ବୃହସ୍ପତି ଚଳିଲେ ବିଶାଖା ନକ୍ଷତ୍ର ବିଛା ରାଶିକୁ – ଏହି ଚଳନ ଫଳରେ (କର୍କଟ, ସିଂହ, କନ୍ୟା) ଉପରେ କି ପ୍ରକାର ପ୍ରଭାବ ପଡିବ ?

ଶେୟାର କରନ୍ତୁ ଅନ୍ୟମାନକ ସହିତ

ବୃହସ୍ପତି ବିଶାଖା ନକ୍ଷତ୍ର ବିଛା ରାଶିକୁ ସ୍ଵଚାର ହୋଇ ଗମନ କରିବେ

ପ୍ରତ୍ୟେକ ମଣିଷ ଭବିଷ୍ୟତ ଫଳ ଜାଣିବା ପାଇଁ ପ୍ରବଳ ଇଚ୍ଛା ପ୍ରକାଶ କରିଥାଏ। ଗୋଚର ଗ୍ରହ ମାନଙ୍କର ବିଚାର ଦେଖିବାକୁ ହେଲେ ତିନି (୩) ପ୍ରକାର ଦୃଷ୍ଟିରେ ଦେଖାଯାଏ। ୧- ଜନ୍ମ ନକ୍ଷତ୍ର ଦ୍ୱାରା, ୨- ଗ୍ରହ ଦ୍ୱାରା, ୩- ଗୋଚର ବିଚାର ଜନ୍ମରାଶି ଦ୍ୱାରା। ତେଣୁ ଚନ୍ଦ୍ରଙ୍କୁ ଜ୍ୟୋତିଷ ଶାସ୍ତ୍ରରେ ବିଶେଷ ଗୁରୁତ୍ୱ ଦିଆ ଯାଇଥାଏ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଚନ୍ଦ୍ର ଲଗ୍ନରେ ବିଚାର କରିବା ବିଶେଷ ଫଳଦାୟୀ। ସେଥିପାଇଁ ଚନ୍ଦ୍ରଲଗ୍ନ କୁଣ୍ଡଳୀ ପ୍ରସ୍ତୁତ କରିବା ଉଚିତ୍। ତାତ୍ପର୍ଯ୍ୟ ହେଉଛି ଚନ୍ଦ୍ରମା ମନଷୋଜାତଃ ଏହା ବେଦବାକ୍ୟ। ଚନ୍ଦ୍ର ମନର କାରକ ହୋଇଥିବାରୁ ଅଶୁଭ ଗ୍ରହର ପ୍ରଭାବ ଚନ୍ଦ୍ର ଉପରେ ପଡିଲେ କିମ୍ବା ଚନ୍ଦ୍ର ଅଶୁଭ ରାଶିସ୍ଥିତି ହେଲେ ସବୁ ପ୍ରକାର ଅନିଷ୍ଟ ଫଳ ଭୋଗ କରିବାକୁ ପଡିଥାଏ। ଅନେକ ସମୟରେ ସମସ୍ତ ପ୍ରକାର ସୁଖରେ କାଳାତିପାତ କରୁଥିଲେ ମଧ୍ୟ ଚନ୍ଦ୍ରର ଅଶୁଭତ୍ୱ ଯୋଗେ ମନରେ କାଳ୍ପନିକ ଚିନ୍ତା ଯାଗେ ଏବଂ ଆଶଙ୍କା ବଶତଃ ବହୁତ ଦୁଃଖ ଭୋଗ କରିବାକୁ ପଡିଥାଏ। ଅନେକ ସମୟରେ ଦେଖାଯାଉଛି ଚତୁଃପାଶ୍ୱର୍ରୁ ଦୁଃଖ ଘେରି ରହିଥିଲେ ମଧ୍ୟ ଆନନ୍ଦ ସୁଖ ବେଳେ ବେଳେ ମନକୁ ପ୍ରଫୁଲ୍ଲିତ କରି ପକେଇ ଥାଏ। ସେହି ଦୃଷ୍ଟିରୁ ଚନ୍ଦ୍ର ମନର ଅଧିଷ୍ଠାତା ହୋଇଥିବାରୁ ଚନ୍ଦ୍ରସ୍ଥିତି ରାଶିଠାରୁ ସମସ୍ତ ଗ୍ରହମାନଙ୍କର ଗୋଚର ଫଳ ବିବେଚନା କରିବାକୁ ପଡିଥାଏ।

