୨୦୨୧ ମସିହା, ଡିସେମ୍ବର ମାସ ୧ତାରିଖ, ବୁଧବାର, ବିଛାମାସ ୧୬ ଦିନ, ମାର୍ଗଶୀରମାସ, କୃଷ୍ଣପକ୍ଷ, ଦ୍ଵାଦଶୀତିଥି, ଚିତ୍ରା ନକ୍ଷତ୍ର, କନ୍ୟା ରାଶିରେ ଚନ୍ଦ୍ର ସକାଳ ୭ଟା ୪୪ମିନିଟ୍ ଗତେ ତୁଳା ରାଶିରେ ଚନ୍ଦ୍ର । ସୌଭାଗ୍ୟ ଯୋଗ । କୌଳବ କରଣ, ଦିବା ୧୨ଟା ୫୯ମିନିଟ୍ ଗତେ ତୈତିଳ କରଣ । କର୍କଟ ରାଶିର ଘାତବାର । ସକାଳ ୭ଟା ୪୪ମିନିଟ୍ ମଧ୍ୟେ ବୃଷ ରାଶିର ଘାତଚନ୍ଦ୍ର । ପୋଇ, ମସୁରଡାଲି ନ ଖାଇଲେ ଭଲ ରାତି ୧୧ଟା ୩୫ମିନିଟ୍ ପରେ ବାଇଗଣ ନ ଖାଇଲେ ଭଲ ।
ଯୋଗିନୀ- ନୈଋତେ ରାତି ୧୧ଟା ୩୫ମିନିଟ୍ ପରେ ଦକ୍ଷିଣେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ଦ୍ଵାଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୮ଟା ୫୨ମିନିଟ୍ ରୁ ୧୦ଟା ୧୩ମିନିଟ୍, ଦିବା ୧୧ଟା ୩୫ମିନିଟ୍ ରୁ ଦିବା ୧୨ଟା ୫୭ମିନିଟ୍, ରାତ୍ରି ୨ଟା ୫୨ମିନିଟ୍ ରୁ ୪ଟା ୩୦ମିନିଟ୍ । ଶୁଭସମୟ- ସକାଳ ୬ଟା ୯ମିନିଟ୍ ରୁ ୮ଟା ୧୮ମିନିଟ୍, ଦିବା ୧୦ଟା ୩୧ମିନିଟ୍ ରୁ ୧୧ଟା ୩୪ମିନିଟ୍, ଦିବା ୧ଟା ୨୫ମିନିଟ୍ ରୁ ୩ଟା ୩୪ମିନିଟ୍, ସନ୍ଧ୍ୟା ୫ଟା ୫୫ମିନିଟ୍ ରୁ ୬ଟା ୪୬ମିନିଟ୍, ରାତ୍ର ୮ଟା ୩୩ମିନିଟ୍ ରୁ ରାତ୍ର ୨ଟା ୫୧ମିନିଟ୍, ରାତ୍ର ୪ଟା ୩୧ମିନିଟ୍ ରୁ ସକାଳ ୬ଟା ୮ମିନିଟ୍ ।
ମେଷ:-ଶାରିରୀକ ଅସୁସ୍ଥତା ଦୂରହେବ । କର୍ମୋନ୍ନତି, ସନ୍ତାନସୁଖ ପ୍ରାପ୍ତି, ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ । ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ବିଦେଶ ଯାତ୍ରାରେ ଲାଭବାନ ହେବେ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ବ୍ୟବସାୟିକ ସ୍ଥିତି ବୃଦ୍ଧି ହେବା ଫଳରେ ଆଶାନୁରୂପ ଅର୍ଥାଗମ ହେବ । ପାରିବାରିକ ସମସ୍ୟା ସୁଧାରି ନେବେ । ଗୃହରେ ମାଙ୍ଗଳିକ କାର୍ଯ୍ୟରେ ଧନ ବ୍ୟୟହେବ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।
ବୃଷ:-ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇବେ । ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ଆତ୍ମସନ୍ତୋଷ ମିଳିବ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ । ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । ରାଜନୀତିରେ ସଫଳତା ମିଳିବ । ପ୍ରତିକାର- ଧଳା ରୁମାଲ ଟିଏ ପାଖରେ ରଖନ୍ତୁ ।
ମିଥୁନ:-ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ । ଛାତ୍ର ଛାତ୍ରୀମାନେ ଉଚ୍ଚ ଶିକ୍ଷାପାଇଁ ସୁଯୋଗ ପାଇବା ସହ ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ । ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ । ଜନସେବାରେ ନିଜକୁ ନିୟୋଜିତ କରିବେ । କର୍ମକ୍ଷେତ୍ରରେ ଉପରିସ୍ଥଙ୍କ ଶ୍ରଦ୍ଧା ବା କୃପାଭାଜନ ହେବା ସହ ଶ୍ରଦ୍ଧା ଅତୁଟ ରଖିବେ । ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ବିଧେୟ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।
କର୍କଟ:-କର୍ମକ୍ଷେତ୍ରରେ କର୍ତ୍ତବ୍ୟ ନିଷ୍ଠା ରକ୍ଷାକରି ସାଧୁ ଓ ସଚ୍ଚୋଟ ଭାବେ ଦାୟିତ୍ୱ ତୁଲାଇବେ । ବ୍ୟବସାୟୀମାନଙ୍କର ବକେୟା ପ୍ରାପ୍ୟ ହାତକୁ ଆଣିବାରେ ସଫଳ ହେବେ । ମାଲିମୋକଦ୍ଦମାରେ ଆଶାବାଦୀ ହେବେ । ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ଧୀରସ୍ଥିର ଭାବରେ ପାରିବାରିକ ସମସ୍ୟା ଗୁଡ଼ିକୁ ସୁଧାରି ନେବା ଉଚିତ୍ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ସିଂହ:-ସମ୍ମାନର ସହିତ ଆଜିସମୟ ବିତାଇବେ । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ । ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ଗୃହୋପକରଣ ଓ ସମ୍ପତ୍ତି କ୍ରୟ କରିବେ । ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇ ଯାଇ ଶାନ୍ତିଶୃଙ୍ଖଳା ଦେଖାଦେବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ପାଇବ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।
