ଦୈନିକ ରାଶିଫଳ: 14 ଡିସେମ୍ବର 2021, ମା’ ମଙ୍ଗଳାଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଡିସେମ୍ବର ମାସ ୧୪ ତାରିଖ, ମଙ୍ଗଳବାର, ବିଛା ମାସ ୨୯ ଦିନ, ମାର୍ଗଶୀର ମାସ, ଶୁକ୍ଳପକ୍ଷ, ଏକାଦଶୀ ତିଥି, ଅଶ୍ଵିନୀ ନକ୍ଷତ୍ର, ମେଷ ରାଶିରେ ଚନ୍ଦ୍ର । ପରିଘ ଯୋଗ । ବାଣିଜ୍ୟ କରଣ, ଦିବା ୧୦ଟା ୩୧ମିନିଟ୍ ଗତେ ବିଷ୍ଟି କରଣ । ମକର ରାଶିର ଘାତବାର । ମେଷ ରାଶିର ଘାତଚନ୍ଦ୍ର । ଶିମ୍ବ, ଆମିଷ ନ ଖାଇଲେ ଭଲ ରାତି ୧୧ଟା ୩୬ମିନିଟ୍ ପରେ ପୋଇ, ମସୁରଡାଲି ନ ଖାଇଲେ ଭଲ । ଯୋଗିନୀ- ଆଗ୍ନେୟେ ରାତି ୧୧ଟା ୩୬ମିନିଟ୍ ପରେ ନୈଋତେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧ ତର୍ପଣ- ଏକାଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ପ୍ରାତଃ ୭ଟା ୩୭ମିନିଟ୍ ରୁ ୮ଟା ୫୮ମିନିଟ୍, ଦିବା ୧ଟା ୨ମିନିଟ୍ ରୁ ୨ଟା ୨୩ମିନିଟ୍, ସନ୍ଧ୍ୟା ୬ଟା ୪୪ମିନିଟ୍ ରୁ ରାତ୍ରି ୮ଟା ୨୩ମିନିଟ୍ । ଶୁଭସମୟ-ସକାଳ ୬ଟା ୧୭ମିନିଟ୍ ରୁ ୬ଟା ୫୮ମିନିଟ୍, ସକାଳ ୮ଟା ୫୯ମିନିଟ୍ ରୁ ଦିବା ୧୧ଟା ୧୮ମିନିଟ୍, ସନ୍ଧ୍ୟା ୫ଟା ୬ମିନିଟ୍ ରୁ ୬ଟା ୪୩ମିନିଟ୍, ରାତ୍ର ୮ଟା ୨୪ମିନିଟ୍ ରୁ ରାତ୍ର ୮ଟା ୩୫ମିନିଟ୍, ରାତ୍ର ୯ଟା ୩୦ମିନିଟ୍ ରୁ ରାତ୍ର ୧୨ଟା ୬ମିନିଟ୍, ରାତ୍ର ୧ଟା ୫୪ମିନିଟ୍ ରୁ ରାତ୍ର ୩ଟା ୩୭ମିନିଟ୍, ରାତ୍ର ୪ଟା ୩୨ମିନିଟ୍ ରୁ ୬ଟା ୧୬ମିନିଟ୍ । ପର୍ବଦିନ- ସର୍ବସମ୍ମତ ଗୋମତୀ ଏକାଦଶୀ ।

