ଦୈନିକ ରାଶିଫଳ: 15 ଡିସେମ୍ବର 2021, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଡିସେମ୍ବର ମାସ ୧୫ ତାରିଖ, ବୁଧବାର, ବିଛାମାସ ୩୦ ଦିନ, ମାର୍ଗଶୀର ମାସ, ଶୁକ୍ଳପକ୍ଷ, ଦ୍ଵାଦଶୀ ତିଥି, ଦ୍ଵିଜା ନକ୍ଷତ୍ର, ମେଷ ରାଶିରେ ଚନ୍ଦ୍ର । ପରିଘ ଯୋଗ ସକାଳ ୬ଟା ୨୮ମିନିଟ୍ ଗତେ ଶିବ ଯୋଗ । ବବ କରଣ, ଦିବା ୧୨ଟା ୪୬ମିନିଟ୍ ଗତେ ବାଳବ କରଣ । କର୍କଟ ରାଶିର ଘାତବାର । ମେଷ ରାଶିର ଘାତଚନ୍ଦ୍ର । ପୋଇ, ମସୁରଡାଲି ନ ଖାଇଲେ ଭଲ ରାତି ୨ଟା ୧ମିନିଟ୍ ପରେ ବାଇଗଣ ନ ଖାଇଲେ ଭଲ । ଯୋଗିନୀ-ନୈଋତେ ରାତି ୨ଟା ୧ମିନିଟ୍ ପରେ ଦକ୍ଷିଣେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧ ତର୍ପଣ- ଦ୍ଵାଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୮ଟା ୫୯ମିନିଟ୍ ରୁ ୧୦ଟା ୨୦ମିନିଟ୍, ଦିବା ୧୧ଟା ୪୧ମିନିଟ୍ ରୁ ଦିବା ୧ଟା ୨ମିନିଟ୍, ରାତ୍ରି ୨ଟା ୫୯ମିନିଟ୍ ରୁ ୪ଟା ୩୮ମିନିଟ୍ । ଶୁଭସମୟ- ସକାଳ ୬ଟା ୧୮ମିନିଟ୍ ରୁ ୮ଟା ୨୬ମିନିଟ୍, ଦିବା ୧୦ଟା ୩୭ମିନିଟ୍ ରୁ ୧୧ଟା ୪୦ମିନିଟ୍, ଦିବା ୧ଟା ୩୦ମିନିଟ୍ ରୁ ୩ଟା ୩୮ମିନିଟ୍, ସନ୍ଧ୍ୟା ୫ଟା ୫୯ମିନିଟ୍ ରୁ ୬ଟା ୫୦ମିନିଟ୍, ରାତ୍ର ୮ଟା ୩୮ମିନିଟ୍ ରୁ ରାତ୍ର ୨ଟା ୫୮ମିନିଟ୍, ରାତ୍ର ୪ଟା ୩୯ମିନିଟ୍ ରୁ ସକାଳ ୬ଟା ୧୬ମିନିଟ୍ । ପର୍ବଦିନ- ମାସାନ୍ତ, ବ୍ୟଞ୍ଜନ ଦ୍ଵାଦଶୀ ।

ମେଷ:-ସାମାଜିକ କାର୍ଯ୍ୟରେ ଅଧିକ ସମୟ ବିତେଇ ପ୍ରଶଂସା ପାଇବେ । ରାଜନୀତି କ୍ଷେତ୍ରରେ ମଧ୍ୟ ଲୋକପ୍ରିୟତା ବୃଦ୍ଧି ହେବ ଓ କୌଣସି ଠାରୁ ଶୁଭ ସମାଚାର ଶୁଣିବାକୁ ମିଳିବ । ସମାନ ବିଚାରଧାରା ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ଧର୍ମକାର୍ଯ୍ୟରେ ନିୟୋଜିତ ହେବେ । ଅନେକ ଦିଗରୁ ଖୁସି ମିଳିବ । ପ୍ରେମୀକା ପ୍ରେମିକଙ୍କ ମଧୁର ମିଲନରେ କୌଣସି ବାଧାବନ୍ଧନ ନାହିଁ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-ଶତୃମାନଙ୍କୁ ମିତ୍ର କରିବା ପାଇଁ ପ୍ରୟାସରତ ରହିବେ । ମାଲିମୋକଦ୍ଦମାରେ ବଂଧୁ ସହଯୋଗରେ ବିଜୟ ପ୍ରାପ୍ତ ହେବ । କୌଣସି ଧର୍ମସ୍ଥଳ, ମନ୍ଦିର, ମଠକୁ ଯିବା ପାଇଁ ପୋଗ୍ରାମ୍ କରିବେ । ନୂତନ କାର୍ଯ୍ୟକିଛି ଶୁଭାରମ୍ଭ ନକରିବା ଉଚିତ୍ । ପୁରୁଣା ମିତ୍ରଙ୍କ ସହିତ ଭେଟ ହେବା ଫଳରେ ପରିବାରର ପୁରୁଣା ସମସ୍ୟା ସମାଧାନ ହୋଇଯିବ । ବ୍ୟବସାୟରେ ଅଚାନକ ଭାବରେ ପରିବର୍ତ୍ତନ ହୋଇପାରେ ଓ ଉଚିତ୍ ଲାଭ ମଧ୍ୟ ପ୍ରାପ୍ତି ହେବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ମିଥୁନ:-ସରକାରୀ କ୍ଷେତ୍ରରେ ଯଶ, କୀର୍ତ୍ତି, ମାନ-ସମ୍ମାନ ମିଳିବ । ଆୟ ଓ ପ୍ରତିଷ୍ଠାରେ ଅପ୍ରତ୍ୟାଶିତ ତେଜ ଆସିବ । ନୂତନ ଦ୍ରବ୍ୟ କ୍ରୟ-ବିକ୍ରୟ କରି ଆଶାତୀତ ଲାଭ ପାଇବେ । କର୍ମକ୍ଷେତ୍ରରେ କୌଣସି ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହିତ ସମ୍ପର୍କ ହେବା ଫଳରେ ଆଗକୁ ବଢିବାରେ ସହାୟତା ମିଳିବ । ନୂତନ କାମ ଆରମ୍ଭ କରିପାରିବେ । ନିବେଶ ଆଦିରେ ଲାଭ ହେବ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ । କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟଭାର ହାତକୁ ନେବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କର୍କଟ:-ସନ୍ତାନ ସମ୍ବନ୍ଧୀୟ ଚିନ୍ତା ଦୂର ହୋଇଯିବ । ଦୁର୍ବଳ ବା ବୃଦ୍ଧ ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ହାତ ବଢେଇବେ । ଆତ୍ମବିଶ୍ଵାସ ଓ ମନବଳ ଦୃଢ ହେବ । ଗୁରୁ ଗୁରୁଜନ ଓ ମାଆବାପାଙ୍କ ଆଶୀର୍ବାଦ ସ୍ନେହ ପ୍ରାପ୍ତ ହେବ । ଧୈର୍ଯ୍ୟ, ସାହସ ଓ ବୁଦ୍ଧିମତା ଯୋଗେ ପ୍ରଶଂସା ପାଇବେ । କାର୍ଯ୍ୟକ୍ଷେତ୍ରରେ ନୂତନ ପଦକ୍ଷେପ ନେବା ଫଳରେ ଆଶାତୀତ ଲାଭ ପାଇବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-ଶାରୀରିକ ସୁସ୍ଥତା ଅନୁଭବ କରିବେ । କାରବାରରେ ଲାଭ ହୋଇ ଆର୍ଥିକ ମାମଲାରେ ସ୍ଥାୟିତ୍ଵ ଆସିବ । ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହେବ । ସାମୁହିକ ଗତିବିଧି ଦ୍ଵାରା ଆପଣ ସଫଳତା ହାସଲ କରିପାରିବେ । ଉଚ୍ଚାଧିକାରୀ ବ୍ୟକ୍ତିମାନେ ପ୍ରସନ୍ନ ରହିବେ । ଆର୍ଥିକ ସ୍ଥିତି ସୁଦୃଢ଼ ହେବା ଫଳରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ଲୋକକଲ୍ୟାଣ କର୍ମରେ ନିଜକୁ ନିୟୋଜିତ କରିବେ । ପଡୋଶୀଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-ସହକର୍ମୀମାନଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ । ଆଧ୍ୟାତ୍ମିକ ଓ ବୌଦ୍ଧିକ କ୍ଷମତା ପ୍ରାପ୍ତ କରିବେ । ଅଧ୍ୟୟନ, ଅନୁସନ୍ଧାନ, ଧ୍ୟାନ, ପ୍ରାର୍ଥନା ଆଦି ପାଇଁ ସମୟ ଉପଯୁକ୍ତ ଅଟେ । ଗୁରୁଜନଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ ଓ ଆଶୀର୍ବାଦ ମିଳିବ । ଆତ୍ମବିଶ୍ଵାସରେ ବୃଦ୍ଧି ହେବ । ବିଦ୍ୟାର୍ଥୀଙ୍କ ପାଇଁ ସମୟ ଲାଭପ୍ରଦ ହେବ । ନୂତନବନ୍ଧୁଙ୍କ ଆଗମନ ହେବ । ଧର୍ମକାର୍ଯ୍ୟରେ ରୁଚି ବୃଦ୍ଧି ହେବ । ପ୍ରେମୀକ ପ୍ରେମିକାଙ୍କ ସାମଞ୍ଜସ୍ୟ ସୃଷ୍ଟି ହେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ତୁଳା:-ସ୍ୱାସ୍ଥ୍ୟସମସ୍ୟା ସୁଧୁରିବା ଫଳରେ ଆଶାକରିଥିବା କାର୍ଯ୍ୟ ପୁରଣ କରିପାରିବେ । କୌଣସି ମହତ୍ଵପୂର୍ଣ୍ଣ ସୂଚନା ପ୍ରାପ୍ତ ହେବ । ପ୍ରତିସ୍ପର୍ଦ୍ଧା ଓ ପ୍ରତିଯୋଗିତାରେ ବିଜୟଶ୍ରୀ ହେବ । ଉଚ୍ଚାଧିକାରୀମାନେ ପ୍ରସନ୍ନ ରହିବେ । ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ପୂର୍ଣ୍ଣ ହେବ । କାହାକୁ ଉଧାର ଦେଇଥିବା ବା ଅଟକିଥିବା ଟଙ୍କା ମିଳିଯିବ । ଗୃହ, ଜମି ଓ ପାରିବାରିକ ସମସ୍ୟାରେ ପରିବର୍ତ୍ତନ ଆସିବ । ଛାତ୍ର-ଛତ୍ରୀମାନେ ପରିଶ୍ରମ କରିବା ଫଳରେ ପ୍ରଶଂସା ପାଇବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ବିଚ୍ଛା:- ସମ୍ପତ୍ତି କ୍ରୟ କରିବେ । କର୍ମକ୍ଷେତ୍ରରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ । ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ପୁରାତନ ବନ୍ଧୁ ଓ ଅଚିହ୍ନା ଲୋକଙ୍କଠାରୁ ସାହାଯ୍ୟ ପାଇ ଧନ୍ୟ ହେବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ଧନୁ:-ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । ଭୌତିକ ଓ ଆଧ୍ୟାତ୍ମିକ ମାମଲାରେ ବ୍ୟସ୍ତ ରହିବେ । ପରିବାର ସମସ୍ୟାର ସମାଧାନ ହୋଇଯିବା ଫଳରେ ପାରିବାରିକ ଜୀବନ ସୁଖମୟ ହେବ । ବ୍ୟବସାୟ ଓ କ୍ୟାରିଅର କ୍ଷେତ୍ରରେ ପରିବର୍ତ୍ତନ ଆସିବା ସହ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ । ଅବହେଳିତ ଲୋକଙ୍କସହ ମିଳାମିଶା କରି ନୂତନ ଦିଗ୍ଦର୍ଶନ ପାଇବେ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । ପ୍ରତିକାର- ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

ମକର:-ଶତୃ ଓ ବିରୋଧୀ ମାନେ କୌଣସି କ୍ଷତି କରିପାରିବେ ନାହିଁ । ପଟ୍ଟ ପରିବର୍ତ୍ତନ ଘଟି ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ । ସବୁପରେ ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇ ନିଃସଙ୍ଗତା ବୋଧର ପୀଡା ଦୂରେଇ ଯିବ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବା ଫଳରେ ପରସ୍ପରକୁ ସାହାଯ୍ୟ ସହଯୋଗକରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବେ । ବ୍ୟବସାୟ କ୍ଷେତ୍ରରେ କୌଣସି ଜରୁରୀ କାର୍ଯ୍ୟକୁ ମନୋଯୋଗ ଦେଇ ପୂର୍ଣ୍ଣକରିବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

କୁମ୍ଭ:-ସମାନ ବିଚାରଧାରା ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଛାତ୍ର-ଛାତ୍ରୀମାନେ ଆଶା ଓ ଉର୍ଜା ଦ୍ଵାରା ଯେକୌଣସି ପ୍ରତିଯୋଗୀତାକୁ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ପ୍ରସିଦ୍ଧି, ମାନସମ୍ମାନ ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ । ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ କରି ଆୟକୁ ବଢେଇ ପାରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମୀନ:-ସରକାରୀ କ୍ଷେତ୍ରରେ ଉନ୍ନତିର ସୁଯୋଗ ପାଇବେ । ଆର୍ଥୀକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ । ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ସହିତ ମତଭେଦ ସମାପ୍ତହେବ । ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!