ବୃହସ୍ପତି ଚଳିଲେ ମକର ରାଶିକୁ (ମକର, କୁମ୍ଭ ଓ ମୀନ)ରାଶି ଉପରେ କଣ ପଡିବ ଏହାର ପ୍ରଭାବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଲଗ୍ନରେ ବିଶେଷ ଗୁରୁତ୍ୱ ନଦେଇ ଚନ୍ଦ୍ର ଲଗ୍ନରେ ବିଚାର କରିବା ବିଶେଷ ଫଳଦାୟୀ। ସେଥିପାଇଁ ଜନ୍ମ ଲଗ୍ନ କୁଣ୍ଡଳୀ ପ୍ରସ୍ତୁତ କରିବା ସହ, ଚନ୍ଦ୍ରଲଗ୍ନ କୁଣ୍ଡଳୀ ପ୍ରସ୍ତୁତ କରିବା ଉଚିତ୍। ଜନ୍ମ ସମୟରେ ଯୋଉ ରାଶିରେ ଚନ୍ଦ୍ର ଥାଏ ସେହି ରାଶିରୁ ଆରମ୍ଭ କରିବାକୁ ହୁଏ। ତାତ୍ପର୍ଯ୍ୟ ହେଉଛି ଚନ୍ଦ୍ରମା ମନଷୋଜାତଃ ଏହା ବେଦବାକ୍ୟ। ଚନ୍ଦ୍ର ମନର କାରକ ହୋଇଥିବାରୁ ଅଶୁଭ ଗ୍ରହର ପ୍ରଭାବ ଚନ୍ଦ୍ର ଉପରେ ପଡିଲେ କିମ୍ବା ଚନ୍ଦ୍ର ଅଶୁଭ ରାଶିସ୍ଥିତ ହେଲେ ସବୁ ପ୍ରକାର ଅନିଷ୍ଟ ଫଳ ଭୋଗ କରିବାକୁ ପଡିଥାଏ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଅନେକ ସମୟରେ ସମସ୍ତ ପ୍ରକାର ସୁଖରେ କାଳାତିପାତ କରୁଥିଲେ ମଧ୍ୟ ଚନ୍ଦ୍ରର ଅଶୁଭତ୍ୱ ଯୋଗ ମନରେ କାଳ୍ପନିକ ଚିନ୍ତା ଯୋଗେ ଏବଂ ଆଶଙ୍କା ବସତଃ ବହୁତ ଦୁଃଖ ଭୋଗ କରିବାକୁ ପଡିଥାଏ। ଅନେକଥର ଏହି ପ୍ରକାର ଅଜଣା ଆତଙ୍କ ଦୁଃଖ ମଣିଷ ଭୋଗ କରିଥାଏ। ଅନେକ ସମୟରେ ଦେଖାଯାଇଛି ଚତୁଃପାଶ୍ୱର୍ରେ ଦୁଃଖ ଘେରି ରହିଥିଲେ ମଧ୍ୟ ଆନନ୍ଦ ସୁଖ ବେଳେ ବେଳେ ମନକୁ ପ୍ରଫୁଲ୍ଲିତ କରିଥାଏ। ସେହି ଦୃଷ୍ଟିରୁ ଚନ୍ଦ୍ର ମନର ଅଧିଷ୍ଠାତା ହୋଇଥିବାରୁ ଚନ୍ଦ୍ରସ୍ଥିତି ରାଶିଠାରୁ ସମସ୍ତ ଗ୍ରହମାନଙ୍କର ଗୋଚରପଳ ବିବେଚନା କରିବାକୁ ପଡିଥାଏ।

ଗୁରୁଗ୍ରହ ସବୁଠାରୁ ଶୁଭଗ୍ରହ ଅଟନ୍ତି। ଗୁରୁଗ୍ରହ ସନ୍ତାନ, ଧନ, ଜ୍ଞାନ ତଥା ନ୍ୟାୟର ପ୍ରତୀକ ବୋଲି କୁହାଯାଏ। ଗୁରୁଗ୍ରହ ପ୍ରଭାବିତ ଜାତକ ବହୁତ ଜ୍ଞାନୀ ହୋଇଥାନ୍ତି। ଯଦି ଗ୍ରହ ଅଶୁଭରେ ଅବସ୍ଥିତ ହୋଇଛନ୍ତି ତେବେ ଧନହାନୀ, ଆର୍ଥିକ କ୍ଷତି, ସନ୍ତାନ ସୁଖରେ ବିଳମ୍ବ ବା ଝିଅମାନଙ୍କ ବିବାହ ହୋଇପାରେ ନାହିଁ। ନବଗ୍ରହରେ ବୃହସ୍ପତିଙ୍କୁ ଗୁରୁଙ୍କ ଉପାଧି ପ୍ରାପ୍ତ ହୋଇଛି। ମାନବ ଜୀବନରେ ବୃହସ୍ପତିଙ୍କ ମହତ୍ୱପୂର୍ଣ୍ଣ ପ୍ରଭାବ ପଡେ। ବୃହସ୍ପତି ସର୍ବଦା ଆପଦ ବିପଦରେ ରକ୍ଷା କରି ଥାନ୍ତି। ବୃହସ୍ପତି ଦଶା ଶେଷ ହେଲେ ଜାଣିବାକୁ ହେବ ଯେ ଶରୀରରୁ ଆତ୍ମା ଅଲଗା ହେବା ସହିତ ସମାନ।