ମେଷ:-ସରକାରୀ କର୍ମଚରୀମାନେ ନିଜର କର୍ତ୍ତବ୍ୟ ପ୍ରତିପାଦିତ କରିବା ଫଳରେ ପ୍ରଶଂସିତ ହେବେ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । କୌଣସି ପ୍ରିୟମିତ୍ରଙ୍କ ଯୋଗେ ବ୍ୟବସାୟରେ ବିଶେଷ ଲାଭବାନ୍ ହେବେ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ଦୂରସ୍ଥାନକୁ ଯାତ୍ରା କଲେ ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-ସମ୍ପର୍କ ବୃଦ୍ଧି ହେବା ଫଳରେ ଭବିଷ୍ୟତରେ ଅତ୍ୟନ୍ତ ଲାଭଦାୟକ ହେବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ କୃତକାର୍ଯ୍ୟ ହେବେ । ବ୍ୟବସାୟିକ ଗତିବିଧି ସାମାନ୍ୟ ରୂପରେ ଚଳିବ । କୋର୍ଟ, କଚେରୀ ମାଲି ମକଦ୍ଦମା, ବାଦବିବାଦର ସମାଧାନ କରି ପାରିବେ । ବିଗିଡି ଯାଇଥିବା କାର୍ଯ୍ୟ ବା ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ପୈତୃକ ସମ୍ପତ୍ତି ନେଇ ପାରିବାରିକ ଦ୍ଵନ୍ଦର ସମାଧାନ ବାଟ ଫିଟି ଯିବ । ହାତକୁ ନେଇଥିବା କାର୍ଯ୍ୟପାଇଁ କଠିନ ପରିଶ୍ରମ କରିବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ମିଥୁନ:-ପୁରୁଣା ରୋଗର ଉପଶମ ସହ ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବ । ନୂତନ ବ୍ୟବସାୟର ସୁଯୋଗ ପାଇବେ । ନୂତନ କାର୍ଯ୍ୟଆରମ୍ଭ କରି ପାରିବେ । ପରୀକ୍ଷା ପ୍ରତିଯୋଗିତାରେ ଓ ସମାଜିକ ସ୍ତରରେ ନିଜର ଖ୍ୟାତି ବୃଦ୍ଧି ପାଇବ । ରାଜନୀତି କ୍ଷେତ୍ରରେ ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-କର୍ମଚରୀମାନେ ନିଜର କର୍ତ୍ତବ୍ୟ ପ୍ରତିପାଦିତ କରିବା ଫଳରେ ପ୍ରଶଂସିତ ହେବେ । ଜାଗା, ଜମି ଗୃହ ସମ୍ବନ୍ଧୀୟ କୌଣସି ସମସ୍ୟା ସମାଧାନ କରି ପାରିବେ । କାହାକୁ ଦେଇଥିବା ଉଧାର ଟଙ୍କା ମିଳିଯିବ । ଲୋକଙ୍କ ପ୍ରତି ଉଦାର ଓ ଦୟାଳୁ ପ୍ରବୃତି ଜାଗ୍ରତ ହେବ । ଯାତ୍ରା କରିବା ସମୟରେ କୌଣସି ଶୁଭ ସମାଚାର ଶୁଣିବାକୁ ମିଳିବ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ବ୍ୟବସାୟରେ ଉଚିତ୍ ଲାଭ ପ୍ରାପ୍ତ ହେବ । ପ୍ରତିକାର- ପାଣିରେ କିଛି ଫିଟିକିରି ପକାଇ ଘରକୁ ପୋଛନ୍ତୁ ।

ସିଂହ:-ସନ୍ତାନ ସନ୍ତତିଙ୍କ ଦିଗରୁ ଶୁଭ ସମ୍ବାଦପାଇ ଖୁସିହେବେ । କୋର୍ଟ କଚେରୀ ମାମଲା ସମାଧାନ ହୋଇଯିବ । କୌଣସିଠାରୁ ପ୍ରିୟ ଓ ଶୁଭ ସମାଚାର ପ୍ରାପ୍ତ ହେବ । ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ । ବାହନ ଓ ଭୌତିକ ଐଶ୍ଵର୍ଯ୍ୟ ସାଧନରେ ବୃଦ୍ଧି ହେବ । ପାରିବାରିକ ଜୀବନରେ ସୁଧାର ହେବ । ସାମାଜିକ କ୍ଷେତ୍ରରେ ସଫଳତା ପାଇବା ପାଇଁ ଅଧିକ ଧାଁ ଦଉଡ଼ କରିବାକୁ ପଡ଼ିବ । ପ୍ରତିକାର:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-ବ୍ୟବସାୟରେ ଲକ୍ଷପ୍ରତି ଯଥାର୍ଥବାଦୀ ହେବେ । ନୂତନ ବନ୍ଧୁ ଭେଟ ହେବେ । ମିଳିମିଶି କାମ କରିପାରିଲେ କଷ୍ଟ ଦୂର ହେବ । ପରୀକ୍ଷା ପ୍ରତିଯୋଗିତାରେ ଅଚାନକ ଶୁଭଖବର ଶୁଣି ଗୃହରେ ଶାନ୍ତ ବାତାବରଣ ଦେଖା ଦେବ । ଦାମ୍ପତ୍ୟ ସମ୍ବନ୍ଧରେ ମଧୁରତା ଆସିବ । ଆତ୍ମବିଶ୍ଵାସ ବୃଦ୍ଧି ପାଇବ । ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହିବେ । ନିଜର ଯୋଜନା ମୁତାବକ କାମକଲେ କୌଣସି ପ୍ରକାର ଅସୁବିଧା ହେବନାହିଁ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ତୁଳା:-ବ୍ୟବସାୟରେ ପ୍ରଚୁର ଅର୍ଥ ଲାଭ ହେବା ଫଳରେ ପରିସ୍ଥିତି ବଦଳିଯିବ । ଚାକିରୀ ଜୀବିମାନେ ଯଶ, ମାନକୁ ଅଧିକ ମହତ୍ତ୍ୱ ଦେବେ । କୌଣସି ଗୁରୁତ୍ଵପୂର୍ଣ୍ଣ କର୍ମ ନେଇ ଆର୍ଥିକ ମାମଲା ସୁଧୁରି ଯିବ । ପୂର୍ବରୁ ଆରମ୍ଭ ହୋଇଥିବା କାର୍ଯ୍ୟ ପୁରଣ କରିବା ପାଇଁ ଚେଷ୍ଟା କରିବେ । ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ପ୍ରତିକାର- ପାଣିରେ ଟିକେ ଗୋମୁତ୍ର ପକାଇ ସ୍ନାନ କରନ୍ତୁ ।

