ଅକ୍ଟୋବର ୧୧ ତାରିଖ ବୃହସ୍ପତି ବିଶାଖା ନକ୍ଷତ୍ର ବିଛା ରାଶିକୁ ସ୍ଵଚାର ହୋଇ ଗମନ କଲେ – ଏହି ଚଳନ ଫଳରେ (ମେଷ, ବୃଷ, ମିଥୁନ) ଉପରେ କି ପ୍ରକାର ପ୍ରଭାବ ପଡିବ ଦେଖନ୍ତୁ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ବୃହସ୍ପତି ବିଶାଖା ନକ୍ଷତ୍ର ବିଛା ରାଶିକୁ ସ୍ଵଚାର ହୋଇ ଗମନ କରିବେ

ପ୍ରତ୍ୟେକ ମଣିଷ ଭବିଷ୍ୟତ ଫଳ ଜାଣିବା ପାଇଁ ପ୍ରବଳ ଇଚ୍ଛା ପ୍ରକାଶ କରିଥାଏ। ଗୋଚର ଗ୍ରହ ମାନଙ୍କର ବିଚାର ଦେଖିବାକୁ ହେଲେ ତିନି (୩) ପ୍ରକାର ଦୃଷ୍ଟିରେ ଦେଖାଯାଏ। ୧- ଜନ୍ମ ନକ୍ଷତ୍ର ଦ୍ୱାରା, ୨- ଗ୍ରହ ଦ୍ୱାରା, ୩- ଗୋଚର ବିଚାର ଜନ୍ମରାଶି ଦ୍ୱାରା। ତେଣୁ ଚନ୍ଦ୍ରଙ୍କୁ ଜ୍ୟୋତିଷ ଶାସ୍ତ୍ରରେ ବିଶେଷ ଗୁରୁତ୍ୱ ଦିଆ ଯାଇଥାଏ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଚନ୍ଦ୍ର ଲଗ୍ନରେ ବିଚାର କରିବା ବିଶେଷ ଫଳଦାୟୀ। ସେଥିପାଇଁ ଚନ୍ଦ୍ରଲଗ୍ନ କୁଣ୍ଡଳୀ ପ୍ରସ୍ତୁତ କରିବା ଉଚିତ୍। ତାତ୍ପର୍ଯ୍ୟ ହେଉଛି ଚନ୍ଦ୍ରମା ମନଷୋଜାତଃ ଏହା ବେଦବାକ୍ୟ। ଚନ୍ଦ୍ର ମନର କାରକ ହୋଇଥିବାରୁ ଅଶୁଭ ଗ୍ରହର ପ୍ରଭାବ ଚନ୍ଦ୍ର ଉପରେ ପଡିଲେ କିମ୍ବା ଚନ୍ଦ୍ର ଅଶୁଭ ରାଶିସ୍ଥିତି ହେଲେ ସବୁ ପ୍ରକାର ଅନିଷ୍ଟ ଫଳ ଭୋଗ କରିବାକୁ ପଡିଥାଏ। ଅନେକ ସମୟରେ ସମସ୍ତ ପ୍ରକାର ସୁଖରେ କାଳାତିପାତ କରୁଥିଲେ ମଧ୍ୟ ଚନ୍ଦ୍ରର ଅଶୁଭତ୍ୱ ଯୋଗେ ମନରେ କାଳ୍ପନିକ ଚିନ୍ତା ଯାଗେ ଏବଂ ଆଶଙ୍କା ବଶତଃ ବହୁତ ଦୁଃଖ ଭୋଗ କରିବାକୁ ପଡିଥାଏ। ଅନେକ ସମୟରେ ଦେଖାଯାଉଛି ଚତୁଃପାଶ୍ୱର୍ରୁ ଦୁଃଖ ଘେରି ରହିଥିଲେ ମଧ୍ୟ ଆନନ୍ଦ ସୁଖ ବେଳେ ବେଳେ ମନକୁ ପ୍ରଫୁଲ୍ଲିତ କରି ପକେଇ ଥାଏ। ସେହି ଦୃଷ୍ଟିରୁ ଚନ୍ଦ୍ର ମନର ଅଧିଷ୍ଠାତା ହୋଇଥିବାରୁ ଚନ୍ଦ୍ରସ୍ଥିତି ରାଶିଠାରୁ ସମସ୍ତ ଗ୍ରହମାନଙ୍କର ଗୋଚର ଫଳ ବିବେଚନା କରିବାକୁ ପଡିଥାଏ।

