ଦୈନିକ ରାଶିଫଳ: 20 ଡିସେମ୍ବର 2021, ମହାଦେବଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଡିସେମ୍ବର ମାସ ୨୦ ତାରିଖ, ସୋମବାର, ଧନୁ ମାସ ୫ ଦିନ, ପୌଷ ମାସ, କୃଷ୍ଣପକ୍ଷ, ପ୍ରତିପଦା ତିଥି ଦିବା ୧୨ଟା ୩୬ମିନିଟ୍ ଗତେ ଦ୍ଵିତୀୟା ତିଥି, ଆର୍ଦ୍ରା ନକ୍ଷତ୍ର, ମିଥୁନ ରାଶିରେ ଚନ୍ଦ୍ର । ଶୁକ୍ଳ ଯୋଗ ଦିବା ୧୦ଟା ୫୭ମିନିଟ୍ ଗତେ ବ୍ରହ୍ମ ଯୋଗ । କୌଳବ କରଣ, ଦିବା ୧୨ଟା ୩୬ମିନିଟ୍ ଗତେ ତୈତିଳ କରଣ । ମିଥୁନ ରାଶିର ଘାତବାର । କନ୍ୟା ରାଶିର ଘାତଚନ୍ଦ୍ର । ପାଣିକଖାରୁ ନ ଖାଇଲେ ଭଲ ଦିବା ୧୨ଟା ୩୬ମିନିଟ୍ ପରେ ବୋଇତିକଖାରୁ ନ ଖାଇଲେ ଭଲ । ଯୋଗିନୀ- ପୂର୍ବେ ଦିବା ୧୨ଟା ୩୬ମିନିଟ୍ ପରେ ଉତ୍ତରେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧ ତର୍ପଣ- ଦ୍ଵିତୀୟାର ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ପ୍ରାତଃ ୭ଟା ୪୧ମିନିଟ୍ ରୁ ୯ଟା ୨ମିନିଟ୍, ଦିବା ୨ଟା ୨୬ମିନିଟ୍ ରୁ ୩ଟା ୪୭ମିନିଟ୍, ରାତ୍ରି ୧୦ଟା ୫ମିନିଟ୍ ରୁ ୧୧ଟା ୪୪ମିନିଟ୍ । ଶୁଭସମୟ- ସକାଳ ୬ଟା ୨୧ମିନିଟ୍ ରୁ ୭ଟା ୪୦ମିନିଟ୍, ସକାଳ ୯ଟା ୧୩ମିନିଟ୍ ରୁ ଦିବା ୧୧ଟା ୨୧ମିନିଟ୍, ରାତ୍ର ୭ଟା ୪୭ମିନିଟ୍ ରୁ ରାତ୍ର ୧୦ଟା ୪ମିନିଟ୍, ରାତ୍ର ୨ଟା ୫୦ମିନିଟ୍ ରୁ ରାତ୍ର ୩ଟା ୪୧ମିନିଟ୍ । ପର୍ବଦିନ- ଦାଣ୍ଡ ପହଁରା ବାଟ ଓଷା ।

ମେଷ:-ଶତୃମାନେ ପରାଜିତ ହେବେ । ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରନ୍ତି । ପୂର୍ବ କଳହର ସମାଧାନ ହୋଇ ଦାମ୍ପତ୍ୟସୁଖ ବୃଦ୍ଧି ହେବ । ବନ୍ଧୁମିତ୍ର ମାନଙ୍କ ଠାରୁ ପୂର୍ଣ୍ଣ ସହଯୋଗ ପାଇ ଆର୍ଥିକ ସ୍ଥିତି ଭଲ ରହିବ । ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବ ବୃଦ୍ଧି ପାଇବ । କୃଷିଦ୍ରବ୍ୟ ବାଣିଜ୍ୟରେ ଆୟ ଆଶାତୀତ ହେବ । ବିଦ୍ୟାର୍ଥିମାନେ ପରୀକ୍ଷା, ପ୍ରତିଯୋଗିତାରେ ବିଜୟୀ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ । କର୍ମକ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତାପୂର୍ଣ୍ଣ ହେବ । କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବା ସହ ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । ପ୍ରିୟଜନ ମାନଙ୍କୁ ଆର୍ଥିକ ଓ ଭାବନାତ୍ମକ ସାହାଯ୍ୟ କରିବେ । ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ଅଧାଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ । ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ । ଜନସେବାରେ ନିଜକୁ ନିୟୋଜିତ କରିବେ । ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ । ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟଗୀତ, କଳାସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍, ଆଡମ୍ବରରେ ଉତ୍ସାହ ବଢିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ସମାଜ କଲ୍ୟାଣ, ଧର୍ମାନୁଷ୍ଠାନରେ, ମଠ, ମନ୍ଦିରମାନଙ୍କରେ ଯୋଗଦାନ କରି ପ୍ରଶଂସିତ ହେବେ । ଭୂମିକ୍ରୟ, ବାହନକ୍ରୟ, ଗୃହନିର୍ମାଣ କରିବାରେ ଖର୍ଚ୍ଚ କରିବାକୁ ପଡ଼ିବ । ବିଦ୍ୟାର୍ଥୀବର୍ଗ ଅତ୍ୟନ୍ତ ସଫଳତା ସହ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହେବେ । ବିଦେଶ ଯାତ୍ରା ଫଳରେ ବିଶେଷ ଲାଭବାନ ହେବେ । ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ ବଢିଯିବ । କର୍ମକ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ସିଂହ:-ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ । ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ । ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବେ । ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ, ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ । ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-ସମସ୍ତ କ୍ଷେତ୍ରରେ ସଫଳତା ମିଳିବ । ଉଚ୍ଚ ପଦବୀରେ ଅଧିଷ୍ଠିତ ହେବେ । ବନ୍ଧୁ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ମିଳିବ । ଶତୃ ପରାଜିତ ହେବେ । ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ । ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ । ଆର୍ଥିକସ୍ଥିତିରେ ସୁଧାର ଆସିବ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ପରସ୍ପରକୁ ସାହାଯ୍ୟ କରି ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ତୁଳା:-କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରିବେ । କିନ୍ତୁ କର୍ମକ୍ଷେତ୍ରରେ ଦାୟିତ୍ଵ ବଢିବା ଯୋଗେ ଅନ୍ୟମନସ୍କ ରହିବେ । ପରିବାରରେ କୌଣସି ଜଟିଳ ସମସ୍ୟାର ସମାଧାନ ହୋଇ ଶାନ୍ତି ଦେଖା ଦେବ । ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ । ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କର୍ମ କରିବା ଉଚିତ୍ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ଭ୍ରମଣ, ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ । ବ୍ୟବସାୟ କ୍ଷେତ୍ରରେ ମନ ଲାଗିବା ଦ୍ଵାରା ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ । ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ । ନିଜର ଇଚ୍ଛା ବିରୋଧରେ କୌଣସି କାର୍ଯ୍ୟ କରିବା ଅନୁଚିତ୍ । ପୁରାତନ ରୋଗରପ୍ରକୋପ ସହିତ ଉଦର ପୀଡ଼ା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-ଶୁଭ ସମାଚାର ମିଳିବା ଫଳରେ ମାନସିକ ଶାନ୍ତି ପାଇବେ । ପରିଶ୍ରମ କାର୍ଯ୍ୟ କରି ପ୍ରଶଂସିତ ହେବେ । ବ୍ୟବସାୟିକ ସ୍ଥିତି ସୁଧୁରିଯିବ ଓ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ଅଧିକାରୀଙ୍କଠାରୁ ସହଯୋଗ ମିଳିବ । ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟି ଯିବ । ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପାଇବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ମକର:-ସମସ୍ତ କ୍ଷେତ୍ରରେ ସଫଳତା ମିଳିବ । ନୂଆ ଚାକିରୀ ହେବାର ସୁଯୋଗ ମିଳିବ । କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ପାଇବେ । ପରିବାର ଓ ମିତ୍ରଙ୍କ ସହିତ ସମୟ ବିତେଇବେ । ମନରେଥିବା କାମନା ପୂର୍ଣ୍ଣ ହେବ । ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ଯେ କୌଣସି କାମରେ ହାତ ଦେଲେ, ସଫଳତା ପାଇବେ । ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସଫଳତା ଲାଭ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ:-କର୍ମକ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ପରିବାରରେ ସୁଖ ଶାନ୍ତିର ବାତାବରଣ ରହିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ ଓ ଉଚ୍ଚ ଶିକ୍ଷାପାଇଁ ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମୀନ:-କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ବିଦ୍ୟା କ୍ଷେତ୍ରରେ ଉତ୍ସାହ ଉଦ୍ଦିପନା ବୃଦ୍ଧିହୋଇ ବୀଜୟ ପ୍ରାପ୍ତ ହେବ । ପାରିବାରିକ ସମସ୍ୟା ଦୂରହୋଇ ଉଚ୍ଚ ଆଶାରେ ଆଗେଇବେ । ଦୂରଯାତ୍ରାର ସୁଯୋଗ ପାଇବେ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!