ଦୈନିକ ରାଶିଫଳ: 03 ଡିସେମ୍ବର 2021, ମା’ ସନ୍ତୋଷୀଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଡିସେମ୍ବର ମାସ ୩ ତାରିଖ, ଶୁକ୍ରବାର, ବିଛାମାସ ୧୮ ଦିନ, ମାର୍ଗଶୀର ମାସ, କୃଷ୍ଣପକ୍ଷ, ଚତୁର୍ଦ୍ଦଶୀ ତିଥି, ବିଶାଖା ନକ୍ଷତ୍ର, ତୁଳାରାଶିରେ ଚନ୍ଦ୍ର ସକାଳ ୮ଟା ୨୬ମିନିଟ୍ ଗତେ ବିଛା ରାଶିରେ ଚନ୍ଦ୍ର । ଅତିଗଣ୍ଡ ଯୋଗ ଦିବା ୧୨ଟା ୫୫ମିନିଟ୍ ଗତେ ସୁକର୍ମା ଯୋଗ । ବିଷ୍ଟି କରଣ, ସକାଳ ୬ଟା ୪୩ମିନିଟ୍ ଗତେ ଶକୁନି କରଣ । ବିଛା, ଧନୁ, ମୀନ ରାଶିର ଘାତବାର । ବିରି ଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ ଦିବା ୪ଟା ୫୬ମିନିଟ୍ ପରେ ଆମିଷ, ତୈଳ ନ ଖାଇଲେ ଭଲ । ଯୋଗିନୀ- ପଶ୍ଚିମେ ଦିବା ୪ଟା ୫୬ମିନିଟ୍ ପରେ ଐଶାନ୍ୟେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧ ତର୍ପଣ- ଚତୁର୍ଦ୍ଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୮ଟା ୫୩ମିନିଟ୍ ରୁ ୧୦ଟା ୧୪ମିନିଟ୍, ଦିବା ୧୦ଟା ୧୪ମିନିଟ୍ ରୁ ଦିବା ୧୧ଟା ୩୬ମିନିଟ୍, ରାତ୍ରି ୮ଟା ୧୯ମିନିଟ୍ ରୁ ୯ଟା ୫୮ମିନିଟ୍ । ଶୁଭସମୟ- ସକାଳ ୬ଟା ୧୦ମିନିଟ୍ ରୁ ୬ଟା ୫୨ମିନିଟ୍, ସକାଳ ୭ଟା ୩୮ମିନିଟ୍ ରୁ ୮ଟା ୫୨ମିନିଟ୍, ଦିବା ୧୧ଟା ୫୯ମିନିଟ୍ ରୁ ୨ଟା ୫୧ମିନିଟ୍, ଦିବା ୩ଟା ୩୬ମିନିଟ୍ ରୁ ସନ୍ଧ୍ୟା ୫ଟା ୧ମିନିଟ୍, ସନ୍ଧ୍ୟା ୫ଟା ୫୬ମିନିଟ୍ ରୁ ରାତ୍ର ୮ଟା ୧୮ମିନିଟ୍, ରାତ୍ର ୧୨ଟା ୩ମିନିଟ୍ ରୁ ରାତ୍ର ୧ଟା ୪୭ମିନିଟ୍, ରାତ୍ର ୨ଟା ୪୧ମିନିଟ୍ ରୁ ରାତ୍ର ୪ଟା ୨୪ମିନିଟ୍ । ପର୍ବଦିନ- ନଷ୍ଟ ଚନ୍ଦ୍ରୋପବାସ ଓ ନିଶା ପାଳନ, ଦେବଦୀପାବଳୀ ଆରମ୍ଭ ।

ମେଷ:-ସରକାରୀ କର୍ମଚାରୀମାନଙ୍କର ଉପରିସ୍ଥ ଅଧିକାରୀଙ୍କ ସହିତ ମନାନ୍ତର ମତାନ୍ତର କଟି ଯିବ । ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧିହେବ । ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବଢିବା ସହ ମୁଖ୍ୟନେତାଙ୍କର ପ୍ରିୟପାତ୍ର ହେବେ । ଛାତ୍ରଛାତ୍ରୀ ମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ । ପ୍ରେମୀକ ପ୍ରେମିକାଙ୍କ ଉନ୍ନତି ପାଇଁ ପ୍ରୟାସରତ ହେବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ବୃଷ:-ଶାରିରୀକ ଅସୁସ୍ଥତା ଦୂର ହୋଇ ଶରୀର ସୁସ୍ଥ ରହିବ । ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବା ଫଳରେ ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ । ବିଦ୍ୟାର୍ଥୀବର୍ଗ ଅତ୍ୟନ୍ତ ସଫଳତା ସହ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରଶଂସିତ ହେବେ । ଦାମ୍ପତ୍ୟ କଳହର ସମାଧାନ ହୋଇଯିବ । କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ । ପ୍ରତିକାର- ମିଶ୍ରିଟିକେ ଖାଇ ଘରୁ ବାହାରନ୍ତୁ ।