ବୃହସ୍ପତି ବ୍ୟକ୍ତିକୁ ଅଧିକ ବୁଦ୍ଧିବଳ ପ୍ରଦାନ କରିଥାନ୍ତି। ତା ସହ ଧନବଳ ଓ ଦେହବଳ ମଧ୍ୟ ପୁଷ୍ଟ ହୋଇଥାଏ। କାରଣ ସମସ୍ତଙ୍କର ଧାରଣା ବୃହସ୍ପତି ସବୁ ସମୟରେ ଶୁଭଫଳ ପ୍ରଦାନ କରନ୍ତି। କିନ୍ତୁ ଅନୁଭବରୁ ପ୍ରମାଣ ମିଳେ ଅଶୁଭ ସମୟରେ ଅଶୁଭ ଫଳ ପ୍ରଦାନ କରନ୍ତି। ଶୁଭ ସମୟରେ ଶୁଭଫଳ ପ୍ରଦାନ କରିଥାନ୍ତି।

୨୦୧୮ ମସିହା ଅକ୍ଟୋବର ମାସ ୧୧ ତାରିଖ ଗୁରୁବାର ଦିନ ବୃହସ୍ପତି ବିଶାଖା ନକ୍ଷତ୍ର ବିଛା ରାଶିକୁ ସ୍ଵଚାର ହୋଇ ଗମନ କଲେ।  ତୁଳା ରାଶିରେ ଚନ୍ଦ୍ର ବିଦ୍ୟମାନ କରିଥିବାରୁ ବୃଷ, ତୁଳା, ମକର ରାଶିର ବୃହସ୍ପତି ଗୋଚର ଓ ଶୁଭ ଚନ୍ଦ୍ରରେ ଚଳନ ହେତୁ ଅତ୍ୟନ୍ତ ଶୁଭଫଳ ପ୍ରଦାନ କରିବେ। କର୍କଟ, ମୀନ ରାଶିର ଗୋଚରରେ ଶୁଭ ଓ ଚନ୍ଦ୍ର ଅଶୁଭ ହେତୁ ମଧ୍ୟମ ଶୁଭଫଳ ପ୍ରଦାନ କରିବେ। ମେଷ, ମିଥୁନ, ସିଂହ, କନ୍ୟା, ଧନୁ ଓ କୁମ୍ଭ ରାଶିର ଗୋଚରରେ ଅଶୁଭ ଚନ୍ଦ୍ର ଶୁଭ ହେତୁ ସମଫଳ ପ୍ରଦାନ କରିବେ। ବର୍ତ୍ତମାନ ବୃହସ୍ପତିଙ୍କର ବିଛା ରାଶିସ୍ଥିତିରେ ପ୍ରତ୍ୟେକ ରାଶିର ବ୍ୟକ୍ତିମାନେ କିପ୍ରକାର ଫଳ ଭୋଗ କରିବେ ବିଚାର କରି ନିମ୍ନରେ ତାହା ପ୍ରଦତ୍ତ କରୁଅଛି।

(ମେଷ, ବୃଷ, ମିଥୁନ)(କର୍କଟ, ସିଂହ, କନ୍ୟା) | (ତୁଳା, ବିଛା, ଧନୁ) | (ମକର, କୁମ୍ଭ, ମୀନ)

