍ରତି ସାବଧାନ ରହିବା ଉଚିତ୍ । ପ୍ରତିକାର କଲେ ସମସ୍ତ ଶୁଭଫଳ ନିଶ୍ଚୟ ପାଇବେ । ପ୍ରତିକାର- ବ୍ରହ୍ମଜଷ୍ଠି ମୂଳ ବା ବ୍ରାହ୍ମଣଝାଟିଆ ମୂଳକୁ ବ୍ରାହ୍ମଣଙ୍କ ଦ୍ୱାରା ନିମନ୍ତ୍ରଣ କରିଆଣି ନିଜର ନାମ ଓ ଗୋତ୍ରାନୁଯାୟୀ ଅଭିମନ୍ତ୍ରଣ କରି ହଳଦିଆ ଉଲ୍ ସୂତାରେ ସ୍ତ୍ରୀମାନେ ବାମ ବାହୁରେ ପୁରୁଷମାନେ ଦକ୍ଷିଣ ବାହୁରେ ବନ୍ଧନ କରିଲେ ବୃହସ୍ପତି ସନ୍ତୁଷ୍ଟ ରହିବେ ।

ମିଥୁନ:-ଆପଣଙ୍କ ରାଶିଠାରୁ ବୃହସ୍ପତି ଭାଗ୍ୟସ୍ଥାନରେ ପ୍ରବେଶ କରି ଲଗ୍ନ, ପରାକ୍ରମ ଓ ସନ୍ତାନ ଭାବକୁ ପୂର୍ଣ୍ଣ ଦୃଷ୍ଟିରେ ଦେଖୁଛନ୍ତି । ଯଦ୍ୱାରା ଆପଣଙ୍କୁ ସର୍ବାଧିକ ଭାଗ୍ୟଶାଳୀ କରିବେ । ଜମି, ଜାଗା, ବାସ ଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ନ୍ୟାୟଧୀଶ, ପ୍ରଶାସନିକ ସେବା ଅଧିକାରୀ, ଓକିଲ, ଜେଲର, ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା, ଡାକ୍ତର ଇତ୍ୟାଦି ହୋଇଥିଲେ ବା ଏହି ସମ୍ବନ୍ଧିୟ ଦ୍ରବ୍ୟ ବ୍ୟବସାୟ କରୁଥିଲେ ଆଶାତୀତ ଲାଭ ପାଇବେ । ବିଶେଷ କରି ବିଦ୍ୟାର୍ଥିମାନଙ୍କ ପାଇଁ ଏହା ଏକ ସୁବର୍ଣ୍ଣ ସୁଯୋଗ । ପ୍ରତିଯୋଗିତା ପରୀକ୍ଷା, ପ୍ରବେଶିକା ପରୀକ୍ଷାରେ ଓ ପ୍ରଶାସନିକ ସେବା ପାଇଁ କରିଥିବା ଶ୍ରମ ଅବଶ୍ୟ ଶୁଭଫଳ ଦେବ । ପରାକ୍ରମ ପ୍ରତିଷ୍ଠା ମାନ ବୃଦ୍ଧି ହେବ । କର୍ମଚାରୀମାନେ ପ୍ରମୋଶନ ପାଇ ଖୁସୀ ହେବେ ଏବଂ ଧନ ଲାଭ କରିବାର ସୁଯୋଗ ପାଇବେ । ବ୍ୟବସାୟୀମାନେ ଯେ କୌଣସି ଯାଗାରୁ ଧନ ଉପାର୍ଜନ କରି ପାରିବେ । ଏହି ସମୟରେ ବ୍ୟବସାୟୀମାନେ ବ୍ୟବସାୟକୁ ବିସ୍ତାରିତ କରିବା ପାଇଁ ସକ୍ଷମ ହେବେ ଏବଂ ସମ୍ପତ୍ତି କ୍ରୟ କରିବା ପାଇଁ ଅତ୍ୟନ୍ତ ଶୁଭ ସମୟ । ସନ୍ତାନ ଠାରୁ ସୁଖପ୍ରାପ୍ତି ହେବ । ପୁତ୍ର ରତ୍ନ ପ୍ରାପ୍ତି ହେବ । ଧର୍ମ କାର୍ଯ୍ୟରେ ସାମାଜିକ କ୍ଷେତ୍ରରେ ଓ ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବା ସହ ସଫଳତା ପ୍ରାପ୍ତି ହେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ । ପ୍ରତ୍ୟେକ ଗୁରୁବାର ଦିନ ଗାଈକୁ କଦଳୀ ଏବଂ ଗୁଡ଼ ଖାଇବାକୁ ଦେବେ ।

