ଜାନୁୟାରୀ 31 ତାରିଖ ରୁ ଫେବୃୟାରୀ 06 ତାରିଖ ସାପ୍ତାହିକ ରାଶିଫଳ, ଏହି 4 ଟି ରାଶିଙ୍କର ବନୁଛି ରାଜଯୋଗ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ । ସମାଜ ସେବା ଓ ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରି ପାରିବେ । କର୍ମ କ୍ଷେତ୍ରରରେ ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବା ସହ ପଦୋନ୍ନତି, ମାନସମ୍ମାନ ମିଳିବ । ଭାତୃ ବିବାଦ, ଜମି ବାଡ଼ି ଓ ଘରଜାଗା ନେଇ ଥିବା ଦ୍ୱନ୍ଦ୍ୱର ସମାଧାନ ହେବ । ଯେକୌଣସି କାର୍ଯ୍ୟ କରିବେ ଭବିଷ୍ୟତ ପାଇଁ ଉନ୍ନତି ହେବ । ଆୟ ବୃଦ୍ଧିହେବା ଫଳରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଉଚ୍ଚପ୍ରଶଂସିତ ହେବେ । କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ । ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନିଜର ଯୋଗ୍ୟତା ଓ କ୍ଷମତାର ଉପଯୋଗ କରି ବହୁତ ଲାଭ ପାଇବେ । କାରବାରରେ ସୁଧାର ଆସିବା ଫଳରେ ମନ ଓ ଶରୀର ଭଲ ରହିବ । ଋଣପ୍ରାପ୍ତି ଓ ଋଣମୁକ୍ତିର ରାସ୍ତା ପରିଷ୍କାର ହେବ । କୃଷିଜାତ ଦ୍ରବ୍ୟ ବାଣିଜ୍ୟରେ ବ୍ୟୟ ଅପେକ୍ଷା ଆୟ ଅଧିକ ହେବ । ବିଦେଶ ଯାତ୍ରାରେ ସଫଳ ହେବେ । ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ । ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ । ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ । ରାଜନୀତି କ୍ଷେତ୍ରରେ ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ । କାମରେ ପ୍ରସନ୍ନ ରହିବେ ଓ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ଟଙ୍କାର ଆବଶ୍ୟକତା ପୂରଣ ହେବ । ଦୀର୍ଘଦିନ ଧରି ଚିନ୍ତା କରୁଥିବା ନୂତନ କାର୍ଯ୍ୟ ଏବଂ ନୂତନ ବ୍ୟବସାୟ ଅତି ସହଜରେ ଆରମ୍ଭ କରି ପାରିବେ । କର୍ମକ୍ଷେତ୍ରରେ ମାନସିକ ଅଶାନ୍ତି ଦୂର ହୋଇ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ । ଦୂରସ୍ଥାନକୁ ଯାତ୍ରା କଲେ ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ପରିବାରରେ ମାନସିକ ଶାନ୍ତି ମିଳିବ । ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ଆୟ ପନ୍ଥାର ପରିବର୍ତ୍ତନ ଆସିବ । ବଡପଣିଆ ଦେଖାଇଲେ ମନ୍ଦଫଳ ଭୋଗିବାକୁ ପଡିବ । ବାକ୍ୟ ସଂଯମତା ନରଖିଲେ ମାଲିମୋକଦ୍ଦମାର ଭୟ ରହିବ । ଖଣିଜ ବ୍ୟବସାୟ, ଯାନବାହନ ବ୍ୟବସାୟ, ଯାତାୟତ ବ୍ୟବସାୟ, ବାୟୁଯାନ, ରେଳ ବିଭାଗର ଟିକେଟ ବିକ୍ରି, ଭୂଜାତ ଦ୍ରବ୍ୟ ବ୍ୟବସାୟ ଓ ପେଟ୍ରୋଲିୟମ୍ ବ୍ୟବସାୟରେ ଅତ୍ୟଧିକ ଲାଭ ପାଇବେ ଓ ଏହି ସଂସ୍ଥାରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ । ରାଜନୈତିକ କ୍ଷେତ୍ରରେ ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ । ଛାତ୍ରଛାତ୍ରୀ ମାନଙ୍କର ମାନସିକ ଅଶାନ୍ତି ଦୂର ହୋଇ ସୁଖ୍ୟାତି ଲାଭ ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ । ଆମୋଦ ପ୍ରମୋଦ, ମନୋରଞ୍ଜନ, ନୃତ୍ୟ ଗୀତ, ମଉଜ ମଜିଲିସ୍ ରେ ମଜ୍ଜି ରହିବେ । ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ସେୟାର ବଜାର, ଜୁଆ, ଲଟେରୀ, ଖାଦ୍ୟଦ୍ରବ୍ୟ, ଖାଇବାତେଲ, ମିଷ୍ଟାନଭଣ୍ଡାର, ହୋଟେଲ୍‌, ଲଜ୍‌, ଭୋଜନାଳୟ ଓ ଘିଅ ଆଦି ବ୍ୟବସାୟୀମାନେ ବିଶେଷ ଲାଭବାନ୍ ହେବେ । ପାରିବାରିକ ତଥା ଭବିଷ୍ୟତରେ ମିଳିବାକୁ ଥିବା ସମ୍ପତ୍ତି ସମ୍ବନ୍ଧୀୟ ମାମଲାର ସମାଧାନ ହେବ । ଉଚିତପନ୍ଥା ଗ୍ରହଣ କରିବା ଫଳରେ ଆୟବୃଦ୍ଧି ପାଇବ ଏବଂ ସୁନାମ ଅର୍ଜନ କରିବେ । ସାଧୁ, ସତ୍ୟବାଦୀ, ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ଧନ ଲାଭ ହେବା ସହ ସୁଖ ସମୃଦ୍ଧି ବୃଦ୍ଧି ହେବ । ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ । ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ସିଂହ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନୂତନପନ୍ଥା ଅନୁସରଣ କରିଲେ ପଦୋନ୍ନତି ସହ ନୂତନକର୍ମ ପ୍ରାପ୍ତିହେବ । ପରିବାରରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ । ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ଆପଣଙ୍କ ପାଇଁ ଅତ୍ୟନ୍ତ ଶ୍ରେଷ୍ଠ ସମୟ ହୋଇ ଥିବାରୁ ଏହାକୁ ସତ୍ ଉପଯୋଗ କରିବାକୁ ଆପ୍ରାଣ ଚେଷ୍ଟା କରିବା ଉଚିତ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ରାଜନୀତି କ୍ଷେତ୍ରରେ ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ । କର୍ମକ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି । ବ୍ୟବସାୟୀ ମାନଙ୍କର ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ହେବ ଓ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ । ପ୍ରତିକାର- କଉଡି ଗୋଟିଏ ପାଖରେ ରଖନ୍ତୁ ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସାମାଜିକ କ୍ଷେତ୍ରରେ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ବ୍ୟବସାୟୀମାନଙ୍କର ଲୋକ ସମ୍ପର୍କ ବୃଦ୍ଧି ହେବା ଫଳରେ କାରବାର ବଢିବ । ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ । ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ । ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ଧର୍ମ କାର୍ଯ୍ୟ ପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ । ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ରାଜନୀତି କ୍ଷେତ୍ରରେ ପଦ ପଦବୀ ଲାଭ ହେବା ସହ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । କ୍ରୋଧ ହେତୁ କେତେକ କାର୍ଯ୍ୟରେ ଅସଫଳ ହୋଇ ପାରନ୍ତି । ପ୍ରତିକାର- ଗୋଟାଗୁଆ ଗୋଟିଏ ପକେଟରେ ରଖି ଯାତ୍ରା କରନ୍ତୁ ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟରେ ଉନ୍ନତି ହେତୁ ମାନସିକସ୍ଥିତି ଭଲ ରହିବ । ଭୌତିକ ଐଶ୍ଵର୍ଯ୍ୟ ସାଧନରେ ବୃଦ୍ଧି ହେବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ଯାନ ବାହନ ସୁଖ ମିଳିବ । ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନପ୍ରଦାନରେ ଲାଭବାନ୍ ହେବେ । କର୍ମକ୍ଷେତ୍ରରେ ସକ୍ରିୟ ହୋଇ କାର୍ଯ୍ୟକଲେ ପଦୋନ୍ନତିର ସୁଯୋଗ ପାଇବେ । ବାଦବିବାଦ, ମାଲିମକଦ୍ଦମାର ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଭଲମନ୍ଦ ବିଚାର କରି କାର୍ଯ୍ୟକଲେ ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ । ପ୍ରେମିକ ପ୍ରେମିକାମାନେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ଆୟ ଅପେକ୍ଷା ବ୍ୟୟ ବୃଦ୍ଧି ହେବା ଫଳରେ ମନରେ ଅଶାନ୍ତି ଅସନ୍ତୋଷ ଦେଖା ଦେଇ ପାରେ । ନିଜର କାମକୁ ପଛରେ ପକାଇ ଅନ୍ୟଦ୍ଵାରା ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରି ପାରନ୍ତି । ପ୍ରତିକାର:- କଦଳୀଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ । ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । କାର୍ଯ୍ୟଦକ୍ଷତା ହେତୁ ପଦାଧିକାରୀମାନଙ୍କ ନିକଟରୁ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ । ଆକସ୍ମିକ ଧନ ପ୍ରାପ୍ତି ହେବ । ଆର୍ଥିକ ସ୍ଥିତି ବହୁତ ଭଲ ରହିବ । ନୁତନ କାର୍ଯ୍ୟ ନିର୍ଦ୍ୱୋନ୍ଦରେ ଧୀରସ୍ଥିର ଭାବରେ ଆଗେଇ ନେବେ । ଅଟକିଥିବା କାର୍ଯ୍ୟ ପୂରଣ ହେବ । କର୍ମ କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ସହକର୍ମୀମାନଙ୍କର ସମର୍ଥନ ଏବଂ ସୁଖ ସମ୍ପଦ ପ୍ରାପ୍ତି ହେବ । ବ୍ୟବସାୟରେ ଆଶାତୀତ ଲାଭ କରିବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ଓ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ରାଜନୀତି କ୍ଷେତ୍ରରେ ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ପାରିବାରିକ ସମସ୍ୟାକୁ ସୁଧାରି ନେଇ ପ୍ରଶଂସିତ ହେବେ । ଖେଳ ପାଇଁ ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ । ସ୍ୱାସ୍ଥ୍ୟ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହୋଇ ଶରୀର ଭଲ ରହିବ ଓ ବନ୍ଧୁ ସମାଗମ ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ବ୍ୟବସାୟରେ ଉତ୍ତମ ରୋଜଗାର ମିଳିବ । ଭୌତିକ ଓ ଆଧ୍ୟାତ୍ମିକ ମାମଲାରେ ବ୍ୟସ୍ତ ରହିବେ । ଅବହେଳିତ ଲୋକଙ୍କ ସହ ମିଳାମିଶା କରି ପ୍ରଶଂସିତ ହେବେ । କର୍ମକ୍ଷେତ୍ରରେ ସମ୍ମାନ ପ୍ରାପ୍ତି ଓ ସହକର୍ମୀଙ୍କ ସହ ବୁଝାମଣା ଠିକ୍ ରହିବ । ରାଜନେତା ମାନଙ୍କର ଶତୃମାନେ ମଥାନତ କରିବେ ଓ ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ । ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରିପାରିବେ । ସାଂସାରିକ ଜୀବନ ସୁଖମୟ ହେବ ଓ ଦାମ୍ପତ୍ୟ ସୁଖରେ ସୁଖୀ ହେବେ । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ପ୍ରତିକାର-ହଳଦୀ ଖଣ୍ଡେ ପାଖରେ ରଖନ୍ତୁ । ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଜାଗାଜମି, ଗୃହ ଉପକରଣ କ୍ରୟ କରିବେ । ଋଣପ୍ରାପ୍ତି ଓ ଋଣମୁକ୍ତିର ରାସ୍ତା ପରିଷ୍କାର ହେବ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ବ୍ୟବସାୟରେ ଲାଭ ପାଇ ମନର ଅଶାନ୍ତି ଦୂରହେବ । ଆୟ ଊତ୍ତମ ସ୍ଥଳେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ । ବନ୍ଧୁ ମିତ୍ରଙ୍କର ଆର୍ଥିକ ସହାୟତାରେ ଧନ ଲାଭ ହେବାରୁ ମନ ଖୁସି ରହିବ । ସ୍ଥଗିତଥିବା କର୍ମଟି ପୂରଣ ହେବ । ରାଜନୀତି କ୍ଷେତ୍ରରେ ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦୂରେଇ ଯିବା ଫଳରେ ସାଧାରଣ ପରିବର୍ତ୍ତନ ଯୋଗେ ଆଶା ଆକାଂକ୍ଷା ପୂରଣ ହୋଇ ପାରିବ । ନିଜର ଯୋଜନା ମୁତାବକ କାର୍ଯ୍ୟକଲେ ଆପଣଙ୍କ ପାଇଁ କିଛି ଅସମ୍ଭବ ହେବ ନାହିଁ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ । ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ ଓ କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ କରିବେ । କର୍ମ କ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ସହଜରେ ପୂରଣ ହେବ । ପ୍ରତିକାର-କଳା ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ । ସଭାସମିତି, ସାହିତ୍ୟ ଓ କଳାରେ ପ୍ରଶଂସିତ ହେବେ । ରାଜନୀତି କ୍ଷେତ୍ରରେ ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ । ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ । ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ସେବାକାରୀ ମାନଙ୍କ କଠିନ ପରିଶ୍ରମ ଦ୍ଵାରା ଯଶ-ମାନ ସମ୍ମାନ ମିଳିବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ସନ୍ତାନଙ୍କ ଉନ୍ନତି ଚିନ୍ତାରେ ମାନସିକ ଶାନ୍ତି ପାଇବେ । ବନ୍ଧୁ ମିତ୍ରଙ୍କର ସହଯୋଗ ପାଇ ନୂତନପନ୍ଥା ଅନୁସରଣ କରିବେ । ପରିବାରରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ବ୍ୟବସାୟରେ ଭାରସାମ୍ୟ ରକ୍ଷାକରି କର୍ମଚାରୀଙ୍କ ଯୋଗେ ପରିସ୍ଥିତିକୁ ନିଜ ତରଫରେ ନେଇ ପ୍ରଶଂସା ପାଇବେ । ପ୍ରତିକାର- ପାଞ୍ଚୋଟି ଲବଙ୍ଗ ପାଖରେ ରଖନ୍ତୁ ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଆମୋଦ ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ଉତ୍ସାହ ବଢିବ । ଜମି ଜମା ସଙ୍କ୍ରାନ୍ତିୟ ସମସ୍ୟାରେ ସଫଳତା ମିଳିବ । ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳତା ହେବ । ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ରୋଜଗାର ସମସ୍ୟା ସୁଧୁରି ଯିବ । ରାଜନୀତି କ୍ଷେତ୍ରରେ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ । ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳି ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ । ପାରିବାରିକ କ୍ଷେତ୍ରରେ କିଛି ଅସୁବିଧା ଥିଲେ ସମାଧାନ କରି ପାରିବେ ଓ ଶାନ୍ତି ବିରାଜମାନ କରିବ । ଧାର୍ମିକ କାର୍ଯ୍ୟରେ ସଫଳତା ପାଇବା ସହ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସ ରତ ହେବେ । ପାଖରେ ଥିବା ସାଥୀ, ବନ୍ଧୁ, ପ୍ରିୟଜନ ଓ ସହକର୍ମୀ ମାନଙ୍କ ଆର୍ଥିକ ସାହାଯ୍ୟ ସହଯୋଗ ଦ୍ଵାରା ବିଶେଷ ଲାଭବାନ ହେବେ । ଛାତ୍ରଛାତ୍ରୀ ମାନଙ୍କର ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ । ପ୍ରତିକାର- ହଳଦିଆ ରୁମାଲଟିଏ ପାଖରେ ରଖନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!