ଦୈନିକ ରାଶିଫଳ: 06 ଡିସେମ୍ବର 2021, ମହାଦେବଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ ଆକସ୍ମିକ ଅର୍ଥ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଡିସେମ୍ବର ମାସ ୬ ତାରିଖ, ସୋମବାର, ବିଛା ମାସ ୨୧ ଦିନ, ମାର୍ଗଶୀର ମାସ, ଶୁକ୍ଳପକ୍ଷ, ତୃତୀୟା ତିଥି, ପୂର୍ବାଷାଢା ନକ୍ଷତ୍ର, ଧନୁ ରାଶିରେ ଚନ୍ଦ୍ର । ଗଣ୍ଡ ଯୋଗ । ତୈତିଳ କରଣ, ଦିବା ୪ଟା ୮ମିନିଟ୍ ଗତେ ଗର କରଣ । ମିଥୁନ ରାଶିର ଘାତବାର । ତୁଳା, କୁମ୍ଭ ରାଶିର ଘାତଚନ୍ଦ୍ର । ପୋଟଳ ନ ଖାଇଲେ ଭଲ । ଯୋଗିନୀ- ଆଗ୍ନେୟେ ରାତି ୨ଟା ୩୨ମିନିଟ୍ ପରେ ନୈଋତେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ତୃତୀୟାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଅଶୁଭସମୟ- ପ୍ରାତଃ ୭ଟା ୩୩ମିନିଟ୍ ରୁ ୮ଟା ୫୪ମିନିଟ୍, ଦିବା ୨ଟା ୨୦ମିନିଟ୍ ରୁ ଦିବା ୩ଟା ୪୧ମିନିଟ୍, ରାତ୍ରି ୯ଟା ୫୯ମିନିଟ୍ ରୁ ୧୧ଟା ୩୭ମିନିଟ୍ । ଶୁଭସମୟ- ସକାଳ ୬ଟା ୧୨ମିନିଟ୍ ରୁ ୭ଟା ୩୨ମିନିଟ୍, ସକାଳ ୯ଟା ୬ମିନିଟ୍ ରୁ ଦିବା ୧୧ଟା ୧୪ମିନିଟ୍, ରାତ୍ର ୭ଟା ୪୨ମିନିଟ୍ ରୁ ରାତ୍ର ୯ଟା ୫୮ମିନିଟ୍, ରାତ୍ର ୨ଟା ୪୩ମିନିଟ୍ ରୁ ରାତ୍ର ୩ଟା ୩୩ମିନିଟ୍ । ପର୍ବଦିନ- ରମ୍ଭା ତୃତୀୟା, ଡ଼. ଆମ୍ବେଦକରଙ୍କ ତିରୋଧାନ ଦିବସ ।

ମେଷ:-ଶାରିରୀକ ସୁସ୍ଥତା ଦେଖା ଦେବ । କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ । ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ବିଶେଷ ଲାଭବାନ ହେବେ । ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ । ଛାତ୍ର ଛାତ୍ରୀମାନେ ଉଚ୍ଚଶ୍ରେଣୀ ପାଇବେ ଓ ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ । ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-ସରକାରୀ କର୍ମଚାରୀଙ୍କର କାର୍ଯ୍ୟ କ୍ଷେତ୍ରରେ ଶତ୍ରୁମାନେ ତଳମୁହାଁ ହେବେ । ବେମାର, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ । ବିଦ୍ୟାର୍ଥୀଙ୍କର କେତେକ ସମସ୍ୟାର ସମାଧାନ ହୋଇ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇ ପାରିବେ । ମନ ଲଗାଇ କାର୍ଯ୍ୟ ମଧ୍ୟ କରିବେ । ପ୍ରେମ କ୍ଷେତ୍ରରେ ସଫଳ ହେବେ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ମାନସିକ ଅଶାନ୍ତି ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-କର୍ମକ୍ଷେତ୍ରରେ ପରିବର୍ତ୍ତନ ହେବା ଫଳରେ ଶାନ୍ତି ପାଇବେ । ସ୍ଥାନାନ୍ତର ହେବାକୁ ଚେଷ୍ଟାକଲେ ଉତ୍ତମ ସ୍ଥାନରେ ଅବସ୍ଥାପିତ ହେବେ । ବ୍ୟବସାୟରେ ଉନ୍ନତି ହେବା ସହ ପ୍ରଚୁର ଲାଭବାନ ହେବେ । ହରାଇ ଥିବା ଧନ ପ୍ରାପ୍ତି ହେବା ଫଳରେ ଶାନ୍ତି ଆସିବ । ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ନ ରଖିଲେ ପ୍ରତି କ୍ଷେତ୍ରରେ ବିଫଳ ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ଶୁଭ ସମାଚାର ମିଳିପାରେ । ପୂର୍ବ ଶତ୍ରୁମାନେ ପଛଘୁଞ୍ଚା ଦେବେ । ଶତୃ, ରୋଗ, ଋଣରୁ ମୁକ୍ତି ହେବେ । କର୍ମକ୍ଷେତ୍ରରେ ପଦୋନ୍ନତି ପାଇ ସଫଳତା ଲାଭ କରିବେ । କାର୍ଯ୍ୟକ୍ଷେତ୍ରରେ ନୂତନ ଯୋଜନା ପାଇଁ ସହଯୋଗ ମିଳିବ ଓ ନିଜର ନୂଆଲକ୍ଷ ନିର୍ଦ୍ଧାରିତ କରିବେ । ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ । ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ସିଂହ:-ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ନୂତନ ବନ୍ଧୁ ଭେଟ ହେବେ ଓ ଶୁଭ ସମାଚାର ଶୁଣିବାକୁ ମିଳିବ । ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ପ୍ରଶଂସା ପାଇବା ଫଳରେ ଦେହମନ ଭଲ ରହିବ । ପାରିବାରିକ ଜୀବନ ସୁଖମୟ ହେବ । ଉଚ୍ଚ ସମ୍ଭାବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-ରାଜନେତାଙ୍କର ସମାଜିକ ସ୍ତରରେ ନିଜର ଖ୍ୟାତି ବୃଦ୍ଧି ପାଇବ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସ ରତ ହେବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ସାମାନ୍ୟ କଥାରେ ଅଯଥା ତର୍କ ନକରି ଶାନ୍ତ ରହିବା ଉଚିତ୍ । ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହି ହେବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ତୁଳା:-ଶୁଭ ସମାଚାର ଶୁଣି ଆନନ୍ଦିତ ହେବେ । କର୍ମକ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ । ନୂତନ କାର୍ଯ୍ୟ ପାଇଁ ଆଶାୟୀ ଥିବା ଛାତ୍ର ଛାତ୍ରୀମାନେ ଖୁସି ହେବେ । ନୂତନ ଯୋଜନାରେ ସଫଳତା ମିଳିବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଅନାବଶ୍ୟକ ଖର୍ଚ୍ଚ ଅଧିକରୁ ଅଧିକ ହେବା ଫଳରେ ମାନସିକ ଦୁଃଶ୍ଚିନ୍ତା ବଢ଼ିଯିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ଶତୃମାନେ ମଥାନତ କରିବେ । ସମସ୍ତ ଦୁଃଶ୍ଚିନ୍ତା ଦୂର ହେବ । ପୁରାତନ ରୋଗର ଉପଶମ ହୋଇ ଶରୀର ସୁସ୍ଥ ରହିବ । କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ସୁଯୋଗ ପାଇବେ । କର୍ମସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ହରାଇଥିବା ଧନ ପ୍ରାପ୍ତି ହେବ । ପାରିବାରିକ ଜୀବନରେ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ ଓ ଆର୍ଥିକ ସ୍ଥିତିରେ ବୃଦ୍ଧି ଘଟିବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ଧନୁ:-ସରକାରୀ କର୍ମଚାରୀମାନଙ୍କର କର୍ମ କ୍ଷେତ୍ରରେ ପଦୋନ୍ନତି ପାଇ ପାରନ୍ତି । ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ । ଆର୍ଥିକ ସ୍ଥିତିରେ ବୃଦ୍ଧି ହେବ । ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସି ଶରୀର ସୁସ୍ଥ ରହିବ । ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ । ଧାର୍ମିକ କାର୍ଯ୍ୟରେ ଯୋଗଦେଇ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବଜାୟ ରଖିବେ । ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

ମକର:-ଶୁଭ କାମ କରି ପ୍ରଶଂସିତ ହେବେ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ । ପ୍ରେମିକାମାନେ ଆମୋଦ-ପ୍ରମୋଦ କରିବାର ସୁଯୋଗ ପାଇବେ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । କିନ୍ତୁ ମାଙ୍ଗଳିକ କାର୍ଯ୍ୟର ଦାୟିତ୍ୱ ନେଇ ଧାଁ ଦଉଡ଼ କରିବା ଫଳରେ କଷ୍ଟ ସ୍ୱୀକାର କରିବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କୁମ୍ଭ:-କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ । ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ସହ ସୁନାମ ଅର୍ଜନ କରିବେ । ନିଜ ଲୋକମାନେ ହିଁ କାମରେ ଆସିବେ । ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ । କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ । କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ଓ ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ । ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ । ଅନେକ ଶୁଭ କର୍ମର ସୁଯୋଗ ପାଇବେ । ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ । ବକେୟା ଅର୍ଥ ଆଦାୟ ହେବ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!