ମେଷ:-ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବାସହ ଆୟ ଓ ପ୍ରତିଷ୍ଠାରେ ଅପ୍ରତ୍ୟାଶିତ ତେଜ ଆସିବ। ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବାସହ କର୍ମକ୍ଷେତ୍ରରେ ବିଜୟର ପରିଣାମ ଆପଣଙ୍କ ସପକ୍ଷରେ ଆସିବ। ପୁରୁଣା ପ୍ରେମୀ ବା ମିତ୍ର ମାନେ ଯୋଡିହୋଇ ରହିବା ପାଇଁ ଚାହିଁବେ। ନୂଆ ନିଯୁକ୍ତି ପାଇବାର ଯୋଗ ଅଛି। ଏମିତି କାର୍ଯ୍ୟ ଆଜି କରିବେ ଯାହାକି ଭବିଷ୍ୟତ ଆକାଂକ୍ଷାକୁ ପୂର୍ଣ୍ଣ କରିବ। ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ।
ବୃଷ:-ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ ଓ ମିତ୍ରଙ୍କ ସାହାଯ୍ୟ ଅବିସ୍ମରଣୀୟ ରହିବ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରିବେ। ରାଜନୀତି କ୍ଷେତ୍ରରେ ବ୍ୟକ୍ତିତ୍ଵ ଓ ପ୍ରତିଭା ବଳରେ ଲୋକପ୍ରିୟତା ଅର୍ଜ୍ଜନ କରିବେ। ଅଧିକ ପରିଶ୍ରମ କରି ଅନେକ କାର୍ଯ୍ୟ ସହଜରେ ହାସଲ କରିପାରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମିଥୁନ:-କଳା, ସାହିତ୍ୟ, ଚଳଚ୍ଚିତ୍ର, ଓ ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ। ବ୍ୟବସାୟ କ୍ଷେତ୍ରରେ ଟେଲିଫୋନ୍ ଦ୍ଵାରା କୌଣସି ମହତ୍ଵପୂର୍ଣ୍ଣ ସୂଚନା, ସନ୍ଦେଶ, ଅର୍ଡର ବା ପେମେଣ୍ଟ ଆଦି ପ୍ରାପ୍ତ ହେବ। ପରିବାରରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ। ଟଙ୍କ। ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ। ଇଛାଶକ୍ତିକୁ ପ୍ରବଳ କରି ଖରାପକୁ ଭଲରେ ଜିତିବାକୁ ହେବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
କର୍କଟ:-ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଆର୍ଥିକ ସଙ୍କଟ ଦୂରେଇଯିବ। ଧାର କରଜ ସୁଝିବା ପାଇଁ ସୁଯୋଗ ପାଇବେ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ରାଜନୀତି କ୍ଷେତ୍ରରେ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତହେବ। କର୍ମକ୍ଷେତ୍ରରେ ମାନସମ୍ମାନ ବୃଦ୍ଧିହେବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ଛାତ୍ର ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ। ପ୍ରତିକାର- ଧଳାରୁମାଲ ଟିଏ ପାଖରେ ରଖନ୍ତୁ।
ସିଂହ:-କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷାରେ କୃତକାର୍ଯ୍ୟ ହେବେ। ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ ଓ ବକେୟା ଅର୍ଥ କିଛି ମିଳିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବନ୍ଧୁ ବାନ୍ଧବଙ୍କ ଦ୍ୱାରା କେତେକ ଜଟିଳ ସମସ୍ୟାର ସମାଧାନ କରି ପାରିବେ। କିନ୍ତୁ ମନକୁ ଆଘାତ ଲାଗିଲାଭଳି କଥାଶୁଣି ପାରନ୍ତି। ଶାରିରୀକ ଅସୁସ୍ଥତା ସହ ମାନସିକ ଅଶାନ୍ତି ଦେଖାଦେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