ବୃହସ୍ପତି ବ୍ୟକ୍ତିକୁ ଅଧିକ ବୁଦ୍ଧିବଳ ପ୍ରଦାନ କରିଥାନ୍ତି। ତା ସହ ଧନବଳ ଓ ଦେହବଳ ମଧ୍ୟ ପୁଷ୍ଟ ହୋଇଥାଏ। କାରଣ ସମସ୍ତଙ୍କର ଧାରଣା ବୃହସ୍ପତି ସବୁ ସମୟରେ ଶୁଭଫଳ ପ୍ରଦାନ କରନ୍ତି। କିନ୍ତୁ ଅନୁଭବରୁ ପ୍ରମାଣ ମିଳେ ଅଶୁଭ ସମୟରେ ଅଶୁଭ ଫଳ ପ୍ରଦାନ କରନ୍ତି। ଶୁଭ ସମୟରେ ଶୁଭଫଳ ପ୍ରଦାନ କରିଥାନ୍ତି।

୨୦୧୮ ମସିହା ଅକ୍ଟୋବର ମାସ ୧୧ ତାରିଖ ଗୁରୁବାର ଦିନ ବୃହସ୍ପତି ବିଶାଖା ନକ୍ଷତ୍ର ବିଛା ରାଶିକୁ ସ୍ଵଚାର ହୋଇ ଗମନ କଲେ।  ତୁଳା ରାଶିରେ ଚନ୍ଦ୍ର ବିଦ୍ୟମାନ କରିଥିବାରୁ ବୃଷ, ତୁଳା, ମକର ରାଶିର ବୃହସ୍ପତି ଗୋଚର ଓ ଶୁଭ ଚନ୍ଦ୍ରରେ ଚଳନ ହେତୁ ଅତ୍ୟନ୍ତ ଶୁଭଫଳ ପ୍ରଦାନ କରିବେ। କର୍କଟ, ମୀନ ରାଶିର ଗୋଚରରେ ଶୁଭ ଓ ଚନ୍ଦ୍ର ଅଶୁଭ ହେତୁ ମଧ୍ୟମ ଶୁଭଫଳ ପ୍ରଦାନ କରିବେ। ମେଷ, ମିଥୁନ, ସିଂହ, କନ୍ୟା, ଧନୁ ଓ କୁମ୍ଭ ରାଶିର ଗୋଚରରେ ଅଶୁଭ ଚନ୍ଦ୍ର ଶୁଭ ହେତୁ ସମଫଳ ପ୍ରଦାନ କରିବେ। ବର୍ତ୍ତମାନ ବୃହସ୍ପତିଙ୍କର ବିଛା ରାଶିସ୍ଥିତିରେ ପ୍ରତ୍ୟେକ ରାଶିର ବ୍ୟକ୍ତିମାନେ କିପ୍ରକାର ଫଳ ଭୋଗ କରିବେ ବିଚାର କରି ନିମ୍ନରେ ତାହା ପ୍ରଦତ୍ତ କରୁଅଛି।

(ମେଷ, ବୃଷ, ମିଥୁନ)(କର୍କଟ, ସିଂହ, କନ୍ୟା) | (ତୁଳା, ବିଛା, ଧନୁ) | (ମକର, କୁମ୍ଭ, ମୀନ)