ମକର:-

ମକରରାଶିଜାତ ମହିଳା ଓ ପୁରୁଷମାନଙ୍କର ବୃହସ୍ପତି ପ୍ରଥମ ବା ଜନ୍ମ ଭାବରେ ପ୍ରବେଶକରି ପଞ୍ଚମସ୍ଥାନ, ସପ୍ତମସ୍ଥାନ ଏବଂ ନବମ ସ୍ଥାନକୁ ପୂର୍ଣ୍ଣ ଦୃଷ୍ଟିରେ ଦେଖୁଛନ୍ତି। ଯାହାଫଳରେ ସନ୍ତାନ କ୍ଷେତ୍ରରେ, ଜୀବନସାଥିଙ୍କ କ୍ଷେତ୍ରରେ ଓ ପିତୃ କ୍ଷେତ୍ରରେ ସର୍ବଶ୍ରେଷ୍ଠ ଫଳ ପାଇବେ। ସନ୍ତାନ ପ୍ରାପ୍ତି, ନୂତନ ଯାନ, ନୂତନ ବ୍ୟବସାୟ, ନୂତନ ଜାଗା ଜମି ପ୍ରାପ୍ତି ହେବ। ପୁତ୍ର କନ୍ୟାଙ୍କର ମାଙ୍ଗଳିକ କାର୍ଯ୍ୟ ସୁରୁଖୁରୁରେ କରିପାରିବେ। ଭାଗ୍ୟର ପ୍ରବଳତା ହେତୁ ସମସ୍ତ କାର୍ଯ୍ୟ ପୂର୍ଣ୍ଣ ହେବ।

ଅବିବାହିତ ହୋଇଥିଲେ ବିବାହ କାର୍ଯ୍ୟ ସମ୍ପନ୍ନ ହେବ। ଉପଯୁକ୍ତ ଜୀବନସାଥିପାଇ ଅତ୍ୟନ୍ତ ଭାଗ୍ୟଶାଳୀ ହେବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ। ବ୍ୟବସାୟରେ ଅତ୍ୟନ୍ତ ଲାଭାନ୍ନିତ ହୋଇ ସମ୍ପତ୍ତି କ୍ରୟ କରିବେ। ବ୍ୟବସାୟିମାନଙ୍କର ଅନେକ ପ୍ରକାର ସୁବିଧା ସୁଯୋଗପାଇ ଆଶାପୂରଣ ହେବାର ରାସ୍ତା ଖୋଲିଯିବ। ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ଵାସ୍ଥ୍ୟକର ପରିବେଶ ଏବଂ ସମ୍ମାନଜନକ ଘଟଣା ଘଟି ଚାଲିବ। ବିଦ୍ୟାର୍ଥୀ ହୋଇଥିଲେ ପ୍ରଶାସନିକ ସେବା ସମ୍ବଧିତ ପରୀକ୍ଷା ପାଇଁ ପ୍ରସ୍ତୁତ ହେବା ଉଚିତ୍। କିମ୍ବା ମେଡିକାଲ ସାଇନ୍ସ ଅଧ୍ୟୟନ କରୁଥିଲେ ବିଶେଷ ସଫଳତା ପ୍ରାପ୍ତ ହେବ।

