ଦୈନିକ ରାଶିଫଳ: 16 ଡିସେମ୍ବର 2021, ମା’ ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଡିସେମ୍ବର ମାସ ୧୬ ତାରିଖ, ଗୁରୁବାର, ଧନୁ ମାସ ୧ ଦିନ, ମାର୍ଗଶୀର ମାସ, ଶୁକ୍ଳପକ୍ଷ, ତ୍ରୟୋଦଶୀ ତିଥି, ଦ୍ଵିଜା ନକ୍ଷତ୍ର ସକାଳ ୭ଟା ୩୪ମିନିଟ୍ ଗତେ କୃତ୍ତିକା ନକ୍ଷତ୍ର, ମେଷ ରାଶିରେ ଚନ୍ଦ୍ର । ଶିବ ଯୋଗ ସକାଳ ୭ଟା ୧୬ମିନିଟ୍ ଗତେ ସିଦ୍ଧ ଯୋଗ । କୌଳବ କରଣ, ଦିବା ୩ଟା ୨୦ମିନିଟ୍ ଗତେ ତୈତିଳ କରଣ । ତୁଳା, କୁମ୍ଭ ରାଶିର ଘାତବାର । ମେଷ ରାଶିର ଘାତଚନ୍ଦ୍ର ଦିବା ୨ଟା ୨୦ମିନିଟ୍ ଗତେ ବିଛା ରାଶିର ଘାତଚନ୍ଦ୍ର । ବାଇଗଣ ନ ଖାଇଲେ । ଯୋଗିନୀ- ଦକ୍ଷିଣେ ରାତି ୪ଟା ୪୧ମିନିଟ୍ ପରେ ପଶ୍ଚିମେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧ ତର୍ପଣ- ତ୍ରୟୋଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୨ଟା ୨୪ମିନିଟ୍ ରୁ ଦିବା ୩ଟା ୪୫ମିନିଟ୍, ଦିବା ୩ଟା ୪୫ମିନିଟ୍ ରୁ ୫ଟା ୬ମିନିଟ୍, ରାତ୍ରି ୧୧ଟା ୪୨ମିନିଟ୍ ରୁ ୧ଟା ୨୧ମିନିଟ୍ । ଶୁଭସମୟ- ସକାଳ ୬ଟା ୧୮ମିନିଟ୍ ରୁ ୭ଟା ୪୩ମିନିଟ୍, ସନ୍ଧ୍ୟା ୬ଟା ରୁ ରାତ୍ର ୯ଟା ୨୯ମିନିଟ୍, ରାତ୍ର ୧ଟା ୨୨ମିନିଟ୍ ରୁ ରାତ୍ର ୩ଟା ୩୯ମିନିଟ୍, ରାତ୍ର ୪ଟା ୩୩ମିନିଟ୍ ରୁ ସକାଳ ୬ଟା ୧୮ମିନିଟ୍ । ପର୍ବଦିନ- ଧନୁ ସଂକ୍ରାନ୍ତି, ଗୀତା ଜୟନ୍ତୀ, ଅନଙ୍ଗ ତ୍ରୟୋଦଶୀ, ମାଣବସା ଗୁରୁବାର ଶେଷ ପାଳି ।

ମେଷ:-ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ । ବ୍ୟବସାୟ ଦିଗରୁ ପ୍ରାୟତଃ ଅନୁକୂଳ ରହିବା ଫଳରେ ଆଶାତୀତ ଲାଭ ପାଇବାର ରାସ୍ତା ପରିସ୍କାର ହୋଇଯିବ । ପୂର୍ବରୁ ଲାଗିରହିଥିବା ଅଫିସରେ ଟେନସନ୍ ଦୂର ହୋଇ ସୁସମ୍ବାଦ ପ୍ରାପ୍ତି ହେବ । ପାରିବାରିକ ସମସ୍ୟା ସହଜ ସରଳରେ ସମାଧାନ ହୋଇଯିବା ଫଳରେ ମନ ଶାନ୍ତି ହେବ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ । ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । ଅଧ୍ୟୟନ, ଅଧ୍ୟାପନ, ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ । ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ । ବହୁତ ଦିନରୁ ବାକି ରହିଥିବା ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରି ପାରିବେ । ଅନେକ ଗୁଡ଼ିଏ କାର୍ଯ୍ୟ ବ୍ୟସ୍ତତା ଭିତରେ ବ୍ୟତିବ୍ୟସ୍ତ ରହିବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ମିଥୁନ:-ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରି ଆନନ୍ଦିତ ହେବେ । ବ୍ୟବସାୟିକ ଗତିବିଧି ଠିକ୍ ରହିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । ବନ୍ଧୁ ମିତ୍ରମାନଙ୍କ ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ । ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ବ୍ୟୟ ଅପେକ୍ଷା ଆୟ ବୃଦ୍ଧିପାଇବ । ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟା ଓ ଆତ୍ମୀୟ ଶତ୍ରୁତା ସହ ପୁରାତନ ରୋଗ ପ୍ରକୋପର ଉପସମ ହେବ । ପ୍ରତିକାର- ସବୁଜ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