କନ୍ୟା:-ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷା କରି ଆନନ୍ଦିତ ହେବେ। ଗୃହସମସ୍ୟା ସମାଧାନ କରିପାରିବେ ଓ ଘନିଷ୍ଠ ଲୋକମାନେ ସାହାଯ୍ୟ ସହଯୋଗ କରିବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇ ପାରନ୍ତି। ଠିକାକାମରେ ନିଯୁକ୍ତ ଲୋକଙ୍କୁ ଅଧିକ ପରିଶ୍ରମ କରିବାକୁ ପଡିବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ତୁଳା:-ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ମାନସିକ ବିଷାଦ, ଦାମ୍ପତ୍ୟ କଳହ ଓ ଭୟ ଆଶଙ୍କା ଦୂରେଇ ଯିବ। କର୍ମକ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁ ନୂତନ ବ୍ୟବସାୟର ଯୋଜନା କରିବେ। ରାଜନୀତି କ୍ଷେତ୍ରରେ ସହଯୋଗ ମିଳିବା ଫଳରେ ମାନସିକ ଦୁଶ୍ଚିନ୍ତା ଦୂରହେବ। ଜାଗା, ଜମି, ବାସଗୃହ କ୍ରୟ କରିବାର ସୁବିଧା ସୁଯୋଗ ପାଇବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ବିଚ୍ଛା:-ମିତ୍ରମାନଙ୍କ ସହଯୋଗରେ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପରିବାରର ଅନ୍ୟ ସଦସ୍ୟଙ୍କ ସମ୍ବନ୍ଧ ଦୃଢ ହେବାସହ ଶାନ୍ତି ବିରାଜମାନ କରିବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମପ୍ରସଙ୍ଗରେ ମଧୁରତା ଆସିବ। କଳା, ସାହିତ୍ୟ ଚଳଚିତ୍ର ଓ ସଙ୍ଗୀତ କ୍ଷେତ୍ରରେ ସଫଳତା ହାସଲ କରିବେ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ଧନୁ:-ଭବିଷ୍ୟ ଯୋଜନାରେ ଲିପ୍ତ ରହିବେ। ତଥା ପରିବାରର ଅନ୍ୟ ସଦସ୍ୟଙ୍କ ସମ୍ବନ୍ଧ ଦୃଢ ହେବ। ଅନେକ କାର୍ଯ୍ୟ କଳାପରେ ସମ୍ପୃକ୍ତ ହେବେ। ବ୍ୟବସାୟ ବଢାଇ ବାରେ ସମର୍ଥ ହେବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ଉଚ୍ଚଶିକ୍ଷା ହାସଲ କରିବା ପାଇଁ ପ୍ରୟାସରତ ରହିବେ। ଗହଣା, ବସ୍ତ୍ର ଓ ଅନ୍ୟ ସାମଗ୍ରୀ କ୍ରୟ କରିବେ ଓ କିଛି ନୂଆ କରିବାକୁ ଇଛା ହେବ। ଜମିଜମା ସଙ୍କ୍ରାନ୍ତିୟ ସମସ୍ୟାରେ ସଫଳତା ମିଳିବ। ପ୍ରତିକାର:- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।
ମକର:-ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ। ନୂତନ ବସ୍ତୁ କ୍ରୟ କରିପାରିବେ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ବୈଷୟିକ କ୍ଷେତ୍ରରେ ଅଯଥା ଧାଁଦୌଡ ଯୋଗୁ ଆଶାତୀତ ଧନ ଲାଭହେବ। ରାଜନୀତିରେ ସଫଳତା ମିଳିବା ସହ ଲୋକମାନେ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ। ଜୀବନସାଥିଙ୍କ ସ୍ୱାସ୍ଥ୍ୟ ଭଲ ରହିବ। ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବା ଫଳରେ ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
କୁମ୍ଭ:-ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ସହକର୍ମୀ ମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ। ଶତୃମାନେ ପରାଜିତ ହେବେ। ଟଙ୍କାର ଆବଶ୍ୟକତା ପୂରଣ ହେବ। ବ୍ୟବସାୟୀକ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ମନ ଓ ଶରୀର ଭଲ ରହିବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ।ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ମୀନ:-ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହୋଇ ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ଘର ବା କାର୍ଯ୍ୟଳୟ ବଦଳ କରିବା ପାଇଁ ଚିନ୍ତା କରି ପାରନ୍ତି। କର୍ମାନୁଯାୟୀ ଫଳ ପାଇବା ଯୋଗେ ସୁଖେ ଦୁଃଖେ ଦିନଟି ବିତାଇବେ। ବିଦ୍ୟାରେ ଉନ୍ନତି ହେବ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।