୨୦୨୧ ମସିହା, ଡିସେମ୍ବର ମାସ ୧୦ ତାରିଖ, ଶୁକ୍ରବାର, ବିଛା ମାସ ୨୫ ଦିନ, ମାର୍ଗଶୀର ମାସ, ଶୁକ୍ଳପକ୍ଷ, ସପ୍ତମୀ ତିଥି, ଶତଭିଷା ନକ୍ଷତ୍ର, କୁମ୍ଭ ରାଶିରେ ଚନ୍ଦ୍ର । ହର୍ଷଣ ଯୋଗ ସକାଳ ୮ଟା ୨୧ମିନିଟ୍ ଗତେ ବଜ୍ର ଯୋଗ । ଗର କରଣ, ସକାଳ ୭ଟା ୨୬ମିନିଟ୍ ଗତେ ବାଣିଜ୍ୟ କରଣ । ବିଛା, ଧନୁ, ମୀନ ରାଶିର ଘାତବାର । ମିଥୁନ ଓ ମୀନ ରାଶିର ଘାତଚନ୍ଦ୍ର । ତାଳ ନ ଖାଇଲେ ଭଲ ରାତି ୭ଟା ୯ମିନିଟ୍ ପରେ ନଡିଆ, ଆମିଷ ନ ଖାଇଲେ ଭଲ । ଯୋଗିନୀ- ବାୟବ୍ୟେ ରାତି ୭ଟା ୯ମିନିଟ୍ ପରେ ଐଶାନ୍ୟେ ଯାତ୍ରା ନିଷେଧ ।
ଶ୍ରାଦ୍ଧ ତର୍ପଣ- ସପ୍ତମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୮ଟା ୫୬ମିନିଟ୍ ରୁ ୧୦ଟା ୧୮ମିନିଟ୍, ଦିବା ୧୦ଟା ୧୮ମିନିଟ୍ ରୁ ଦିବା ୧୧ଟା ୩୯ମିନିଟ୍, ରାତ୍ରି ୮ଟା ୨୨ମିନିଟ୍ ରୁ ୧୦ଟା ୧ମିନିଟ୍ । ଶୁଭସମୟ- ସକାଳ ୬ଟା ୧୫ମିନିଟ୍ ରୁ ୬ଟା ୫୬ମିନିଟ୍, ସକାଳ ୭ଟା ୪୨ମିନିଟ୍ ରୁ ୮ଟା ୫୫ମିନିଟ୍, ଦିବା ୧୨ଟା ୨ମିନିଟ୍ ରୁ ୨ଟା ୫୩ମିନିଟ୍, ଦିବା ୩ଟା ୩୮ମିନିଟ୍ ରୁ ସନ୍ଧ୍ୟା ୫ଟା ୩ମିନିଟ୍, ସନ୍ଧ୍ୟା ୫ଟା ୫୮ମିନିଟ୍ ରୁ ରାତ୍ର ୮ଟା ୨୧ମିନିଟ୍, ରାତ୍ର ୧୨ଟା ୭ମିନିଟ୍ ରୁ ରାତ୍ର ୧ଟା ୫୦ମିନିଟ୍, ରାତ୍ର ୨ଟା ୪୫ମିନିଟ୍ ରୁ ରାତ୍ର ୪ଟା ୨୮ମିନିଟ୍ ।
ମେଷ:-ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ବିଦ୍ୟାକ୍ଷେତ୍ରରେ ସ୍ୱନାମ ଅର୍ଜନ କରିବେ । ଅଚାନକ ଧନ ପ୍ରାପ୍ତି ହେବା ଫଳରେ ଆର୍ଥିକ କ୍ଷେତ୍ରରେ ପ୍ରବଳ ଉନ୍ନତି ହେବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ କର୍ମ ନିଯୁକ୍ତି ପାଇ ପାରନ୍ତି । ଭ୍ରମଣ, ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ବୃଷ:-ଶତୃବଧା ଦୂରେଇ ଯିବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ପାରିବାରିକସ୍ତର ହସ ଖୁସିରେ କଟିବ ଓ ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ମାନସିକ ଦୁଶ୍ଚିନ୍ତା ଦୂର ହେବ । ଋଣମୁକ୍ତିପାଇଁ ରାସ୍ତା ଦେଖାଦେବ । କର୍ମକ୍ଷେତ୍ରରେ ସାଫଲ୍ୟ, ଉଚ୍ଚସମ୍ମାନ ଓ ପଦପଦବୀ ଲାଭ ହେବ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ପ୍ରତିକାର- ପାଣିରେ କିଛି ଗୋଟାଲୁଣ ପକାଇ ଘରକୁ ପୋଛନ୍ତୁ ।
ମିଥୁନ:-ବ୍ୟବସାୟୀକ କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ । ପାରିବାରିକ ଜୀବନରେ ଗୁରୁଜନ ସନ୍ତୁଷ୍ଟ ରହିବେ । ବିଦ୍ୟାକ୍ଷେତ୍ରରେ ପ୍ରଶଂସା ପାଇବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ । ଆମୋଦ, ପ୍ରମୋଦ, ମନୋରଞ୍ଜନ, ଛୋଟ ବଡ଼ ମିଟିଂରେ ଯୋଗ ଦେବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ ।