ମେଷ:-

ଆପଣଙ୍କ ରାଶିଠାରୁ ବୃହସ୍ପତି ଅଷ୍ଟମ ସ୍ଥାନରେ ପ୍ରବେଶ କରି ଦ୍ୱାଦଶ ଭାବ, ଧନଭାବ ଓ ସୁଖ ଭାବକୁ ପ୍ରଭାବିତ କରୁଛନ୍ତି। ଯାହା ଫଳରେ କାମ- କାର୍ଯ୍ୟରେ ଗମ୍ଭୀରତା ପୂର୍ବକ ଧ୍ୟାନ ଦେଇ ବହୁତ ପଇସା ଇନକମ୍ କରିବେ। ଶତୃ ଓ ବିରୋଧୀ ମାନେ ଯେତେ ଚାହିଁଲେ ମଧ୍ୟ ଆପଣଙ୍କର କିଛି ଅହିତ ସାଧନ କରି ପାରିବେ ନାହିଁ। କୀର୍ତ୍ତି ଓ ପ୍ରତିଷ୍ଠାକୁ ସ୍ପର୍ଶ ମଧ୍ୟ କରି ପାରିବେ ନାହିଁ। ପରୋପକାର ବା ଲୋକକଲ୍ୟାଣ କାମରେ ବ୍ୟସ୍ତ ରହିବେ। କ୍ରୋଧିତ ହେଲେ ତିଆରି କରିଥିବା କାର୍ଯ୍ୟରେ ସଫଳ ହେବେ ନାହିଁ। ବ୍ୟବସାୟ ପାଇଁ ଆଖପାଖକୁ ଯାତ୍ରା କରିବାର ସମ୍ଭାବନା ଅଛି। ପୁରୁଣା ବନ୍ଧୁଙ୍କ ସହାୟତାରେ ଆର୍ଥିକସ୍ଥିତି ବଦଳିବ। ମିତ୍ର ସହଯୋଗୀମାନେ ସାହାଯ୍ୟ ସହଯୋଗ କରିବେ। ସ୍ୱାସ୍ଥ୍ୟ ପାଇଁ ଚିନ୍ତିତ ରହିବେ ଓ ଉଦର ରୋଗ, ବାୟୁବିକାର, ଚର୍ମରୋଗ, ସ୍ନାୟୁ ଦୁର୍ବଳତା ଆଦି ରୋଗମାନ ଦେଖାଦେଇପାରେ। ପ୍ରତିକାର କଲେ ସମସ୍ତ ଶୁଭଫଳ ନିଶ୍ଚୟ ପାଇବେ।

ବୃଷ:-

ଆପଣଙ୍କ ରାଶିଠାରୁ ବୃହସ୍ପତି ସପ୍ତମ ଭାବରେ ପ୍ରବେଶ କରି ଲାଭଭାବ, ପରାକ୍ରମଭାବ ଏବଂ ଲଗ୍ନଭାବକୁ ପ୍ରଭାବିତ କରୁଛନ୍ତି। ଏହା ଫଳରେ ଆପଣଙ୍କର ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ। ଧନ, ଧାନ୍ୟ, ଐଶ୍ୱର୍ଯ୍ୟ, ମାନ ସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ। ବ୍ୟବସାୟୀ ହୋଇଥିଲେ ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ୍ ହେବେ। ନୂଆନୂଆ ବ୍ୟବସାୟିକ ସମ୍ପର୍କ ସ୍ଥାପନ ଓ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ଅଟକି ଯାଇଥିବା ଅର୍ଥ ସହଜରେ ହସ୍ତଗତ ହେବ। ଭୂମି କ୍ରୟ, ବାହନ କ୍ରୟ, ଗୃହ ନିର୍ମାଣ କରିବାରେ ଖର୍ଚ୍ଚ କରିବାକୁ ପଡିବ। ବିଦ୍ୟାର୍ଥୀ ବର୍ଗ ଅତ୍ୟନ୍ତ ସଫଳତା ସହ ପ୍ରତିଯୋଗୀତାରେ ଉତ୍ତୀର୍ଣ୍ଣ ହେବେ। ବିଦେଶ ଯାତ୍ରା ଫଳରେ ବିଶେଷ ଲାଭବାନ ହେବେ। ସାମାଜିକ କ୍ଷେତ୍ରରେ ଧର୍ମାନୁଷ୍ଠାନରେ, ମଠ, ମନ୍ଦିରମାନଙ୍କରେ, ମାଙ୍ଗଳିକ କାର୍ଯ୍ୟରେ ଯୋଗଦାନ କରି ପ୍ରଶଂସିତ ହେବେ। ବିବାହ ସମ୍ପନ୍ନ ହେବ।