ପ୍ରେମିକ ପ୍ରେମିକାମାନଙ୍କର ଆମୋଦ ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍, ଆଡମ୍ବରରେ ଆଗ୍ରହ ବଢିବ। ସମସ୍ତ ସମସ୍ୟା ଶାନ୍ତିପୂର୍ବକ ଢଙ୍ଗରେ ସମାଧାନ କରିପାରିବେ ଓ କଷ୍ଟରୁ ମୁକ୍ତି ପାଇବେ। ପରିବାରରେ ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ପ୍ରତିକାର- ବ୍ରହ୍ମଜଷ୍ଠି ମୂଳକୁ ବ୍ରାହ୍ମଣଙ୍କ ଦ୍ୱାରା ନିୟନ୍ତ୍ରଣ କରିଆଣି ନିଜର ନାମ ଗୋତ୍ରାନୁଯାୟୀ ଅଭିମନ୍ତ୍ରଣ କରି ହଳଦିଆ ଉଲ ସୂତାରେ ମହିଳାମାନେ ବାମ ବାହୁରେ ପୁରୁଷମାନେ ଦକ୍ଷିଣ ବାହୁରେ ବନ୍ଧନ କରନ୍ତୁ। ପ୍ରତିଦିନ ଏକମାଳା ଏହିମନ୍ତ୍ର ଜପ କରିବା ଉଚିତ୍‌। ମନ୍ତ୍ର- ଓଁ ଗ୍ରାଂ ଗ୍ରୀଂ ଗ୍ରୌଂ ସଃ ଗୁରବେ ନମଃ।

କୁମ୍ଭ:-

ରାଶିଜାତ ମହିଳା ଓ ପୁରୁଷମାନଙ୍କର ବୃହସ୍ପତି ଦ୍ୱାଦଶ ସ୍ଥାନରେ ପ୍ରବେଶ କରିଛନ୍ତି। ନାଶ ସ୍ଥାନରେ ପ୍ରବେଶ କରି ସୁଖଭାବ, ରୋଗଭାବ, ଏବଂ ନିଧନ ଭାବକୁ ପୂର୍ଣ୍ଣ ଦୃଷ୍ଟିରେ ଦେଖୁଛନ୍ତି। ଯାହା ଫଳରେ ରୋଗ, ଋଣ, ଶତ୍ରୁ ନାସହୋଇ ଆୟୁ ବୃଦ୍ଧି ପାଇବା ସହ ସୁଖସମୃଦ୍ଧି ବୃଦ୍ଧିହେବ। କର୍ମକ୍ଷେତ୍ରରେ ପଦୋନ୍ନତି, ବିଭାଗୀୟ ଅଧିକାରୀଙ୍କ ସାନ୍ନିଧ୍ୟଲାଭ, ଇଚ୍ଛିତସ୍ଥାନରେ ସ୍ଥାନାନ୍ତର ସହଜ ସରଳରେ ହୋଇ ପାରିବ। ବାଦବିବାଦ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ।

ସରକାରୀ ସାହାଯ୍ୟ ଲାଭ କରିବାର ସୁଯୋଗ ପାଇବେ। ବ୍ୟବସାୟିକ କ୍ଷେତ୍ରରେ ଶତ୍ରୁମାନେ ପରାଜିତ ହେବେ। ଯେକୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ କ୍ୟାରିୟରର ଉନ୍ନତି ହେବ। ସାହିତ୍ୟ, କଳା କ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ସହକର୍ମୀ ମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ମାନସିକ ସ୍ଥିରତା ଦେଖାଦେବ। ପ୍ରେମପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ପରିଶ୍ରମ ଓ ମେହନତର ପରିଣାମ ମିଳିବ। ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ରାଜନୀତି କ୍ଷେତ୍ରରେ ସେବାକାରୀ ମାନଙ୍କ କଠିନ ପରିଶ୍ରମ ଦ୍ଵାରା ଯଶମାନ ସମ୍ମାନ ମିଳିବ। ପରିବାରରେ ସୁଖ ସମୃଦ୍ଧି ବୃଦ୍ଧି ହେବ।

ବ୍ୟବସାୟରେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିତିକୁ ନିଜ ତରଫରେ ନେଇ ପ୍ରଶଂସା ପାଇବେ। ଆମୋଦ ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ଉତ୍ସାହ ବଢିବ। ଯେ କୌଣସି ଲଢ଼େଇ ଝଗଡା ଠାରୁ ଦୂରେଇ ରୁହନ୍ତୁ, ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ସୃଷ୍ଟି ହୋଇପାରେ। ସମସ୍ତ କାର୍ଯ୍ୟରେ ସତର୍କତା ଜରୁରୀ ଅଟେ। କୌଣସି ନୂତନ କାର୍ଯ୍ୟ ଆରମ୍ଭ ନକରିବା ଉଚିତ କଲେ ବିପଦରେ ପଡିବେ। ପ୍ରତିକାର- ଗୁରୁବାର ଦିନ କଳଦୀଗଛ ମୂଳରେ ପାଣି ଢ଼ାଳନ୍ତୁ। ମାଆବାପା, ଗୁରୁ ଗୁରୁଜନଙ୍କୁ ସମ୍ମାନ ଦିଅନ୍ତୁ। ୨୦୨୧ମସିହା ଏପ୍ରିଲମାସ ପର୍ଯ୍ୟନ୍ତ ପ୍ରତ୍ୟେକ ଗୁରୁବାର ଦିନ ଗାଈକୁ କଦଳୀ ଏବଂ ଗୁଡ଼ ଖାଇବାକୁ ଦେବେ। ଗୁଡ଼, କଦଳୀ, ବୁଟଡାଲି, ହଳଦୀ କୌଣସି ଏକ ଗୁରୁବାର ଦିନ ମନ୍ଦିରରେ ଦାନ କରି ଦିଅନ୍ତୁ।