ବିଚ୍ଛା:-ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ । ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ଧନ ସମ୍ବନ୍ଧୀୟ ମାମଲାରେ ବିବେକ ଦ୍ଵାରା ବିଚାର କଲେ ଲାଭ ମିଳିବ । ବୁଦ୍ଧିମତା କାରଣରୁ ଅନେକ କାମ ହାସିଲ କରି ପାରିବେ । ରାଜନୀତି କ୍ଷେତ୍ରରେ ପଦ ପଦବୀ ଲାଭ ହେବା ସହ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ପ୍ରତିକାର- ପାଣିରେ କିଛି ଗୋଟାଲୁଣ ପକାଇ ଘରକୁ ପୋଛନ୍ତୁ ।

ଧନୁ:-ଅଧିକାରୀଙ୍କଠାରୁ ସହଯୋଗ ମିଳିବା ଫଳରେ ଅଫିସର, ସହକର୍ମୀମାନେ କାମର ପ୍ରଶଂସା କରିବେ । ଉଚିତ୍ ପନ୍ଥା ଗ୍ରହଣ କରି ବ୍ୟବସାୟରେ ସଫଳତା ଅର୍ଜନ କରିବେ । ସନ୍ତାନଙ୍କ ଭବିଷ୍ୟତ ଚିନ୍ତାରେ ମାନସିକ ଶାନ୍ତି ପାଇବେ । ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳହେବା ସହ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

ମକର:-ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ । ନିଜର ରଚନାତ୍ମକତା କ୍ଷମତା ଚରମ ହେବ ତଥା ଲୋକଙ୍କୁ ନିଜର କରି ପାରିବେ । ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ । ଅପ୍ରିୟ ସତ୍ୟ ପ୍ରକାଶ କରି ବିବାଦୀୟ ଭିତରକୁ ଟାଣି ହୋଇ ଯିବେ ଯାହା ଫଳରେ କାର୍ଯ୍ୟ ବିଗିଡ଼ି ଯିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ଶତୃମାନେ ପରାଜିତ ହେବେ । ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପାରିବାରିକ ଜୀବନ ଆନନ୍ଦମୟ ହେବ । ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ । ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ । ଧନସମ୍ପଦରେ ଅଭିବୃଦ୍ଧି ତଥା ବୈଷୟିକ ପ୍ରାଚୁର୍ଜ୍ୟପ୍ରାପ୍ତି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମୀନ:-ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ । ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ନିଜର ସାମୁଦାୟିକ ମାମଲା ଓ ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ । ଜମି ଜମା ସଙ୍କ୍ରାନ୍ତିୟ ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ । କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ବହୁତ ଦିନରୁ ଲାଗିଥିବା ଚିନ୍ତା ଓ ବିବାଦରୁ ମୁକ୍ତି ମିଳିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!