କନ୍ୟା:-ସମ୍ପର୍କୀୟ କୌଣସି ଘଟଣା ଯୋଗୁ ବିଶେଷ ବ୍ୟସ୍ତ ରହିବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ । ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ରାଜନୀତିରେ ସଫଳତା ମିଳିବା ସହ କୃତକାର୍ଯ୍ୟ ହେବେ । ପ୍ରେମ ସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟି ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ତୁଳା:-ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ । ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତିର ସୂଚନା ପାଇବେ । ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେସ କରିବେ । ବ୍ୟବସାୟରେ ଆଶାତିତ ଲାଭ କରି ଟଙ୍କାର ଆବଶ୍ୟକତା ପୂରଣ କରି ପାରିବେ । ପରିବାରରେ ସୁଖ ଶାନ୍ତିର ବାତାବରଣ ରହିବ । ଛାତ୍ରଛାତ୍ରୀମାନଙ୍କର ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
ବିଚ୍ଛା:-ସହକର୍ମୀ ମାନଙ୍କସହ ବାଦବିବାଦର ଅବସାନ ଘଟିବ । ରାଜନୀତିରେ ସ୍ୱାର୍ଥରକ୍ଷା କରିବାରେ ସମୟ ବିତିବ । ବିଦ୍ୟାର୍ଥୀ ମାନେ ପରିଶ୍ରମ ମୁତାବକ ଫଳ ପାଇବେ । କର୍ମକ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ପାଇବେ । ରାଜନୀତି କ୍ଷେତ୍ରରେ ସୌଭାଗ୍ୟ ବୃଦ୍ଧି ହେବା ସହ ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ । ଜମିବାଡ଼ି ନେଇ କେତେକ ସମସ୍ୟାର ସମାଧାନ କରି ପ୍ରଶଂସିତ ହେବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ଧନୁ:-ସମସ୍ତ କର୍ମ ବହୁତ ସହଜରେ ହିଁ ସମ୍ପନ୍ନ ହେବ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ । ଶତୃମାନେ ପରାଜିତ ହେବେ । ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ । ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବା ସହ ବହୁବିଧ ଲାଭ ମିଳିବ । ପରିବାରରେ ସୁଖ ଶାନ୍ତିର ବାତାବରଣ ଜାରି ରହିବ । ନୂଆ ସମ୍ପର୍କରେ ଉନ୍ନତି ହେବ ଓ ଅଧାଥିବା କାର୍ଯ୍ୟ ପୂରଣ ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
ମକର:-ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବା ସହ ମାନସିକ ଶାନ୍ତି ପାଇବେ । ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବର ବୃଦ୍ଧିହେବ । ବ୍ୟବସାୟରେ ଉନ୍ନତି ହେବା ଫଳରେ ଆୟ ଉପାର୍ଜ୍ଜନର ବୃଦ୍ଧିହେବ । ଜାଗା, ଜମି, ବାସ ଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । କିଛି ନୂତନ ପଦାର୍ଥ ସଂଗ୍ରହ କରିବା ସହ ଋଣ ପରିଶୋଧ କରିପାରିବେ । ବିଦ୍ୟାର୍ଥୀମାନେ ଶିକ୍ଷାକ୍ଷେତ୍ରରେ ସ୍ଵନାମ ଅର୍ଜନ କରି ପାରିବେ । ପ୍ରତିକାର- ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
କୁମ୍ଭ:-ରାଜନୀତିରେ ଲୋକସମ୍ପର୍କକୁ ଆଧାରକରି ତିଷ୍ଠି ପାରିବେ । ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣାତାକୁ ମୁଖ୍ୟକରି ଚଳିବା ହିତକର ହେବ । କୋର୍ଟ କଚେରିପ୍ରତି ବିତୃଷ୍ଣାଭାବ ଜନ୍ମିବ । ଲୋକ ସମ୍ପର୍କରେ ଉନ୍ନତି ହେବ । ପଢ଼ାପଢ଼ିରେ ମନଯୋଗ ନିବେଶ କଲେ ଉତ୍ତମ ଫଳପ୍ରାପ୍ତି ହେବ । ନିରର୍ଥକ ମନସ୍ତାପ, ମାନସିକ ଅଶାନ୍ତି, ଅସ୍ଥିର ବିଚାର ଦୂରେଇ ଯିବ । ଅତ୍ୟନ୍ତ ପ୍ରିୟ ଲୋକମାନେ ସନ୍ତୁଷ୍ଟ ହୋଇ ପାରନ୍ତି । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।
ମୀନ:-ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ନୂତନ ଦ୍ରବ୍ୟ କ୍ରୟ କରିବେ । କର୍ମକ୍ଷେତ୍ରଟି ସୁଦୃଢ ହେବା ସହ ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ । ରାଜନୀତି କ୍ଷେତ୍ରରେ ନୂଆସମସ୍ୟାର ସମ୍ମୁଖୀନ ହେବେ । ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
Jyotirbid Dr. Pramod Satapathy
Jantra Jyotisha, Cuttack
For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674