ମୀନ:-

ରାଶିଜାତ ମହିଳା ଓ ପୁରୁଷମାନଙ୍କର ବୃହସ୍ପତି ଏକାଦଶ ବା ଲାଭଭାବରେ ପ୍ରବେଶ କରି ପରାକ୍ରମଭାବ, ସନ୍ତାନଭାବ, ଦାମ୍ପତ୍ୟ ଭାବକୁ ପୂର୍ଣ୍ଣ ଦୃଷ୍ଟିରେ ଦେଖୁଛନ୍ତି। ଯାହା ଫଳରେ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନଖୁସି ରହିବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ସନ୍ତାନ ଓ ଜୀବନସାଥିଙ୍କ ସହଯୋଗ ପାଇ ଗୃହସ୍ଥ ଜୀବନରେ ଭରପୁର ସୁଖ ପ୍ରାପ୍ତି ହେବ। ଉଧାର ଦେଇଥିବା ବା ଅଟକିଥିବା ଟଙ୍କା ମଧ୍ୟ ମିଳିଯିବ। ଶତୃ ଓ ବିରୋଧୀମାନେ ଦୂରେଇ ଯିବେ।

ମାନସିକ ଅଶାନ୍ତି ଦୂର ହେବ। ସମସ୍ତ ପ୍ରକାର ପରିବେଶ ଓ ପରିସ୍ଥିତି ଆପଣଙ୍କ ସପକ୍ଷରେ ରହିବ। ରୋଜଗାର ମିଳିବାର ଉପଯୁକ୍ତ ସୁଯୋଗ ପାଇବା ଫଳରେ ପରିବାର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। ପ୍ରେମୀକପ୍ରେମିକାଙ୍କ ସମ୍ପର୍କ ସ୍ଥାପିତ ହେଲେ ଦୃଢୀଭୂତ ହେବ। ଜାଗା, ଜମି, ଗୃହ, ଇଟା, ବାଲି, ସିମେଣ୍ଟ, ଡାଲି, ଚାଉଳ, ଧାନ, ଗହମ ଆଦି ବ୍ୟବସାୟ ଆରମ୍ଭ କରିପାରିବେ। ତେଜରାତି ଦୋକାନ, ହୋଟେଲ, ପନିପରିବା ବା ରବି ଫସଲ ବ୍ୟବସାୟ କରୁଥିଲେ ଆଶାତୀତ ଲାଭ ଉଠେଇ ପାରିବେ। ସାହାଯ୍ୟ କରିଥିବା ଲୋକଙ୍କଠାରୁ ସମସ୍ତ ଅର୍ଥ ପ୍ରାପ୍ତି ହୋଇଯିବ। ନୂତନ ବ୍ୟବସାୟଆରମ୍ଭ ପାଇଁ ଅତ୍ୟନ୍ତ ଉତ୍ତମ ସମୟ।

ରାଜନୀତି କ୍ଷେତ୍ରରେ ପ୍ରଶଂସନୀୟ କାର୍ଯ୍ୟ କରି ଲୋକ ସମ୍ପର୍କ ବୃଦ୍ଧି କରିବା ସହ ଯଶ-ମାନ-ପ୍ରତିଷ୍ଠା ବୃଦ୍ଧି ପାଇବ। ଛାତ୍ରଛାତ୍ରୀମାନେ ନିଜର ପାରଦର୍ଶିତାକୁ କାର୍ଯ୍ୟରେ ଲଗାଇବା ପାଇଁ ସୁଯୋଗ ପାଇବ। କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। ପ୍ରତିକାର- ଗୁରୁବାର ଦିନ କଳଦୀଗଛ ମୂଳରେ ପାଣି ଢ଼ାଳନ୍ତୁ। ମାଆବାପା, ଗୁରୁ ଗୁରୁଜନଙ୍କୁ ସମ୍ମାନ ଦିଅନ୍ତୁ। ପ୍ରତିକାର- ପ୍ରତିଦିନ କେଶର ମାଳରେ ଏକମାଳା ମନ୍ତ୍ର ଜପ କରିବା ଉଚିତ୍‌। ମନ୍ତ୍ର- ଓଁ ଗ୍ରାଂ ଗ୍ରୀଂ ଗ୍ରୌଂ ସଃ ଗୁରବେ ନମଃ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!