ଦୈନିକ ରାଶିଫଳ: 27 ଡିସେମ୍ବର 2021, ମହାଦେବଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଡିସେମ୍ବର ମାସ ୨୭ ତାରିଖ, ସୋମବାର, ଧନୁ ମାସ ୧୨ ଦିନ, ପୌଷ ମାସ, କୃଷ୍ଣପକ୍ଷ, ଅଷ୍ଟମୀ ତିଥି, ହସ୍ତା ନକ୍ଷତ୍ର, କନ୍ୟା ରାଶିରେ ଚନ୍ଦ୍ର । ସୌଭାଗ୍ୟ ଯୋଗ ସକାଳ ୮ଟା ୫୨ମିନିଟ୍ ଗତେ ଶୋଭନ ଯୋଗ । ବାଳବ କରଣ, ସକାଳ ୭ଟା ୫୩ମିନିଟ୍ ଗତେ କୌଳବ କରଣ । ମିଥୁନ ରାଶିର ଘାତବାର । ବୃଷ ରାଶିର ଘାତଚନ୍ଦ୍ର । ନଡିଆ, ଆମିଷ ନ ଖାଇଲେ ଭଲ ରାତି ୭ଟା ୨୮ମିନିଟ୍ ପରେ ଲାଉ ନ ଖାଇଲେ ଭଲ । ଯୋଗିନୀ- ଐଶାନ୍ୟେ ରାତି ୭ଟା ୨୮ମିନିଟ୍ ପରେ ପୂର୍ବେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧ ତର୍ପଣ- ଅଷ୍ଟମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ପ୍ରାତଃ ୭ଟା ୪୪ମିନିଟ୍ ରୁ ୯ଟା ୫ମିନିଟ୍, ଦିବା ୨ଟା ୨୯ମିନିଟ୍ ରୁ ୩ଟା ୫୧ମିନିଟ୍, ରାତ୍ରି ୧୦ଟା ୮ମିନିଟ୍ ରୁ ୧୧ଟା ୪୭ମିନିଟ୍ । ଶୁଭସମୟ- ସକାଳ ୬ଟା ୨୪ମିନିଟ୍ ରୁ ୭ଟା ୪୩ମିନିଟ୍, ସକାଳ ୯ଟା ୧୭ମିନିଟ୍ ରୁ ଦିବା ୧୧ଟା ୨୫ମିନିଟ୍, ରାତ୍ର ୭ଟା ୫୧ମିନିଟ୍ ରୁ ରାତ୍ର ୧୦ଟା ୭ମିନିଟ୍, ରାତ୍ର ୨ଟା ୫୩ମିନିଟ୍ ରୁ ରାତ୍ର ୩ଟା ୪୪ମିନିଟ୍ ।

ମେଷ:-ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ । କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ଓ ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ । ବ୍ୟବସାୟୀମାନେ ଅଧିକ ଲାଭବାନ ହେବେ । କାରଣ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ । ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇ କୌଣସି ଦୂର ସ୍ଥାନକୁ ଯାତ୍ରା କରି ପାରନ୍ତି । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ବୃଷ:- ସାମାଜିକ ସ୍ତରରେ ଖ୍ୟାତି ହେବ । ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ଓ ବକେୟା ଅର୍ଥ କିଛି ଆଦାୟ ହେବ । ଆତ୍ମୀୟ ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ କ୍ରୟକରିବେ । ହଠାତ୍ ଆବଶ୍ୟକତା ପୂରଣ ଦିଗରେ ଖର୍ଚ୍ଚାନ୍ତ ହେବେ । କର୍ମଚାରୀଙ୍କର କାର୍ଯ୍ୟ କ୍ଷେତ୍ରରେ ଶତ୍ରୁମାନେ ମୁଣ୍ଡଟେକିବେ । ମାନସିକ ଅଶାନ୍ତି ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ସୁସ୍ଥ ମାନସିକତା ରକ୍ଷାକରି ବିଦ୍ୟାକ୍ଷେତ୍ରରେ ଆଶାତୀତ ଲାଭ ପାଇବେ । କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳତା ମିଳିବ । ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ଶରୀର ସୁସ୍ଥ ରହିବ । ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ । ଆର୍ଥିକ ସ୍ଥିତିରେ ବୃଦ୍ଧି ହେବ । ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ । କର୍ମକ୍ଷେତ୍ରରେ ପଦୋନ୍ନତି, ବିଭାଗୀୟ ଅଧିକାରୀଙ୍କ ସାନ୍ନିଧ୍ୟଲାଭ, ଇଚ୍ଛିତସ୍ଥାନରେ ସ୍ଥାନାନ୍ତରଣ ସହଜ ସରଳରେ ହୋଇ ପାରିବ । ସାଧାରଣ ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ । କାରବାର ଓ କାମକାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ସିଂହ:- ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ । ଛାତ୍ର ଛାତ୍ରୀମାନେ ଉଚ୍ଚଶ୍ରେଣୀ ପାଇବେ ଓ ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ । କେତେକ ନୂଆ ସମସ୍ୟାର ସମ୍ମୁଖୀନ ହେଲେବି ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରି ପାରିବେ । କୌଣସି କ୍ଷେତ୍ରରେ ଆଗକୁହା ନ ହୋଇ କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକର । ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହି ହେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କନ୍ୟା:- ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ ଓ ନୂତନ ବନ୍ଧୁଙ୍କ ସହିତ ଭେଟ ହେବା ଫଳରେ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ବ୍ୟବସାୟୀ ମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ଜମି ଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଆୟ ଉପାର୍ଜନରେ ବାଧା ନାହିଁ । ପରିବାର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ତୁଳା:-ସମସ୍ତ କ୍ଷେତ୍ରରେ ସଫଳତା ମିଳିବ । କର୍ମକ୍ଷେତ୍ରରେ ସାଧାରଣ ବ୍ୟକ୍ତି ବିଶେଷଙ୍କଠାରୁ ବିଶେଷ ଲାଭବାନ ହେବେ । ପ୍ରତ୍ୟକ୍ଷ ଓ ପରୋକ୍ଷ ଶତ୍ରୁତା ଥିବା ବ୍ୟକ୍ତି ବା ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ଵାରା ପୂରସ୍କୃତ ହେବେ । କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ । ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ । ଉତ୍ତମ ରୋଜଗାର ହେଲେ ମଧ୍ୟ ଆୟ ତୁଳନାରେ ବ୍ୟୟ ଅଧିକ ହୋଇପାରେ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

