ଦୈନିକ ରାଶିଫଳ: 09 ଡିସେମ୍ବର 2021, ମା’ ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଡିସେମ୍ବର ମାସ ୯ ତାରିଖ, ଗୁରୁବାର, ବିଛା ମାସ ୨୪ ଦିନ, ମାର୍ଗଶୀର ମାସ, ଶୁକ୍ଳପକ୍ଷ, ଷଷ୍ଠୀ ତିଥି, ଧନିଷ୍ଠା ନକ୍ଷତ୍ର, ମକର ରାଶିରେ ଚନ୍ଦ୍ର ଦିବା ୧୦ଟା ୧୧ମିନିଟ୍ ଗତେ କୁମ୍ଭ ରାଶିରେ ଚନ୍ଦ୍ର । ବ୍ୟାଘାତ ଯୋଗ ଦିବା ୧୦ଟା ୨୬ମିନିଟ୍ ଗତେ ହର୍ଷଣଯୋଗ । କୌଳବ କରଣ, ସକାଳ ୮ଟା ୩୪ମିନିଟ୍ ଗତେ ତୈତିଳ କରଣ । ତୁଳା, କୁମ୍ଭ ରାଶିର ଘାତବାର । ସିଂହ ରାଶିର ଘାତଚନ୍ଦ୍ର ଦିବା ୧୦ଟା ୧୧ମିନିଟ୍ ଗତେ ମିଥୁନ ଓ ମୀନ ରାଶିର ଘାତଚନ୍ଦ୍ର । ନିମ୍ବ ବା ପିତା ଦ୍ରବ୍ୟ ନ ଖାଇଲେ ଭଲ ରାତି ୭ଟା ୫୪ମିନିଟ୍ ପରେ ତାଳ ନ ଖାଇଲେ ଭଲ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଯୋଗିନୀ- ପଶ୍ଚିମେ ରାତି ୭ଟା ୫୪ମିନିଟ୍ ପରେ ବାୟବ୍ୟେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ଷଷ୍ଠୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୨ଟା ୨୧ମିନିଟ୍ ରୁ ଦିବା ୩ଟା ୪୨ମିନିଟ୍, ଦିବା ୩ଟା ୪୨ମିନିଟ୍ ରୁ ୫ଟା ୪ମିନିଟ୍, ରାତ୍ରି ୧୧ଟା ୩୯ମିନିଟ୍ ରୁ ୧ଟା ୧୮ମିନିଟ୍ । ଶୁଭସମୟ- ସକାଳ ୬ଟା ୧୪ମିନିଟ୍ ରୁ ୭ଟା ୩୯ମିନିଟ୍, ସନ୍ଧ୍ୟା ୫ଟା ୫୭ମିନିଟ୍ ରୁ ରାତ୍ର ୯ଟା ୨୬ମିନିଟ୍, ରାତ୍ର ୧ଟା ୧୯ମିନିଟ୍ ରୁ ରାତ୍ର ୩ଟା ୩୫ମିନିଟ୍, ରାତ୍ର ୪ଟା ୨୯ମିନିଟ୍ ରୁ ସକାଳ ୬ଟା ୧୩ମିନିଟ୍ । ପର୍ବଦିନ- ମାଣବସା ଗୁରୁବାର ତୃତୀୟା ପାଳି, ଓଢଣ ଷଷ୍ଠୀ, ପ୍ରାବରଣ ଷଷ୍ଠୀ ।

