୨୦୨୧ ମସିହା, ଡିସେମ୍ବର ମାସ ୩୦ ତାରିଖ, ଗୁରୁବାର, ଧନୁ ମାସ ୧୫ ଦିନ, ପୌଷ ମାସ, କୃଷ୍ଣପକ୍ଷ, ଏକାଦଶୀ ତିଥି ଦିବା ୧ଟା ୪୦ମିନିଟ୍ ଗତେ ଦ୍ଵାଦଶୀ ତିଥି, ବିଶାଖା ନକ୍ଷତ୍ର, ତୁଳା ରାଶିରେ ଚନ୍ଦ୍ର । ଧୃତି ଯୋଗ । ବାଳବ କରଣ, ଦିବା ୧ଟା ୪୦ମିନିଟ୍ ଗତେ କୌଳବ କରଣ । ତୁଳା, କୁମ୍ଭ ରାଶିର ଘାତବାର । ଶିମ୍ବ, ଆମିଷ ନ ଖାଇଲେ ଭଲ ଦିବା ୧ଟା ୪୦ମିନିଟ୍ ପରେ ପୋଇ, ମସୁରଡାଲି ନ ଖାଇଲେ ଭଲ । ଯୋଗିନୀ- ଆଗ୍ନେୟେ ଦିବା ୧ଟା ୪୦ମିନିଟ୍ ପରେ ନୈଋତେ ଯାତ୍ରା ନିଷେଧ ।
ଶ୍ରାଦ୍ଧ ତର୍ପଣ- ଏକାଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ଏବଂ ଦ୍ଵାଦଶୀର ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୨ଟା ୩୧ମିନିଟ୍ ରୁ ଦିବା ୩ଟା ୫୨ମିନିଟ୍, ଦିବା ୩ଟା ୫୨ମିନିଟ୍ ରୁ ୫ଟା ୧୩ମିନିଟ୍, ରାତ୍ରି ୧୧ଟା ୪୯ମିନିଟ୍ ରୁ ୧ଟା ୨୮ମିନିଟ୍ । ଶୁଭସମୟ- ସକାଳ ୬ଟା ୨୫ମିନିଟ୍ ରୁ ୭ଟା ୫୦ମିନିଟ୍, ସନ୍ଧ୍ୟା ୬ଟା ୭ମିନିଟ୍ ରୁ ରାତ୍ର ୯ଟା ୩୬ମିନିଟ୍, ରାତ୍ର ୧ଟା ୨୯ମିନିଟ୍ ରୁ ରାତ୍ର ୩ଟା ୪୫ମିନିଟ୍, ରାତ୍ର ୪ଟା ୪୦ମିନିଟ୍ ରୁ ୬ଟା ୨୩ମିନିଟ୍ । ପର୍ବଦିନ- ସର୍ବସମ୍ମତ ସଫଳା ଏକାଦଶୀ ।
ମେଷ:- ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବା ସହ ଅତି ଉତ୍ତମ ଫଳ ପାଇବେ । ଦୀର୍ଘଦିନ ଧରି ଚିନ୍ତା କରୁଥିବା ନୂତନ କାର୍ଯ୍ୟ ଏବଂ ନୂତନ ବ୍ୟବସାୟ ଅତି ସହଜରେ ଆରମ୍ଭ କରି ପାରିବେ । ପୁରାତନ ବନ୍ଧୁ ଓ ଅଚିହ୍ନା ଲୋକଙ୍କ ଠାରୁ ଅକସ୍ମାତ୍ ସାହାଯ୍ୟ ପାଇ ଧନ୍ୟ ହେବେ । ସନ୍ତାନମାନେ ଉଚ୍ଚଶିକ୍ଷା ଅଧ୍ୟୟନ କରୁଥିଲେ ପଢା ପଢିରେ ମନଦେବେ । ପରହାତରେ ଥିବା ଧନ ସହଜରେ ପ୍ରାପ୍ତି ହେବ । ରାଜନୈତିକ କ୍ଷେତ୍ରରେ ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
ବୃଷ:-ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧିହେବ । ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହୋଇ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନେଇ ସୁଚାରୁରୂପେ ଚଳେଇ ପାରିବେ । ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ । ବ୍ୟବସାୟୀମାନେ ଅତ୍ୟଧିକ ଲାଭବାନ ହେବେ ଓ ଆର୍ଥିକ ସ୍ଥିତି ସୁଦୃଢ ହେବ । ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ । କର୍ମକ୍ଷେତ୍ରରେ ମାନସିକ ଅଶାନ୍ତି ଦୂର ହୋଇ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ନୂତନ ବାହନଆଦି କ୍ରୟ କରି ପାରନ୍ତି । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ମିଥୁନ:-ଶତ୍ରୁମାନେ ମିତ୍ରତାର କାର୍ଯ୍ୟ କରିବେ । ବ୍ୟବସାୟରେ ଅତ୍ୟଧିକ ଲାଭବାନ ହୋଇ ଆର୍ଥିକ ସ୍ଥିତି ସୁଦୃଢ ହେବ । କର୍ମସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । କର୍ମଚାରୀଙ୍କର କାର୍ଯ୍ୟ କ୍ଷେତ୍ରରେ ଶତ୍ରୁମାନେ ପରାଜିତ ହେବେ । ଅଶୁଭତ୍ୱନାଶ ହୋଇ ଶୁଭ ଫଳ ପ୍ରାପ୍ତି ହେବା ଫଳରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ । ଛାତ୍ରଛାତ୍ରୀ ମାନଙ୍କର ମାନସିକ ଅଶାନ୍ତି ଦୂର ହୋଇ ସୁଖ୍ୟାତି ଲାଭ ହେବବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
କର୍କଟ:-କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ । ଭୌତିକ ଓ ଆଧ୍ୟାତ୍ମିକ ମାମଲାରେ ବ୍ୟସ୍ତ ରହିବେ । ଅବହେଳିତ ଲୋକଙ୍କ ସହ ମିଳାମିଶା କରି ପ୍ରଶଂସିତ ହେବେ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ ହେବ । ଉତ୍ତରାଧିକାର ଓ ପୈତୃକ ସମ୍ପତ୍ତିକୁନେଇ କୋର୍ଟକଚେରୀ ମାମଲାରେ ବିଜୟୀ ହେବେ । କ୍ୟାରିଅର ସମସ୍ୟା ସମାଧାନର ବାଟ ମିଳିବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ସିଂହ:-ଶାରୀରିକ ଅସୁସ୍ଥତା ଦୂର ହେବ । କର୍ମକ୍ଷେତ୍ରରେ ସମ୍ମାନ ପ୍ରାପ୍ତି ଓ ସହକର୍ମୀଙ୍କ ସହ ବୁଝାମଣା ଠିକ୍ ରହିବ । ଋଣଭାର କମିଯିବ । ଦାମ୍ପତ୍ୟ ସୁଖରେ ସୁଖୀ ହେବେ । ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ କରି ଆଗକୁ ବଢ଼ିବାର ଇଚ୍ଛା ବୃଦ୍ଧିହେବ । ବନ୍ଧୁ ମିତ୍ରଙ୍କ ଉପଦେଶକୁ ଖରାପ ନଭାବି ମାନି ନେଲେ ସାମାଜିକ ସ୍ଥିତି ଓ ମାନସମ୍ମାନ ବୃଦ୍ଧିହେବ । ରାଜନୀତି କ୍ଷେତ୍ରରେ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