ବିଚ୍ଛା:-ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବା ସହ ମାନସିକ ଶାନ୍ତି ମିଳିବ । ଅଧସ୍ତନ କର୍ମୀ ଓ ସହକର୍ମୀଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରି ସୁନାମ ଅର୍ଜନ କରିବେ । ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧି ହେବ । ଆୟ ଉପାର୍ଜ୍ଜନର ବୃଦ୍ଧି, ଚାକିରୀ ସମ୍ବନ୍ଧୀୟ କାର୍ଯ୍ୟରେ ସଫଳ ହୋଇ ପାରିବେ । ଯାହା ଚିନ୍ତା କରିଛନ୍ତି ଆଜି ତାହା ପୂରଣ କରିବାକୁ ଚେଷ୍ଟା କରିବେ । ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

ଧନୁ:-ଶାରିରୀକ ସୁସ୍ଥତା ଦେଖା ଦେବ । ହରାଇ ଥିବା ଧନ ପ୍ରାପ୍ତି ହେବା ଫଳରେଆର୍ଥିକ ସ୍ଥିତି ସୁଦୃଢ଼ ହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ । କର୍ମକ୍ଷେତ୍ରରେ ପରିବର୍ତ୍ତନ ହେବା ଫଳରେ ଶାନ୍ତି ପାଇବେ । ସ୍ଥାନାନ୍ତର ହେବାକୁ ଚେଷ୍ଟାକଲେ ଉତ୍ତମ ସ୍ଥାନରେ ଅବସ୍ଥାପିତ ହେବେ । ବ୍ୟବସାୟ ସମ୍ବନ୍ଧିତ ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ । ନିଜର ନୂଆଲକ୍ଷ ନିର୍ଦ୍ଧାରିତ କରିବେ । ପ୍ରତିକାର:- ହଳଦୀ ଟିକେ ପାଣିରେ ମିଶେଇ ଗାଧାନ୍ତୁ ।

ମକର:-ଧାର୍ମିକ କାର୍ଯ୍ୟରେ ରୁଚିବୃଦ୍ଧି ପାଇବ । ବିଦ୍ୟାର୍ଥୀଙ୍କର କେତେକ ସମସ୍ୟାର ସମାଧାନ ହୋଇ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇ ପାରିବେ । ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ । ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ନୂତନ ବନ୍ଧୁ ଭେଟ ହେବେ ଓ ଶୁଭ ସମାଚାର ଶୁଣିବାକୁ ମିଳିବ । ପ୍ରେମ କ୍ଷେତ୍ରରେ ସଫଳ ହେବେ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ଜୀବନସାଥିଙ୍କ ସହ ସାମାନ୍ୟ କଥାରେ ଅଯଥା ତର୍କ ନକରି ଶାନ୍ତ ରହିବା ଉଚିତ୍ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

କୁମ୍ଭ:-କର୍ମକ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ । ପାରିବାରିକ ଜୀବନ ସୁଖମୟ ହେବ । ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସ ରତ ହେବେ । ନିଜ ଲୋକମାନେ ହିଁ କାମରେ ଆସିବେ । ରାଜନେତାଙ୍କର ସମାଜିକ ସ୍ତରରେ ନିଜର ଖ୍ୟାତି ବୃଦ୍ଧି ପାଇବ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଟଙ୍କାପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ବିଗିଡିଯାଇଥିବା କାର୍ଯ୍ୟ ସୁଧୁରିଯିବ । ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ସୁଯୋଗ ପାଇବେ । ମନ ଲଗାଇ କାର୍ଯ୍ୟ ମଧ୍ୟ କରିବେ । ଆକସ୍ମିକ ଧନପ୍ରାପ୍ତି, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ ଓ ସ୍ଵର୍ଣ୍ଣ ଅଳଙ୍କାର ଆଦି କ୍ରୟ କରିବେ । ଆମୋଦ ପ୍ରମୋଦ, ମନୋରଞ୍ଜନ, ଦୀର୍ଘଯାତ୍ରା, ଛୋଟ ବଡ ମିଟିଙ୍ଗୀରେ ଯୋଗ ଦେବେ । ବ୍ୟବସାୟରେ ଉନ୍ନତି ହେବା ସହ ପ୍ରଚୁର ଲାଭବାନ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!