ମେଷ:-ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ । କର୍ମକ୍ଷେତ୍ରର କେତେକ ସମସ୍ୟାକୁ ସମାଧାନ କରି ମାନସମ୍ମାନ ପାଇବେ । ମିତ୍ରମାନଙ୍କ ସହଯୋଗ ପାଇ ବ୍ୟାପାର ଓ କାରବାରରେ ସ୍ଥିତି ସୁଦୃଢ ହେବାସହ ପରିସ୍ଥିତି ବଦଳିଯିବ । ଆର୍ଥିକସ୍ଥିତି ସୁଦୃଢ ହେବ ଓ ବ୍ୟାଙ୍କ-ବାଲାନ୍ସ ବୃଦ୍ଧି ହେବ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ରାଜନୀତି କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତିମାନେ ସନ୍ତୋଷ ହେବେ । ପ୍ରତିକାର:- ହଳଦୀ ଟିକେ ପାଣିରେ ମିଶେଇ ଗାଧାନ୍ତୁ ।

ବୃଷ:-ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହୋଇ ପାରନ୍ତି । ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ । ଭାଗୀଦାର ବା ମିତ୍ରଙ୍କ ସହିତ ଲାଗିଥିବା ବିବାଦ ଦୂର ହୋଇ ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ । ଛାତ୍ର ଛାତ୍ରୀମାନଙ୍କ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବା ସହ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ । ପ୍ରତିକାର- ପାଣିରେ ଟିକେ ଗୋମୁତ୍ର ପକାଇ ଘରକୁ ପୋଛନ୍ତୁ ।

ମିଥୁନ:-ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ପାରିବାରିକ କ୍ଷେତ୍ରରେ ଆଲୁଅ ଅନ୍ଧାରରେ ଲୁଚକାଳି ଖେଳଭଳି ଦେଖା ଦେଇପାରେ । ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ ଓ ବଡ଼ନେତାଙ୍କୁ ସନ୍ତୁଷ୍ଟ କରି ଶାନ୍ତି ପାଇବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ଜାଗା ଜମିବାଡ଼ି ନେଇ ସମସ୍ୟା ଦେଖା ଦେଇପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ଅଫିସ୍ ରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ । ଟଙ୍କାର ଆବଶ୍ୟକତା ପୂରଣ ହେବ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୀତିରେ ସମ୍ମାନର ସହିତ କୃତକାର୍ଯ୍ୟ ହେବେ । ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ । ବନ୍ଧୁ ଓ ମିତ୍ରଙ୍କଠାରୁ ସାହାଯ୍ୟ ସଯୋଗ ମିଳିବ । ପଢିବା, ପଢେଇବା ବା ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ । ପ୍ରତିକାର- ପାଣିରେ କିଛି ଫିଟିକିରି ପକାଇ ଘରକୁ ପୋଛନ୍ତୁ ।

ସିଂହ:-ସାଧୁସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବେ । ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ବୈଷୟିକ କ୍ଷେତ୍ରରେ ଧାଁଦୌଡ ଯୋଗୁ ଆଶାତୀତ ଧନ ଲାଭହେବ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହୋଇ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କନ୍ୟା:-ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ଆଇନ, ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । କର୍ମକ୍ଷେତ୍ରରେ ପଦୋନ୍ନତି ସହ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ । ନୂତନ ଯାନକ୍ରୟ, ଗୃହନିର୍ମାଣ ଆଦି କରି ପାରିବେ । ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ଦ୍ଵାରା ବିଶେଷ ଲାଭବାନ ହେବେ । ବରିଷ୍ଠବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ । ପ୍ରିୟଜନ ଓ ପରିବାର ସଦସ୍ୟ ଆପଣଙ୍କ ନିକଟତର ହେବେ । ପ୍ରତିକାର:- କଦଳୀଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ ।