କର୍କଟ:-ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବେ । ରାଜନୀତି କ୍ଷେତ୍ରରେ ଦୃଢ଼ ଆତ୍ମବିଶ୍ୱାସ ଦ୍ୱାରା ସମସ୍ତବାଧା ବିଘ୍ନକୁ ଅତିକ୍ରମକରି ଆଗକୁବଢ଼ିବାର ଯୋଜନା ସଫଳ ହେବ । ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ । ବ୍ୟବସାୟ ପ୍ରସାରଫଳରେ ଅତ୍ୟଧିକ ଲାଭହେବ । କର୍ମଜୀବୀ ମାନଙ୍କ ପାଇଁ ସହକର୍ମୀ ଓ ପଦାଧିକାରୀ ମାନଙ୍କର ସହଯୋଗ ବୃଦ୍ଧିପାଇବ । ପ୍ରତିଯୋଗୀ ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ସିଂହ:-ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ ବ୍ୟାଙ୍କବାଲାନ୍ସ ବୃଦ୍ଧି ପାଇବ । ରାଜନୈତିକ କ୍ଷେତ୍ରରେ ସହକର୍ମୀ ମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ । ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ । ପାରିବାରିକ ସମ୍ପର୍କରେ ଉନ୍ନତି ହେବ । ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ । ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ସାମାଜିକସ୍ଥିତି ମଜଭୁତହେବ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ସମସ୍ତବାଧା ବିଘ୍ନକୁ ଅତିକ୍ରମକରି ଆଗକୁବଢ଼ିବାର ଯୋଜନା ସଫଳ ହେବ । କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୈତିକ ଜୀବନରେ ଶତୃମାନେ ଦୁର୍ବଳ ହେବେ । କୌଣସି ଯୋଜନା କରିବା ପୂର୍ବରୁ ଗଭୀର ଚିନ୍ତା କରିବା ନିହାତି ଆବଶ୍ୟକ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ । କର୍ମ କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ । ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ । ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ ଓ ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ବାଦବିବାଦ, କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ବ୍ୟବସାୟରେ ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ବଢେଇବାର ପ୍ରୟାସ କରିବେ । ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ । ରାଜନୈତିକ କ୍ଷେତ୍ରରେ ଶତୃ ମାନେ ମିତ୍ରତାର ହାତ ବଢେଇବେ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ । ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ ।

ଧନୁ:-ପରିବହନ ଓ ବ୍ୟବସାୟିକସ୍ଥିତି ସୁଦୃଢ ହେବ । ଧାର୍ମିକ କାର୍ଯ୍ୟରେ ମନ ବଳାଇ ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ । କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ । ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ କରିବାକୁ ଚେଷ୍ଟିତ ହେବେ । ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ । ରାଜନୈତିକ କ୍ଷେତ୍ରରେ ବିପଦ ସଙ୍କୁଳ ଟଳିଯିବ । ନୂତନ ବ୍ୟବସାୟ ଆରମ୍ଭ କଲେ ଲାଭ ହେବ । ନୂତନ କର୍ମ ନିଯୁକ୍ତିର ସୂଚନା ପାଇବେ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ମକର:-ପରୀକ୍ଷା ପ୍ରତିଯୋଗିତା ଓ ମାଲିମୋକଦ୍ଦମାରେ ସଫଳତା ମିଳିବ । ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ । ପାରିବାରିକ ଜୀବନ ଆନନ୍ଦମୟ ହେବ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ । ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ । ବନ୍ଧୁ, ମିତ୍ରଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ । ରାଜନେତା ମାନେ ସ୍ଥଳବିଶେଷରେ ବ୍ୟୟ ସଂକୋଚନ ନ କଲେ କ୍ଷତି ସହିବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

କୁମ୍ଭ:- ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ । କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ । ପରୀକ୍ଷା ପ୍ରତିଯୋଗିତା ଓ ମାଲିମୋକଦ୍ଦମାରେ ସଫଳତା ମିଳିବ । ବ୍ୟବସାୟ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ ହୋଇ ଆର୍ଥୀକ ଉନ୍ନତି ଘଟିବ । ମାଆ ବାପାଙ୍କ ଠାରୁ ସହଯୋଗ ମିଳିବ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ । ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ । ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣ ଯୋଗେ ବ୍ୟଥିତ ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ । ପାରିବାରିକ କ୍ଷେତ୍ରରେ ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ବନ୍ଧୁ ମିତ୍ରଙ୍କର ସହଯୋଗରେ ନୂତନ ସମ୍ପତି କ୍ରୟ କରିବେ । ଶିକ୍ଷାକ୍ଷେତ୍ରରେ ଯଶର ସହ ଉତ୍ତୀର୍ଣ୍ଣ ହେବେ । କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ । ବ୍ୟବସାୟ କ୍ଷେତ୍ରରେ ପୂର୍ବ ସମସ୍ୟାର ସମାଧାନ ହୋଇ ପୂର୍ଣ୍ଣ ସଫଳତା ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!