ଦୈନିକ ରାଶିଫଳ: 13 ଡିସେମ୍ବର 2021, ମହାଦେବଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ କୌଣସି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଡିସେମ୍ବର ମାସ ୧୩ ତାରିଖ, ସୋମବାର, ବିଛା ମାସ ୨୮ ଦିନ, ମାର୍ଗଶୀର ମାସ, ଶୁକ୍ଳପକ୍ଷ, ଦଶମୀ ତିଥି, ରେବତୀ ନକ୍ଷତ୍ର, ମୀନ ରାଶିରେ ଚନ୍ଦ୍ର । ବରୀୟାନ ଯୋଗ । ତୈତିଳ କରଣ, ସକାଳ ୮ଟା ୪୩ମିନିଟ୍ ଗତେ ଗର କରଣ । ମିଥୁନ ରାଶିର ଘାତବାର । ଧନୁ ରାଶିର ଘାତଚନ୍ଦ୍ର । କଳମଶାଗ ନ ଖାଇଲେ ଭଲ ରାତି ୯ଟା ୩୩ମିନିଟ୍ ପରେ ଶିମ୍ବ, ଆମିଷ ନ ଖାଇଲେ ଭଲ । ଯୋଗିନୀ- ଉତ୍ତରେ ରାତି ୯ଟା ୩୩ମିନିଟ୍ ପରେ ଆଗ୍ନେୟେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ଦଶମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଅଶୁଭସମୟ- ପ୍ରାତଃ ୭ଟା ୩୭ମିନିଟ୍ ରୁ ୮ଟା ୫୮ମିନିଟ୍, ଦିବା ୨ଟା ୨୩ମିନିଟ୍ ରୁ ଦିବା ୩ଟା ୪୪ମିନିଟ୍, ରାତ୍ରି ୧୦ଟା ୨ମିନିଟ୍ ରୁ ୧୧ଟା ୪୧ମିନିଟ୍ । ଶୁଭସମୟ- ସକାଳ ୬ଟା ୧୭ମିନିଟ୍ ରୁ ୭ଟା ୩୬ମିନିଟ୍, ସକାଳ ୯ଟା ୧୦ମିନିଟ୍ ରୁ ଦିବା ୧୧ଟା ୧୮ମିନିଟ୍, ରାତ୍ର ୭ଟା ୪୪ମିନିଟ୍ ରୁ ରାତ୍ର ୧୦ଟା ୧ମିନିଟ୍, ରାତ୍ର ୨ଟା ୪୬ମିନିଟ୍ ରୁ ରାତ୍ର ୩ଟା ୩୭ମିନିଟ୍ ।

ମେଷ:-ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ । ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ । ରାଜନୀତିରେ ସଫଳତା ମିଳିବ । ପରୀକ୍ଷା, ପ୍ରତିଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଗୁରୁ ଗୁରୁଜନ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ । ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ଭାବି ଚିନ୍ତି କାର୍ଯ୍ୟ ନକଲେ ଠକାମିରେ ପଡିବେ । ଭୋଗ ବିଳାସଦ୍ରବ୍ୟ କ୍ରୟକରି ଆର୍ଥିକ ଶଙ୍କଟ ଭୋଗି ପାରନ୍ତି । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-ଶତୃ ଓ ବିରୋଧୀମାନେ ପରାସ୍ତ ହେବେ । ଉଚ୍ଚପଦସ୍ଥ ବ୍ୟକ୍ତି ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ନିବିଡ ହେବ । ବ୍ୟବସାୟ ପାଇଁ ଭ୍ରମଣ କରିବା ଫଳରେ ବିଶେଷ ଲାଭାନ୍ଵିତ ହେବେ । ବୁଦ୍ଧିମାତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ । ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବା ସହ ନୂଆ କାମ ନୂଆ ପ୍ରେରଣା ଦେବ । ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବା ଫଳରେ ନୂତନପନ୍ଥା ଅନୁସରଣ କରିବେ । ପ୍ରତିକାର- ପାଣିରେ ଟିକେ ଗୋମୁତ୍ର ପକାଇ ଘରକୁ ପୋଛନ୍ତୁ ।

ମିଥୁନ:-ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ । କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ କରିବେ । ସ୍ୱାସ୍ଥ୍ୟ ସମସ୍ୟା ଦୂର ହୋଇଯିବ । ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ । ନିଜର କାମକୁ ପଛରେ ପକାଇ ଅନ୍ୟଦ୍ଵାରା ପ୍ରଭାବିତ ହୋଇ କୌଣସି ଶୁଭ କାମ କରିବେ । ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ସମସ୍ତ କ୍ଷେତ୍ରରେ ସଫଳତା ମିଳିବ । ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ । ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ । ବନ୍ଧୁଙ୍କ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ । ପରିବାର ଜନଙ୍କ ସମ୍ବନ୍ଧିତ କୌଣସି ଶୁଭ ସମାଚାର ଶୁଣିବେ । ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ । ପ୍ରେମପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ । ରାଜନୀତି କ୍ଷେତ୍ରରେ ଅଧିକ ଲୋକସମ୍ପର୍କ ଫଳରେ ଆତ୍ମସନ୍ତୋଷ ମିଳିବ । ପ୍ରତିକାର- ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ ।