ମିଥୁନ:-

ଆପଣଙ୍କ ରାଶିଠାରୁ ବୃହସ୍ପତି ଷଷ୍ଠସ୍ଥାନରେ ପ୍ରବେଶ କରି କର୍ମସ୍ଥାନ, ବ୍ୟୟସ୍ଥାନ ଏବଂ କୁଟୁମ୍ବ କ୍ଷେତ୍ରକୁ ପ୍ରଭାବିତ କରୁଛନ୍ତି। ଏହା ଫଳରେ କର୍ମକ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବ। ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ। ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ। ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହେବ। ରାଜନୈତିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ପ୍ରତିପତ୍ତି, ଉଚ୍ଚସ୍ଥାନ ଲାଭ ବା ପଦୋନ୍ନତି ଭଳି ମର୍ଯ୍ୟଦା ପ୍ରାପ୍ତି ହେବ। ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ ତତ୍ ସଙ୍ଗେ ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିଯିବ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବା ସହ ପ୍ରତିଷ୍ଠିତ ହୋଇପାରିବେ। ସତର୍କ ରହି ଯାତାୟତ କରିବା ଆଦାନ-ପ୍ରଦାନ କରିବା ଉଚିତ୍ ହେବ। ପ୍ରତିକାର କଲେ ସମସ୍ତ ଶୁଭଫଳ ନିଶ୍ଚୟ ପାଇବେ।

ଅଶୁଭ ବୃହସ୍ପତିଙ୍କ ପାଇଁ ପ୍ରତିକାର।

୧- ପ୍ରତ୍ୟେକ ଗୁରୁବାର ଦିନ ଗାଈକୁ କଦଳୀ ଏବଂ ଗୁଡ଼ ଖାଇବାକୁ ଦେବେ। ଗୁଡ଼, କଦଳୀ, ବୁଟଡାଲି, ହଳଦୀ ଗୌରବର୍ଣ୍ଣର ବ୍ରାହ୍ମଣଙ୍କୁ ଗୁରୁବାର ଦିନ ଦାନ କଲେ ବହୁତ ଭଲ।

୨- ହଳଦୀ ରଙ୍ଗର ଗଞ୍ଜି, ଜଙ୍ଗିଆ ସାର୍ଟ କିମ୍ବା ପ୍ୟାଣ୍ଟ ଲୁଗା ଇତ୍ୟାଦି ପରିଧାନ କରିବା ଉଚିତ୍। ନତୁବା ହଳଦୀ ରଙ୍ଗର ରୁମାଲ ପାଖରେ ରଖିବା ଆବଶ୍ୟକ।

Bruhaspati Chalana 2016

୩- ବ୍ରହ୍ମଜଷ୍ଠି ମୂଳ ବା ବ୍ରାହ୍ମଣଝାଟିଆ ମୂଳକୁ ବ୍ରାହ୍ମଣଙ୍କ ଦ୍ୱାରା ନିମନ୍ତ୍ରଣ କରିଆଣି ନିଜର ନାମ ଓ ଗୋତ୍ରାନୁଯାୟୀ ଅଭିମନ୍ତ୍ରଣ କରି ହଳଦିଆ ଉଲ୍ ସୂତାରେ ସ୍ତ୍ରୀମାନେ ବାମ ବାହୁରେ ପୁରୁଷମାନେ ଦକ୍ଷିଣ ବାହୁରେ ବନ୍ଧନ କରିଲେ ବୃହସ୍ପତି ସନ୍ତୁଷ୍ଟ ରହିବେ।

୪- ପ୍ରତ୍ୟେକ ଦିନ ସକାଳେ ଏବଂ ସନ୍ଧ୍ୟାରେ ବିଷ୍ଣୁ ସହସ୍ରନାମ ଶ୍ରବଣ କିମ୍ବା ପଠନ କରିବେ । ଗୋଟିଏ ଥର ହରିବଂଶ ବସେଇ ଶ୍ରବଣ କଲେ ଅନେକ କ୍ଷୟକ୍ଷତିରୁ ରକ୍ଷା ମିଳିବ ।

୫- ନିମ୍ନୋକ୍ତ ମନ୍ତ୍ରକୁ ବିଧି ପୂର୍ବକ ଜପକଲେ ଅଶୁଭତ୍ୱ ଖଣ୍ଡନ ହେବ ।

(କ) ଏକାକ୍ଷରୀ ଜୀବମନ୍ତ୍ର – ଓଁ ବୃଂ ବୃହସ୍ପତୟେ ନମଃ ।

(ଖ) ତାନ୍ତ୍ରିକ ବୃହସ୍ପତି ମନ୍ତ୍ର – ଓଁ ଗ୍ରାଂ ଗ୍ରୀଂ ଗ୍ରଂ ସଃ ଗୁରୁବେ ନମଃ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!