ମିଥୁନ:-ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବା ସହ ପ୍ରଚୁର ଲାଭ ହେବ । ଦୂରଯାତ୍ରାର ସୁଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ଆତ୍ମନିର୍ଭର ଶୀଳ ହେବେ । ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ । ଅବିବାହିତ ଯୁବକ ଯୁବତୀ ମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-ବନ୍ଧୁବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ । ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବା ଫଳରେ ମାନସମ୍ମାନ ବୃଦ୍ଧିହେବ । ଛାତ୍ର ଛାତ୍ରୀମାନଙ୍କର ନିଜର ଆତ୍ମନିରୀକ୍ଷଣ, ମନୋବୈଜ୍ଞାନିକ ତଥ୍ୟ, ଅନ୍ୱେଷଣ, ଅନ୍ତର୍ଦୃଷ୍ଟି ଏବଂ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତହେବ । କ୍ୟାରିଅର କ୍ଷେତ୍ରରେ ପରିବର୍ତ୍ତନ ଆସିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ସିଂହ:-ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ । ପ୍ରତ୍ୟେକ କ୍ଷେତ୍ରରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣାତାକୁ ମୁଖ୍ୟ କରି ଚଳିବା ହିତକର ହେବ । ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ । ରାଜନୀତି କ୍ଷେତ୍ରରେ କଠିନ ପରିଶ୍ରମ ହେତୁ ସାମାଜିକ ପତିଆରା ଅମଳିନ ରହିବ । ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବା ଫଳରେ ପାରିବାରିକ ଜୀବନରେ ଶାନ୍ତି ପାଇବେ । ପ୍ରତିକାର:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । କର୍ମକ୍ଷେତ୍ରରେ ବିବାଦୀୟ ପରିସ୍ଥିତି ସମାଧାନ ହୋଇ ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ସୁଯୋଗ ପାଇବେ । ପାରିବାରିକ କ୍ଷେତ୍ରରେ ଭୂଲ ବୁଝାମଣା କଟି ଯାଇ ଶାନ୍ତି ବାତାବରଣ ସୃଷ୍ଟି ହେବ । ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟର ପ୍ରସାର ପ୍ରଚାର ଫଳରେ ଆଶାତୀତ ଆୟ ବୃଦ୍ଧି ପାଇବ । ଦୂରଯାତ୍ରାର ସୁଯୋଗ ପାଇବେ । ଆୟ ଉପାର୍ଜନର ବୃଦ୍ଧି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-ସାମାଜିକ ସ୍ତରରେ ପ୍ରଶଂସିତ ହେବେ । ସରକାରୀ କର୍ମଚାରୀଙ୍କ ପାଇଁ ବହୁତ ଭଲ ଓ ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ । ଭାଇ, ବନ୍ଧୁ ଓ ମିତ୍ର ମାନଙ୍କ ସହିତ ମତଭେଦ ସମାପ୍ତ ହେବ । ପିଲା ମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ବ୍ୟବସାୟ ବାଣିଜ୍ୟ କିମ୍ବା ଯୌଥ ପରିବାର ସମ୍ପର୍କୀୟ କୌଣସି ଘଟଣା ଯୋଗୁ ବିଶେଷ ବ୍ୟସ୍ତ ରହିବେ । ଜମିବାଡ଼ି ନେଇ କେତେକ ସମସ୍ୟା ଉପୁଜି ସମାଧାନ ହୋଇ ପାରେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ବିଚ୍ଛା:-ଶତୃମାନେ ମିତ୍ରଭାବ ଆଚରଣ କରିବେ । ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ ଜୀବନ ସୁଖମୟ ହେବ । ପୈତୃକ ସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦର ସମାଧାନ ହୋଇ ପାରେ । ବ୍ୟବସାୟରେ ନୂତନଧାରା ଖୋଲିବେ ଓ ବିନା ପରିଶ୍ରମରେ ଧନପ୍ରାପ୍ତି ହେବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ । ସନ୍ତାନମାନଙ୍କ ଭବିଷ୍ୟତ ନେଇ ଚିନ୍ତିତ ରହିବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ଧନୁ:-ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ । ବନ୍ଧୁ ବାନ୍ଧବଙ୍କ ଦ୍ଵାରା କୌଣସି ଜଟିଳ ସମସ୍ୟାର ସମାଧାନ ହେବ । ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ମେଣ୍ଟିଯିବ । ଛାତ୍ରତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେଇ ଉଚ୍ଚ ଶିକ୍ଷାରେ ସଫଳତା ଲାଭ କରିବେ । କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ଶାନ୍ତି ଲଭିବେ । ପାରିବାରିକ କ୍ଷେତ୍ରରେ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-ଆର୍ଥିକଦିଗରୁ ଉନ୍ନତି ହେବାସହ ସ୍ୱାସ୍ଥ୍ୟ ଠିକ୍ ରହିବ । ଭୋଗବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦର ଅବସାନ ଘଟିବ । ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

କୁମ୍ଭ:-ଏକ ବିରାଟ କାର୍ଯ୍ୟର ସଂକଳ୍ପ ନେବେ ଯାହା ଫଳରେ ଆର୍ଥିକ କ୍ଷେତ୍ରରେ ସ୍ଵଚ୍ଛଳତା ଦେଖାଦେବ । ପରିବାରର ସମସ୍ୟା ସମାଧାନ ହୋଇଯିବ । ମାନସିକ ଅଶାନ୍ତି ଦୂରେଇ ଯାଇ ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ । ଜାଗା, ଜମି ଓ ଅନ୍ୟ ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହୋଇ ବ୍ୟବସାୟିକ ସଫଳତା ମିଳିବ । ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

ମୀନ:-ପାରିବାରିକ କ୍ଷେତ୍ରରେ ଭାରସାମ୍ୟ ରକ୍ଷାକରି ସନ୍ତାନଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ । ବିଦ୍ୟାର୍ଥିମାନେ ବିଦ୍ୟାରେ ଉନ୍ନତି କରିବା ସହ ପରୀକ୍ଷା, ପ୍ରତିଯୋଗିତାରେ ବିଜୟୀ ହେବେ । ଉଚ୍ଚ ପଦାଧିକାରୀ ମାନଙ୍କୁ ବିରୋଧୀ ନ କରିବାକୁ ବିଶେଷ ସତର୍କ ରହିବା ନିତ୍ୟାନ୍ତ ଆବଶ୍ୟକ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!