ସିଂହ:-ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ । ଅଧିକ ଭାଗ୍ୟବାଦୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ନିଜର ଚତୁରତା ଓ ବିବେକରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇପାରିବେ । ବନ୍ଧୁ ମିତ୍ରଙ୍କ ଆଗମନ ହେବ । ପରିବାର ଓ ମିତ୍ରଙ୍କ ସହିତ ସମୟ ବିତେଇବେ । ଫୋନ ବା ଇଣ୍ଟରନେଟ୍ ରେ ପୁରୁଣା ମିତ୍ରଙ୍କ ଠାରୁ ସୁସମ୍ବାଦ ପ୍ରାପ୍ତି ହେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କନ୍ୟା:-ସମସ୍ତ ସମସ୍ୟାର ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ଶାରୀରିକ କଷ୍ଟ ଦୂର ହୋଇ ସ୍ୱାସ୍ଥ୍ୟ ଭଲ ରହିବ । ଚାକିରୀରେ ପ୍ରମୋଶନ ମିଳିବାର ଯୋଜନା ପ୍ରସ୍ତୁତହେବ । ପାରିବାରିକ ଓ ଆର୍ଥିକ ସ୍ଥିତିରେ ସୁଧାର ଆସିବ । ଜଗାଜମି, ଗୃହ ଉପକରଣ କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି । ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ । ଜୀବନରେ ନୂଆଲକ୍ଷ ନିର୍ଦ୍ଧାରିତ କରିବେ । ଆବଶ୍ୟକୀୟ ନୂତନ ବସ୍ତୁ କ୍ରୟ କରିପାରିବେ । ପ୍ରତିକାର- ପାଣିରେ କିଛି ଗୋଟାଲୁଣ ପକାଇ ଘରକୁ ପୋଛନ୍ତୁ ।

ତୁଳା:-ପୁରାତନ ରୋଗର ଉପସମ ହୋଇ ସ୍ୱାସ୍ଥ୍ୟରେ ସୁଧାର ଆସିବ । ମନରେଥିବା କାମନା ପୂର୍ଣ୍ଣ ହେବ । ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । ନୂତନ ଲୋକଙ୍କ ସହିତ ଭେଟ ହେବ । ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ଯେ କୌଣସି ପରୀକ୍ଷା ବା ସାକ୍ଷାତ୍କାରର ପରିଣାମ ଆପଣଙ୍କ ସପକ୍ଷରେ ରହିବ । ବ୍ୟବସାୟ କ୍ଷେତ୍ରରେ କୌଣସି ଖୁସି ପ୍ରସଙ୍ଗ ଆସିବା ଫଳରେ ମନ ପ୍ରଫୁଲ୍ଲିତ ରହିବ । ପ୍ରତିକାର- ପାଣିରେ ଟିକେ ଗୋମୁତ୍ର ପକାଇ ସ୍ନାନ କରନ୍ତୁ ।

ବିଚ୍ଛା:-ସାହିତ୍ୟ, ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ବ୍ୟବସାୟ କ୍ଷେତ୍ରରେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ । ପରୋପକାର ଏବଂ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ । ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ । ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

ଧନୁ:-ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ଆଗକୁ ବଢିବେ । କାର୍ଯ୍ୟ କ୍ଷେତ୍ରରେ ଲାଭ ଉଠେଇବେ । ଧର୍ମ-କର୍ମରେ ରୁଚି ରହିବ । ମିତ୍ରଙ୍କ ସାହାଯ୍ୟ ଦ୍ଵାରା କର୍ମ ହେବ । ବେମାର, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ । ତରବାରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:- ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ । କର୍ମକ୍ଷେତ୍ରରେ ସହଯୋଗ ପାଇ ମନ ଖୁସୀ ରହିବ । ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ । ଋଣପ୍ରାପ୍ତି ଓ ଋଣମୁକ୍ତିର ରାସ୍ତା ପରିଷ୍କାର ହେବ । ସେୟାର ବଜାରରେ ମୁନାଫା ମିଳିବ ଓ ପୁରୁଣା ନିବେଶ ଲାଭ ଦେବ । ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । କଳା, ସାହିତ୍ୟ, କ୍ରିଡା, ଚଳଚିତ୍ର, ଶିଳ୍ପ, ବାଣିଜ୍ୟ ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ:-ସନ୍ତାନମାନଙ୍କ ଉନ୍ନତି ପାଇଁ ଖୁସି ରହିବେ । ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପଡାପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ଶାନ୍ତ ହେବ । କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେଇ ପାରନ୍ତି । ମାଲିମୋକଦ୍ଦମାରେ ସଫଳତା ମିଳିବ । ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ବିଦ୍ୟାର୍ଥିମାନଙ୍କର ମନୋଅନୁକୂଳ ଫଳପ୍ରାପ୍ତି ହେବ । ବିତିଯାଇଥିବା ମାମଲାରେ ମଧ୍ୟ ସଫଳତା ମିଳିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ମୀନ:-ଶୁଭକାମ କରି ପ୍ରଶଂସିତ ହେବେ । କର୍ମକ୍ଷେତ୍ରରେ ପଦୋନ୍ନତି ଓ ବନ୍ଧୁ ଲାଭହୋଇପାରେ । ବ୍ୟବସାୟରେ ସଫଳତା ପୂର୍ବକ ସମସ୍ୟାର ସମାଧାନ ହେବ । ପ୍ରପର୍ଟୀ ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ । ବନ୍ଧୁ ମିତ୍ରଙ୍କ ଆଗମନ ହେବ । ପାରିବାରିକ କ୍ଷେତ୍ରରେ ସୁସମ୍ପର୍କ ବଜାୟ ରହିବ । ଚିନ୍ତା କରୁଥିବା କାର୍ଯ୍ୟ ପୂରଣ ହେବା ଫଳରେ ଆନନ୍ଦିତ ହେବେ । ଦେଇଥିବା କଥା କାର୍ଯ୍ୟରେ ପୂରଣ କରିବେ । ପ୍ରତିକାର:- ହଳଦୀ ଟିକେ ପାଣିରେ ମିଶେଇ ଗାଧାନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!