2023 ମସିହା ଇଂରାଜୀ ନବବର୍ଷ କେମିତି କଟିବ ବୃଷ (Taurus) ରାଶିର, କଣ କହୁଛି ଗ୍ରହ ନକ୍ଷତ୍ର… ଦେଖନ୍ତୁ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୩ ମସିହା ଇଂରାଜୀ ନବବର୍ଷ କେମିତି କଟିବ ବୃଷରାଶିର ଆବାଳବୃଦ୍ଧ ବନିତାମାନଙ୍କ ପାଇଁ, କଣରହିଛି ଗ୍ରହମାନଙ୍କର ଫଳାଫଳ, କେମିତି କରିବେ ଅଶୁଭ ଗ୍ରହ ମାନଙ୍କ ପାଇଁ ପ୍ରତିକାର ଆସନ୍ତୁ ଜାଣିବା – ନୂଆ ବର୍ଷ ଅର୍ଥାତ୍ ଜୀବନର ନୂଆ ନୂଆ ଯୋଜନା ଓ ସ୍ଵପ୍ନ । ଏହି ନୂଆ ବର୍ଷ ସହିତ ଏକ ଆଶାର ଡୋରୀ ବାନ୍ଧି ହୋଇଥାଏ । ଏହି ଆଶାରୁ ହିଁ ଜିଜ୍ଞାସା ସୃଷ୍ଟି ହୁଏ । ଏହି ନୂଆ ଯୋଜନା ଓ ସ୍ଵପ୍ନକୁ ନେଇ ଅନେକ ପ୍ରକାର ପ୍ରଶ୍ନ ମନରେ ସୃଷ୍ଟି ହୁଏ । ଯେପରିକି କ୍ୟାରିୟର କିପରି ହେବ ?

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶିକ୍ଷା କ୍ଷେତ୍ରରେ କିପରି ହେବ ? ସ୍ୱାସ୍ଥ୍ୟ କିପରି ରହିବ ? ପାରିବାରିକ ଓ ବୈବାହିକ ଜୀବନ କିପରି ରହିବ ? ଏହିପରି ଅନେକ ପ୍ରଶ୍ନ ମନରେ ଆସିଥାଏ । ସମୟ ସବୁବେଳେ ସମାନ ନଥାଏ, କିନ୍ତୁ ସମୟ ପୂର୍ବରୁ ଘଟଣା ଗୁଡିକ ବିଷୟରେ ଜାଣି ପ୍ରତ୍ୟେକ ସମସ୍ୟାକୁ ସାମ୍ନା କରିବାକୁ ସାହସ ଓ ଧର୍ଯ୍ୟ ଏକଜୁଟ କରି ଲଢିବାର କ୍ଷମତାକୁ ବିକସିତ କରିବା ଆବଶ୍ୟକ । ତେବେ ଆସନ୍ତୁ ପ୍ରଥମେ ଜାଣିବା ୨୦୨୩ ମସିହାରେ ରାଶିର ବୃଷରାଶିଫଳ ଅନୁସାରେ ଜୀବନର ଶୁଭ ଅଶୁଭ ଫଳାଫଳ ବିଷୟରେ ।

ବର୍ଷ ଆରମ୍ଭରୁ ଧନୁରାଶିରେ ରବି, ବୁଧ, ମେଷରାଶିରେ ଚନ୍ଦ୍ର, ରାହୁ, ବୃଷରେ ମଙ୍ଗଳ, ମକରରେ ଶନି, ଶୁକ୍ର, ମୀନରାଶିରେ ଗୁରୁ, ତୁଳାରାଶିରେ କେତୁ ଥିବା ସମୟରେ ବର୍ଷଚକ୍ର ଆରମ୍ଭ ହେଉଛି । ଗୁରୁ ୨୦୨୩ମସିହା ଏପ୍ରିଲମାସ ୨୧ତାରିଖରେ ମେଷରାଶିକୁ ଗମନ କରି ବର୍ଷଶେଷ ପର୍ଯ୍ୟନ୍ତ ରହିବେ । ୨୦୨୩ ମସିହା ଜାନୁୟାରୀ୧୭ ତାରିଖରେ ଶନି କୁମ୍ଭରାଶିକୁ ଗୋଚର ହୋଇ ବର୍ଷଶେଷ ପର୍ଯ୍ୟନ୍ତ ଅବସ୍ଥାନ କରିବେ ।

ବୃଷରାଶିର ଜାତକଙ୍କ ପାଇଁ ୨୦୨୩ ମସିହାରେ ନବମଭାବ ବା ଭାଗ୍ୟଭାବରୁ ଗ୍ରହରାଜ ଶନିଶ୍ଚର କର୍ମଭାବରେ ଗୋଚର ହୋଇ ବିରାଜମାନ କରିବେ ଯାହାଫଳରେ କର୍ମ ସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ । କର୍ମକ୍ଷେତ୍ରରେ ଦାୟିତ୍ଵ ବଢିବା ସହ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ ଓ ଉଚ୍ଚାଧିକାରୀ ଏବଂ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ । କର୍ମକ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବାସହ ମାନସିକ ଶାନ୍ତି ପାଇବେ । ସାମାଜିକ କ୍ଷେତ୍ରରେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ରାଜନୀତି କ୍ଷେତ୍ରରେ କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା ବ୍ୟକ୍ତିରୁପେ ପ୍ରଶଂସା ପାଇବେ । ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି ।

ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତପାହାନ୍ତାରେ ପହଞ୍ଚିବ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ପରିବାର ତଥା କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟ ଓ ଧାର୍ମିକ କାର୍ଯ୍ୟର ଆୟୋଜନ କରିପାରିବେ । ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ ଓ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ । ମାନସିକ ଏକାଗ୍ରତା ବଜାୟ ରହିବ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବା ଫଳରେ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରେମ କ୍ଷେତ୍ରରେ ଥିବା ସମସ୍ୟା ଆତ୍ମୀୟ ସ୍ଵଜନଙ୍କ ମଧ୍ୟସ୍ଥତା ଦ୍ଵାରା ଦୂର ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । ବାଦବିବାଦ, ମାଲିମକଦ୍ଦମାରେ ସଫଳତା ପ୍ରାପ୍ତି ହେବ । ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ ।

କାର୍ପାସ, ଚିତ୍ରକଳା, ଷ୍ଟେସ୍ନାରୀ, ଚଳଚିତ୍ର, ମିଠାଦ୍ରବ୍ୟ ବା ମିଷ୍ଠାନ୍ନ ଭଣ୍ଡାର, ଚାନ୍ଦି, ଚାଉଳ, ଗହମ, ବସ୍ତ୍ର, ଫଟୋଗ୍ରାଫି, ଶୃଙ୍ଗାର ପ୍ରସାଧନୀ ବ୍ୟବସାୟୀମାନେ ବା ଏହି ସଂସ୍ଥାରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ । ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବେ । ବ୍ୟବସାୟ ସଂସ୍ଥାନ, ଶିଳ୍ପ ପ୍ରତିଷ୍ଠା ବା ଯୋଜନା ସାଫଲ୍ୟ ଦାୟକ ହେବ । ଶ୍ରମିକ ଓ କର୍ମଚାରୀମାନଙ୍କୁ ସଠିକ ପରାମର୍ଶଦେଇ ଧନମାନ ଦିଗରୁ ସୁରକ୍ଷିତ ରହିବା ସହ ସମୟ ଯୋଗପ୍ରଦ ଥିବାରୁ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ । ଶିକ୍ଷାକ୍ଷେତ୍ରରେ ମନୋବାଞ୍ଛିତ ସ୍ଥାନରେ ପଢ଼ିବାର ସୁଯୋଗ ପାଇବେ । ଉଚ୍ଚଶିକ୍ଷାପାଇଁ ବିଦେଶଯାତ୍ରା କରିବାର ଆଶାୟୀଥିବା ଛାତ୍ରଛାତ୍ରୀମାନେ ବିଦେଶଯାତ୍ରା କରି ପାରିବେ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ ।

କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ପାଇବ । ରାଜନୈତିକ କ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ ଓ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହୋଇ ପ୍ରତିଦ୍ଵନ୍ଦିତା କରିବାର ସୁଯୋଗ ହାତ ପାହାନ୍ତାରେ ପାଇ ପାରିବେ । ଶୁଭ ସମ୍ବାଦ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ ଓ ସହନଶୀଳତା ଯୋଗେ ପ୍ରଶଂସା ମିଳିବ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ । ସାମାଜିକ କ୍ଷେତ୍ରରେ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ ।

ଶନି କର୍ମଭାବରେ ଥିଲେବି, ଏପ୍ରିଲ ମାସରେ ଗୁରୁ ମେଷରାଶିକୁ ଗୋଚର ହୋଇ ରାହୁଙ୍କସହ ବ୍ୟୟଭାବରେ ରହିବେ, ସୁବିଧା ସୁଯୋଗ ଓ ବିଜୟ ଭାବରେ ଅବସ୍ଥାନ କରିବା ଫଳରେ କେତେକ କାର୍ଯ୍ୟରେ ବାଧା ଦେଖାଦେବ । ଛୋଟ ଛୋଟ ସମସ୍ୟାର ଅଣ ଦେଖା ନକରିବା ଭଲ ହେବ । ଅନେକ ମହତ୍ଵପୂର୍ଣ୍ଣ ନିର୍ଣ୍ଣୟ ନେବେ ଯାହାକି ସମ୍ଭବ ହେବ ନାହିଁ । ସ୍ୱାସ୍ଥ୍ୟ ସମ୍ବନ୍ଧିତ କିଛି ସମସ୍ୟା ମଧ୍ୟ ଦେଖା ଦେଇପାରେ । ସେଥିପାଇଁ ପାଚନ ତନ୍ତ୍ର ଓ ପେଟ ସମସ୍ୟା ପ୍ରତି ସାବଧାନ ରହିବା ଆବଶ୍ୟକ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର- ୧- ସର୍ବଦା ମୟୂର ଚନ୍ଦ୍ରିକାଟିଏ ପାଖରେ ରଖି ଯାତ୍ରା କରନ୍ତୁ ଓ ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ । ୨- ପ୍ରତ୍ୟେକ ଶନିବାର ଦିନ ନୀଳ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ଓ ଅଶ୍ୱସ୍ଥ ବୃକ୍ଷମୂଳରେ ରାଶିତେଲର ଦୀପ ଜାଳି ପ୍ରଣାମ କରନ୍ତୁ । ୩-ପ୍ରତ୍ୟେକ ଦିନ ବୁଲା କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ଓ ପାଣିରେ କିଛି ଅଟାଚୂନା ପକେଇ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!