କର୍କଟ:-

ଆପଣଙ୍କର ରାଶିର ପଞ୍ଚମ ଭାବରେ ବା ଶିକ୍ଷା ଓ ସନ୍ତାନ ସ୍ଥାନରେ ଗୁରୁ ପ୍ରବେଶ କରିଛନ୍ତି, ଯାହା ଫଳରେ ଏହି ସମୟ ମଧ୍ୟରେ ଭାଗ୍ୟଭାବ, ଲାଭଭାବ ଏବଂ ସନ୍ତାନଭାବ ପ୍ରଭାବିତ ହେବ। ଅତ୍ୟନ୍ତ ଶୁଭଫଳ ପ୍ରାପ୍ତି ହେବ। ବିଶେଷ ରୂପରେ ଆପଣଙ୍କ ଭାଗ୍ୟ ଧିରେ ଧିରେ ଉନ୍ନତି ପଥରେ ଅଗ୍ରସର ହେବ। ବେପାର ବଣିଜରେ ପ୍ରଚୁର ଲାଭ ମିଳିବ ଏବଂ ନୂଆ ନୂଆ ଉପାୟ ଚିନ୍ତା କରିବେ। ଅଚାନକ ଆୟ ବୃଦ୍ଧି ହେତୁ ଆପଣ ଆଚମ୍ବିତ ହୋଇଯିବେ। ଉଚ୍ଚସ୍ତରୀୟ ଯାନବାହନ କ୍ରୟକରିବାର ସୁବିଧା ସୁଯୋଗ ପାଇବେ। ବ୍ୟବସାୟୀକ, ଆଧ୍ୟାତ୍ମିକ, ଉଚ୍ଚଶିକ୍ଷା ନିମିତ୍ତ ବିଦେଶ ଯାତ୍ରା ଫଳରେ ଅତ୍ୟନ୍ତ ଲାଭବାନ ହେବେ। ଦୀର୍ଘଦିନ ଧରି ଅଧା ହୋଇ ପଡିଥିବା କାର୍ଯ୍ୟମାନ ଧିରେ ଧିରେ ସପୂର୍ଣ୍ଣ ହୋଇଯିବ। ପୁତ୍ରରତ୍ନ ପ୍ରାପ୍ତି ହେବ। ନଷ୍ଟ ହୋଇଥିବା ପ୍ରତିଷ୍ଠା ପ୍ରତିପତ୍ତି ପୁନର୍ବାର ଫେରିପାଇ ସମ୍ମାନୀତ ହେବେ। ଆୟର ଯଥେଷ୍ଟ ଅର୍ଥ ମାଙ୍ଗଳିକ ଏବଂ ଶୁଭକାର୍ଯ୍ୟରେ ଖର୍ଚ୍ଚ କରିବେ। ଧର୍ମ ଅନୁଷ୍ଠାନ, ଯଜ୍ଞାନୁଷ୍ଠାନ ପଞ୍ଚାୟତ କ୍ଷେତ୍ରରେ ଉତ୍ସାହିତ ହେବେ। ଧନଧାନ୍ୟ ମାନ ସମ୍ମାନ ପ୍ରତିଷ୍ଠା ପରାକ୍ରମ ବୃଦ୍ଧି ପାଇବ। ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ଗୃହରେ ସୁଖଶାନ୍ତି ବିରାଜମାନ କରିବ। ପ୍ରକୃତିର ବିଚିତ୍ର ସିଦ୍ଧାନ୍ତ ଫଳରେ ଦୀର୍ଘଦିନ କଷ୍ଟ ଦୂରହେଇ ବର୍ତ୍ତମାନ ଆପଣ ସୁଖର ସ୍ୱପ୍ନ ଦେଖି ପାରିବେ। ପ୍ରଗତି, ଲାଭ, ଭୌତିକସୁଖ ଓ ସମୃଦ୍ଧି ବୃଦ୍ଧି ହେବ। ୩୦ବର୍ଷ  ପରେ ଏହି ସୁଯୋଗ ଆପଣ ପାଉଛନ୍ତି ।