ତୁଳା:-ସୁଖ ସମୃଦ୍ଧି ବୃଦ୍ଧି ହେବ । ବ୍ୟବସାୟରେ କ୍ଷତି ଅପେକ୍ଷା ଲାଭର ପରିମାଣ ଅଧିକ ହେବ । କୋର୍ଟ କଚେରୀ ମାମଲାରେ ବେଶି ଉପକୃତ ହେବେ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ପାର୍ଟି ବା ସମାରୋହ ରେ ସମ୍ମିଳିତ ହେବାକୁ ପଡିପାରେ । ବନ୍ଧୁ, ମିତ୍ର ସହକର୍ମୀ ଭାଗୀଦାରୀଙ୍କ ପାଇଁ ଲାଭ ପାଇବେ । କର୍ମକ୍ଷେତ୍ରରେ ଆର୍ଥିକ ପରିସ୍ଥିତି ଉତ୍ତମ ରହିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ । ବିଦେଶ ଯାତ୍ରା, ସୁଖ ଶାନ୍ତି, ଯଶ ଲାଭ, ନୂତନ ବାହନଆଦି ପ୍ରାପ୍ତି ଯୋଗ ଅଛି । ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ । ସରକାରୀ କର୍ମକ୍ଷେତ୍ରରେ ଉନ୍ନତିର ସୁଯୋଗ ପାଇବେ । କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ରାଜନୀତି ମାମଲାରେ ସଫଳତା ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ:-ପରିଶ୍ରମ ଓ ମେହନତର ପରିଣାମ ମିଳିବ । ପାରିବାରିକ କ୍ଷେତ୍ରରେ ବନ୍ଧୁମିତ୍ରଙ୍କ ଦ୍ଵାରା ଲାଭବାନ ହେବେ । ପ୍ରବାସ ଯାତ୍ରାରେ ଲାଭବାନ୍ ହେବା ସହ ଉଚ୍ଚଶିକ୍ଷା ପାଇବାର ସୁଯୋଗ ମଧ୍ୟ ପାଇପାରିବେ । ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବା ସହ ଶୁଭ ସମାଚାର ପାଇ ଖୁସି ହେବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପରିଶ୍ରମ କାର୍ଯ୍ୟ କରି ପ୍ରଶଂସିତ ହେବେ । କେହି କୌଣସି କ୍ଷତି କରିପାରିବେ ନାହିଁ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ମକର:-ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହୋଇ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ କ୍ଷାତି ବଢ଼ିବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ । ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ଦେବାକୁ ମଧ୍ୟ ସାମର୍ଥ୍ୟ ଯୁଟିବ । ମାଲିମୋକଦ୍ଦମାରେ ସଫଳତା ମିଳିବ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ପ୍ରତିକାର- ପାଣିରେ ଟିକେ ଗୋମୁତ୍ର ପକାଇ ଘରକୁ ପୋଛନ୍ତୁ ।

କୁମ୍ଭ:-ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ କୌଶଳକ୍ରମେ ସମାଧାନ କରିବେ । କୌଣସି ମାଙ୍ଗଳିକ କାର୍ଯ୍ୟ ଆୟୋଜନରେ ଯୋଗ ଦେବେ । ପ୍ରେମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । କେହି ବାଦ ସାଧିବା ଉଦେଶ୍ୟରେ କାଗଜପତ୍ର ଗୋଳମାଳ କରାଇ ପାରନ୍ତି । ତେଣୁ ସତର୍କ ରହିବା ଉଚିତ୍ । ଗୃହାରମ୍ଭ, ଦୁରଯାତ୍ରା, ଯାନବାହାନ କିଣନ୍ତୁ ନାହିଁ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ମୀନ:-ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ନୂତନପନ୍ଥା ଅନୁସରଣ କରି ସୁଖ ସମୃଦ୍ଧି ବୃଦ୍ଧିହେବ । କର୍ମକ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଯୁବକ ଯୁବତୀ ମାନଙ୍କର ନୂତନକର୍ମ ନିଯୁକ୍ତିର ଯୋଗ ଅଛି । ବ୍ୟବସାୟ କ୍ଷେତ୍ରରେ ସୁଖସୌଭାଗ୍ୟ ତଥା ଯଶପ୍ରସିଦ୍ଧି ଆଶା କରି ହେବ । ପ୍ରତିକାର:- ହଳଦୀ ଟିକେ ପାଣିରେ ମିଶେଇ ଗାଧାନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!