କନ୍ୟା:-ଶତୃ ଓ ବିରୋଧିମାନେ ଅପଦସ୍ଥ ହେବେ । ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରିପାରିବେ । ରାଜନୈତିକ କ୍ଷେତ୍ରରେ ଯଶଲାଭ ହେବ । ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭ ହେବ । ଯେକୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ପରିବାରର ଉନ୍ନତି ହେବ । ପତିପତ୍ନିଙ୍କ ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
ତୁଳା:-କମ୍ ପରିଶ୍ରମରେ ଆଶାଜନକ ଫଳ ପାଇବେ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ । ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । ପତି ପତ୍ନିଙ୍କ ମଧ୍ୟରେ ମଧୁର ସଂପର୍କ ଦୃଢ ହେବ । ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ବିଚ୍ଛା:-ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ପାରିବାରିକସ୍ତର ହସ ଖୁସିରେ କଟିବ । କର୍ମ କ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ସହଜରେ ପୂରଣ ହେବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ । ଆର୍ଥିକ ସଙ୍କଟ ଦୂର ହେବ । ଆଶା କରିଥିବା କାର୍ଯ୍ୟଟି ପୂରଣ କରିବାକୁ ଚେଷ୍ଟା କରିବେ । ବ୍ୟବସାୟରେ ଲାଭବାନ ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ଧନୁ:-ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ । କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ କରିବେ । ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ । ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ । ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ । ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ । ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ । ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ । ରାଜନୀତିରେ ସଫଳତା ମିଳିବ । ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
ମକର:- ସ୍ୱାସ୍ଥ୍ୟ ଭଲ ରହିବା ସହ ମାନସିକ ଶାନ୍ତି ମିଳିବ ଓ ଋଣଭାର ଲାଘବ ହେବ । ରାଜନୀତି କ୍ଷେତ୍ରରେ ସମ୍ମାନ ପାଇବେ । ବିଦ୍ୟା କ୍ଷେତ୍ରରେ ଆଶାମୁତାବକ ଫଳ ପାଇବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସୁସମ୍ପର୍କ ରହିବ । ବୁଦ୍ଧିମାତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ । ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ । ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ । ନୂଆ କାମ ନୂଆ ପ୍ରେରଣା ଦେବ । ପ୍ରତିଯୋଗିତାରେ ବିଜୟୀ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
କୁମ୍ଭ:-ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ । ସାଧୁସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିବେ । ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ମୀନ:-ବିରୋଧୀ କିଛି କ୍ଷତି କରିପାରିବେ ନାହିଁ । ପରସ୍ପରକୁ ସାହାଯ୍ୟ କରି ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ବ୍ୟବସାୟରେ ଅସୁବିଧାର ସମ୍ମୁଖୀନ ହେବେ । ଆର୍ଥିକ ଉନ୍ନତିରେ ବାଧା ସୃଷ୍ଟିହେବ । ଦୀର୍ଘ ସମୟ ଧରି ବନ୍ଧୁଙ୍କୁ ଅପେକ୍ଷା କରି ବିରକ୍ତ ହେବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।
Jyotirbid Dr. Pramod Satapathy
Jantra Jyotisha, Cuttack
For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674