ସିଂହ:-

ଆପଣଙ୍କ ରାଶିରେ ବୃହସ୍ପତି ସୁଖ ସ୍ଥାନରେ ପ୍ରବେଶ କରିଛନ୍ତି। ଏହି ସମୟ ମଧ୍ୟରେ ଅଷ୍ଟମଭାବ, କର୍ମଭାବ, ଏବଂ ବ୍ୟୟଭାବରେ ସମ୍ବନ୍ଧ ପ୍ରଭାବିତ ହେବ। ଯାହା ଫଳରେ ଶୁଭାଶୁଭ ମିଶ୍ରିତ ଫଳ ପ୍ରାପ୍ତି ହେବ। ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତାପୂର୍ଣ୍ଣ ହେବ। କର୍ମକ୍ଷେତ୍ରରେ ଅଦମ୍ୟ ଉଦ୍ୟମ ବା ଚେଷ୍ଟାଦ୍ୱାରା ସାଫଲ୍ୟ ପ୍ରାପ୍ତି ହେବ। ପାରିବାରିକ ଜୀବନରେ ସୁଖ-ଶାନ୍ତି ଲାଭ ଓ ଆତ୍ମୀୟବର୍ଗରେ ଉନ୍ନତି ତଥା ଉତ୍ତମ ବୁଝାମଣା ଜନିତ ଉତ୍ସାହ-ଉଦ୍ଦୀପନାଯୁକ୍ତ ହେବେ। ବିଦ୍ୟାର୍ଥିୀମାନେ ଆପ୍ରାଣ ଚେଷ୍ଟାକରି ପ୍ରତିଦ୍ୱନ୍ଦିତାରେ ସଫଳ ହେବେ। ସାଙ୍ଗସାଥୀ, ଭାଗିଦାରମାନଙ୍କ ପାଇଁ ଏବଂ ସହକର୍ମୀଙ୍କ ପାଇଁ  ଅନେକ ସୁବିଧା ପାଇପାରିବେ। ସ୍ଵାସ୍ଥ୍ୟକ୍ଷେତ୍ରରେ ଉଦରପୀଡା ଓ ଚକ୍ଷୁପୀଡା ଦେଖାଦେଇପାରେ। ପ୍ରତିକାର କଲେ ସମସ୍ତ ଶୁଭଫଳ ନିଶ୍ଚୟ ପାଇବେ।

କନ୍ୟା:-

ଆପଣଙ୍କ ରାଶିକୁ ବୃହସ୍ପତି ତୃତୀୟ ବା ପରାକ୍ରମ ସ୍ଥାନରେ ପ୍ରବେଶ କରିଛନ୍ତି। ଏହି ଭାବରେ ବୃହସ୍ପତି ପ୍ରବେଶ କରିବା ଫଳରେ ସପ୍ତମ ଭାବ ନବମ ଭାବ ଏବଂ ଲାଭ ଭାବକୁ ପୂର୍ଣ୍ଣ ଦୃଷ୍ଟିରେ ଦେଖୁଥିବାରୁ ଭାଗ୍ୟଶାଳୀ, ସନ୍ତାନସୁଖ, ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ। ପରହାତରେ ଥିବା ଧନ ପ୍ରାପ୍ତି ହେବ। ଅଧା ହୋଇଥିବା କାର୍ଯ୍ୟ ସହଜରେ ପୂରଣ ହେବ। ବ୍ୟବସାୟରେ ସର୍ବଦା ଉନ୍ନତି ଓ ଲାଭ ପ୍ରାପ୍ତି ହେବ। ସନ୍ତାନମାନେ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ। ଦୀର୍ଘଦିନ ଧରି ଚିନ୍ତା କରୁଥିବା ନୂତନ କାର୍ଯ୍ୟ ଏବଂ ନୂତନ ବ୍ୟବସାୟ ଅତି ସହଜରେ ଆରମ୍ଭ କରିପାରିବେ। ପୁରାତନ ବନ୍ଧୁ ଓ ଅଚିହ୍ନା ଲୋକଙ୍କଠାରୁ ଅକସ୍ମାତ୍ ସାହାଯ୍ୟ ପାଇ ଧନ୍ୟ ହେବେ। ସାଂସାରିକ ଜୀବନ ସୁଖମୟ ହେବ। ଧୈର୍ଯ୍ୟ, ସଂଯମ ଏବଂ ସାବଧାନର ସହ କାର୍ଯ୍ୟ କରିବାକୁ ପଡିବ। କୌଣସି ମାଙ୍ଗଳିକ କାର୍ଯ୍ୟ ଆରମ୍ଭ କରିବା ବର୍ତ୍ତମାନ ପାଇଁ ଅଶୁଭଦାୟକ। ଗୃହରେ କଳହ, ପତି-ପତ୍ନୀଙ୍କ ମଧ୍ୟରେ ମତଭେଦ, ଭାଇ-ଭଉଣୀଙ୍କ ମଧ୍ୟରେ ବିରୋଧଭାବ ଓ ତିକ୍ତତା ଉତ୍ପନ୍ନ ହେବ। ପ୍ରତିକାର କଲେ ସମସ୍ତ ଶୁଭଫଳ ନିଶ୍ଚୟ ପାଇବେ।