କର୍କଟ:-ପାରିବାରିକ ସମସ୍ୟା ସୁଧାରିବା ପାଇଁ ଚେଷ୍ଟା କରିବେ । ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବ । ପ୍ରେମୀକ ପ୍ରେମିକଙ୍କ ମଧୁର ମିଲନରେ କୌଣସି ବାଧାବନ୍ଧନ ନାହିଁ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳହେବେ । କର୍ମକ୍ଷେତ୍ରରେ କିଛି ନୂଆସୁଯୋଗ ଆସିବ । ଅଧିକ ପରିଶ୍ରମ କରି ସାମାନ୍ୟ ଲାଭ ପାଇବେ । ସୁଯୋଗ ହାତପାହାନ୍ତାରେ ଥିଲେ ମଧ୍ୟ ଶେଷ ସମୟରେ ହରାଇ ମନ ବ୍ୟସ୍ତ ହେବ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।
ସିଂହ:-ଦୂରଯାତ୍ରାରେ ପ୍ରିୟଜନଙ୍କସହ ମିଳନ ହେବା ସହ ଅଟକିଥିବା କାର୍ଯ୍ୟ ପୂରଣ ହେବ । ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ । ବନ୍ଧୁ, ମିତ୍ର ଏବଂ ଉଚ୍ଚପଦଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ । ଆକସ୍ମିକ ଧନ ପ୍ରାପ୍ତି ହେବ । ରାଜନୈତିକ କ୍ଷେତ୍ରରେ ଶତୃତା କମିଯିବ । ପରୀକ୍ଷା ପ୍ରତିଯୋଗିତା ଓ ମାଲିମୋକଦ୍ଦମାରେ ସଫଳତା ମିଳିବ । କର୍ମକ୍ଷେତ୍ରରେ ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
କନ୍ୟା:-ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ନୂଆ ଜ୍ଞାନର ବୃଦ୍ଧି ହେବ । କର୍ମକ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବ । ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ ସୁସମ୍ବାଦ ପ୍ରାପ୍ତି ହେବ । ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟରେ ବିଶେଷ ଲାଭ ପାଇବେ । ରାଜନୈତିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ପ୍ରତିପତ୍ତି, ଉଚ୍ଚସ୍ଥାନ ଲାଭ ବା ପଦୋନ୍ନତି ଭଳି ମର୍ଯ୍ୟଦା ପ୍ରାପ୍ତିହେବ । ପ୍ରତିକାର- ପାଣିରେ ଟିକେ ଗୋମୁତ୍ର ପକାଇ ଘରକୁ ପୋଛନ୍ତୁ ।
ତୁଳା:-ସହକର୍ମୀ ମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ । ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲି ଯିବ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବା ସହ ପ୍ରତିଷ୍ଠିତ ହୋଇପାରିବେ । କୋର୍ଟ କଚେରୀ ମାମଲାର ଶୁଣାଣି ସପକ୍ଷରେ ଯିବ । ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ । ପ୍ରତିକାର- ପାଣିରେ କିଛି ଫିଟିକିରି ପକାଇ ଘରକୁ ପୋଛନ୍ତୁ ।