କର୍କଟ:-ଆପଣଙ୍କ ରାଶିଠାରୁ ବୃହସ୍ପତି ଅଷ୍ଟମ ସ୍ଥାନରେ ପ୍ରବେଶ କରି ଦ୍ୱାଦଶଭାବ, ଧନଭାବ ଓ ସୁଖଭାବକୁ ପ୍ରଭାବିତ କରୁଛନ୍ତି । ଯାହା ଫଳରେ କାମ-କାର୍ଯ୍ୟରେ ଗମ୍ଭୀରତା ପୂର୍ବକ ଧ୍ୟାନ ଦେଇ ବହୁତ ପଇସା ଇନକମ୍ କରିବେ । ଶତୃ ଓ ବିରୋଧୀମାନେ ଯେତେ ଚାହିଁଲେ ମଧ୍ୟ ଆପଣଙ୍କର କିଛି ଅହିତ ସାଧନ କରିପାରିବେ ନାହିଁ । କୀର୍ତ୍ତି ଓ ପ୍ରତିଷ୍ଠାକୁ ସ୍ପର୍ଶ ମଧ୍ୟ କରିପାରିବେ ନାହିଁ । ପରୋପକାର ବା ଲୋକକଲ୍ୟାଣ କାମରେ ବ୍ୟସ୍ତ ରହିବେ । କ୍ରୋଧିତ ହେଲେ ତିଆରି କରିଥିବା କାର୍ଯ୍ୟରେ ସଫଳ ହେବେ ନାହିଁ । ବ୍ୟବସାୟ ପାଇଁ ଆଖପାଖକୁ ଯାତ୍ରା କରିବାର ସମ୍ଭାବନା ଅଛି । ପୁରୁଣା ବନ୍ଧୁଙ୍କ ସହାୟତାରେ ଆର୍ଥିକସ୍ଥିତି ବଦଳିବ । ମିତ୍ର ସହଯୋଗୀମାନେ ସାହାଯ୍ୟ ସହଯୋଗ କରିବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ସ୍ୱାସ୍ଥ୍ୟ ପାଇଁ ଚିନ୍ତିତ ରହିବେ ଓ ଉଦର ରୋଗ, ବାୟୁବିକାର, ଚର୍ମରୋଗ, ସ୍ନାୟୁ ଦୁର୍ବଳତା ଆଦି ରୋଗମାନ ଦେଖାଦେଇପାରେ । ପ୍ରତିକାର କଲେ ସମସ୍ତ ଶୁଭଫଳ ନିଶ୍ଚୟ ପାଇବେ । ପ୍ରତିକାର- ବ୍ରହ୍ମଜଷ୍ଠି ମୂଳ ବା ବ୍ରାହ୍ମଣଝାଟିଆ ମୂଳକୁ ବ୍ରାହ୍ମଣଙ୍କ ଦ୍ୱାରା ନିମନ୍ତ୍ରଣ କରିଆଣି ନିଜର ନାମ ଓ ଗୋତ୍ରାନୁଯାୟୀ ଅଭିମନ୍ତ୍ରଣ କରି ହଳଦିଆ ଉଲ୍ ସୂତାରେ ସ୍ତ୍ରୀମାନେ ବାମ ବାହୁରେ ପୁରୁଷମାନେ ଦକ୍ଷିଣ ବାହୁରେ ବନ୍ଧନ କରିଲେ ବୃହସ୍ପତି ସନ୍ତୁଷ୍ଟ ରହିବେ । ପ୍ରତ୍ୟେକ ଗୁରୁବାର ଦିନ ଗାଈକୁ କଦଳୀ ଏବଂ ଗୁଡ଼ ଖାଇବାକୁ ଦେବେ ।

ସିଂହ:-ଆପଣଙ୍କ ରାଶିଠାରୁ ବୃହସ୍ପତି ସପ୍ତମ ଭାବରେ ପ୍ରବେଶ କରି ଲାଭଭାବ, ପରାକ୍ରମଭାବ ଏବଂ ଲଗ୍ନଭାବକୁ ପ୍ରଭାବିତ କରୁଛନ୍ତି । ଏହା ଫଳରେ ଆପଣଙ୍କର ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ । ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ । ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ । ଧନ, ଧାନ୍ୟ, ଐଶ୍ୱର୍ଯ୍ୟ, ମାନ ସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ । ବ୍ୟବସାୟୀ ହୋଇଥିଲେ ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ୍ ହେବେ । ନୂଆନୂଆ ବ୍ୟବସାୟିକ ସମ୍ପର୍କ ସ୍ଥାପନ ଓ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ । ଭୂମିକ୍ରୟ, ବାହନ କ୍ରୟ, ଗୃହ ନିର୍ମାଣ କରିବାରେ ଖର୍ଚ୍ଚ କରିବାକୁ ପଡିବ । ବିଦ୍ୟାର୍ଥୀ ବର୍ଗ ଅତ୍ୟନ୍ତ ସଫଳତା ସହ ପ୍ରତିଯୋଗୀତାରେ ଉତ୍ତୀର୍ଣ୍ଣ ହେବେ । ବିଦେଶ ଯାତ୍ରା ଫଳରେ ବିଶେଷ ଲାଭବାନ ହେବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ସାମାଜିକ କ୍ଷେତ୍ରରେ ଧର୍ମାନୁଷ୍ଠାନରେ, ମଠ, ମନ୍ଦିରମାନଙ୍କରେ, ମାଙ୍ଗଳିକ କାର୍ଯ୍ୟରେ ଯୋଗଦାନ କରି ପ୍ରଶଂସିତ ହେବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ । ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:- ଆପଣଙ୍କ ରାଶିଠାରୁ ବୃହସ୍ପତି ଷଷ୍ଠସ୍ଥାନରେ ପ୍ରବେଶ କରି କର୍ମସ୍ଥାନ, ବ୍ୟୟସ୍ଥାନ ଏବଂ କୁଟୁମ୍ବ କ୍ଷେତ୍ରକୁ ପୂର୍ଣ୍ଣ ଦୃଷ୍ଟିରେ ପ୍ରଭାବିତ କରୁଛନ୍ତି । ଏହା ଫଳରେ ସନ୍ତାନ ଯୋଗେ ଆନନ୍ଦିତ ହେବେ । ଶତୃମାନେ ତଳମୁହାଁ ହେବେ । ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବା ଫଳରେ ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ । ଶିଳ୍ପ, ବାଣିଜ୍ୟ, ପରିବହନ ବ୍ୟବସାୟ ଓ ନିର୍ମାଣ କ୍ଷେତ୍ରରେ ଉନ୍ନତ ମାନର ଫଳ ପାଇବେ । ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ୟାର ସମାଧାନ କରିପାରିଲେ ସମସ୍ତ ସମସ୍ୟା ଅପସରି ଯିବ । କଳେବଳେ କୌଶଳରେ ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରିବେ । ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ । ମାଲିମକଦ୍ଦମାରେ ବିଜୟଲାଭ ହେବ । କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀ, ସହକର୍ମୀ, ଭାଇବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ବନ୍ଧୁ ବାନ୍ଧବଙ୍କ ସହ ମନୋମାଳିନ୍ୟ ସୃଷ୍ଟି ହୋଇପାରେ । ଦାମ୍ପତ୍ୟ ସୁଖରେ ବାଧା ଦେଖା ଦେଇ ପାରେ । ପ୍ରତିକାର- ଅଶୁଭତ୍ୱ ଖଣ୍ଡନ ପାଇଁ ପ୍ରତ୍ୟେକ ଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ । ବ୍ରହ୍ମଜଷ୍ଠି ମୂଳ ବା ବ୍ରାହ୍ମଣଝାଟିଆ ମୂଳକୁ ବ୍ରାହ୍ମଣଙ୍କ ଦ୍ୱାରା ନିମନ୍ତ୍ରଣ କରିଆଣି ନିଜର ନାମ ଓ ଗୋତ୍ରାନୁଯାୟୀ ଅଭିମନ୍ତ୍ରଣ କରି ହଳଦିଆ ଉଲ୍ ସୂତାରେ ସ୍ତ୍ରୀମାନେ ବାମ ବାହୁରେ ପୁରୁଷମାନେ ଦକ୍ଷିଣ ବାହୁରେ ବନ୍ଧନ କରିଲେ ବୃହସ୍ପତି ସନ୍ତୁଷ୍ଟ ରହିବେ ।

ତୁଳା:-ଆପଣଙ୍କ ରାଶିର ପଞ୍ଚମ ଭାବରେ ବା ଉଚ୍ଚଶିକ୍ଷା ଓ ସନ୍ତାନ ସ୍ଥାନରେ ଗୁରୁ ପ୍ରବେଶ କରି ଭାଗ୍ୟଭାବ, ଲାଭଭାବ ଏବଂ ସନ୍ତାନଭାବ ପ୍ରଭାବିତ ହେବ । ଯାହାଫଳରେ ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ବୁଡ଼ି ଯାଉଥିବା ପଇସା କିମ୍ବା ଆପଣଙ୍କଠାରୁ କେହି ଅର୍ଥ ନେଇ ଦେଉନଥିଲେ କଳେବଳେ କୌଶଳେ ପ୍ରାପ୍ତି ହେବା ଫଳରେ ଆର୍ଥିକସ୍ଥିତିରେ ଉନ୍ନତି ହେବ । ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବା ଫଳରେ ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ । ବନ୍ଧୁବାନ୍ଧବଙ୍କ ଠାରୁ ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳତା ଅର୍ଜନ କରି ଉତ୍ସାହିତ ହେବେ । ଗୃହୋପକରଣ କ୍ରୟ କରିବେ । ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ । ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ । ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ ଜୀବନ ସୁଖମୟ ହେବ । ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ପାଇବେ । ପ୍ରତିକାର- ଅଷ୍ଟଗନ୍ଧ ତିଳକଚନ୍ଦନ ଧାରଣ କରନ୍ତୁ । ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ଆପଣଙ୍କ ରାଶିରେ ବୃହସ୍ପତି ସୁଖ ସ୍ଥାନରେ ପ୍ରବେଶ କରିଛନ୍ତି । ଏହି ସମୟ ମଧ୍ୟରେ ଅଷ୍ଟମଭାବ, କର୍ମଭାବ, ଏବଂ ବ୍ୟୟଭାବକୁ ପୂର୍ଣ୍ଣ ଦୃଷ୍ଟିରେ ପ୍ରଭାବିତ କରିବେ । ଯାହା ଫଳରେ କଠିନ ପରିଶ୍ରମ କରି କାର୍ଯ୍ୟ କଲେ ଉପରିସ୍ଥ କର୍ମଚାରୀମାନଙ୍କ ପ୍ରିୟଭାଜନ ହେବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଛାତ୍ର ଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେବା ଫଳରେ ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ । ରାଜନୀତି କ୍ଷେତ୍ରରେ ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । କଳକାରଖାନା, କୋଇଲା ଖଣି, ରେଳବିଭାଗ, ଡାକ ଓ ତାର ବିଭାଗ, ଟ୍ରାନ୍ସପୋର୍ଟ ବିଭାଗରେ କାର୍ଯ୍ୟ କରୁଥିବା କର୍ମଚାରୀମାନେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ପୂର୍ବରୁ ଥିବା ପାରିବାରିକ ସମସ୍ୟା ଗୁଡ଼ିକ ଧିରେ ଧିରେ ସମାଧାନ ହୋଇ ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ । ସାମାଜିକ ଉତ୍ସବରେ ଯୋଗ ଦେଇ ଆନୁଷ୍ଠାନିକ କାମରେ ଦକ୍ଷତା ହେତୁ ବନ୍ଧୁମାନଙ୍କ ଦ୍ୱାରା ପ୍ରଶଂସିତ ହେବେ । ସହକର୍ମୀମାନେ ଓ ପଡ଼ୋଶୀମାନେ କଅଁଳିଆ କଥା କହି କାର୍ଯ୍ୟ ହାସଲ କରିବାର ଚେଷ୍ଟା କରିବେ । ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ । ପ୍ରତିକାର- ବ୍ରହ୍ମଜଷ୍ଠି ମୂଳ ବା ବ୍ରାହ୍ମଣଝାଟିଆ ମୂଳକୁ ବ୍ରାହ୍ମଣଙ୍କ ଦ୍ୱାରା ନିମନ୍ତ୍ରଣ କରିଆଣି ନିଜର ନାମ ଓ ଗୋତ୍ରାନୁଯାୟୀ ଅଭିମନ୍ତ୍ରଣ କରି ହଳଦିଆ ଉଲ୍ ସୂତାରେ ସ୍ତ୍ରୀମାନେ ବାମ ବାହୁରେ ପୁରୁଷମାନେ ଦକ୍ଷିଣ ବାହୁରେ ବନ୍ଧନ କରିଲେ ବୃହସ୍ପତି ସନ୍ତୁଷ୍ଟ ରହିବେ । ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-ଆପଣଙ୍କ ରାଶିକୁ ବୃହସ୍ପତି ତୃତୀୟ ବା ପରାକ୍ରମ ଭାବରେ ପ୍ରବେଶ କରି ସପ୍ତମ ଭାବ, ନବମ ଭାବ ଏବଂ ଲାଭ ଭାବକୁ ପୂର୍ଣ୍ଣ ଦୃଷ୍ଟିରେ ଦେଖୁଥିବାରୁ ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବଢିବା ସହ ମୁଖ୍ୟ ନେତାଙ୍କର ପ୍ରିୟପାତ୍ର ହେବେ । ଜାଗା ଜମି ସମ୍ବନ୍ଧିୟ ବିବାଦ, କୋର୍ଟ କଚେରୀ କାର୍ଯ୍ୟ ଓ ସରକାରୀ କାର୍ଯ୍ୟରେ ସଫଳତା ଲାଭ କରିବେ । ପଢ଼ାପଢ଼ିରେ ମନଦେବେ ଓ ଉଚ୍ଚଶିକ୍ଷା ସମ୍ମିଳନୀରେ ଯୋଗଦେଇ ଖୁସୀ ହେବେ । ଶତୃମାନେ ପରାଜିତ ହୋଇ ଅଚାନକ ଧନଲାଭ ହେବାରୁ ଖୁସି ହେବେ । ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ପରିଶ୍ରମ ଦ୍ଵାରା ଆୟରପନ୍ଥା ସହଜ ହେବ । ନିର୍ମାଣ ମୂଳକ ଯୋଜନାରେ ଆଗେଇବା ଯୋଗେ ଅଧାଥିବା କାର୍ଯ୍ୟ ପୂରଣ ହେବ । କର୍ମକ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । ପଡୋଶୀ ବା କୁଟୁମ୍ବଙ୍କ ସହ ମାନମନାନ୍ତର ଥିଲେ ମେଣ୍ଟିଯିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । ଯେତେ ସଂଯମତା ରଖି କଥା କହିଲେ ମଧ୍ୟ ଅନ୍ୟମାନେ ଆପଣଙ୍କ କଥାକୁ କଦର୍ଥ କରି ପାରନ୍ତି । ଆତ୍ମୀୟ ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ ଓ ଗୃହୋପକାରଣ କ୍ରୟକରିବା ଫଳରେ ଆର୍ଥିକ ସ୍ଥିତିରେ ଅବନ୍ନତି ଦେଖା ଦେଇ ପାରେ । ପ୍ରତିକାର- ବ୍ରହ୍ମଜଷ୍ଠି ମୂଳ ବା ବ୍ରାହ୍ମଣଝାଟିଆ ମୂଳକୁ ବ୍ରାହ୍ମଣଙ୍କ ଦ୍ୱାରା ନିମନ୍ତ୍ରଣ କରିଆଣି ନିଜର ନାମ ଓ ଗୋତ୍ରାନୁଯାୟୀ ଅଭିମନ୍ତ୍ରଣ କରି ହଳଦିଆ ଉଲ୍ ସୂତାରେ ସ୍ତ୍ରୀମାନେ ବାମ ବାହୁରେ ପୁରୁଷମାନେ ଦକ୍ଷିଣ ବାହୁରେ ବନ୍ଧନ କରିଲେ ବୃହସ୍ପତି ସନ୍ତୁଷ୍ଟ ରହିବେ ।

ମକର:-ଆପଣଙ୍କ ରାଶିକୁ ବୃହସ୍ପତି ଦ୍ୱିତୀୟଭାବ ବା ଧନ ଓ କୁଟୁମ୍ବ ଭାବରେ ରହି ଅଷ୍ଟମସ୍ଥାନ, ଷଷ୍ଠସ୍ଥାନ ଓ କର୍ମସ୍ଥାନ ଉପରେ ପୂର୍ଣ୍ଣ ଦୃଷ୍ଟି ରଖିବେ । ଯାହା ଫଳରେ ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ । ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ । ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଯୋଗାଯୋଗ କରି ପାରନ୍ତି । ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ଲାଭ କରିବା ପାଇଁ ଚେଷ୍ଟା ଜାରି ରଖିବେ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ଆଶା କରୁଥିବା ଖବର ପାଇ ପିଲା ମାନଙ୍କ କାର୍ଯ୍ୟରେ ଖୁସି ହେବେ । ପରିବାରର ସଦସ୍ୟମାନେ ପରସ୍ପର ପରସ୍ପରକୁ ସହଯୋଗ କରିବା ଫଳରେ ଦାମ୍ପତ୍ୟସୁଖ ଓ ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ । ବନ୍ଧୁ ପରିବାରଙ୍କ ଠାରୁ ସୁଖ ମିଳିବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ସମାଜ ସେବାରେ ସ୍ଵନାମ ଅର୍ଜନ କରି ପାରିବେ । ଧାର୍ମିକ କାର୍ଯ୍ୟରେ ସଫଳତା ପାଇବା ସହ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସ ରତ ହେବେ । ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ଅନୁଭବି ଓ ଦାୟିତ୍ୱ ପୂର୍ଣ୍ଣ ଲୋକଙ୍କର ମାର୍ଗଦର୍ଶନ ଆପଣଙ୍କୁ କୋଉଠୁ ନେଇ କୋଉଠି ପହଁଞ୍ଚେଇ ଦେବ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ । ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ଆପଣଙ୍କ ରାଶିରେ ବୃହସ୍ପତି ପ୍ରବେଶ କରିଥିବାରୁ ପଞ୍ଚମସ୍ଥାନ, ସପ୍ତମସ୍ଥାନ ଏବଂ ନବମ ସ୍ଥାନକୁ ପୂର୍ଣ୍ଣ ଦୃଷ୍ଟିରେ ଦେଖୁଛନ୍ତି । ଯାହା ଫଳରେ ଗୁରୁ, ଗୁରୁଜନ ଓ ପିତୃତୁଲ୍ୟ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ଫଳରେ ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ । ବିନୟ ପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ । ଆକସ୍ମିକ ଧନ ପ୍ରାପ୍ତି ହେବ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ବ୍ୟବସାୟ ସଂସ୍ଥାନ, ଶିଳ୍ପ ପ୍ରତିଷ୍ଠା ଯୋଜନା ସାଫଲ୍ୟ ଦାୟକ ହେବ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ । ରାଜନୀତି କ୍ଷେତ୍ରରେ ସାଫଲ୍ୟ, ଉଚ୍ଚସମ୍ମାନ ଓ ପଦ ପଦବୀ ଲାଭହେବ । ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ସରକାରୀ କାମରେ ସଫଳତା ମିଳିବ । ଧୈର୍ଯ୍ୟ, ସାହସ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରି ପାରିବେ । ଆର୍ଥିକ ଉନ୍ନତି ହେବା ସହ ଶତୃ ପରାଜିତ ହେବେ । ବ୍ୟବସାୟ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନ ହେବା ଫଳରେ ବ୍ୟବସାୟରେ ପରିଶ୍ରମ ଫଳରେ ଧିରେ ଧିରେ ଉନ୍ନତି ହେବ । ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ନ ରଖିଲେ କେତେକ କ୍ଷେତ୍ରରେ ବିଫଳ ହେବେ । କଠିନ ପରିଶ୍ରମ କରିବା ଯୋଗୁ ଶାରରୀକ ଅସୁସ୍ଥତା ଦେଖା ଦେଇ ପାରେ । ପ୍ରତିକାର- ବ୍ରହ୍ମଜଷ୍ଠି ମୂଳ ବା ବ୍ରାହ୍ମଣଝାଟିଆ ମୂଳକୁ ବ୍ରାହ୍ମଣଙ୍କ ଦ୍ୱାରା ନିମନ୍ତ୍ରଣ କରିଆଣି ନିଜର ନାମ ଓ ଗୋତ୍ରାନୁଯାୟୀ ଅଭିମନ୍ତ୍ରଣ କରି ହଳଦିଆ ଉଲ୍ ସୂତାରେ ସ୍ତ୍ରୀମାନେ ବାମ ବାହୁରେ ପୁରୁଷମାନେ ଦକ୍ଷିଣ ବାହୁରେ ବନ୍ଧନ କରିଲେ ବୃହସ୍ପତି ସନ୍ତୁଷ୍ଟ ରହିବେ ।

ମୀନ:-ଆପଣଙ୍କ ରାଶିର ଦ୍ୱାଦଶ ଭାବରେ ବୃହସ୍ପତି ପ୍ରବେଶ କରି ସୁଖଭାବ, ରୋଗଭାବ ଏବଂ ଅଷ୍ଟମ ଭାବକୁ ପୂର୍ଣ୍ଣ ଦୃଷ୍ଟିରେ ଦେଖୁଛନ୍ତି । ଯାହା ଫଳରେ ସାହିତ୍ୟ, କଳା କ୍ଷେତ୍ରରେ ଆକର୍ଷିତ ହେବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । କର୍ମକ୍ଷେତ୍ରରେ ସୁବିଧା ସୁଯୋଗ ପାଇ ଉଚ୍ଚ ସମ୍ମାନ ପାଇବା ସହ ପ୍ରଶଂସିତ ହେବେ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ ଓ ସୁଖଶାନ୍ତି ବୃଦ୍ଧି ହେବ । ରାଜନୀତି କ୍ଷେତ୍ରରେ ଜନସମ୍ପର୍କ ସୁଦୃଢ ହେବା ଫଳରେ ଯାହା ଚିନ୍ତା କରିବେ ତାହା ପୂରଣ ହେବ । ଧାର୍ମିକ କାର୍ଯ୍ୟରେ ମନ ବଳାଇବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମପ୍ରସଙ୍ଗରେ ମଧୁରତା ଆସିବା ସହ ଶୁଭକାର୍ଯ୍ୟରେ ଯୋଗ ଦେବେ । ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ବିଦ୍ୟାକ୍ଷେତ୍ରରେ ସମସ୍ୟାର ସମାଧାନ ହୋଇ ସଫଳତା ମିଳିବ । ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବା ଫଳରେ ବ୍ୟବସାୟ କ୍ଷେତ୍ରରେ ଆୟ ବୃଦ୍ଧି ହେବା ସହ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହୋଇପାରେ । କେତେକ କ୍ଷେତ୍ରରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇ ପାରେ । ଅଯଥାଧନ ଖର୍ଚ୍ଚହୋଇଯିବା ଫଳରେ ବିରକ୍ତିସ୍ୱଭାବ ପ୍ରକାଶପାଇ ପାରେ । ପୈତୃକ ସମ୍ପତ୍ତିରେ ସମସ୍ୟା ଦେଖାଦେଇ ପାରେ । ସତର୍କତା ଅବଲମ୍ବନ ନକଲେ ମାନସମ୍ମାନ ହାନୀହେବାର ବିଶେଷ ସମ୍ଭାବନା ଅଛି । ପିଲାମାନଙ୍କ କାର୍ଯ୍ୟ ପ୍ରତି ଦୃଷ୍ଟି ରଖିବା ଆବଶ୍ୟକ । ପ୍ରତିକାର- ବ୍ରହ୍ମଜଷ୍ଠି ମୂଳ ବା ବ୍ରାହ୍ମଣଝାଟିଆ ମୂଳକୁ ବ୍ରାହ୍ମଣଙ୍କ ଦ୍ୱାରା ନିମନ୍ତ୍ରଣ କରିଆଣି ନିଜର ନାମ ଓ ଗୋତ୍ରାନୁଯାୟୀ ଅଭିମନ୍ତ୍ରଣ କରି ହଳଦିଆ ଉଲ୍ ସୂତାରେ ସ୍ତ୍ରୀମାନେ ବାମ ବାହୁରେ ପୁରୁଷମାନେ ଦକ୍ଷିଣ ବାହୁରେ ବନ୍ଧନ କରିଲେ ବୃହସ୍ପତି ସନ୍ତୁଷ୍ଟ ରହିବେ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!