ଅଶୁଭ ବୃହସ୍ପତିଙ୍କ ପାଇଁ ପ୍ରତିକାର।

୧- ପ୍ରତ୍ୟେକ ଗୁରୁବାର ଦିନ ଗାଈକୁ କଦଳୀ ଏବଂ ଗୁଡ଼ ଖାଇବାକୁ ଦେବେ। ଗୁଡ଼, କଦଳୀ, ବୁଟଡାଲି, ହଳଦୀ ଗୌରବର୍ଣ୍ଣର ବ୍ରାହ୍ମଣଙ୍କୁ ଗୁରୁବାର ଦିନ ଦାନ କଲେ ବହୁତ ଭଲ।

୨- ହଳଦୀ ରଙ୍ଗର ଗଞ୍ଜି, ଜଙ୍ଗିଆ ସାର୍ଟ କିମ୍ବା ପ୍ୟାଣ୍ଟ ଲୁଗା ଇତ୍ୟାଦି ପରିଧାନ କରିବା ଉଚିତ୍। ନତୁବା ହଳଦୀ ରଙ୍ଗର ରୁମାଲ ପାଖରେ ରଖିବା ଆବଶ୍ୟକ।

୩- ବ୍ରହ୍ମଜଷ୍ଠି ମୂଳ ବା ବ୍ରାହ୍ମଣଝାଟିଆ ମୂଳକୁ ବ୍ରାହ୍ମଣଙ୍କ ଦ୍ୱାରା ନିମନ୍ତ୍ରଣ କରିଆଣି ନିଜର ନାମ ଓ ଗୋତ୍ରାନୁଯାୟୀ ଅଭିମନ୍ତ୍ରଣ କରି ହଳଦିଆ ଉଲ୍ ସୂତାରେ ସ୍ତ୍ରୀମାନେ ବାମ ବାହୁରେ ପୁରୁଷମାନେ ଦକ୍ଷିଣ ବାହୁରେ ବନ୍ଧନ କରିଲେ ବୃହସ୍ପତି ସନ୍ତୁଷ୍ଟ ରହିବେ।

୪- ପ୍ରତ୍ୟେକ ଦିନ ସକାଳେ ଏବଂ ସନ୍ଧ୍ୟାରେ ବିଷ୍ଣୁ ସହସ୍ରନାମ ଶ୍ରବଣ କିମ୍ବା ପଠନ କରିବେ । ଗୋଟିଏ ଥର ହରିବଂଶ ବସେଇ ଶ୍ରବଣ କଲେ ଅନେକ କ୍ଷୟକ୍ଷତିରୁ ରକ୍ଷା ମିଳିବ ।

୫- ନିମ୍ନୋକ୍ତ ମନ୍ତ୍ରକୁ ବିଧି ପୂର୍ବକ ଜପକଲେ ଅଶୁଭତ୍ୱ ଖଣ୍ଡନ ହେବ ।

(କ) ଏକାକ୍ଷରୀ ଜୀବମନ୍ତ୍ର – ଓଁ ବୃଂ ବୃହସ୍ପତୟେ ନମଃ ।

(ଖ) ତାନ୍ତ୍ରିକ ବୃହସ୍ପତି ମନ୍ତ୍ର – ଓଁ ଗ୍ରାଂ ଗ୍ରୀଂ ଗ୍ରଂ ସଃ ଗୁରୁବେ ନମଃ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!