ବିଚ୍ଛା:-ଶିକ୍ଷାର୍ଥୀମାନେ ଅଧ୍ୟୟନରେ ବାଧା ଉପୁଜୁଥିଲେ ମଧ୍ୟ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ ଓ ପରୀକ୍ଷା, ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ । ବ୍ୟବସାୟିକ ସଫଳତା ମିଳିବ । ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ । ଶତ୍ରୁମାନଙ୍କ ଉପରେ ନଜର ନରଖିଲେ କ୍ଷତିରେ ପଡିବେ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ଧନୁ:-ପୂର୍ବରୁ ଥିବା ପାରିବାରିକ ସମସ୍ୟା ସମାଧାନ ହେବ । ବ୍ୟବସାୟରେ ଆଶାତୀତ ଲାଭ ପାଇବେ । କୌଣସି ମହତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ । ରାଜନୀତି କ୍ଷେତ୍ରରେ ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନର ସୁଯୋଗ ପାଇବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ମକର:-ପରିଶ୍ରମ କଲେ ଧନ ପ୍ରାପ୍ତି ହେବ । ଆର୍ଥିକ ସ୍ଥିତିରେ ଉନ୍ନତି ହେବ । ବ୍ୟବସାୟରେ ଉନ୍ନତି ଓ ଲାଭପ୍ରାପ୍ତି ହେବ । ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । କର୍ମନିଯୁକ୍ତି କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂରଣ ହୋଇପାରେ । ବାଦବିବାଦ ଓ ମାଲିମକଦ୍ଦମାର ଅବସାନ ହେବ । ଋଣ ପରିଶୋଧ କରିବାର ସୁଯୋଗ ପାଇବେ । କର୍ମକ୍ଷେତ୍ରରେ ନାନାବିଧ ସୁଯୋଗ ପାଇବା ସହ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ପ୍ରତିକାର:- ଆମ୍ବଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ ।
କୁମ୍ଭ:-ଶତୃମାନେ ପରାଜିତ ହେବେ ଓ ପରାକ୍ରମ ବଢିବ । ଜୀବନସାଥୀଙ୍କ ସ୍ୱାସ୍ଥ୍ୟ ଭଲ ରହିବ । ଦୌଡ-ଧୂପରେ ଶାନ୍ତି ଅନୁଭବ କରିବେ । ଦୂରଯାତ୍ରାର ସୁଯୋଗ ପାଇ ମାନସିକ ଶାନ୍ତି ଅନୁଭବ କରିବେ । ନୂତନ କାମ ଆରମ୍ଭ କରିପାରିବେ । ନିବେଶ ଆଦିରେ ଲାଭ ହେବ । ସମସ୍ତ କ୍ଷେତ୍ରରେ ଜୟ-ଜୟକାର ହେବ । ସ୍ୱାସ୍ଥ୍ୟରେ ଉନ୍ନତି, ବିଦ୍ୟାରେ ଯଥେଷ୍ଟ ଫଳ ପ୍ରାପ୍ତି ହେବ । ବ୍ୟବସାୟ ସଂସ୍ଥାନ, ଶିଳ୍ପ ପ୍ରତିଷ୍ଠା ବା ଯୋଜନା ସାଫଲ୍ୟଦାୟକ ହେବ । ପ୍ରତିକାର- ପାଣିରେ କିଛି ଗୋଟାଲୁଣ ପକାଇ ଘରକୁ ପୋଛନ୍ତୁ ।
ମୀନ:-ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ । ମାଲିମୋକଦ୍ଦମାରେ ବଂଧୁଙ୍କ ସହଯୋଗରେ ବିଜୟ ପ୍ରାପ୍ତ ହେବ । ପଡୋଶୀଙ୍କ ସହ ଝଗଡ଼ା ହେଲେ ମଧ୍ୟ ସାମଞ୍ଜସ୍ୟ ଓ ସମନ୍ଵୟ ଦ୍ଵାରା କାମ ହାସଲ କରିପାରିବେ । ବ୍ୟବସାୟରେ ବନ୍ଧୁମାନେ ବିଶ୍ୱାସ ଘାତକତା କରିପାରନ୍ତି । ପ୍ରେମ କ୍ଷେତ୍ରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
Jyotirbid Dr. Pramod Satapathy
Jantra Jyotisha, Cuttack
For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674